Book of Common Prayer
ଇଷ୍ରାହୀୟ ଏଥନର ମସ୍କୀଲ୍।
89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
2 ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”
3 ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
4 ‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’”
5 ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
6 ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
“ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
7 ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
8 ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
9 ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
ତୁମ୍ଭେ ତା’ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
ସେ ଏକ ଶବପରି ଥିଲା।
ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
ତୁମ୍ଭର ଶକ୍ତି ମହାନ।
ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।
15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅଦ୍ଭୂତ ଶକ୍ତି।
ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।
19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।”
38 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୋଧ ହୋଇଅଛି,
ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ୟାଗ କରିଅଛ।
39 ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଙ୍ଗ କରିଅଛ।
ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛ।
40 ତୁମ୍ଭେ ତା’ର ସମସ୍ତ ପ୍ରାଚୀର ଭାଙ୍ଗିଅଛ।
ତୁମ୍ଭେ ତା’ର ଦୃଢ଼ ଗଡ଼ସବୁ ଧ୍ୱଂସ କରିଅଛ।
41 ପଥ ଦେଇ ଯିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି।
ଆପଣା ପ୍ରତିବାସୀମାନେ ତାଙ୍କୁ ପରିହାସ କରନ୍ତି।
42 ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ଯୁଦ୍ଧରେ ପରାଜିତ କରିଅଛ।
ତୁମ୍ଭେ ତା’ର ସମସ୍ତ ଶତ୍ରୁଙ୍କୁ ଖୁସୀ କରାଇଅଛ।
43 ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ନିଜକୁ ରକ୍ଷା କରିବାରେ ସାହାଯ୍ୟ କରିଅଛ।
ତୁମ୍ଭେ ନିଜ ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରି ନାହଁ।
44 ତୁମ୍ଭେ ତାଙ୍କୁ ଜିତିବାକୁ ଦେଇ ନାହଁ।
ତୁମ୍ଭେ ତା’ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।
45 ତୁମ୍ଭେ ତା’ର ଜୀବନକୁ କ୍ଷୀଣ କଲ।
ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ।
46 ହେ ସଦାପ୍ରଭୁ, ଏହିପରି କେତେ ଦିନ ଗ୍ଭଲିବ?
ତୁମ୍ଭେ କ’ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚେଇ ରହିବ?
ତୁମ୍ଭର କ୍ରୋଧ କ’ଣ ଚିରକାଳ ଅଗ୍ନି ତୁଲ୍ୟ ଜଳିବ?
47 ଏହା ସ୍ମରଣ କର ଯେ, ମୋର ଜୀବନ କେତେ କ୍ଷୀଣ।
ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଅଛ ଅଳ୍ପ ଦିନ ପାଇଁ, ଏହା ପରେ ଆମ୍ଭେ ମରିବୁ।
48 ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି କେବେବି ନ ମରି ବଞ୍ଚି ରହିବ।
ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି ସମାଧିରୁ ରକ୍ଷା ପାଇ ପାରିବ।
49 ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନେହପୂର୍ଣ୍ଣ କରୁଣା କୁଆଡ଼େ ଗଲା।
ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ୱସ୍ଥତା ଦେଖାଇବା ପାଇଁ ପ୍ରତିଜ୍ଞା କରିଥିଲ।
50 ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।
51 ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି,
ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ଯାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
52 ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ।
ଆମେନ୍! ଆମେନ୍!
ସଦାପ୍ରଭୁ ଇସ୍ରାଏଲକୁ ଆଗେଇ ନେବା ପାଇଁ ଯିହୋଶୂୟଙ୍କୁ ବାଛିଲେ
1 ମୋଶା ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପୁତ୍ର ଯିହୋଶୂୟ ମୋଶାଙ୍କର ପରିଗ୍ଭରକ ଥିଲେ। ମୋଶାଙ୍କର ମୃତ୍ୟୁ ପରେ, ସଦାପ୍ରଭୁ ଯିହୋଶୂୟକୁ କହିଲେ. 2 “ମୋର ସେବକ ମୋଶାର ମୃତ୍ୟୁ ହୋଇଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନେଇ ଯର୍ଦ୍ଦନ ନଦୀ ପାର ହୋଇ ଯାଅ। ମୁଁ ଯେଉଁ ଦେଶସବୁ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ କହିଅଛି, ତୁମ୍ଭେ ସେହି ଦେଶକୁ ଯାଅ। 3 ଯେଉଁ ଯେଉଁ ସ୍ଥାନରେ ତୁମ୍ଭର ପାଦ ପଡ଼ିବ, ସେ ସବୁ ସ୍ଥାନ ମୁଁ ମୋଶା ସହିତ କରିଥିବା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କୁ ଦେବି। 4 ହିତ୍ତୀୟମାନଙ୍କ ସମସ୍ତ ଦେଶ ସହିତ ଭୂମଧ୍ୟସାଗର ପର୍ଯ୍ୟନ୍ତ ଓ ପଶ୍ଚିମରେ ମହାନ ଫରାତ୍ ନଦୀ ପାଖର ମରୁଭୂମି ଓ ଲିବାନୋନ୍ର ସମସ୍ତ ଭୂମି ତୁମ୍ଭର ହେବ। 5 ମୁଁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମୋଶା ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କେହି ସମର୍ଥ ହୋଇ ପାରିବେ ନାହିଁ। ମୁଁ ତୁମ୍ଭକୁ ଛାଡ଼ିବି ନାହିଁ। ମୁଁ ତୁମ୍ଭକୁ ପରିତ୍ୟାଗ କରିବି ନାହିଁ।
6 “ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି। 7 କିନ୍ତୁ ତୁମ୍ଭେ ବଳବାନ ଓ ସାହସୀ ହୁଅ। ଅନ୍ୟ କଥା ମାନିବାକୁ ତୁମ୍ଭେ ନିଶ୍ଚିତ ମୋର ଦାସ ମୋଶାଙ୍କର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତେବେ ତୁମ୍ଭେ ଯେଉଁ କର୍ମ କରିବ ସେଥିରେ ଉତ୍ତୀର୍ଣ୍ଣ ହେବ। 8 ସର୍ବଦା ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ସମ୍ମୁଖରୁ ବିଚଳିତ ନ ହେଉ। ଦିନରାତି ଏହି ନିୟମ ପୁସ୍ତକକୁ ପଠନ କର। ତେବେ ତୁମ୍ଭେ ନିଶ୍ଚିତ ହୋଇ ପାରିବ। ଏହି ନିୟମକୁ ପାଳନ କର, ଯାହା ଏହି ପୁସ୍ତକରେ ଲେଖା ହୋଇ ଅଛି। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେ ବୁଦ୍ଧିମାନ ଓ ପ୍ରତ୍ୟେକ କାର୍ଯ୍ୟରେ କୃତକାର୍ଯ୍ୟ ହେବ, ଯାହା ତୁମ୍ଭେ କରିବ। 9 ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଅଣଯିହୂଦୀଙ୍କ ମଧ୍ୟରେ ପାଉଲଙ୍କ ପ୍ରଗ୍ଭର କାର୍ଯ୍ୟ
3 ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ। 2 ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ। 3 ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି। 4 ସେଗୁଡ଼ିକ ଯଦି ତୁମ୍ଭେମାନେ ପଢ଼, ତା’ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଗୁପ୍ତ ସତ୍ୟ ବିଷୟରେ ମୁଁ ପ୍ରକୃତରେ ବୁଝିଛି। 5 ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି। 6 ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।
7 ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ। 8 ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ। 9 ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା। 10 ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ। 11 ସମୟର ପ୍ରାରମ୍ଭରୁ ପରମେଶ୍ୱରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମେଳ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ଏହା ସମ୍ପନ୍ନ କଲେ। 12 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି। 13 ସେଥିପାଇଁ ମୁଁ କୁହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମୋର ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହେବ।
ଯୀଶୁ ଜଣେ ଅଧିକାରୀଙ୍କ ଦାସକୁ ଭଲ କରିଲେ(A)
5 ତା’ପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତରେ ପ୍ରବେଶ କଲାବେଳେ ଜଣେ ରୋମୀୟ ସେନାପତି ତାହାଙ୍କ ପାଖକୁ ଆସିଲେ। 6 ସେ ବିନୟ ପୂର୍ବକ କହିଲେ, “ପ୍ରଭୁ, ମୋର ଦାସ ରୋଗରେ ପୀଡ଼ିତ ହୋଇ ଘରେ ବିଛଣାରେ ପଡ଼ିଛି। ତାକୁ ପକ୍ଷାଘାତ ରୋଗ ହୋଇଛି ଓ ସେ ଭୀଷଣ କଷ୍ଟ ପାଉଛି।”
7 ତା’ପରେ ଯୀଶୁ ତାହାଙ୍କୁ କହିଲେ, “ମୁଁ ଯାଇ ତାହାକୁ ଭଲ କରିଦେବି।”
8 ସେନାପତି ଉତ୍ତର ଦେଲେ, “ପ୍ରଭୁ, ଆପଣ ଯେ ମୋ’ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ୟ ନୁହେଁ। ଆପଣ କେବଳ ଆଦେଶ ଦେଇ ଦିଅନ୍ତୁ, ମୋର ଦାସ ଭଲ ହୋଇଯିବ। 9 ମୁଁ ମଧ୍ୟ ଜଣେ ବଡ଼ ଅଧିକାରୀଙ୍କ ଅଧୀନରେ କାମ କରୁଛି। ମୋ’ ଅଧୀନରେ କେତେକ ସୈନ୍ୟ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁହେ, ‘ଯାଅ’, ତେବେ ସେ ଗ୍ଭଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁହେ, ‘ଆସ’, ତେବେ ସେ ଆସେ। ମୋର ଦାସକୁ ମୁଁ ଯଦି କୁହେ, ‘ଏହା କର’ ତେବେ ସେ ତାହା କରେ। ତୁମ୍ଭର ମଧ୍ୟ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।”
10 ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ। 11 ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସେମାନେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜିରେ ନିଜ ନିଜ ଆସନ ଗ୍ରହଣ କରିବେ। 12 କିନ୍ତୁ ରାଜ୍ୟର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆଯିବ। ସେଠାରେ ସେମାନେ କାନ୍ଦି କାନ୍ଦି ଓ କଷ୍ଟ ହେତୁ ଦାନ୍ତ କଡ଼ମଡ଼ କରି ରହିବେ।”
13 ତା’ପରେ ଯୀଶୁ ସେନାପତିଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ।” ଠିକ୍ ସେହି ସମୟରେ ତାହାଙ୍କର ଦାସ ସୁସ୍ଥ ହୋଇଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ(B)
14 ଯୀଶୁ ପିତରଙ୍କ ଘରେ ପହଞ୍ଚିଲେ। ସେ ଦେଖିଲେ ଯେ ପିତରଙ୍କ ଶାଶୁ ଭୀଷଣ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ିଛନ୍ତି। 15 ଯୀଶୁ ତାହାଙ୍କୁ ଛୁଇଁଦେଲେ, ଓ ତାହାଙ୍କର ଜ୍ୱର ଛାଡ଼ିଗଲା। ତା’ପରେ ସେ ଉଠି ଯୀଶୁଙ୍କ ସେବା କରିବାକୁ ଲାଗିଲେ।
16 ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ। 17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ:
“ସେ ଆମ୍ଭର ରୋଗ ସବୁ ନେଇଗଲେ
ଏବଂ ଆମ୍ଭର ଅସୁସ୍ଥତା ବହିଲେ।”(C)
2010 by World Bible Translation Center