Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଗୀତସଂହିତା 96

96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
    ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
    ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
    ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
    ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
    କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
    ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
    ଓ ପରାକ୍ରମର ଗୁଣ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
    ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
    ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10     ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
    ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
    ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
    ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
    କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
    ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।

ଗୀତସଂହିତା 34

ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।

34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
    ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
    ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
    ତାଙ୍କ ନାମର ମହିମା କୀର୍ତ୍ତନ କର।
ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
    ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
    ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
    ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
    ଓ ସଦାପ୍ରଭୁ ତାହା ଶୁଣିଲେ
    ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
    ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
    ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
    କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
    କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
    ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
    ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
    ଶାନ୍ତି ପାଇଁ କାର୍ଯ୍ୟ କର।
    ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
    ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
    ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
    ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
    ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
    କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
    ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
    ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
    ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।

ଲେବୀୟ ପୁସ୍ତକ 25:1-17

ଭୂମି ବିଶ୍ରାମର ସମୟ

25 ଅନନ୍ତର ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ କରିବ। ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ନିଜ କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ। ମାତ୍ର ସପ୍ତମ ବର୍ଷରେ ଭୁମିକୁ ତୁମ୍ଭେମାନେ ବିଶ୍ରାମ ଦେବ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହା ମହାବିଶ୍ରାମ ହେବ। ତୁମ୍ଭେମାନେ ନିଜ କ୍ଷେତ୍ରରେ ବୀଜ ବୁଣିବ ନାହିଁ କି ନିଜ ଦ୍ରାକ୍ଷାଲତା ଝାଡ଼ିବ ନାହିଁ। ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ହୋଇଥିବ, ତାକୁ ତୁମ୍ଭେମାନେ କାଟିବ ନାହିଁ କିମ୍ବା ତୁମ୍ଭ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।

“ଯଦିଓ ଭୂମି ପାଇଁ ବିଶ୍ରାମ ଅଟେ, ତୁମ୍ଭମାନଙ୍କ ପାଇଁ ଖାଦ୍ୟର ଅଭାବ ହେବ ନାହିଁ। ତୁମ୍ଭ ଦାସମାନଙ୍କର, ତୁମ୍ଭ ବର୍ତ୍ତନଜୀବୀମାନଙ୍କର ଓ ତୁମ୍ଭ ସହବାସୀ ବିଦେଶୀମାନଙ୍କର ଭକ୍ଷ୍ୟର ଅଭାବ ହେବ ନାହିଁ। ତେଣୁ ତୁମ୍ଭମାନଙ୍କର କାହାରି ଖାଦ୍ୟର ଅଭାବ ରହିବ ନାହିଁ। ଆଉ ତୁମ୍ଭମାନଙ୍କର ପଶୁର ଓ ଅନ୍ୟାନ୍ୟ ବନପଶୁମାନଙ୍କ ନିମନ୍ତେ ପ୍ରଚୁର ଖାଦ୍ୟ ହେବ।

ଯୋବେଲ ମୁକ୍ତିର ବର୍ଷ

“ଆଉ ତୁମ୍ଭେ ନିଜ ପାଇଁ ସାତ ବିଶ୍ରାମ ବର୍ଷ, ଅର୍ଥାତ୍ ସାତଗୁଣ ସାତ ବର୍ଷ ଗଣନା କରିବ, ତାହା ଦ୍ୱାରା ସେହି ସାତଗୁଣ ସାତ ବର୍ଷର ସମୟ ତୁମ୍ଭ ପାଇଁ ଅଣଗ୍ଭଶ ବର୍ଷ ହେବ। ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରାୟଶ୍ଚିତ ଦିନରେ ତୁମ୍ଭେମାନେ ନିଜର ସମଗ୍ର ଦେଶରେ ତୂରୀ ବଜାଇବ। 10 ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ। 11 ସେହି ପଗ୍ଭଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ। ତୁମ୍ଭେମାନେ କ୍ଷେତ୍ରରେ ଶସ୍ୟ ବୁଣିବ ନାହିଁ କିମ୍ବା ଆପେ ବଢ଼ିଥିବା ଶସ୍ୟ କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। 12 କାରଣ ସେହି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ। 13 ସେ ମହୋଲ୍ଲାସ-ଉତ୍ସବ ବର୍ଷରେ ପ୍ରତ୍ୟେକ ନିଜ ନିଜ ଅଧିକାରକୁ ଫେରିଯିବା ଉଚିତ୍।

14 “ତୁମ୍ଭେ ଯେତେବେଳେ ତୁମ୍ଭର ପ୍ରତିବାସୀ ନିକଟରେ ଜମି ବିକ୍ରୟ କରିବ, ସେତେବେଳେ ତାହା ସହିତ କୌଣସି ପ୍ରତାରଣା କର ନାହିଁ। ପୁଣି ଯେତେବେଳେ କିଣିବ, ତେବେ ତା’ ପ୍ରତି ଅନ୍ୟାୟ କରିବ ନାହିଁ। 15 ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ୟା ଅନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟା ଅନୁସାରେ ସେ ତୁମ୍ଭଠାରେ ବିକ୍ରୟ କରିବ। 16 ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତା ଅନୁସାରେ ମୂଲ୍ୟ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ୟା ଅନୁସାରେ ଭୂମି ଜାତ ଦ୍ରବ୍ୟ ବିକ୍ରୟ କରିବ। 17 ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

ଯାକୁବଙ୍କ ପତ୍ର 1:2-8

ବିଶ୍ୱାସ ଓ ଜ୍ଞାନ

ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍। କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରିକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ। ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।

କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା’ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ। କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି। 7-8 ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।

ଯାକୁବଙ୍କ ପତ୍ର 1:16-18

16 ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ। 17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। 18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

ଲୂକ ଲିଖିତ ସୁସମାଗ୍ଭର 12:13-21

ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ

13 ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”

14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?” 15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”

16 ତା’ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। 17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।

18 “ତା’ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। 19 ତା’ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’

20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’

21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’

Odia Holy Bible: Easy-to-Read Version (ERV-OR)

2010 by World Bible Translation Center