Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 87

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

ଗୀତସଂହିତା 90

ଚତୁର୍ଥ ପୁସ୍ତକ

(ଗୀତସଂହିତା 90-106)

ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

90 ହେ ପ୍ରଭୁ, ତୁମ୍ଭେ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହୋଇଅଛ।
ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ
    ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ।
    ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।

ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ
    ଏବଂ ପରିଶେଷରେ ତୁମ୍ଭେ ସେମାନଙ୍କୁ ଧୂଳିରେ ପରିଣତ କରିଛ।
ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ
    ଓ ରାତ୍ରିର ଅଳ୍ପ ସମୟପରି।
ତୁମ୍ଭେ ସେମାନଙ୍କର ଜୀବନକୁ ଉଚ୍ଛେଦ କରିଛ, ଯାହା ମୃତ୍ୟୁରେ ଶୋଇ ଥିବା ପରି।
ପ୍ରଭାତରେ ସେମାନେ ଗୁଜୁରିବା ତୃଣପରି।
    ପ୍ରାତଃକାଳରେ ତୃଣ ସତେଜ ହୋଇ ବଢ଼େ।
    ସନ୍ଧ୍ୟାକାଳରେ ତାହା ଶୁଖି ମରିଯାଏ।
ହେ ପରମେଶ୍ୱର, ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ହେଉ।
    ପୁଣି ତୁମ୍ଭ କ୍ରୋଧ ଆମ୍ଭଙ୍କୁ ଭୟଭୀତ କରେ।
ତୁମ୍ଭେ ଆମ୍ଭମାନଙ୍କର ପାପ ବିଷୟରେ ଜାଣ।
    ତୁମ୍ଭେ ମଧ୍ୟ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।
ତୁମ୍ଭର କ୍ରୋଧ ଆମ୍ଭମାନଙ୍କ ଜୀବନକୁ ଶେଷ ଦିନ କରିଦେଇ ଥାଏ।
    ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।
10 ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ,
    ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ।
ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ।
    ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।
11 କୌଣସି ଲୋକ ବାସ୍ତବରେ ତୁମ୍ଭର କ୍ରୋଧ ଦୂରତା ଜାଣନ୍ତି ନାହିଁ।
    କିନ୍ତୁ ତୁମ୍ଭର କ୍ରୋଧ ତୁମ୍ଭେ ଆଶା କରୁଥିବା ସମ୍ମାନଠାରୁ ଅଧିକ।
12 ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ
    ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।
13 ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ?
    ଆପଣା ଦାସ ପ୍ରତି ଦୟା କର।
14 ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର।
    ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।
15 ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ଯନ୍ତ୍ରଣା ଦେଲ।
    ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ଯେପରି ଯଥାର୍ଥ।
16 ତୁମ୍ଭେ କରିପାରୁଥିବା ଆଶ୍ଚର୍ଯ୍ୟ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ
    ଏବଂ ସେମାନଙ୍କ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦେଖାଅ।
17 ହେ ପରମେଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର।
    ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ,
    ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।

ଗୀତସଂହିତା 136

136 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଦେବତାମାନଙ୍କର ଦେବତାର ପ୍ରଶଂସା କର।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହଙ୍କର ପ୍ରଶଂସା କର।
    ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ,
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ ସୃଷ୍ଟି କଲେ,
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
10 ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
11 ପରମେଶ୍ୱର ମିଶର ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
12 ପରମେଶ୍ୱର ତାହଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦେଖାଇଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
13 ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ।
    ତାହଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।
14 ପରମେଶ୍ୱର ଇସ୍ରାଏଲକୁ ଏଥି ମଧ୍ୟରେ ଗମନ କରାଇଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
15 ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
16 ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
17 ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
18 ପରମେଶ୍ୱର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
19 ପରମେଶ୍ୱର ଇମୋରୀୟମାନଙ୍କର ରାଜା ସୀହୋନକୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
20 ପରମେଶ୍ୱର ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
21 ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ତାଙ୍କ ଭୂମି ଦେଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
22 ପରମେଶ୍ୱର ସେହି ଭୂମିକୁ ଇସ୍ରାଏଲଙ୍କୁ ଦାନ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
23 ପରମେଶ୍ୱର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେତେବେଳେ ଆମ୍ଭେ ପରାସ୍ତ ଥିଲୁ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
24 ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
25 ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
26 ସ୍ୱର୍ଗର ପରମେଶ୍ୱରଙ୍କ ପ୍ରଶଂସା କର!
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

ଆଦିପୁସ୍ତକ 47:27-48:7

ମୋର ଶବକୁ ମିଶରରେ କବର ଦେବ ନାହିଁ

27 ସେ ସମୟରେ ଇସ୍ରାଏଲ (ଯାକୁବ) ମିଶରରେ ଗୋଶନ ପ୍ରଦେଶରେ ବାସ କଲେ। ସେଠାରେ ଇସ୍ରାଏଲମାନେ ସଫଲ ହେଲେ ଏବଂ ସେମାନଙ୍କର ପରିବାରସବୁ ବୃଦ୍ଧି ପାଇଲା।

28 ଯାକୁବ ମିଶର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ ଏବଂ ତାଙ୍କର ପରମାୟୁ 147 ବର୍ଷ ଥିଲା। 29 ଇସ୍ରାଏଲଙ୍କର ମରଣ ଦିନ ପାଖେଇ ଆସିବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡାକି କହିଲେ, “ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ। ପୁଣି ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ମୋତେ ଏହି ମିଶର ଦେଶରେ କବର ଦିଅ ନାହିଁ। 30 ମୁଁ ମୋର ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ ତୁମ୍ଭେ ମୋତେ ଏହି ମିଶର ଦେଶରୁ ନେଇଯାଇ ସେମାନଙ୍କର କବର ସ୍ଥାନରେ କବରଶାୟୀ କରାଅ।”

ଯୋଷେଫ କହିଲେ, “ମୁଁ ପ୍ରତିଜ୍ଞା କରୁଅଛି ତୁମ୍ଭର ଇଚ୍ଛାନୁସାରେ କରିବି।”

31 ଏହା ପରେ ଯାକୁବ କହିଲେ, “ତୁମ୍ଭେ ଶପଥ କର।” ଏବଂ ଯୋଷେଫ ତାଙ୍କ ସମ୍ମୁଖରେ ଶପଥ କଲେ। ଏହା ପରେ ଇସ୍ରାଏଲ ଶଯ୍ୟାର ମୁଣ୍ଡ ଆଡ଼େ ପ୍ରଣାମ କଲେ।

ମନଃଶି ଓ ଇଫ୍ରୟିମଙ୍କୁ ଆଶୀର୍ବାଦ

48 ପରେ, ଯୋଷେଫ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହୋଇ ପଡ଼ିଛନ୍ତି। ତେଣୁ ଯୋଷେଫ ତାଙ୍କର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ନେଇ ତାଙ୍କର ପିତାଙ୍କ ନିକଟକୁ ଗଲେ। ଯେତେବେଳେ ଯୋଷେଫ ସେଠାରେ ପହଞ୍ଚିଲେ ସେତେବେଳେ କେହି ଜଣେ ଯାକୁବଙ୍କୁ କହିଲେ, “ତୁମ୍ଭର ପୁତ୍ର ଯୋଷେଫ ତୁମ୍ଭକୁ ଦେଖିବାକୁ ଆସିଛନ୍ତି।” ଇସ୍ରାଏଲ ବହୁତ ଦୁର୍ବଳ ହୋଇ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣାରେ ବସିଲେ।

ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ସର୍ବଶକ୍ତିମାନ ପରମେଶ୍ୱର କିଣାନ ଦେଶର ଲୁସ୍ ନାମକ ସ୍ଥାନରେ ମୋତେ ଦର୍ଶନ ଦେଲେ, ପରମେଶ୍ୱର ସେଠାରେ ମୋତେ ଆଶୀର୍ବାଦ କଲେ। ପରମେଶ୍ୱର ମୋତେ କହିଲେ, ‘ଦେଖ, ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବି। ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶରରେ ମୋର ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରୟିମ ଓ ମନଃଶି ମୋ’ ନିଜର ପୁତ୍ର ପରି। ସେମାନେ ରୁବେନ୍ ଓ ଶିମିୟୋନଙ୍କ ପରି ମୋ’ ପାଇଁ ଅଟନ୍ତି। ଏମାନଙ୍କ ପରେ ତୁମ୍ଭର ଯେଉଁ ସନ୍ତାନ ଜନ୍ମ ନେବେ। ସେମାନେ ତୁମ୍ଭର ହେବେ ଏବଂ ତାଙ୍କର ଭାଇମାନଙ୍କ ସହିତ ସେମାନେ ସମ୍ପତ୍ତି ପାଇବେ। ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋର ଆଗମନ କାଳରେ ରାହେଲ, ଇଫ୍ରାଥାର ରାସ୍ତାରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥାରେ (ବୈ‌ଥ୍‌ଲେହମରେ) କବର ଦେଲି।”

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:1-13

ଯିହୂଦୀମାନଙ୍କ ଭଳି ହୁଅ ନାହିଁ

10 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ। ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ। ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।

ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ। ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।” [a] ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ। ସେମାନଙ୍କ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସେମାନେ ସାପ କାମୁଡ଼ାରେ ମଲେ। 10 ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ)ଙ୍କ ହାତରେ ମଲେ।

11 ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି। 12 ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ। 13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।

ମାର୍କ ଲିଖିତ ସୁସମାଗ୍ଭର 7:1-23

ପରମେଶ୍ୱରଙ୍କ ବ୍ୟବସ୍ଥା ଓ ମନୁଷ୍ୟକୃତ ନିୟମ(A)

କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ। ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ। ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ। ଏପରିକି ବଜାରରୁ ଅଣାଯାଉଥିବା ଖାଦ୍ୟ ପଦାର୍ଥକୁ ସେମାନେ ନିର୍ଦ୍ଧାରିତ ପଦ୍ଧତିରେ ନ ଧୋଇ ଖାଆନ୍ତି ନାହିଁ। ଗିନା, କଳସ, ତମ୍ବାପାତ୍ର ଆଦି ମାଜିବା ଧୋଇବା ଭଳି ଅନେକ ପରମ୍ପରା ସେମାନେ ପାଳନ କରନ୍ତି।

ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”

ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟ‌ଦ୍‌ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ,

‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି,
    କିନ୍ତୁ ସେମାନଙ୍କ ମନ ମୋ’ଠାରୁ ବହୁ ଦୂରରେ।
ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ,
    କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’(B)

ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”

ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ। 10 ମୋଶା କହିଥିଲେ, ‘ତୁମ୍ଭେ ତୁମ୍ଭ ବାପା-ମାଙ୍କୁ ସମ୍ମାନ କର’। [a] ସେ ମଧ୍ୟ କହିଥିଲେ, ‘ଯେଉଁ ଲୋକ ନିଜ ବାପା-ମାଙ୍କୁ ଖରାପ କଥା କହେ, ତାକୁ ମାରି ଦିଆଯିବା ଉଚିତ୍’। [b] 11 କିନ୍ତୁ ତୁମ୍ଭେମାନେ ଉପଦେଶ ଦେଉଛ ଯେ, ଜଣେ ଲୋକ ତା’ର ବାପାମାଙ୍କୁ କହି ପାରିବ, ‘ମୋର ଯେଉଁ ପଦାର୍ଥଟିରେ ତୁମ୍ଭର ଲାଭ ହୋଇ ପାରିଥା’ନ୍ତା, ସେହି ପଦାର୍ଥ ମୁଁ ତୁମ୍ଭ ପାଇଁ ବ୍ୟବହାର କରି ପାରିବି ନାହିଁ, କାରଣ ତାହା ମୁଁ ପରମେଶ୍ୱରଙ୍କୁ ସମର୍ପଣ କରିବି।’ 12 ଏହିଭଳି ସେହି ଲୋକକୁ ତା’ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ। 13 ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”

14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ। 15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’ 16 [c]

17 ତା’ପରେ ଯୀଶୁ ଲୋକମାନଙ୍କୁ ଛାଡ଼ି ଘର ଭିତରକୁ ଗଲେ। ଶିଷ୍ୟମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟରେ ପଗ୍ଭରିଲେ। 18 ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ। 19 କାରଣ ଖାଦ୍ୟ ତା’ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।

20 ସେ ପୁଣି କହିଲେ, “ମନୁଷ୍ୟର ଭିତରୁ ଯାହା ବାହାରକୁ ଆସେ, ତାହା ତାହାକୁ ଅଶୁଦ୍ଧ କରିଥାଏ। 21 ମନୁଷ୍ୟ ଭିତରେ, ତା’ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା। 22 ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା। 23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center