Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 37

ଦାଉଦଙ୍କର ଗୀତ।

37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
    ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
    ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
    ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
    ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
    ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
    ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
    ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
    ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
    ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
    ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
    ଓ ସେମାନେ ଶାନ୍ତି ଉପଭୋଗ କରିବେ।

12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
    ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
    ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି।
    ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
    ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
    ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
    ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
    କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
    ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
    ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
    ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
    ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
    ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
    କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା’ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
    କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
    ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
    କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
    ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
    ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
    ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
    ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
    ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
    କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
    ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
    ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
    ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।

32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
    ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
    ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।

35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
    ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
    ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
    ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
    ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
    ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
    ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।

ଯାତ୍ରାପୁସ୍ତକ 20:1-21

ଦଶ ଆଜ୍ଞା

20 ଏହା ପରେ ପରମେଶ୍ୱର କହିଲେ,

“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।

“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।

“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା’ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି। କିନ୍ତୁ ମୁଁ ସେହି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମୋର ନିୟମ ପାଳନ କରନ୍ତି ଓ ମୋତେ ପ୍ରେମ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର। ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ। 10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ। 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟିକୁ ଏକ ସ୍ୱତନ୍ତ୍ର ଦିନ କଲେ।

12 “ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

13 “ତୁମ୍ଭେ ନରହତ୍ୟା କରିବ ନାହିଁ।

14 “ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।

15 “ତୁମ୍ଭେ ଗ୍ଭେରି କରିବ ନାହିଁ।

16 “ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।

17 “ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା’ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”

ଲୋକମାନେ ପରମେଶ୍ୱରଙ୍କୁ ଭୟ କଲେ

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। 19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”

20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେମନ୍ତ ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।”

21 ଲୋକମାନେ ସେତେବେଳେ ସେହି ପବିତ୍ର ପର୍ବତଠାରୁ ଦୂରରେ ରହିଲେ, ଯେତେବେଳେ ମୋଶା ସେହି ପର୍ବତ ଉପରକୁ, ଘନ ମେଘ ମଧ୍ୟକୁ ପରମେଶ୍ୱରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।

କଲସୀୟଙ୍କ ପ୍ରତି ପତ୍ର 1:24-2:7

ମଣ୍ଡଳୀ ପାଇଁ ପାଉଲଙ୍କ କାମ

24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି। 25 ପରମେଶ୍ୱର ମୋତେ ମଣ୍ଡଳୀର ଜଣେ ସେବକ ହେବା ପାଇଁ ଏକ ବିଶେଷ କାମ ଦେଇଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାଯ୍ୟ କରୁଛି। ମୋ’ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ ଶିକ୍ଷା ପ୍ରଦାନ କରିବା। 26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା। 27 ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା। 28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟରେ ଲୋକଙ୍କୁ କହି ଗ୍ଭଲିଛୁ। ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଉଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇ ପରମେଶ୍ୱରଙ୍କ ଆଗରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ। 29 ଖ୍ରୀଷ୍ଟ ମୋତେ ଦେଇଥିବା ମହାନ୍ ଶକ୍ତି ବଳରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମୋ’ ଜୀବନରେ କାମ କରୁଛି।

ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି। ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ। ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହୋଇଛି।

ମୋର ଏପରି କହିବା ଉଦ୍ଦେଶ୍ୟ ଯେ ତୁମ୍ଭମାନଙ୍କୁ ଯେପରି କେହି ଭଲ ବୋଲି ଜଣା ପଡ଼ୁଥିବା ଅସତ୍ୟ ଶିକ୍ଷା ଦ୍ୱାରା ବିଭ୍ରାନ୍ତ କରି ନ ଦେଉ। ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।

ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଥାଅ:

ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହୋଇ ତାହାଙ୍କୁ ଅନୁସରଣ କରିଗ୍ଭଲ। ତୁମ୍ଭେ କେବଳ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆସେ। ତୁମ୍ଭକୁ ସତ୍ୟର ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ୱରଙ୍କୁ ସବୁବେଳେ ଧନ୍ୟବାଦ ଦେଉଥାଅ।

ମାଥିଉ ଲିଖିତ ସୁସମାଗ୍ଭର 4:1-11

ଯୀଶୁଙ୍କୁ ପରୀକ୍ଷା(A)

ତା’ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା। ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”

ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି,

‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ,
    କିନ୍ତୁ ତା’ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’” (B)

ତା’ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା। ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି:

‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ।
    ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ।
ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”(C)

ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’” [a]

ତା’ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା. ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।”

10 ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି:

‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ।
    ତାହାଙ୍କର ହିଁ ସେବା କର!(D)

11 ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା’ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center