Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 16-17

ଦାଉଦଙ୍କର ମିକ୍ତାମ୍ ଗୀତ

16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
ମୁଁ ସଦାପ୍ରଭୁଙ୍କୁ କହିଅଛି,
    “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
    ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
    ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
    ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।

କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
    ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
    ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
    ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
    ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
    ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
    ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।

ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
    ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
    ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
    ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
    ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ମୋ’ ପାଇଁ ଚିରଦିନ ନିତ୍ୟ ସୁଖ ଭୋଗ ଆଣିଦେବ।

ଦାଉଦଙ୍କର ପ୍ରାର୍ଥନା

17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
    ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
    ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
    ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
    ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ’ଠାରେ କିଛି ଭୁଲ ଦେଖି ନାହଁ।
    ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
    ତୁମ୍ଭର ଆଦେଶ ମାନିବାକୁ।
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
    ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
    ତେଣୁ ବର୍ତ୍ତମାନ ମୋର କଥା ଶୁଣ।
ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ
    ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
    ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
    ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
    ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
    ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।
10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ।
    ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।
11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି।
    ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି
ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।
12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ।
    ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି।

13 ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ
    ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର।
    ତୁମ୍ଭେ ଆପଣା ଖ‌ଡ଼୍‌ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।
14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି
    ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର।
ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି।
    ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ।
    ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର।
    ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର।
    ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।

15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
    ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।

ଗୀତସଂହିତା 134-135

ଆରୋହଣ ଗୀତ।

134 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି,
    ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ
    ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
ସ୍ୱର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା,
    ସିୟୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।

135 ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
    ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ।
    ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।
ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
    ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।

ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ।
    ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି।
    ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।
ସ୍ୱର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ
    ସଦାପ୍ରଭୁ ଯାହା ଇଚ୍ଛା କରନ୍ତି, ତାହା କରନ୍ତି।
ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି।
    ସେ ବର୍ଷା ସହିତ ବିଜୁଳି କରାନ୍ତି।
    ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।
ପରମେଶ୍ୱର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ୟ ଓ ପଶୁଗଣଙ୍କୁ ହତ୍ୟା କଲେ।
ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ କଲେ।
    ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।
10 ପରମେଶ୍ୱର ଅନେକ ଗୋଷ୍ଠୀକୁ ପରାସ୍ତ କଲେ।
    ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ୟା କଲେ।
11 ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ
    ଓ ବାଶନର ରାଜା ଓ‌ଗ୍‌କୁ
    ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।
12 ଆଉ ସଦାପ୍ରଭୁ ସେମାନଙ୍କର ଦେଶ ଇସ୍ରାଏଲକୁ ଦେଲେ।
    ସଦାପ୍ରଭୁ ସେହି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।

13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ।
    ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
14 ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି।
    ସେ ତାଙ୍କର ସେବକମାନଙ୍କ ପ୍ରତି ଦୟା ଦେଖାନ୍ତି।
15 ଅନ୍ୟ ଦେଶୀୟମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା।
    ସେଗୁଡ଼ିକ ମନୁଷ୍ୟର ହସ୍ତ ଦ୍ୱାରା ନିର୍ମିତ ହେଉଥିଲା।
16 ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ।
    ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।
17 ସେମାନଙ୍କର କାନ ଅଛି ମାତ୍ର ସେମାନେ ଶୁଣି ପାରିବେ ନାହିଁ।
    ସେମାନଙ୍କର ନାକ ଅଛି, କିନ୍ତୁ ନିଶ୍ୱାସପ୍ରଶ୍ୱାସ ନାହିଁ।
18 ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି,
    ସେମାନେ ସେମାନଙ୍କ ତୁଲ୍ୟ ହେବେ।

19 ହେ ଇସ୍ରାଏଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
20 ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।
21 ଯିରୁଶାଲମବାସୀ,
    ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯାତ୍ରାପୁସ୍ତକ 16:23-36

23 ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”

24 ତେଣୁ ଲୋକମାନେ ବଳକା ଖାଦ୍ୟକୁ ସଞ୍ଚୟ କଲେ। ସେହି ଖାଦ୍ୟ ଜମା ନଷ୍ଟ ହେଲା ନାହିଁ। ସେଥିରେ ପୋକ ନ ଥିଲେ।

25 ସପ୍ତମ ଦିବସ, ମୋଶା ଲୋକମାନଙ୍କୁ କହିଲେ, “ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ୟ ଦିବସ। ତେଣୁ ତୁମ୍ଭେମାନେ କ୍ଷେତକୁ ଆଜି କେହି ନ ଯାଇ ରଖାଯାଇଥିବା ଖାଦ୍ୟକୁ ଭକ୍ଷ୍ୟଣ କର। 26 ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।”

27 ତଥାପି ସପ୍ତମ ଦିବସରେ ମଧ୍ୟ କେହି କେହି ଖାଦ୍ୟ ଖୋଜିବାକୁ ଗଲେ, ସେମାନେ କିଛି ପାଇଲେ ନାହିଁ। 28 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ? 29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ ପ୍ରତ୍ୟେକ ବିଶ୍ରାମ ଦିନରେ ନିଜ ନିଜ ସ୍ଥାନରୁ ବାହାରକୁ ନ ଯାଇ ନିଜ ନିଜ ସ୍ଥାନରେ ଥାଅ।” 30 ତେଣୁ ଲୋକମାନେ ବିଶ୍ରାମ ଦିନରେ ବିଶ୍ରାମ କଲେ।

31 ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା” [a] ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା। 32 ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’

33 ତେଣୁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଏକ ପାତ୍ର ନେଇ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ। ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” 34 ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ। 35 ଲୋକମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଏହି ମାନ୍ନା ଖାଇଲେ। ସେମାନେ ଏହି ମାନ୍ନା ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମାରେ ପହଞ୍ଚିବା ପର୍ଯ୍ୟନ୍ତ ସେମାନେ ମାନ୍ନା ଖାଇଲେ। 36 ଏକ ଓମର ଐଫାର ଦଶମାଂଶ।

ପିତରଙ୍କ ପ୍ରଥମ ପତ୍ର 3:13-4:6

13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା’ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ। 14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା’ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।” [a] 15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ। 16 କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।

17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ୱରଙ୍କର ଇଚ୍ଛା, ତେବେ ଏହା ହିଁ ଭଲ।

18 ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ।
    ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା।
ସେ ନିଜେ ଦୋଷୀ ନ ଥିଲେ
    କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ।
    ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ।
ତାହାଙ୍କର ଶରୀରକୁ ବଧ କରାଗଲା,
    କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,

19 ଏବଂ ଆତ୍ମାରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ। 20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ। 21 ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି। 22 ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

ପରିବର୍ତ୍ତିତ ଜୀବନ

ଖ୍ରୀଷ୍ଟ ନିଜ ଶରୀରରେ ଥିଲାବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯେଭଳି ଚିନ୍ତାଧାରା ଥିଲା, ତାହା ଦ୍ୱାରା ତୁମ୍ଭେ ଆପଣାକୁ ଶକ୍ତିଯୁକ୍ତ କର। ଯେଉଁ ଲୋକ ନିଜ ଶରୀରରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହୋଇଛି। ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ। ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

ସେହି ଅବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସେମାନଙ୍କ ଭଳି ହିଂସ୍ରକ ଓ ଧ୍ୱଂସକାରୀ କାମମାନ କରୁ ନାହଁ। ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ। ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସେମାନଙ୍କୁ ସୁସମାଗ୍ଭର କୁହାଯାଇଥିଲା, କାରଣ ସବୁ ଲୋକଙ୍କର ବିଗ୍ଭର ହେବା ଭଳି ସେମାନଙ୍କର ମଧ୍ୟ ବିଗ୍ଭର ହେବ। ସେମାନେ ଜୀବିତ ଥିଲାବେଳେ ଯାହାକିଛି କରିଥିଲେ, ସେହି ଅନୁସାରେ ବିଗ୍ଭରିତ ହେବେ। କିନ୍ତୁ ସେମାନେ ଯେପରି ପରମେଶ୍ୱରଙ୍କ ଭଳି ଆତ୍ମାରେ ଜୀବିତ ହେବେ, ଏଥିପାଇଁ ସେମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭରିତ ହୋଇଥିଲା।

ଯୋହନ ଲିଖିତ ସୁସମାଗ୍ଭର 16:1-15

16 “ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ୱାସ ନଷ୍ଟ କରି ନ ପାରନ୍ତି। ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି। କାରଣ ସେମାନେ ପରମପିତାଙ୍କୁ ଜାଣି ନାହାନ୍ତି ଓ ସେମାନେ ମୋତେ ମଧ୍ୟ ଜାଣି ନାହାନ୍ତି। ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତେବେଳେ ଏସବୁ ଘଟିବାର ସମୟ ଆସିବ, ସେତେବେଳେ ତୁମ୍ଭେମାନେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।

ପବିତ୍ରଆତ୍ମାଙ୍କର କାର୍ଯ୍ୟ

“ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ଆରମ୍ଭରୁ ଏସବୁ କଥା ତୁମ୍ଭମାନଙ୍କୁ କହି ନ ଥିଲି। ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?” ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି। କିନ୍ତୁ ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ମୋର ଗ୍ଭଲିଯିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଗ୍ଭଲିଗଲା ପରେ, ମୁଁ ତୁମ୍ଭପାଖକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତେବେ ସାହାଯ୍ୟକାରୀ ଆସିବେ ନାହିଁ।

“ସେ ଯେତେବେଳେ ଆସିବେ, ସେତେବେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡ଼ିକର ସତ୍ୟତା, ପାପ, ଈଶ୍ୱରଙ୍କଠାରେ ଧାର୍ମିକତା ବିଗ୍ଭର ଇତ୍ୟାଦି ବିଷୟରେ ପ୍ରମାଣ ଦେବେ। ସେହି ସାହାଯ୍ୟକାରୀ ପ୍ରମାଣ ଦେବେ ଯେ ଲୋକମାନଙ୍କଠାରେ ପାପ ରହିଛି, କାରଣ ସେମାନେ ମୋ’ଠାରେ ବିଶ୍ୱାସ କରନ୍ତି ନାହିଁ। 10 ପରମେଶ୍ୱରଙ୍କ ସହିତ ମୋର ସୁସମ୍ପର୍କ ସମ୍ବନ୍ଧରେ ସେ ସେମାନଙ୍କୁ ପ୍ରମାଣ ଦେବେ, କାରଣ ମୁଁ ପରମପିତାଙ୍କ ପାଖକୁ ଯାଉଛି। ତା’ପରେ ଆଉ ତୁମ୍ଭେ ମୋତେ ଦେଖିବ ନାହିଁ। 11 ସେହି ସାହାଯ୍ୟକାରୀ ବିଗ୍ଭରର ସତ୍ୟତା ବିଷୟରେ ଜଗତକୁ ପ୍ରମାଣ ଦେବେ, କାରଣ ଏହି ଜଗତର ଶାସକର ବିଗ୍ଭର ହୋଇ ସାରି‌‌ଲାଣି।

12 “ମୋର ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ସେତେ ମାତ୍ରାରେ ସେଗୁଡ଼ିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରି ପାରିବ ନାହିଁ। 13 କିନ୍ତୁ ଯେତେବେଳେ ସତ୍ୟମୟ ଆତ୍ମା ଆସିବେ, ସେତେବେଳେ ସେ ତୁମକୁ ସମସ୍ତ ସତ୍ୟ ପଥରେ କଡ଼ାଇନେବେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କେବଳ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ୟତର ଘଟଣା ବିଷୟରେ କହିବେ। 14 ପବିତ୍ରଆତ୍ମା ମୋ’ ପାଇଁ ଗୌରବ ଆଣିବେ। ସେ ମୋ’ଠାରୁ ସମସ୍ତ ସତ୍ୟ ବିଷୟ ଗ୍ରହଣ କରି ତୁମକୁ କହିବେ। 15 ଯାହା ପରମପିତାଙ୍କର ତାହା ସବୁକିଛି ମୋର। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମୋ’ଠାରୁ ସବୁ ନେଇ ତୁମ୍ଭକୁ କହିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center