Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 63

ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।

63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
    ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
    ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
    ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
    ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
    ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
    ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
    ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
ମୁଁ ତୁମ୍ଭଠାରେ ଲାଗିରହେ।
    ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।

କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
    କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
    ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖ‌ଡ଼୍‌ଗରେ ହତ୍ୟା କରାଯିବ।
    ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
    ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।

ଗୀତସଂହିତା 98

ଏକ ପ୍ରଶଂସାର ଗୀତ।

98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
    କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
    ତାଙ୍କୁ ଆଉଥରେ ଗୌରବ ଆଣିଛି।
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
    ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
    ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
    ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
    ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
ବଂଶୀ ବଜାଅ ଓ ତୂରୀ ଫୁଙ୍କ।
    ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
    ସମସ୍ତେ ଗାନ କର।
ନଦନଦୀଗଣ କରତାଳି ଦିଅ!
    ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
    କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
    ବିଗ୍ଭର ଓ ନ୍ୟାୟ କରିବେ।

ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ଯାତ୍ରାପୁସ୍ତକ 28:1-4

ଯାଜକମାନଙ୍କର ବସ୍ତ୍ର

28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀହୂ, ଇଲିୟାଜର ଓ ଈଥାମରକୁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ଆଣ। ସେମାନେ ମୋର ଯାଜକଗଣ ହେବେ।

“ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସେହି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ। ସେହି ନିପୁଣ ଲୋକମାନଙ୍କୁ ପଗ୍ଭର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି। ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ।

ଯାତ୍ରାପୁସ୍ତକ 28:30-38

30 ସେହି ବିଗ୍ଭରାର୍ଥକ ବୁକୁପଟାରେ ତୁମ୍ଭେ ଊରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ। ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ପ୍ରତ୍ୟେକ ଦିନ ଇସ୍ରାଏଲ ସନ୍ତାନଗଣର ବିଗ୍ଭର ଆପଣା ହୃଦୟ ଉପରେ ବହିବ।

ଯାଜକମାନଙ୍କ ପାଇଁ ଅନ୍ୟାନ୍ୟ ସମସ୍ତ ବସ୍ତ୍ର

31 “ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣରେ ଗ୍ଭେଗା ତିଆରି କର। 32 ଏହାର ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣା କର୍ମ ହେବ। ତହିଁରେ ତାହା ଛିଣ୍ଡି ଯିବ ନାହିଁ। 33 ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣର ଡାଳିମ୍ବ କରିବ। ଆଉ ଗ୍ଭରି ଦିଗରେ ତହିଁ ମଧ୍ୟରେ ସ୍ୱର୍ଣ୍ଣଘଣ୍ଟି ରହିବ। 34 ସେହି ଗ୍ଭେଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ। 35 ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ। ଯେଉଁଥିରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତେବେଳେ ଘଣ୍ଟି ଶବ୍ଦ ଶୁଣାଯିବ। ଏହି ପ୍ରକାରେ ହାରୋଣ ମରିବ ନାହିଁ।

36 “ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର 37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ। 38 ଏହା ହାରୋଣର କପାଳ ଉପରେ ରହିବ। ଇସ୍ରାଏଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାୟୀ ହେବ। ଏହା ସର୍ବଦା ତା’ର କପାଳରେ ରହିବ, ଯାହା ଫଳରେ ସେହି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀୟ ହେବ।

ଯୋହନଙ୍କ ପ୍ରଥମ ପତ୍ର 2:18-29

ଖ୍ରୀଷ୍ଟଙ୍କ ଶତ୍ରୁମାନଙ୍କର ପଥ ଅନୁସରଣ କର ନାହିଁ

18 ପିଲାମାନେ! ବର୍ତ୍ତମାନ ଶେଷକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସେହିପରି ଅନେକ ସଂଖ୍ୟାରେ ଖ୍ରୀଷ୍ଟ ବିରୋଧୀମାନେ ଦେଖା ଦେଲେଣି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତରେ ଶେଷ କାଳ ଆସି ପହଞ୍ଚିଛି। 19 ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।

20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ [a] ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ। 21 ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ’ଣ? ତୁମ୍ଭେ ସତ୍ୟକୁ ଜାଣି ନାହଁ ବୋଲି କ’ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ୟ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ୟ ଜାଣିଛ ସତ୍ୟରୁ କେବେ ହେଲେ କୌଣସି ମିଥ୍ୟା ଉତ୍ପନ୍ନ ହୁଏ ନାହିଁ।

22 ତେବେ ମିଥ୍ୟାବାଦୀ କିଏ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ୱୀକାର କରେ, ସେ ହେଉଛି ମିଥ୍ୟାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ୱୀକାର କରେ। 23 ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।

24 ତୁମ୍ଭେମାନେ ଆରମ୍ଭରୁ ଯାହା ଶିକ୍ଷା ପାଇଛ, ତାହା ପାଳନ କର। ତୁମ୍ଭେ ଯଦି ସେହି ଶିକ୍ଷା ଅନୁଯାୟୀ ଜୀବନ କାଟିବ, ତେବେ ତୁମ୍ଭେ ପିତା ପରମେଶ୍ୱର ଓ ପୁତ୍ରଙ୍କଠାରେ ରହିବ। 25 ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି।

26 ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି। 27 ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।

28 ପ୍ରିୟ ପିଲାମାନେ, ତାହାଙ୍କଠାରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭେମାନେ ଭରସାଯୁକ୍ତ ହୋଇ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସେହି ଦିନ ଆମ୍ଭକୁ ଲଜ୍ଜିତ ହେବାକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ। 29 ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ୟ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ୟକ୍ତି ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି।

ମାର୍କ ଲିଖିତ ସୁସମାଗ୍ଭର 6:30-44

ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ(A)

30 ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ। 31 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”

32 ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ। 33 କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ। 34 ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।

35 ସେତେବେଳେ ଦିନ ଗଡ଼ି ଯାଇଥିଲା। ତେଣୁ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଏହା ଗୋଟିଏ ଜନଶୂନ୍ୟ ଜାଗା। ଦିନ ଗଡ଼ିଗଲାଣି। 36 ତେଣୁ ଲୋକମାନଙ୍କୁ ଆଖ ପାଖ ପଲ୍ଲୀ ଓ ଗାଁଗୁଡ଼ିକୁ ପଠାଅ। ତା’ହେଲେ ସେଠାକୁ ଯାଇ ସେମାନେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।”

37 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଖାଇବାକୁ ଦିଅ।”

ଶିଷ୍ୟମାନେ ପଗ୍ଭରିଲେ, “ଆମ୍ଭେ କ’ଣ ଯାଇ ରୋଟୀ କିଣି ଆଣି ସେମାନଙ୍କୁ ଖାଇବାକୁ ଦେବୁ? ରୋଟୀ କିଣିବାକୁ ସେତିକି ଅର୍ଥ ଯୋଗାଡ଼ କରିବାକୁ ହେଲେ ଆମ୍ଭ ସମସ୍ତଙ୍କୁ ମାସେ କାଳ କାମ କରିବାକୁ ହେବ।”

38 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯାଇ ଦେଖ, ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”

ଶିଷ୍ୟମାନେ ରୋଟୀ ଗଣିସାରି ଯୀଶୁଙ୍କୁ କହିଲେ, “ଆମ୍ଭ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଅଛି।”

39 ଯୀଶୁ ଆଜ୍ଞା ଦେଲେ, “ଲୋକମାନଙ୍କୁ ପଡ଼ିଆର ସବୁଜ ଘାସ ଉପରେ ଦଳ ଦଳ କରି ବସେଇ ଦିଅ।” 40 ଲୋକମାନେ ପ୍ରତି ଦଳରେ ପଗ୍ଭଶ ପଗ୍ଭଶ ବା ଶହେ ଶହେ ହୋଇ ବସିଗଲେ।

41 ତା’ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛକୁ ଟେକି ସ୍ୱର୍ଗ ଆଡ଼କୁ ଗ୍ଭହିଁ ପରମେଶ୍ୱରଙ୍କୁ ରୋଟୀ ପାଇଁ ଧନ୍ୟବାଦ ଦେଲେ। ସେ ରୋଟୀ ଗୁଡ଼ିକୁ ଛିଣ୍ଡାଇ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କୁ ଲୋକମାନଙ୍କ ମଧ୍ୟରେ ପରଶିବାକୁ ଦେଲେ। ତା’ପରେ ମାଛକୁ ମଧ୍ୟ ସେ ଖଣ୍ଡ ଖଣ୍ଡ କଲେ ଓ ଲୋକଙ୍କ ମଧ୍ୟରେ ସେହିଭଳି ବାଣ୍ଟି ଦେଲେ।

42 ସମସ୍ତେ ପେଟପୁରା ଖାଇ ତୃପ୍ତ ହେଲେ। 43 ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ। 44 ଯେଉଁମାନେ ରୋଟୀ ଖାଇଥିଲେ ସେମାନଙ୍କ ମଧ୍ୟରେ କେବଳ ପୁରୁଷଙ୍କ ସଂଖ୍ୟା ପାଞ୍ଚ ହଜାର ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center