Book of Common Prayer
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
ଏକ ପ୍ରଶଂସାର ଗୀତ।
98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
ତାଙ୍କୁ ଆଉଥରେ ଗୌରବ ଆଣିଛି।
2 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
3 ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 ବଂଶୀ ବଜାଅ ଓ ତୂରୀ ଫୁଙ୍କ।
ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
7 ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
ସମସ୍ତେ ଗାନ କର।
8 ନଦନଦୀଗଣ କରତାଳି ଦିଅ!
ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
ବିଗ୍ଭର ଓ ନ୍ୟାୟ କରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
14 “ତେଣୁ ତୁମ୍ଭେମାନେ ଭଲଭାବେ ମନେରଖ ଯେ, ଆଜି ରାତ୍ରଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀୟ ଦିନ ହେବ। ତୁମ୍ଭେମାନେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପାଳନ କରିବ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ଏହି ପର୍ବ ପ୍ରତି ବର୍ଷ ପାଳନ କରିବେ। 15 ଏହି ଉତ୍ସବରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ସାତ ଦିନ ପର୍ଯ୍ୟନ୍ତ ଖାଇବ। ବିଶେଷତଃ ପ୍ରଥମ ଦିନରେ ତୁମ୍ଭ ଗୃହରୁ ତାଡ଼ି ଦୂରରେ ରଖିବ। ଏହି ସାତ ଦିନ ମଧ୍ୟରେ ତୁମ୍ଭେମାନେ କେହି ତାଡ଼ି ଖାଇବ ନାହିଁ। ଯଦି କେହି ତାଡ଼ି ଭୋଜନ କରେ ତେବେ ସେ ତା’ର ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। 16 ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ। 17 ଏହି ପ୍ରକାରରେ ତୁମ୍ଭେମାନ ତାଡ଼ିଶୂନ୍ୟ ରୋଟୀର ପର୍ବ ପ୍ରତି ବର୍ଷ ପାଳନ କରିବ। କାରଣ ସେହି ଦିନରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିବା। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ୟବସ୍ଥାରେ ମୋ’ ପାଇଁ ଏହି ଦିନ ପାଳନ କରିବ। 18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। 19 ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ। 20 ଏହି ପର୍ବରେ, ତୁମ୍ଭେମାନେ ତାଡ଼ିମିଶ୍ରିତ ରୋଟୀ ଖାଇବ ନାହିଁ। ତୁମ୍ଭେମାନେ ଯେଉଁ ସ୍ଥାନରେ ବାସ କରନା କାହିଁକି ତାଡ଼ିଶୂନ୍ୟ ରୋଟୀ ଖାଇବ।”
21 ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର। 22 ବିଡ଼ାଏ ଏସୋବ୍ ନେଇ ପାତ୍ରରେ ଥିବା ରକ୍ତରେ ବୁଡ଼ାଇ ଦ୍ୱାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ଯାଏ ତୁମ୍ଭମାନଙ୍କର କେହିଗୃହ ଦ୍ୱାରର ବାହାରକୁ ନ ଯାଉ। 23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ। 24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍। 25 ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ। 26 ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’ 27 ତୁମ୍ଭେମାନେ କହିବ, ‘ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ। କାରଣ ଯେତେବେଳେ ଆମ୍ଭେ ମିଶରରେ ଥିଲୁ, ସଦାପ୍ରଭୁ ସେତେବେଳେ ଆମ୍ଭମାନଙ୍କୁ ଛାଡ଼ି କେବଳ ମିଶରବାସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ୟା କଲାବେଳେ ଆମ୍ଭମାନଙ୍କୁ ସୁରକ୍ଷା ଦେଇଥିଲେ।’”
ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହୋଇ ପ୍ରଣାମ କଲେ।
ଖ୍ରୀଷ୍ଟଙ୍କର ସୁସମାଗ୍ଭର
15 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦେବାକୁ ଇଚ୍ଛା କରେ। ତୁମ୍ଭେମାନେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ। 2 ତୁମ୍ଭେମାନେ ଏହି ସୁସମାଗ୍ଭର ଦ୍ୱାରା ପରିତ୍ରାଣ ପାଇଛ। କିନ୍ତୁ ମୋ’ କହିଥିବା କଥାଗୁଡ଼ିକୁ ତୁମ୍ଭେମାନେ ବିଶ୍ୱାସ କରି ଗ୍ଭଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
3 ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ। 4 ଯୀଶୁ ଖ୍ରୀଷ୍ଟଙ୍କୁ କବର ଦିଆ ହେଲା ଓ ତୃତୀୟ ଦିନରେ ସେ ମୃତ୍ୟୁରୁ ଉଠିଲେ। 5 ସେ କେଫାଙ୍କୁ ଓ ତା’ପରେ ବାରଜଣ ପ୍ରେରିତଙ୍କୁ ଦେଖା ଦେଲେ। 6 ତା’ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦେଖାଦେଇଥିଲେ। ତାହାଙ୍କ ମଧ୍ୟରୁ ଅଧିକାଂଶ ଲୋକ ଆଜି ମଧ୍ୟ ଜୀବିତ। କିନ୍ତୁ କେତେକ ମରି ଯାଇଛନ୍ତି। 7 ତା’ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ରେରିତମାନଙ୍କୁ ଆଉଥରେ ଦେଖା ଦେଲେ। 8 ଯଥା ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମୋତେ ସର୍ବ ଶେଷରେ ଦେଖା ଦେଲେ।
9 ମୁଁ ସମସ୍ତ ପ୍ରେରିତମାନଙ୍କ ମଧ୍ୟରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମୋର ପ୍ରେରିତ ବୋଲି ଡକା ଯିବାର ଯୋଗ୍ୟତା ମଧ୍ୟ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଛି। 10 କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି। 11 ମୁଁ ତୁମ୍ଭକୁ ପ୍ରଗ୍ଭର କରେ ବା ଅନ୍ୟମାନେ ପ୍ରଗ୍ଭର କରନ୍ତି, ସେଥିରେ କିଛି ଯାଏ ଆସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଗ୍ଭର କରିଥାଉ। ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଅଛ।
ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ(A)
16 ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ। 2 ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ। 3 ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?”
4 ତା’ପରେ ସେମାନେ ସେ ଆଡ଼କୁ ଗ୍ଭହିଁଲେ। ସେମାନେ ଦେଖିଲେ ଯେ, ସେହି ବଡ଼ ପଥରଟି ସେଠାରୁ ଘୁଞ୍ଚା ଯାଇଛି। 5 ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ।
6 କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ। 7 ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”
8 ସେହି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟରେ ଅଭିଭୂତ ହୋଇ ଯାଉଥିଲେ। ସେମାନେ କବରରୁ ବାହାରି ଦୌଡ଼ି ପଳାଇଲେ, କିନ୍ତୁ ଭୟଭୀତ ହୋଇ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।
2010 by World Bible Translation Center