Book of Common Prayer
ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍।
55 ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
2 ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ।
ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ।
ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ।
ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ।
ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
4 ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି।
ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି,
ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା
ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।
7 ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।
8 ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ
ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
9 ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର।
ସେମାନଙ୍କର ବକ୍ତୃତାକୁ ପଣ୍ଡ କର।
ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ
ଦୋଷ ଓ ଅସଭ୍ୟତା ପୁରି ରହିଛି।
11 ଅପରାଧ ସବୁଠାରେ ପ୍ରଚଳିତ ଅଛି।
ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।
12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା,
ମୁଁ ସହନ୍ତି।
ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି,
ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
13 କିନ୍ତୁ ତୁମ୍ଭେ ମୋର ସହଯୋଗୀ,
ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
14 ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ।
ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।
15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ,
ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ।
କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।
20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ।
ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
ତହିଁରେ ସେ ତୁମ୍ଭର ଯତ୍ନ ନେବେ।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ସଦାପ୍ରଭୁ ଯିରୁଶାଲମ ଧ୍ୱଂସ କଲେ
2 ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ
ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି।
ସେ ଇସ୍ରାଏଲର ଗୌରବକୁ
ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି।
ପୁଣି ତାଙ୍କର କ୍ରୋଧର ଦିନରେ
ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।
2 ସଦାପ୍ରଭୁ ଯାକୁବର ସକଳ ବାସସ୍ଥାନ ଧ୍ୱଂସ କରିଛନ୍ତି।
ସେ ତାହା ପ୍ରତି ଦୟା କରି ନାହାନ୍ତି।
ସେ ଆପଣା କ୍ରୋଧରେ ଯିହୁଦା କନ୍ୟାର
ଦୃଢ଼ ଦୁର୍ଗଗୁଡ଼ିକୁ ଉତ୍ପାଟନ କରିଛନ୍ତି।
ସଦାପ୍ରଭୁ ତାହାର ରାଜ୍ୟ ଓ ତା’ର ଅଧିପତିମାନଙ୍କୁ ଭୂମିସାତ୍ କରିଛନ୍ତି।
3 ସଦାପ୍ରଭୁ ପ୍ରଚଣ୍ଡ କ୍ରୋଧରେ
ଇସ୍ରାଏଲର ସମସ୍ତ ଶକ୍ତି କାଟି ପକାଇଛନ୍ତି।
ସେ ଶତ୍ରୁ ସମ୍ମୁଖରୁ
ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଛନ୍ତି।
ସେ ଅଗ୍ନିଶିଖା ପରି ଯାକୁବକୁ ଜ୍ୱଳାଇଛନ୍ତି
ଓ ତାହା ଚତୁର୍ଦ୍ଦିଗରେ ଥିବା ସବୁକିଛି ଗ୍ରାସ କରିଛନ୍ତି।
4 ଆଉ ସଦାପ୍ରଭୁ ଶତ୍ରୁ ପରି ଧନୁରେ ସୂତା ବାନ୍ଧିଥିଲେ
ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶୋଭିତ କରିଛନ୍ତି।
ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ
ଶତ୍ରୁପରି ବଧ କରିଅଛନ୍ତି।
ପୁଣି ତାଙ୍କର କ୍ରୋଧାଗ୍ନିକୁ
ସିୟୋନ କନ୍ୟାର ତମ୍ବୁ ଉପରେ ଢାଳି ଦେଇଅଛନ୍ତି।
5 ସଦାପ୍ରଭୁ ଶତ୍ରୁ ପାଲଟିଛନ୍ତି।
ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି।
ସେ ତା’ର ସମସ୍ତ ଅଟ୍ଟାଳିକା
ଓ ସମସ୍ତ ଦୁର୍ଗକୁ ଧ୍ୱଂସ କରିଅଛନ୍ତି।
ଆଉ ସେ ଯିହୁଦା କନ୍ୟା ମଧ୍ୟରେ
ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
6 ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି
ସେମାନଙ୍କର ଆବାସ କୁଡ଼ିଆକୁ ନଷ୍ଟ କରି ଦେଇଛନ୍ତି।
ସେ ଆପଣା ସାମାଜିକ ଉପାସନା ସ୍ଥାନକୁ
ନଷ୍ଟ କରିଦେଇଅଛନ୍ତି।
ସଦାପ୍ରଭୁ ସିୟୋନରେ ମହାସଭା
ଓ ବିଶ୍ରାମ ଦିନ ବିସ୍ତୃତ କରାଇ ଅଛନ୍ତି।
ଆଉ ଆପଣା ପ୍ରଚଣ୍ଡ କ୍ରୋଧରେ ରାଜା
ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।
7 ସଦାପ୍ରଭୁ ଆପଣା ଯଜ୍ଞବେଦି
ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି।
ସେ ତା’ର ମନ୍ଦିରର ପ୍ରାଚୀରକୁ
ନିଜର ଶତ୍ରୁମାନଙ୍କୁ ଦେଇଛନ୍ତି।
ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦରେ
ସଦାପ୍ରଭୁଙ୍କ ମନ୍ଦିରରେ ଧ୍ୱନି କରୁଛନ୍ତି।
8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର
ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି।
ସେ ମାପସୂତା ଧରିଛନ୍ତି
ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାନ୍ତି।
ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି।
ସେମାନେ ଏକାବେଳକେ ନିସ୍ତେଜ ହୋଇଛନ୍ତି।
9 ତାହାର ନଗରଦ୍ୱାର ସବୁ ଭୂମିସାତ୍ ହୋଇଅଛି,
ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ ହୋଇଗଲା।
ତା’ର ରାଜାମାନେ ଓ ରାଜକୁମାରୀମାନେ ଅନ୍ୟ ଗୋଷ୍ଠୀ ମଧ୍ୟରେ ଅଛନ୍ତି,
ତା’ର ସନ୍ତାନମାନଙ୍କ ପାଇଁ ଶିକ୍ଷା ନାହିଁ।
ତା’ର ଭବିଷ୍ୟଦ୍ବକ୍ତାଗଣ କୌଣସି ଦର୍ଶନ।
ସଦାପ୍ରଭୁଙ୍କଠାରୁ ପାଇ ନାହାନ୍ତି।
14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି।
ମାତ୍ର ତାହା ଅସାର ଓ ମିଥ୍ୟାରେ ପରିପୂର୍ଣ୍ଣ।
ସେମାନେ ତୁମ୍ଭର ଭଲ ପାଇଁ
ଓ ତୁମ୍ଭର ଅଧର୍ମ ମୋଚନ ପାଇଁ ପ୍ରଗ୍ଭର କରି ନାହାନ୍ତି।
ମାତ୍ର ଅସାର ଭାରୋକ୍ତି
ଓ ତୁମ୍ଭ ନିର୍ବାସିତ ହେବାର ଦେଖି ପ୍ରଗ୍ଭର କରିଅଛନ୍ତି।
15 ପଥିକମାନେ ତୁମ୍ଭର ଦୁରାବସ୍ଥାରେ
ହାତତାଳି ଦିଅନ୍ତି।
ସେମାନେ “ଶୀସ୍” ଶବ୍ଦ କରି
ଯିରୁଶାଲମର କନ୍ୟା ପ୍ରତି ମସ୍ତକ ହଲାଇ କହନ୍ତି,
“ଏ କ’ଣ ସେହି ନଗରୀ
ଯାହାକୁ ଲୋକମାନେ ‘ସୌନ୍ଦର୍ଯ୍ୟମୟୀ ନଗରୀ’
ଓ ‘ସମଗ୍ର ପୃଥିବୀର ଆନନ୍ଦ ସ୍ୱରୂପ’ ବୋଲି କହୁଥିଲେ?”
16 ତୁମ୍ଭର ସମସ୍ତ ଶତ୍ରୁ ତୁମ୍ଭକୁ ପରିହାସ କରନ୍ତି।
ସେମାନେ “ଶୀସ୍” ଶବ୍ଦ ଓ ଦାନ୍ତ କଡ଼ମଡ଼ କରି କହନ୍ତି,
“ଆମ୍ଭେମାନେ ତାକୁ ଗ୍ରାସ କରିଅଛୁ,
ଆମ୍ଭେମାନେ ଏହି ଦିନକୁ ଅପେକ୍ଷା କରିଥିଲୁ,
ଏହି ଦିନକୁ ଆମ୍ଭେମାନେ ଆଶା କରିଥିଲୁ, ତାହା ପାଇଲୁ ଓ ଦେଖିଲୁ।”
17 ସଦାପ୍ରଭୁ ଯାହା ସଙ୍କଳ୍ପ କରିଥିଲେ, ତାହା ସିଦ୍ଧ କରିଅଛନ୍ତି।
ସେ ବହୁକାଳ ପୂର୍ବେ ଯାହା ଆଜ୍ଞା କରିଥିଲେ,
ସେହି ବାକ୍ୟ ସଫଳ କରିଅଛନ୍ତି।
ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି।
ଆଉ ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି
ଓ ସେ ତୁମ୍ଭ ବିପକ୍ଷରେ ସେମାନଙ୍କୁ ଉନ୍ନତ କରିଅଛନ୍ତି।
23 ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦେବାକୁ ଇଚ୍ଛା କରୁ ନ ଥିଲି। 24 ପରମେଶ୍ୱର ଏଥିର ସାକ୍ଷୀ। ମୋ’ କହିବା ଉଦ୍ଦେଶ୍ୟ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ୱାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭେମାନେ ବିଶ୍ୱାସରେ ଦୃଢ଼ କିନ୍ତୁ ଆମ୍ଭେମାନେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।
2 ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ। 2 ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତେବେ କିଏ ମୋତେ ସୁଖୀ କରିବ। କେବଳ ତୁମ୍ଭେମାନେ ମୋତେ ସୁଖ ଦେଇ ପାରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦେଇଛି। 3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେହେତୁ ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କଠାରୁ ମୋତେ ଆନନ୍ଦ ମିଳିବା କଥା, ସେମାନଙ୍କଠାରୁ ମୋତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ମୋର ସହିତ ଆନନ୍ଦ କରିବ। 4 ପୂର୍ବରୁ ମୁଁ ଯେତେବେଳେ ତୁମ୍ଭକୁ ଲେଖିଥିଲି, ସେତେବେଳେ ମୋ’ ହୃଦୟରେ ଅଧିକ ବେଦନା ଓ ଦୁଃଖ ଥିଲା। ମୁଁ ଆଖିରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦେବା ମୋର ଉଦ୍ଦେଶ୍ୟ ନ ଥିଲା। ତୁମ୍ଭମାନଙ୍କ ପାଇଁ ମୋର ପ୍ରେମର ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭେମାନେ ଜାଣି ପାରିବ ଏଥିପାଇଁ ଏହା ଲେଖିଲି।
ମନ୍ଦ କରିଥିବା ଲୋକକୁ କ୍ଷମା ଦିଅ
5 ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମୋତେ ଦୁଃଖିତ କରିଛି, ସେ କେବଳ ମୋତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରାରେ ତୁମ୍ଭମାନଙ୍କୁ ମଧ୍ୟ କରିଛି। 6 ଏହି ଲୋକକୁ ତୁମ୍ଭେମାନେ ମିଶି ଯାହା ଦଣ୍ଡ ଦେଇଛ, ତାହା ଯଥେଷ୍ଟ ହେଲାଣି। 7 କିନ୍ତୁ ଏବେ ତୁମ୍ଭେମାନେ ତାହାକୁ କ୍ଷମା ଦେବା ଉଚିତ୍ ଓ ତାହାକୁ ସାନ୍ତ୍ୱନା ପ୍ରଦାନ କରିବା ଉଚିତ୍। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖରେ ଭାଙ୍ଗି ପଡ଼ିବ ନାହିଁ। 8 ସେଥିପାଇଁ ମୋର ଅନୁରୋଧ ଯେ, ତୁମ୍ଭେମାନେ ତା’ ପ୍ରତି ପୁନର୍ବାର ତୁମ୍ଭମାନଙ୍କର ପ୍ରେମଭାବ ଦେଖାଅ। 9 ତୁମ୍ଭେମାନେ ମୋର ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି। 10 ତୁମ୍ଭେମାନେ ଯଦି କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତିରେ କ୍ଷମା କରିଛି। 11 ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ।
ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ(A)
12 ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ [a] କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା’ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
2 “ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା। 3 କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ। 4 ତା’ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। 5 ତା’ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।
6 “ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’
7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’। 8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।
9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ। 10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ?
2010 by World Bible Translation Center