Book of Common Prayer
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
2 ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
3 ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
ଦାରା ଓ ବୀଣା ବାଦନ କରି।
4 ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
ସେ ସେମାନଙ୍କୁ ରକ୍ଷା କଲେ।
5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।
6 ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖଡ଼୍ଗମାନ ଧରନ୍ତୁ।
7 ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
8 ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
9 ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
4 ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।
6 ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
2 ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
3 ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
ଯର୍ଦ୍ଦନ ନଦୀ ଉଜାଣି ବହିଲା।
4 ପର୍ବତଗଣ ମେଷପରି ଡେଇଁଲେ।
ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।
5 ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
6 ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?
7 ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
ସମ୍ମୁଖରେ କମ୍ପିତ ହୁଅ।
8 ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
ଓ ପରମେଶ୍ୱର ଚକ୍ମକି ପଥରରୁ ନିର୍ଝର ବୁହାଇଲେ।
115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
ମହିମା ତ ତୁମ୍ଭର।
ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
2 କାହିଁକି ଅନ୍ୟ ଦେଶୀୟମାନେ କହିବେ
ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
3 ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
4 ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
5 ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
6 ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
7 ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
ସେହିପରି ହେବେ!
9 ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
ଆଶୀର୍ବାଦ କରିବେ।
14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ମୋଶାଙ୍କ ଶ୍ୱଶୁରଙ୍କଠାରୁ ଉପଦେଶ
18 ମିଦିୟନୀୟମାନଙ୍କର ଯାଜକ ଯିଥ୍ରୋ, ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକାରେ ମୋଶା ଏବଂ ତାଙ୍କର ଇସ୍ରାଏଲୀୟ ଲୋକମାନଙ୍କୁ ସାହାଯ୍ୟ କରିଛନ୍ତି। ଏବଂ ଯିଥ୍ରୋ ଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇସ୍ରାଏଲୀୟମାନଙ୍କୁ ବାହାର କରି ଆଣିଛନ୍ତି। 2 ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ ଗଲେ। ଯେତେବେଳେ ମୋଶା ପରମେଶ୍ୱରଙ୍କ ପର୍ବତ ସୀନୟରେ ଥିଲେ। ଯିଥ୍ରୋ ମୋଶାଙ୍କର ସ୍ତ୍ରୀ ସିପ୍ପୋରାକୁ ସାଙ୍ଗରେ ନେଇଗଲେ। ସିପ୍ପୋରା ମୋଶାଙ୍କ ପାଖରେ ନ ଥିଲେ କାରଣ ମୋଶା ତାଙ୍କୁ ତାଙ୍କ ପିତାଙ୍କ ଗୃହକୁ ପଠାଇ ଦେଇଥିଲେ। 3 ଯିଥ୍ରୋ ମଧ୍ୟ ମୋଶାଙ୍କର ଦୁଇପୁତ୍ରଙ୍କୁ ସାଙ୍ଗରେ ନେଇଥିଲେ। ତାଙ୍କର ପ୍ରଥମ ପୁତ୍ରର ନାମ ଥିଲା ଗେର୍ଶୋମ। ତାଙ୍କର ଏପରି ନାମକରଣ କରାଯାଇଥିଲା କାରଣ ମୋଶା କହିଲେ, “ମୁଁ ବିଦେଶରେ ପ୍ରବାସୀ ହେଲି।” 4 ଅନ୍ୟ ପୁତ୍ରଟିର ନାମ ଦେଇଥିଲେ ଇଲୀୟେଷର, କାରଣ ତା’ର ଜନ୍ମ ସମୟରେ ମୋଶା କହିଲେ, “ମୋର ପିତାଙ୍କର ପରମେଶ୍ୱର ମୋତେ ସାହାଯ୍ୟ କଲେ ଏବଂ ଫାରୋଙ୍କର ଖଡ଼୍ଗରୁ ରକ୍ଷା କଲେ।” 5 ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ, ମୋଶାଙ୍କର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସେହି ସମୟରେ ମୋଶା ପରମେଶ୍ୱରଙ୍କର ପର୍ବତ ନିକଟରେ ଛାଉଣି ପକାଇଥିଲେ।
6 ଯିଥ୍ରୋ ମୋଶାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋ କହିଲେ, “ମୁଁ ତୁମ୍ଭର ଶ୍ୱଶୁର ଯିଥ୍ରୋ ଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।”
7 ତେଣୁ ମୋଶା ତାଙ୍କ ଶ୍ୱଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମୋଶା ତାଙ୍କ ଶ୍ୱଶୁରଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଏବଂ ସେମାନେ ପରମେଶ୍ୱରଙ୍କର ଉତ୍ତମ ଖବର ବୁଝିଲେ। ଏହା ପରେ ସେମାନେ ମୋଶାଙ୍କ ତମ୍ବୁକୁ ଗଲେ ଓ ସେଠାରେ କଥା ହେଲେ। 8 ସଦାପ୍ରଭୁ ତାଙ୍କର ଇସ୍ରାଏଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସେହି ସମସ୍ତ ବିଷୟ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ। ମୋଶା ମଧ୍ୟ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧରେ ଇସ୍ରାଏଲ ନିମନ୍ତେ ଯାହା କରିଥିଲେ, ସେମାନେ ରାସ୍ତାରେ ସମ୍ମୁଖୀନ ହୋଇଥିବା କଠିନତା ବିଷୟ କହିଲେ। ଏବଂ କିପରି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିଛନ୍ତି ତାହା ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ।
9 ଯିଥ୍ରୋ ବହୁତ ଖୁସୀହେଲେ, ଯେତେବେଳେ ଜାଣିଲେ ସଦାପ୍ରଭୁ ଇସ୍ରାଏଲବାସୀମାନଙ୍କ ପାଇଁ ଉତ୍ତମ କର୍ମମାନ କରିଛନ୍ତି ଏବଂ ସେ ବହୁତ ଖୁସୀହେଲେ ଯେ ସଦାପ୍ରଭୁ ମିଶରଠାରୁ ଇସ୍ରାଏଲକୁ ମୁକ୍ତ କରିଛନ୍ତି। 10 ଯିଥ୍ରୋ କହିଲେ,
“ସଦାପ୍ରଭୁଙ୍କର ପ୍ରଶଂସା କର!
ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି।
ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି।
11 ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍।
ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!”
12 ଯିଥ୍ରୋ ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କଲେ। ହାରୋଣ, ମୋଶା ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗେ ଭୋଜନ କଲେ।
ସମସ୍ତଙ୍କୁ ଭଲ ପାଅ
7 ପ୍ରିୟ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟରେ ଲେଖୁ ନାହିଁ, ମାତ୍ର ଏହା ସେହି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭେମାନେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ଆଜ୍ଞା। 8 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟରେ ଲେଖୁଛି, ଏହାର ସତ୍ୟତା ଯୀଶୁଙ୍କଠାରେ ଓ ତୁମ୍ଭମାନଙ୍କ ଜୀବନରେ ମଧ୍ୟ ଦେଖି ପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
9 ଯେଉଁ ଲୋକ ଆଲୋକରେ ଅଛି ବୋଲି କୁହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ଏପର୍ଯ୍ୟନ୍ତ ଅନ୍ଧକାରରେ ରହିଛି। 10 ନିଜ ଭାଇକୁ ପ୍ରେମ କରୁଥିବା ବ୍ୟକ୍ତି ଆଲୋକରେ ବାସ କରୁଥାଏ ଏବଂ ତା’ଠାରେ ଭୁଲ୍ କାମ କରିବାର କୌଣସି କାରଣ ନ ଥାଏ। 11 କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ୟକ୍ତି ଅନ୍ଧକାରରେ ଥାଏ। ସେ ଅନ୍ଧକାରରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପାରେ ନାହିଁ; କାରଣ ଅନ୍ଧକାର ତାକୁ ଅନ୍ଧ କରିଦେଇଥାଏ।
12 ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ
ମୁଁ ତୁମ୍ଭମାନଙ୍କୁ ଲେଖୁଛି।
13 ପିତାମାନେ!
ଯେ ଆଦ୍ୟରୁ ଅଛନ୍ତି, ତୁମ୍ଭେମାନେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଯୁବକମାନେ!
ତୁମ୍ଭେମାନେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
14 ପିଲାମାନେ!
ତୁମ୍ଭେମାନେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ପିତାମାନେ!
ସେ ଆଦ୍ୟରୁ ଅଛନ୍ତି ବୋଲି ତୁମ୍ଭେମାନେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଯୁବକମାନେ!
ତୁମ୍ଭେମାନେ ବଳବାନ
ଏବଂ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି,
ଓ ତୁମ୍ଭେମାନେ ସେହି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
15 ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ। 16 ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି। 17 ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାରରେ ଥିବା ବିଷୟ ଗୁଡ଼ିକ ମଧ୍ୟ କ୍ଷୟ ପାଉଅଛି। ମାତ୍ର ଯେ କେହି ପରମେଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହୋଇ ରହିବ।
କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି।
କେତେକ ଶିଷ୍ୟ ଯୀଶୁଙ୍କୁ ଦେଖିଲେ(A)
9 ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ। 10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ। 11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।
12 ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ। 13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।
ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା(B)
14 ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।
15 ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ। 16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ। 17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା’ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। 18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”
ଯୀଶୁଙ୍କ ସ୍ୱର୍ଗାରୋହଣ(C)
19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। 20 ତା’ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।
2010 by World Bible Translation Center