Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 56-58

ପ୍ରଧାନ ବାଦ୍ୟକର ପାଇଁ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କ ଗୀତ। ପଲେଷ୍ଟୀୟମାନେ ତାହାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ଦାଉଦଙ୍କର ଏକ ମିକ୍ତାମ୍।

56 ହେ ପରମେଶ୍ୱର, ମୋତେ ଦୟା କର।
    ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ।
    ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।
ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ,
    ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।
ହେ ସର୍ବୋପରିସ୍ଥ ପରମେଶ୍ୱର,
ମୁଁ ଭୀତ ହେବା ସମୟରେ
    ତୁମ୍ଭ ଉପରେ ନିର୍ଭର କରେ।
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
    ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ।
ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ।
    ଲୋକମାନେ ମୋତେ କ’ଣ କରି ପାରିବେ?
ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି।
    ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି
    ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।
କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ।
    ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ।
ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବି।
    ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି।
    ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।

ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ।
    ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର।
10 ମୁଁ ପରମେଶ୍ୱରଙ୍କ ବାକ୍ୟର ପ୍ରଶଂସା କରିବି।
    ସଦାପ୍ରଭୁ ମୋତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି।
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
    ତେଣୁ ମୁଁ ଭୟ କରିବି ନାହିଁ।
    ଲୋକମାନେ ମୋର କ’ଣ କରିବେ!

12 ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି।
    ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।
13 କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ,
    ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ।
ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ।
    ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।

57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
    ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
    ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
    ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
    ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।

ମୋର ଜୀବନ ସଙ୍କଟପୂର୍ଣ୍ଣ।
    ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
    ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
    ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।

ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
    ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
    ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
    କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।

ମୋର ହୃଦୟ ସ୍ଥିର ଅଟେ।
    ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
    ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ!
    ନେବଲ ଓ ବୀଣା, ଜାଗ୍ରତ ହୁଅ!
    ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
    ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
    ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
    ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍।

58 ବିଗ୍ଭରକଗଣ! ତୁମ୍ଭେ ନ୍ୟାୟ ଭାବରେ କୁହ କି?
    ତୁମ୍ଭେ ଲୋକମାନଙ୍କର ଧର୍ମ ବିଗ୍ଭର କର କି?
ନା, ତୁମ୍ଭେ କେବଳ ମନ୍ଦକାର୍ଯ୍ୟ କରିବା ପାଇଁ ଚିନ୍ତା କରୁଛ।
    ତୁମ୍ଭେମାନେ ନିଜେ ଏହି ଦେଶରେ ଅପରାଧ କରୁଛି।
ସେହି ଦୁଷ୍ଟ ଲୋକମାନେ ଜନ୍ମ ହେବା ମାତ୍ରେ ବିପଥଗାମୀ।
    ସେମାନେ ଜନ୍ମଠାରୁ ମିଥ୍ୟାବାଦୀ।
ସେମାନଙ୍କର କ୍ରୋଧ ସର୍ପର ବିଷତୁଲ୍ୟ ବିପଦପୂର୍ଣ୍ଣ।
    ଆଉ ନାଗସାପ ପରି ଯିଏ ଶୁଣିପାରିବ ନାହିଁ, ସେମାନେ ସତ କଥା ଶୁଣିବାକୁ ବାରଣ କରନ୍ତି।
ସାପୁଆକେଳାମାନଙ୍କର ବାଦ୍ୟ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ।
    ଆଉ ସେହି ମନ୍ଦ ଲୋକମାନେ ସେହିପରି, ଯେତେବେଳେ ସେମାନେ ସେମାନଙ୍କର ମନ୍ଦ ଯୋଜନା କରନ୍ତି।

ହେ ପରମେଶ୍ୱର, ସେହି ଲୋକମାନେ ସିଂହ ପରି।
    ତେଣୁ ହେ ପରମେଶ୍ୱର, ସେମାନଙ୍କର ଦାନ୍ତସବୁ ଭାଙ୍ଗି ଦିଅ।
ସେମାନେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହୋଇ ଯାଆନ୍ତୁ।
    ରାସ୍ତାର ଘାସ ତୁଲ୍ୟ ସେମାନେ ପଦଦଳିତ ହୁଅନ୍ତୁ।
ଶାମୁକା ଗତି କଲାବେଳେ ତରଳି ଯିବା ପରି ସେମାନେ ତରଳି ଯାଆନ୍ତୁ।
    ସୂର୍ଯ୍ୟାଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି
    ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।

10 ଜଣେ ଧାର୍ମିକ ଲୋକ ଯେତେବେଳେ
    ସେହି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହେବାର ଦେଖେ, ସେ ଆନନ୍ଦିତ ହେବ।
11 ଯେତେବେଳେ ଏପରି ଘଟେ, ଲୋକମାନେ କହିବେ, “ଏଣୁ ଯେଉଁ ଲୋକମାନେ ଯାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି।
    ସତରେ ପରମେଶ୍ୱର ଅଛନ୍ତି, ଯିଏ ପୃଥିବୀ ଉପରେ ବିଗ୍ଭର କରନ୍ତି।”

ଗୀତସଂହିତା 64-65

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

64 ହେ ପରମେଶ୍ୱର, ମୋହର ଅଭିଯୋଗ ଶୁଣ।
    ମୋ’ ଶତ୍ରୁମାନେ ମୋତେ ଭୟଭୀତ କରିଛନ୍ତି।
    ସେମାନଙ୍କଠାରୁ ମୋର ଜୀବନ ରକ୍ଷା କର।
ମୋ’ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ ମୋତେ ରକ୍ଷା କର।
    ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମୋତେ ଲୁଗ୍ଭଇ ରଖ।
ସେମାନେ ସେମାନଙ୍କର ଜିହ୍ୱାକୁ କ୍ଷୁରପରି ଶାଣିତ କରନ୍ତି,
    ସେମାନେ ସେମାନଙ୍କର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ୟ ନିକ୍ଷେପ କରନ୍ତି।
ହଠାତ୍ ସେମାନଙ୍କର ଲୁଚିବା ସ୍ଥାନରୁ ସେମାନେ ସେମାନଙ୍କର ତୀରଗୁଡ଼ିକ
    ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷେପ କରନ୍ତି।
ସେମାନେ ଭୁଲ୍ କରିବା ପାଇଁ ପରସ୍ପରକୁ ଉତ୍ସାହିତ କରନ୍ତି।
    ସେମାନେ ଏହା କହି ଫାନ୍ଦ ବସାଇବା ବିଷୟରେ କଥାବାର୍ତ୍ତା ହୁଅନ୍ତି, “କେହି ଏଠାରେ ସେମାନଙ୍କୁ ଦେଖି ପାରିବେ ନାହିଁ।”
କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ।
    ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।”
ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।
କିନ୍ତୁ ହଠାତ୍ ପରମେଶ୍ୱର ତାଙ୍କର ‘ତୀର’ ନିକ୍ଷେପ କରିବେ
    ଏବଂ ଦୁଷ୍ଟମାନେ ଆଘାତ ହେବେ।
ସେମାନଙ୍କ ନିଜ ଜିହ୍ୱା ସେମାନଙ୍କୁ ଧ୍ୱଂସର ବିଷୟ ଆଣିବ।
    ସେମାନଙ୍କୁ ଯିଏ ଦେଖିବେ ସେମାନେ ଦୁଃଖରେ ମୁଣ୍ଡ ହଲାଇବେ।
ତା’ହେଲେ ପ୍ରତ୍ୟେକ ବ୍ୟକ୍ତି ଭୟଭୀତ ହେବେ।
    ସେମାନେ ପରମେଶ୍ୱରଙ୍କର କାର୍ଯ୍ୟ ବିଷୟରେ କହିବେ
ଏବଂ ସେ ଯାହା କରିଛନ୍ତି
    ସେମାନେ ତାହା ଶିକ୍ଷା କରିବେ।
10 ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସେବାରେ ଆନନ୍ଦ କରିବେ।
    ସେମାନେ ତାହାଙ୍କର ଶରଣାଗତ ହେବେ।
    ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପ୍ରଶଂସା କରିବେ।

ପ୍ରଧାନ ବାଦ୍ୟକର ନିମନ୍ତେ, ଦାଉଦଙ୍କର ଏକ ପ୍ରଶଂସାର ଗୀତ।

65 ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହ‌କ୍‌ଦାର।
    ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
ଯିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି,
    ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ,
    ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ।
କେତେ ଭାଗ୍ୟବାନ୍ ସେମାନେ,
    ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ
ରଖିବା ପାଇଁ ମନୋନୀତ କର।
    ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।
ହେ ପରମେଶ୍ୱର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା,
    ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟ ମାଧ୍ୟମରେ ଉତ୍ତର ଦିଅ
ଓ ଯାହା ଯଥାର୍ଥ ତାହା କର।
    ସମଗ୍ର ବିଶ୍ୱର ଲୋକମାନେ ତୁମ୍ଭଠାରେ ବିଶ୍ୱାସ ରଖନ୍ତି।
ପରମେଶ୍ୱର, ତୁମ୍ଭେ ମହାଶକ୍ତିର ସହ ପର୍ବତ ତିଆରି କରିଅଛ।
    ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।
ପରମେଶ୍ୱର “ଅଶାନ୍ତ ସମୁଦ୍ରକୁ” ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର।
    ଏପରିକି ଆମ୍ଭ ଚତୁର୍ପାର୍ଶ୍ୱର ଭୟଙ୍କର ଦେଶଗୁଡ଼ିକୁ।
ଯେଉଁସବୁ ଅ‌ଦ୍‌ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି।
    ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ।
    ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
ତୁମ୍ଭେ ପୃଥିବୀର ଯତ୍ନ ନିଅ।
    ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ।
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର।
    ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ।
    ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ।
ତୁମ୍ଭେ ପୃଥିବୀର ମାଟିକୁ ନରମ କର।
    ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ।
    ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି।
    ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି।
    ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।

ଲେବୀୟ ପୁସ୍ତକ 16:1-19

ପ୍ରାୟଶ୍ଚିତ୍ତର ଦିନ

16 ସଦାପ୍ରଭୁଙ୍କୁ ସୁଗନ୍ଧି ଧୂପର ନୈବେଦ୍ୟ ଦେଲାବେଳେ ହାରୋଣଙ୍କ ଦୁଇ ପୁତ୍ର ମଲେ। ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।

“ହାରୋଣ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପୂର୍ବରୁ ପ୍ରାୟଶ୍ଚିତର ଦିନ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଓ ହୋମବଳି ରୂପେ ଏକ ମେଷଛୁଆ ପ୍ରାୟଶ୍ଚିତ ଦିନ ଉତ୍ସର୍ଗ କରିବ। ହାରୋଣ ଜଳରେ ନିଜର ଶରୀରକୁ ଧୌତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦେହରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବେ ଓ ଶୁଭ୍ର ପଗଡ଼ି ମୁଣ୍ଡରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।

“ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ। ତା’ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।

“ତା’ପରେ ହାରୋଣ ଦୁଇଟି ଛାଗ ସମାଗମ-ତମ୍ବୁର ଦ୍ୱାର ଦେଶରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ପୁଣି ହରୋଣ ସେହି ଦୁଇ ଛାଗ ବିଷୟରେ ଗୁଲିବାଣ୍ଟ କରିବେ। ସେଥିରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ (ଅଜାଜେଲ) ନିମନ୍ତେ ହେବ।

“ପୁଣି ଯେଉଁ ଛାଗ ଗୁଲିବାଣ୍ଟରେ ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ। 10 କିନ୍ତୁ ଗୁଲିବାଣ୍ଟ ଦ୍ୱାରା ଅଜାଜେଲ ନିମନ୍ତେ ସିଦ୍ଧାନ୍ତ କରାଯାଇଥିବା ଛାଗକୁ ସଦାପ୍ରଭୁଙ୍କ ସମ୍ମୁଖରେ ଜୀଅନ୍ତା ଛିଡ଼ା କରାଯିବ। ମରୁଭୂମିର ବାହାରକୁ ଅଜାଜେଲ ଏହି ଛାଗକୁ ପଠାଇବା ଦ୍ୱାରା ଲୋକମାନଙ୍କ ପାଇଁ ହାରୋଣ ପ୍ରାୟଶ୍ଚିତ କରିବ।

11 “ତା’ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲା, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାୟଶ୍ଚିତ କରିବ, ପୁଣି ନିଜ ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ। 12 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ। 13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ। 14 ତହୁଁ ସେ ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବଆଡ଼େ ଅଙ୍ଗୁଳିରେ ଛିଞ୍ଚିବ। ପୁଣି ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତଥର ସେହି ରକ୍ତ ଛିଞ୍ଚିବ।

15 “ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ। 16 ଏହିରୂପେ ହାରୋଣ ମହାପବିତ୍ର ସ୍ଥାନକୁ ଶୌଚ କରିବ। ଇସ୍ରାଏଲ ଲୋକମାନଙ୍କ ଅଶୌଚ ଓ ପାପ ପାଇଁ ସେ ପ୍ରାୟଶ୍ଚିତ କରିବ। ହାରୋଣ ସମାଗମ-ତମ୍ବୁ ପାଇଁ ସେହିପରି କରିବ, କାରଣ ଏହା ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରେ।

17 “ସେହି ସମୟରେ ହାରୋଣ ପ୍ରାୟଶ୍ଚିତ କରିବା ପାଇଁ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେ ନିଜ ପାଇଁ ନିଜ ଘର ପାଇଁ ଓ ଇସ୍ରାଏଲର ସମସ୍ତ ସମାଜ ପାଇଁ ଯେପର୍ଯ୍ୟନ୍ତ ପ୍ରାୟଶ୍ଚିତ କରି ନାହାନ୍ତି ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମଣିଷ ରହିବେ ନାହିଁ। 18 ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ଯଜ୍ଞବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନେଇ ଯଜ୍ଞବେଦିର ଶୃଙ୍ଗ ଉପରେ ଗ୍ଭରିଆଡ଼େ ଦେବ। 19 ତା’ପରେ ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତଥର ଛିଞ୍ଚି ଅଶୁଚି ବେଦିକୁ ଶୁଦ୍ଧ କରିବ ଓ ଇସ୍ରାଏଲ ଲୋକମାନଙ୍କ ଅଶୌଚରୁ ତାହା ଶୁଚି କରିବ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13-18

ପ୍ରଭୁଙ୍କର ଆଗମନ

13 ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟରେ ତୁମ୍ଭେମାନେ ଅଜ୍ଞାତ ରୁହ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭେମାନେ ଦୁଃଖୀ ହୁଅ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। 14 ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ପୁନରୁ‌ତ୍‌‌ଥିତ ହେଲେ। ଅତଏବ, ଯୀଶୁଙ୍କ ହେତୁ ଯୀଶୁଙ୍କ ସହିତ ମୃତ ବ୍ୟକ୍ତିମାନଙ୍କୁ ପରମେଶ୍ୱର ଏକାଠି ଆଣିବେ।

15 ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସେମାନେ ସେ ପର୍ଯ୍ୟନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ୟ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସେମାନେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ୟକୁ ଯିବେ। 16 ସ୍ୱର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ହେବ। ମୁଖ୍ୟ ସ୍ୱର୍ଗଦୂତଙ୍କ ସ୍ୱର ଓ ପରମେଶ୍ୱରଙ୍କ ତୂରୀନାଦ ମାଧ୍ୟମରେ ଏହି ଆଦେଶ ଦିଆ ହେବ। ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଛନ୍ତି, ସେମାନେ ପ୍ରଥମରେ ପୁନରୁ‌ତ୍‌‌ଥିତ ହେବେ। 17 ତା’ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହେବା। ଆମ୍ଭକୁ ମେଘମାଳା ଭିତରକୁ ନିଆଯିବ ଓ ସେଠାରେ ବାୟୁମଣ୍ଡଳରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ। 18 ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ୱନା ଦିଅ।

ମାଥିଉ ଲିଖିତ ସୁସମାଗ୍ଭର 6:1-6

ଦାନ ବିଷୟରେ ଯୀଶୁଙ୍କ ଉପଦେଶ

“ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।

“ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା’ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି। ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତେବେଳେ ତୁମ୍ଭର ଡାହାଣ ହାତ କ’ଣ କରୁଛି, ସେ ବିଷୟରେ ବାମ ହାତକୁ ମଧ୍ୟ ଜାଣିବାକୁ ସୁଯୋଗ ଦିଅ ନାହିଁ। ତୁମ୍ଭେ କ’ଣ କରୁଛ, ତାହା ଯେପରି କେହି ନ ଜାଣନ୍ତୁ। ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।

ପ୍ରାର୍ଥନା ବିଷୟରେ ଯୀଶୁଙ୍କ ଶିକ୍ଷା(A)

“ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା’ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି। କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।

ମାଥିଉ ଲିଖିତ ସୁସମାଗ୍ଭର 6:16-18

ଯୀଶୁ ଉପବାସ ବିଷୟରେ ଉପଦେଶ ଦେଲେ

16 “ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି। 17 ତେଣୁ ତୁମ୍ଭେ ଉପବାସ କଲାବେଳେ ମୁଣ୍ଡରେ ତେଲ ଲଗାଇ ବାଳ ସଜାଡ଼ ଓ ମୁହଁ ଧୁଅ। 18 ତା’ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ, ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁ ନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନରେ କରାଯାଇଥିବା କାମଗୁଡ଼ିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center