Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 111

111 ସଦାପ୍ରଭୁଙ୍କର ପ୍ରଶଂସା କର।

ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
    ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
    ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
    ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
    ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
    ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
    ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
    ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
    ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
    ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
    ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
    ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
    ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।

ଗୀତସଂହିତା 114

114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
    ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
    ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
    ଯର୍ଦ୍ଦନ ନଦୀ ଉଜାଣି ବହିଲା।
ପର୍ବତଗଣ ମେଷପରି ଡେଇଁଲେ।
    ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।

ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
    ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
    ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
    ସମ୍ମୁଖରେ କମ୍ପିତ ହୁଅ।
ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
    ଓ ପରମେଶ୍ୱର ଚ‌କ୍‌ମକି ପଥରରୁ ନିର୍ଝର ବୁହାଇଲେ।

ଯାତ୍ରାପୁସ୍ତକ 12:28-39

28 ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।

29 ମଧ୍ୟରାତ୍ରରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲେ। 30 ସେହି ରାତ୍ରରେ ମିଶରର ପ୍ରତ୍ୟେକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଗ୍ଭରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।

ଇସ୍ରାଏଲ ମିଶର ଛାଡ଼ିଲେ

31 ସେହି ରାତ୍ରିରେ ରାଜା ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର। ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ଯାତ୍ରା କର। 32 ତୁମ୍ଭେ ତୁମ୍ଭର ମେଷ, ଗାଈ ଗୋରୁ ସମସ୍ତ ନେଇ ଯାଅ ଏବଂ ମୋତେ ଆଶୀର୍ବାଦ କର।” 33 ମିଶରର ଲୋକମାନେ ସେମାନଙ୍କୁ ଶୀଘ୍ର ଶୀଘ୍ର ବିଦାୟ କଲେ। କାରଣ, ସେମାନେ କହିଲେ, “ଯଦି ତୁମ୍ଭେମାନେ ନ ଯାଅ, ଆମ୍ଭେ ସମସ୍ତେ ମରିଯିବୁ।”

34 ଇସ୍ରାଏଲର ଲୋକମାନେ ତାଙ୍କ ଅଟାରେ ତାଡ଼ି ମିଶାଇବାକୁ ସମୟ ପାଇ ନ ଥିଲେ। ସେମାନେ ଅଟା ନେଇ ପଳାଇଲେ। ସେମାନେ ସେମାନଙ୍କର ପାତ୍ରଗୁଡ଼ିକ ଲୁଗାରେ ଗୁଡ଼ାଇଲେ ଏବଂ ସେମାନଙ୍କର କାନ୍ଧରେ ବହିଲେ। 35 ଏହା ପରେ ଇସ୍ରାଏଲୀୟ ଲୋକମାନେ ମୋଶାଙ୍କର ଆଜ୍ଞାନୁସାରେ ଗଲେ। ସେମାନେ ତାଙ୍କର ମିଶରୀୟ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସେମାନଙ୍କୁ ରୂପା ଅଳଙ୍କାର, ସ୍ୱର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ। 36 ସଦାପ୍ରଭୁ ମିଶରବାସୀମାନଙ୍କ ହୃଦୟରେ ଇସ୍ରାଏଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇସ୍ରାଏଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକାରେ ଇସ୍ରାଏଲୀୟମାନେ ମିଶରୀୟମାନଙ୍କୁ ଲୁଣ୍ଠନ କଲେ।

37 ଇସ୍ରାଏଲୀୟ ଲୋକମାନେ ରାମିଷେ‌ଷ୍‌ଠାରୁ ସୁ‌କ୍‌କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ। 38 ସେମାନେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷ, ଛେଳି ଓ ଗୋରୁଗାଈ ସହିତ ଅନେକ ପଶୁ ସେମାନଙ୍କ ସହିତ ଥିଲେ। 39 ଲୋକମାନେ ସେମାନଙ୍କର ଚକଟା ମଇଦାରେ ତାଡ଼ି ମିଶାଇ ପାରି ନ ଥିଲେ। ଏବଂ ସେମାନଙ୍କର ଯାତ୍ରା ପାଇଁ ମଧ୍ୟ ସ୍ୱତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନ ଥିଲେ। ତେଣୁ ସେମାନେ ତାଡ଼ିଶୂନ୍ୟ ରୋଟୀମାନ ପ୍ରସ୍ତୁତ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:12-28

ଆମ୍ଭେ ମୃତ୍ୟୁରୁ ପୁନର୍ଜୀବିତ ହେବା

12 ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇଥିଲେ, ଏହା ପ୍ରଗ୍ଭରିତ ହୋଇଛି, ତା’ହେଲେ ତୁମ୍ଭମାନଙ୍କ ମଧ୍ୟରୁ କେତେଜଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇପାରିବେ ନାହିଁ। 13 ଯଦି ଲୋକମାନେ ମୃତ୍ୟୁରୁ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ ଖ୍ରୀଷ୍ଟ ମଧ୍ୟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇ ନାହାନ୍ତି, 14 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇ ନାହାନ୍ତି, ତା’ହେଲେ ଆମ୍ଭର ଶିକ୍ଷାଦାନ ଓ ତୁମ୍ଭମାନଙ୍କର ବିଶ୍ୱାସର କିଛି ମୂଲ୍ୟ ନାହିଁ। 15 ଆମ୍ଭେ ମଧ୍ୟ ପରମେଶ୍ୱରଙ୍କ ବିଷୟରେ ମିଛ କହିଥିବା ଅପରାଧରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ୱରଙ୍କ ବିଷୟରେ ପ୍ରଗ୍ଭର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ଯଦି ମୃତମାନେ ଉ‌ତ୍‌‌ଥିତ ନ ହୁଅନ୍ତି, ତା’ହେଲେ ପରମେଶ୍ୱର ମଧ୍ୟ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉଠାଇ ନାହାନ୍ତି। 16 ଯଦି ମୃତମାନେ ଉ‌ତ୍‌‌ଥିତ ହୁଅନ୍ତି ନାହିଁ, ତା’ହେଲେ ଯୀଶୁ ଖ୍ରୀଷ୍ଟ ମଧ୍ୟ ଉ‌ତ୍‌‌ଥିତ ହୋଇ ନାହାନ୍ତି। 17 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉଠି ନାହାନ୍ତି, ତା’ହେଲେ ତୁମ୍ଭ ବିଶ୍ୱାସର କିଛି ମୂଲ୍ୟ ନାହିଁ। ତୁମ୍ଭେମାନେ ଏ ପର୍ଯ୍ୟନ୍ତ ନିଜ ନିଜ ପାପରେ ଅଛ। 18 ପୁଣି ଖ୍ରୀଷ୍ଟଙ୍କଠାରେ ଥାଉ ଯେଉଁମାନେ ମରିଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇ ଯାଇ ଅଛନ୍ତି। 19 ଯଦି ଖ୍ରୀଷ୍ଟଙ୍କଠାରେ ଆମ୍ଭର ଭରସା କେବଳ ଏହି ସଂସାରର ଜୀବନ ପାଇଁ, ତା’ହେଲେ ଅନ୍ୟ ସମସ୍ତ ଲୋକଙ୍କ ତୁଳନାରେ ଆମ୍ଭେ ଅଧିକ ହତଭାଗ୍ୟ।

20 କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉ‌ତ୍‌‌ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉ‌ତ୍‌‌ଥିତ ପ୍ରଥମ ଫଳ ସ୍ୱରୂପ। 21 ଜଣେ ମନୁଷ୍ୟ ହେତୁ ଲୋକମାନଙ୍କ ପାଖକୁ ମୃତ୍ୟୁ ଆସିଲା। କିନ୍ତୁ ଜଣେ ମନୁଷ୍ୟ ଦ୍ୱାରା ମଧ୍ୟ ମୃତ୍ୟୁର ପୁନରୁ‌ତ୍‌‌ଥାନ ହେଲା। 22 ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ। 23 କିନ୍ତୁ ପ୍ରତ୍ୟେକ ଲୋକ କ୍ରମାନୁସାରେ ପୁନଃ ଜୀବିତ ହେବେ। ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ ତା’ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁ‌ତ୍‌‌ଥିତ ହେବେ। 24 ତା’ପରେ ଯୁଗାନ୍ତ ହେବ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ୱରଙ୍କ ରାଜତ୍ୱ ସମର୍ପଣ କରିବେ।

25 କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ। 26 ଶେଷ ଶତ୍ରୁ ଭାବରେ ମୃତ୍ୟୁକୁ ଲୋପ କରାଯିବ। 27 ଶାସ୍ତ୍ର କୁହେ: “ପରମେଶ୍ୱର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି।” [a] ଯେତେବେଳେ ଏହା କୁହେ ଯେ, ସେ “ସମସ୍ତ ବିଷୟ” ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ୱର ନିଜେ ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସେହିସବୁରେ ପରମେଶ୍ୱର ଅନ୍ତର୍ଗତ ନୁହନ୍ତି। 28 ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତାରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ୟ ପରମେଶ୍ୱରଙ୍କ ବଶୀଭୂତ ହେବେ। ଯେଉଁ ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସେହି ଖ୍ରୀଷ୍ଟ ପରମେଶ୍ୱରଙ୍କ ବଶୀଭୂତ ହେବେ ଓ ଏହିଭଳି ପ୍ରତ୍ୟେକ ବିଷୟ ଉପରେ ପରମେଶ୍ୱର ଶାସନ ପ୍ରତିଷ୍ଠିତ କରିବେ।

ମାର୍କ ଲିଖିତ ସୁସମାଗ୍ଭର 16:9-20

କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି।

କେତେକ ଶିଷ୍ୟ ଯୀଶୁଙ୍କୁ ଦେଖିଲେ(A)

ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ। ସର୍ବ ପ୍ରଥମେ ସେ ମ‌ଗ୍‌ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ। 10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ। 11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।

12 ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ। 13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।

ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା(B)

14 ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।

15 ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ। 16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ। 17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା’ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। 18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”

ଯୀଶୁଙ୍କ ସ୍ୱର୍ଗାରୋହଣ(C)

19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। 20 ତା’ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center