Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଗୀତସଂହିତା 99

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଗୀତସଂହିତା 115

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯାତ୍ରାପୁସ୍ତକ 12:40-51

40 ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ। 41 430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ। 42 ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।

43 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ। 44 କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ। 45 ନ ହେଲେ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।

46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା’ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ। 47 ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ। 48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା’ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ। 49 ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”

50 ତେଣୁ ସମସ୍ତ ଇସ୍ରାଏଲୀୟମାନେ ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାକୁ ମାନିଲେ। 51 ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:29-41

29 ଯଦି ଲୋକମାନେ ମୃତ୍ୟୁରୁ ଆଦୌ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ ଯେଉଁମାନେ ମୃତମାନଙ୍କ ପାଇଁ ବାପ୍ତିଜିତ ହୋଇଛନ୍ତି, ସେମାନେ କ’ଣ କରିବେ? ଯଦି ମୃତମାନେ ଆଦୌ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ କାହିଁକି ସେମାନଙ୍କ ପାଇଁ ଲୋକମାନଙ୍କୁ ବାପ୍ତିଜିତ କରାଯାଇଥାଏ?

30 ଆମ୍ଭେ ପ୍ରତି ମୁହୂର୍ତ୍ତରେ କ’ଣ ପାଇଁ ବିପଦର ସମ୍ମୁଖୀନ ହେଉ? 31 ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମରେ। 32 ଯଦି ମୁଁ ଏଫିସଠାରେ ମୋର ଗର୍ବ ରକ୍ଷାର୍ଥେ ବନ୍ୟପଶୁମାନଙ୍କ ସହ ଯୁଦ୍ଧ କରିଛି, ତା’ହେଲେ ମୁଁ କ’ଣ ବା ପାଇଲି? ଯଦି ମୃତ ଲୋକ ମୃତ୍ୟୁରୁ ଉ‌ତ୍‌‌ଥିତ ହେବ ନାହିଁ, ତା’ହେଲେ “ଆସ ଖାଇବା, ପିଇବା, ମଉଜ କରିବା କାରଣ କାଲି ମରିବାକୁ ହେବ।” [a]

33 ମୂର୍ଖଙ୍କ ଭଳି ଆଚରଣ କର ନାହିଁ। “ମନ୍ଦ ସଙ୍ଗୀମାନେ ଭଲ ଅଭ୍ୟାସଗୁଡ଼ିକୁ ନଷ୍ଟ କରିଦେବେ।” 34 ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ୟରୁ କେତେକ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏ କଥା ମୁଁ କହୁଛି।

ଆମ୍ଭେ କେଉଁ ପ୍ରକାର ଶରୀର ପାଇବା?

35 କିନ୍ତୁ ଜଣେ ପଗ୍ଭରି ପାରେ: “ମୃତଗୁଡ଼ିକ କିପରି ଉ‌ତ୍‌‌ଥିତ ହୁଅନ୍ତି? 36 ସେମାନେ କେଉଁ ଭଳି ଦେହ ଧାରଣ କରିବେ?” ଏଗୁଡ଼ିକ ହେଉଛି ନିର୍ବୋଧ ପ୍ରଶ୍ନ। ପୃଥିବୀରେ ପୋତା ଯାଇଥିବା ବୀଜଟି ନିଜେ ନ ମରିବା ପର୍ଯ୍ୟନ୍ତ ସଜୀବ ହୁଏ ନାହିଁ। 37 ବୁଣିଲା ବେଳେ ତୁମ୍ଭେମାନେ ଯାହା ବୁଣ, ବିକଶିତ ହେଲା ପରେ ତାହା ସେହି “ଶରୀର” ଧାରଣ କରେ ନାହିଁ। ତୁମ୍ଭେମାନେ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, କେବଳ ବୀଜଟି ବୁଣ। 38 ତା’ପରେ ପରମେଶ୍ୱର ଯେପରି ଇଚ୍ଛା କରନ୍ତି, ସେହିପରି ଶରୀର ତାହାକୁ ପ୍ରଦାନ କରନ୍ତି। ପରମେଶ୍ୱର ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି। 39 ଶରୀରରୁ ଜାତ ସମସ୍ତ ବିଷୟରେ ସମାନ ପ୍ରକାରର ଶରୀର ନ ଥାଏ। ମଣିଷମାନଙ୍କର ଶରୀର ଏକ ପ୍ରକାରର ତ ଚଢ଼େଇମାନଙ୍କର ଶରୀର ଅନ୍ୟ ପ୍ରକାରର ଓ ମାଛମାନଙ୍କର ଶରୀର ଆହୁରି ଅଲଗା ପ୍ରକାରର। 40 ସ୍ୱର୍ଗୀୟ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି। କିନ୍ତୁ ସ୍ୱର୍ଗୀୟ ଶରୀରରୁ ଏକ ପ୍ରକାରର ହେବ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟପ୍ରକାରର ହେବ। 41 ସୂର୍ଯ୍ୟର ଜ୍ୟୋତିଃ ଗୋଟିଏ ପ୍ରକାରର, ଚନ୍ଦ୍ରର ଜ୍ୟୋତିଃ ଅନ୍ୟ ପ୍ରକାରର ଓ ତାରାମାନଙ୍କର ଜ୍ୟୋତିଃ ଆହୁରି ଅନ୍ୟପ୍ରକାରର, ଗୋଟିଏ ତାରାର ଜ୍ୟୋତିଃ, ଅନ୍ୟ ତାରାମାନଙ୍କଠାରୁ ଅଲଗା।

ମାଥିଉ ଲିଖିତ ସୁସମାଗ୍ଭର 28:1-16

ଯୀଶୁ ମୃତ୍ୟୁରୁ ପୁନ‌ରୁ‌‌ତ୍‌‌ଥିତ ହେଲେ(A)

28 ବିଶ୍ରାମ ଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ ଦିନ ଅତି ସକାଳୁ ମ‌ଗ୍‌‌ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।

ସେତିକିବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସ୍ୱର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାର ପାଖରୁ ପଥରଟି ଗଡ଼େଇ ବାହାର କରିଦେଲେ। ସେ ପଥର ଉପରେ ବସିଲେ। ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା। କବରକୁ ଜଗି ରହିଥିବା ସୈନ୍ୟମାନେ ସ୍ୱର୍ଗଦୂତଙ୍କୁ ଦେଖି ଡରିଗଲେ। ସେମାନେ ଭୟରେ ଥରିବାକୁ ଲାଗିଲେ। ସେମାନେ ମୃତ ପ୍ରାୟ ହୋଇଗଲେ।

ସ୍ୱର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, “ଭୟ କର ନାହିଁ। ଯେଉଁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଛି, ତୁମ୍ଭେ ତାହାଙ୍କୁ ଖୋଜୁଥିବା କଥା ମୁଁ ଜାଣିଛି। କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନ‌ରୁ‌‌ତ୍‌‌ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ। ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଜଣାଅ, ‘ଯୀଶୁ ମୃତ୍ୟୁରୁ ପୁନ‌ରୁ‌‌ତ୍‌‌ଥିତ ହୋଇଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସେଠାରେ ଥିବେ। ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।’’’ ତା’ପରେ ସ୍ୱର୍ଗଦୂତ ଆଉ ଥରେ କହିଲେ, “ଏହିସବୁ କଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।”

ତେଣୁ ସେହି ସ୍ତ୍ରୀଲୋକମାନେ ତ‌‌‌ତ୍‌‌କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ। ହଠାତ୍ ସେମାନେ ଦେଖିଲେ, ଯୀଶୁ ତାହାଙ୍କ ଆଗରେ ଠିଆ ହୋଇଛନ୍ତି। ସେ କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ!” ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ। 10 ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ ଯାଇ ମୋ’ ଭାଇମାନଙ୍କୁ କୁହ ଯେ, ସେମାନେ ଗାଲିଲୀ ଯାଆନ୍ତୁ। ସେମାନେ ମୋତେ ସେହିଠାରେ ଦେଖିବେ।”

ଜଗୁଆଳମାନେ ଯିହୂଦୀ ନେତାମାନଙ୍କୁ ଘଟଣାର ସୂଚନା ଦେଲେ

11 ଯେତେବେଳେ ସ୍ତ୍ରୀଲୋକମାନେ ଯୀଶୁଙ୍କ ଶିଷ୍ୟମାନଙ୍କୁ ଖବର ଦେବାକୁ ଗଲେ, କବର ନିକଟରେ ପହରା ଦେଉଥିବା କେତେକ ଜଗୁଆଳ ନଗରକୁ ଗଲେ ଓ କବର ନିକଟରେ ଯାହାସବୁ ଘଟିଥିଲା, ସେ ସମସ୍ତ ଖବର ପ୍ରଧାନଯାଜକମାନଙ୍କୁ ଜଣାଇଲେ। 12 ତା’ପରେ ପ୍ରଧାନଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସେମାନେ ସୈନ୍ୟମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବରେ ପ୍ରଚୁର ଟଙ୍କା ଦେଲେ। 13 ସେମାନେ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭେମାନେ ସବୁ ଶୋଇ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ୟମାନେ ରାତିରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଗ୍ଭେରେଇ ନେଲେ। 14 ରାଜ୍ୟପାଳ ଯଦି ଏ କଥା ଶୁଣନ୍ତି, ତେବେ ଆମ୍ଭେ ତାହାଙ୍କୁ ଠିକ୍ ଭାବରେ ସବୁ ବୁଝାଇ କହିବୁ ଓ ତୁମ୍ଭମାନଙ୍କୁ ଅସୁବିଧାରୁ ରକ୍ଷା କରିବୁ।” 15 ସୈନ୍ୟମାନେ ଟଙ୍କାତକ ନେଲେ। ସେମାନଙ୍କୁ ଯେପରି କରିବାକୁ ଶିଖାଯାଇଥିଲା, ସେମାନେ ତାହା ହିଁ କଲେ। ଏବଂ ଏ କଥାଟି ଆଜି ପର୍ଯ୍ୟନ୍ତ ମଧ୍ୟ ଯିହୂଦୀମାନଙ୍କ ମଧ୍ୟରେ ପ୍ରଚଳିତ ଅଛି।

ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ସହିତ କଥାବାର୍ତ୍ତା ହେଲେ(B)

16 ଏଗାର ଜଣ ଶିଷ୍ୟ ଗାଲିଲୀକୁ ଗଲେ। ଯୀଶୁ ସେମାନଙ୍କୁ ଯେଉଁ ପାହାଡ଼ ଉପରକୁ ଯିବାକୁ କହିଥିଲେ, ସେମାନେ ସେଠାକୁ ଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center