Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ଗୀତସଂହିତା 119:73-96

ଇୟୂଦ୍

73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
    ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
    କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
    ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
    ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
    ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
    ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
    ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
    ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।

କଫ୍

81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
    ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
    ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
    ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
    ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
    ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
    ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
    ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
    ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।

ଲାମଦ୍

89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
    ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
    କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
    ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
    କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
    ତୁମ୍ଭର ବ୍ୟବସ୍ଥା ଛଡ଼ା।

ଲେବୀୟ ପୁସ୍ତକ 19:1-18

ଇସ୍ରାଏଲ ପରମେଶ୍ୱରଙ୍କ ଅଧିକାରରେ

19 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।

“ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପିତାମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମୋର ବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।

“ଆଉ ତୁମ୍ଭେମାନେ ପ୍ରତିମାଗଣକୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦେବତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।

“ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ତାହା ଗୃହୀତ ହେବା ପାଇଁ ବିଧି ଅନୁସାରେ ଉତ୍ସର୍ଗ କରିବ। ବଳିଦାନ ଦିନ କିମ୍ବା ତା’ର ପରଦିନ ତାହା ଭୋଜନ କରାଯିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତେବେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ। ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ। ତେବେ ତାହା ଘୃଣ୍ୟଯୋଗ୍ୟ ଓ ଅଗ୍ରାହ୍ୟ ହେବ। ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।

“ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ। 10 ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

11 “ତୁମ୍ଭେମାନେ ଗ୍ଭେରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ୟା କହିବ ନାହିଁ। 12 ଆଉ ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ରାଣ କରିବ ନାହିଁ। ତାହାହେଲେ ତୁମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ।

13 “ତୁମ୍ଭେମାନେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ତାଙ୍କଠାରୁ ଗ୍ଭେରି କରିବ ନାହିଁ। ପୁଣି ବେତନଜୀବିର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।

14 “ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ବସ୍ତୁ ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।

15 “ତୁମ୍ଭେମାନେ ବିଗ୍ଭରରେ ପକ୍ଷପାତ କରିବ ନାହିଁ, ତୁମ୍ଭେମାନେ ଦରିଦ୍ର ପ୍ରତି ସ୍ୱତନ୍ତ୍ର ସୁବିଧା ଦେବ ନାହିଁ କିମ୍ବା ବିଗ୍ଭରରେ ଧନୀ ପ୍ରତି ଅଧିକ ଗୁରୁତ୍ୱ ଦେବ ନାହିଁ। ତୁମ୍ଭର ପଡ଼ୋଶୀମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରିବ। 16 ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧ୍ୟରେ ଏଣେ ତେଣେ ବୁଲିବ ନାହିଁ କିମ୍ବା ପ୍ରତିବାସୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ଯ୍ୟ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।

17 “ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା’ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ। 18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:12-28

ଶେଷ ନିର୍ଦ୍ଦେଶ ଓ ଅଭିନନ୍ଦନ

12 ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ। 13 ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ।

ପରସ୍ପର ଶାନ୍ତିରେ ରୁହ। 14 ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ। 15 ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।

16 ସଦାସର୍ବଦା ଆନନ୍ଦିତ ରୁହ। 17 କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ। 18 ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।

19 କଦାପି ପବିତ୍ରଆତ୍ମାର କାର୍ଯ୍ୟ ବନ୍ଦ କର ନାହିଁ। 20 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର କଥାଗୁଡ଼ିକୁ ତୁଚ୍ଛ ବୋଲି ମନେକର ନାହିଁ। 21 କିନ୍ତୁ ପ୍ରତ୍ୟେକ କଥାର ସତ୍ୟାସତ୍ୟ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ। 22 ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।

23 ପରମେଶ୍ୱରଙ୍କଠାରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସେହି ଶାନ୍ତିର ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରି ନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ୱ-ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର-ମନ୍ଦରହିତ ହୋଇ ସୁରକ୍ଷିତ ରହୁ। 24 ଯେଉଁ ପରମେଶ୍ୱର ତୁମ୍ଭମାନଙ୍କୁ ଡାକିଛନ୍ତି, ତୁମ୍ଭେମାନେ ତାହାଙ୍କ ଉପରେ ଭରସା ରଖ। ଯିଏ ତୁମ୍ଭମାନଙ୍କୁ ଡାକିଛନ୍ତି, ସେ ସବୁକିଛି କରିବେ।

25 ଭାଇ ଓ ଭଉଣୀମାନେ! ଆମ୍ଭ ପାଇଁ ପ୍ରାର୍ଥନା କର। 26 ଏକତ୍ରିତ ହେଲାବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର। 27 ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି। 28 ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ।

ମାଥିଉ ଲିଖିତ ସୁସମାଗ୍ଭର 6:19-24

ପରମେଶ୍ୱର ସେବା ଧନ ଅପେକ୍ଷା ମହାନ୍(A)

19 “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। 20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

22 “ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ। 23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!

24 “ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center