Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:145-176

କଫ

145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
    ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
    ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
    ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
    ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
    ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
    ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
    ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
    ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।

ରେଶ୍

153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
    କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
    ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
    କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
    ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
    କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
    ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
    ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
    ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
    ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।

ଶିନ୍

161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
    କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
    ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
    ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
    ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
    ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
    ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
    ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।

ତୌ

169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
    କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
    କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
    ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
    ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
    ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
    ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
    କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।

ଗୀତସଂହିତା 128-130

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଏକ ଆରୋହଣ ସଙ୍ଗୀତ।

129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
    ଇସ୍ରାଏଲ, ଏହାକୁ ଆଉଥରେ କୁହ।
ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
    କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
    ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
    ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
    ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
ସେମାନେ ଗୃହର ଛାତ ଉପରିସ୍ଥ
    ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
ଯେପରି ‌‌କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ।
    ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
    “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
    କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”

ଏକ ଆରୋହଣ ଗୀତ।

130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
    ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
    ସାହାଯ୍ୟ ପାଇଁ ମୋର ଡାକ ଶୁଣ।
ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
    ତେବେ କେହି ବଞ୍ଚିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
    ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।

ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
    ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
    ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
    ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
    ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
    ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।

ଯାତ୍ରାପୁସ୍ତକ 7:8-24

ମୋଶାଙ୍କର ଆଶାବାଡ଼ି ଏକ ସର୍ପ ପାଲଟି ଗଲା

ସଦାପ୍ରଭୁ ମୋଶା ଓ ହାରୋଣକୁ କହିଲେ, “ଫାରୋ କହିବ ତୁମ୍ଭମାନଙ୍କର ପ୍ରମାଣ କିଛି ଦେଖାଅ। ସେ ତୁମ୍ଭମାନଙ୍କୁ ଅ‌ଦ୍‌ଭୂତ କର୍ମ ଦେଖାଇବାକୁ କହିବ। ହାରୋଣକୁ କୁହ ତା’ର ଆଶାବାଡ଼ି ଭୂମିରେ ପକାଇବ। ଏହି ଆଶାବାଡ଼ିଟି ଫାରୋଙ୍କ ସମ୍ମୁଖରେ ସର୍ପରେ ପରିଣତ ହେବ।”

10 ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କାର୍ଯ୍ୟମାନ କଲେ। ହାରୋଣ ତାଙ୍କର ଆଶାବାଡ଼ିଟିକୁ ଭୂମିରେ ପକାଇଲେ। ଯେତେବେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଗ୍ଭହିଁଥିଲେ ସେମାନଙ୍କ ସମ୍ମୁଖରେ ଆଶାବାଡ଼ିଟି ସର୍ପରେ ପରିଣତ ହୋଇଗଲା।

11 ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସେମାନେ ମଧ୍ୟ ହାରୋଣଙ୍କ ପରି ତାଙ୍କ ଗୁପ୍ତ ଯାଦୁ ବିଦ୍ୟା ପ୍ରୟୋଗ କରି ଆଶାବାଡ଼ିକୁ ସର୍ପରେ ପରିଣତ କରି ଦେଲେ। 12 ସେମାନେ ତାଙ୍କର ଆଶାବାଡ଼ିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ତାଙ୍କର ଆଶାବାଡ଼ି ସର୍ପରେ ପରିଣତ ହୋଇଗଲା। କିନ୍ତୁ ହାରୋଣଙ୍କର ଆଶାବାଡ଼ି ତାଙ୍କର ସମସ୍ତଙ୍କୁ ଖାଇଗଲା। 13 ତଥାପି ଫାରୋ କଠିନ ହେଲେ ଲୋକମାନଙ୍କୁ ଯିବାକୁ ଅନୁମତି ଦେଲେ ନାହିଁ। ଏହା ସେହିପରି ହୋଇଥିଲା ଯେପରି ସଦାପ୍ରଭୁ ହେବ ବୋଲି କହିଥିଲେ। ଫାରୋ ମୋଶା ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।

ଜଳ ରକ୍ତରେ ପରିଣତ ହେଲା

14 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ। 15 ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା। 16 ତାଙ୍କୁ ଏହା କୁହ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡ଼ିଦେବା ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମୋତେ ପଠାଇଛନ୍ତି। ସେମାନେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ଯ୍ୟନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ। 17 ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥିରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀରେ ଜଳକୁ ମୋର ଆଶାବାଡ଼ିରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତ୍ତେ ରକ୍ତ ପ୍ରବାହୀତ ହେବ। 18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’”

19 ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା’ର ଆଶାବାଡ଼ିକୁ ହାତରେ ଧରି ଏବଂ ଜଳଧାରଗୁଡ଼ିକୁ ଯଥା ନଦୀ, ହ୍ରଦ ଓ କେନାଲ ଯେଉଁଠାରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତେବେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ରରେ ଥିବା ଜଳସବୁ ରକ୍ତରେ ପରିଣତ ହେଲା।”

20 ତେଣୁ ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁସାରେ କାର୍ଯ୍ୟ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ୱାରା ନୀଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଗ୍ଭରୀମାନଙ୍କ ସମ୍ମୁଖରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତରେ ପରିଣତ ହୋଇଗଲା। 21 ନଦୀର ମତ୍ସ୍ୟମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ଯୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନ ଥିଲେ। ମିଶରର ସବୁଆଡ଼େ ଜଳଭାଗ ରକ୍ତରେ ପରିଣତ ହୋଇଗଲା।

22 ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ଯାଦୁବିଦ୍ୟା ପ୍ରୟୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି କଠିନ ହେଲେ ହୃଦୟ କଠିନ କଲେ ଏବଂ ସେ ସେମାନଙ୍କର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସାରେ ଘଟିଲା। 23 ଫାରୋ ମୋଶା ଏବଂ ହାରୋଣଙ୍କର କାର୍ଯ୍ୟରେ ଧ୍ୟାନ ନ ଦେଇ ଗୃହକୁ ଫେରିଗଲେ।

24 ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରି ନ ଥିଲେ। ତେଣୁ ସେମାନେ ନଦୀମାନଙ୍କରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:14-3:6

14 ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି। 15 ଆମ୍ଭର ଉତ୍ସର୍ଗ ବଳି ପରମେଶ୍ୱରଙ୍କ ପାଇଁ ହେଉଛି ଏହା: ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାନ୍ତି, ସେମାନଙ୍କ ପାଇଁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି। 16 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି ଆମ୍ଭେମାନେ ମୃତ୍ୟୁର ଦୁର୍ଗନ୍ଧ ସ୍ୱରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସେମାନଙ୍କ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ? 17 ଅନେକ ଯେପରି କରନ୍ତି, ସେହିପରି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ୱରଙ୍କ ବାକ୍ୟ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟ କହୁ। ପରମେଶ୍ୱରଙ୍କ ପ୍ରେରିତ ଲୋକ ଭଳି କଥା କହୁ।

ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ

ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି। ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ। ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ [a] ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।

ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି। ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

ମାର୍କ ଲିଖିତ ସୁସମାଗ୍ଭର 10:1-16

ବିବାହ ବିଚ୍ଛେଦ ସମ୍ପର୍କରେ ଯୀଶୁଙ୍କ ଶିକ୍ଷା(A)

10 ତା’ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।

କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରିବା ପାଇଁ ଚେଷ୍ଟା କଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଜଣେ ପୁରୁଷ ତା’ର ସ୍ତ୍ରୀକୁ ଛାଡ଼ପତ୍ର ଦେବା କ’ଣ ଆଇନ ସଙ୍ଗତ କାର୍ଯ୍ୟ?”

ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”

ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା’ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”

ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ। କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’ [a] “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ ଏବଂ ସେମାନେ ଏକ ହୋଇଯିବେ।’ [b] ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ। ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”

10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ। 11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। 12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”

ପିଲାମାନଙ୍କୁ ଯୀଶୁ ଗ୍ରହଣ କଲେ(B)

13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ। 14 ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଛୋଟ ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ପରମେଶ୍ୱରଙ୍କ ରାଜ୍ୟ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ। 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।” 16 ତା’ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center