Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 6

ପ୍ରଧାନ ବାଦ୍ୟକର ଉଦ୍ଦେଶ୍ୟରେ ତାରଯୁକ୍ତ ଯନ୍ତ୍ରରେ ଶିମିନୀତ ସ୍ୱରରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ।
    ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ରୁ‌‌ଗ୍‌‌ଣ ଓ ଦୁର୍ବଳ।
ମୋତେ ସୁସ୍ଥ କର
    କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।
    ମୋର ସମଗ୍ର ଶରୀର କମ୍ପୁଅଛି।
ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।
ହେ ସଦାପ୍ରଭୁ, ତୁମ୍ଭେ ଫେରି ଆସ ଓ ମୋତେ ପୁନର୍ବାର ଅଧିକ ବଳଶାଳୀ କର।
    ତୁମ୍ଭେ ଅତ୍ୟନ୍ତ କରୁଣାରେ ମୋତେ ଉଦ୍ଧାର କର।
ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ।
    ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେଥିପାଇଁ ମୋତେ ରକ୍ଷା କର।

ହେ ସଦାପ୍ରଭୁ,
    ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୋର ବିଛଣା ମୋର ଲୁହରେ ଭିଜିଗଲା।
    ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି।
    ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ।
    କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମୋର ପ୍ରାର୍ଥନାର ଉତ୍ତର ମଧ୍ୟ ଦେଇଛନ୍ତି।

10 ମୋର ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ୟାକୁଳ ହେବେ।
    ଓ ସେମାନେ ସମସ୍ତେ ଲଜ୍ଜିତ ହୋଇ ଏ ସ୍ଥାନ ପରିତ୍ୟାଗ କରିବେ।

ଗୀତସଂହିତା 12

ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।

12 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର,
    କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି।
    ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି।
    ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ।
    ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ।
ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ।
    ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”

କିନ୍ତୁ ସଦାପ୍ରଭୁ କହନ୍ତି,
    “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି।
ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି।
    କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”

ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ।
    ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।

ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ।
    ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି।
    ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।

ଗୀତସଂହିତା 94

94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
    ତୁମ୍ଭର ମହାନତା ଦେଖାଅ।
ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
    ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
    ସଦାପ୍ରଭୁ ଆଉ କେତେ କାଳ?
ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
    ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
    ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
    ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
    କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।

ହେ ପଶୁବତ୍ ଲୋକମାନେ,
    ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
    ଚେଷ୍ଟା କର ଏବଂ ବୁଝ।
ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
    ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
    ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
    ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
    ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।

12 ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
    ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
    ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
    ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
    ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।

16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
    ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
    ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
    କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
    ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।

20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
    ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
    ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
    ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
    ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
    ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।

ଯିରିମିୟଙ୍କ ବିଳାପ 1:17-22

17 ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି,
    ମାତ୍ର ତାକୁ ସାହାଯ୍ୟ କରିବାକୁ କେହି ନାହିଁ।
ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘେରି ରହିବାକୁ
    ସଦାପ୍ରଭୁ ଆଦେଶ କରିଛନ୍ତି।
ଯିରୁଶାଲମ ସେମାନଙ୍କ ମଧ୍ୟରେ
    ଅଶୁଚି ବସ୍ତୁ ତୁଲ୍ୟ ଅଛି।

18 ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି
    ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି।
ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ
    ଓ ମୋର ଦୁଃଖ ଦେଖ।
ମୋର ଯୁବକ, ଯୁବତୀମାନେ
    ନିର୍ବାସିତ ଅବସ୍ଥା ପାଇଛନ୍ତି।
19 ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି,
    ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ।
ମୋର ଯାଜକଗଣ ଓ ପ୍ରାଚୀନବର୍ଗ
    ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ।
ସେମାନେ ନିଜେ ନିଜେ ବଞ୍ଚିବା ପାଇଁ
    ଆହାର ଖୋଜୁଥିବା ବେଳେ ମଲେ।

20 “ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା।
    ମୋର ଅନ୍ତର ବ୍ୟଥିତ ହେଉଛି,
କାରଣ ମୁଁ ବିଦ୍ରୋହୀ ଥିଲି।
    ବାହାରେ ଖଡ଼ଗ ବଧ କରୁଅଛି
ଓ ଗୃହ ଭିତରେ ମୃତ୍ୟୁ ରହିଅଛି।
    ହେ ସଦାପ୍ରଭୁ ଦେଖ,
ମୋର ଅନ୍ତର କିପରି ଦହି ମୋହିଁବା ଭଳି ହେଉଛି।

21 “ମୋ’ କଥା ଶୁଣ, ମୁଁ ବିଳାପ କରୁଛି।
    ମୋତେ ସାନ୍ତ୍ୱନା ଦେବାକୁ କେହି ନାହିଁ।
ମୋର ଶତ୍ରୁମାନେ ମୋର ବିପଦକଥା ଶୁଣି ଆନନ୍ଦିତ।
    ସେମାନେ ଖୁସୀ,
କାରଣ ତୁମ୍ଭେ ମୋ’ ପ୍ରତି ତାହା ଘଟାଇଛ।
    ତୁମ୍ଭେ କହିଥିଲ ଏକ ସମୟରେ
ମୋର ଶତ୍ରୁମାନେ ଦଣ୍ଡିତ ହେବେ।
    ବର୍ତ୍ତମାନ ସେମାନଙ୍କୁ ମୋ’ ତୁଲ୍ୟ କରନ୍ତୁ।

22 “ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ ।
    ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ,
    ସେମାନଙ୍କ ପ୍ରତି ସେହି ପ୍ରକାର କର।
କାରଣ ମୁଁ ଅନେକ ଥର ବିଳାପ କରୁଛି
    ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8-22

ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା। ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉ‌‌ତ୍‌‌ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍। 10 ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ। 11 ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।

ପାଉଲଙ୍କ ଯୋଜନାରେ ପରିବର୍ତ୍ତନ

12 ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ। 13 ତୁମ୍ଭେମାନେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କେବଳ ସେହି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ। 14 ଯେପରିକି ତୁମ୍ଭେମାନେ ଆମ୍ଭ ବିଷୟରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭେମାନେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭେମାନେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସେହିପରି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।

15 ମୋହର ଏହି ବିଶ୍ୱାସ ଥିବାରୁ ମୁଁ ପ୍ରଥମରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ୱାରା ତୁମ୍ଭେମାନେ ଦୁଇଥର ଆଶୀର୍ବାଦ ଲାଭ କରିବ। 16 ମାକିଦନିଆ ଯିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫେରିଲା ବେଳେ ମଧ୍ୟ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ଦେଶକୁ ପ୍ରସ୍ଥାନ କରିବି। 17 ତୁମ୍ଭେମାନେ କ’ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲାବେଳେ ମୁଁ ପ୍ରକୃତରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନରେ କରିଥିଲି, ଯେ ଏକା ସମୟରେ “ହଁ, ହଁ” କହୁଥିବା ଓ “ନା, ନା” ମଧ୍ୟ କହୁଥିବି।

18 କିନ୍ତୁ ଯଦି ତୁମ୍ଭେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଛ, ତାହାହେଲେ ତୁମ୍ଭେମାନେ ବିଶ୍ୱାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର “ହଁ” ଓ “ନା” ଉଭୟ ହୋଇ ପାରିବ ନାହିଁ। 19 ମୁଁ ଏବଂ ସିଲ୍ୱାନ୍ ଓ ତୀମଥିଙ୍କ ଦ୍ୱାରା ପ୍ରଗ୍ଭରିତ ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ ଉଭୟ “ହଁ’ ଓ “ନା’ ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠାରେ ସର୍ବଦା “ହଁ” କଥା “ହଁ” ହୁଏ। 20 କାରଣ ପରମେଶ୍ୱର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠାରେ ସେ ସବୁଗଡ଼ିକ “ହଁ” ହୋଇଛି। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମରେ “ଆମେନ୍” ବୋଲି କହିଥାଉ। 21 କେବଳ ପରମେଶ୍ୱର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠାରେ ଦୃଢ଼ କରି ରଖନ୍ତି। ପରମେଶ୍ୱର ତାହାଙ୍କର ବିଶେଷ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି। 22 ସେ ଆମ୍ଭଠାରେ ନିଜ ଅଧିକାରର ମୋହର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦେବେ।

ମାର୍କ ଲିଖିତ ସୁସମାଗ୍ଭର 11:27-33

ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ(A)

27 ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ। 28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”

29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି। 30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।”

31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 32 କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା।

33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।”

ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା’ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center