Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 105

105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ତାଙ୍କର ନାମକୁ ଡାକ।
    ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
    ତାଙ୍କର ପ୍ରଗ୍ଭରିତ କର।
    ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
    ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
    ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
    ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
ତୁମ୍ଭେ ହେଉଛ ତାଙ୍କର ସେବକ,
    ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
    ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
    ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
    ପରମେଶ୍ୱର ଇସ୍‌ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
    ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
    ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
    ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
    ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
    ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
    ଏବଂ ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
    ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
    ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
    ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
    ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
    ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
    ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
    ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
    କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
    ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
    ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
    ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
    ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
    କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
    ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
    ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
    ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
    ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
    ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
    ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
    ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
    ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
    ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
    ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
    କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
    ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
    ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
    ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।

42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
    ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
    ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
    ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
    ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।

ପରମେଶ୍ୱରଙ୍କର ପ୍ରଶଂସା କର!

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 4

ଦ୍ୱୀପରୁଖା ଓ ଦୁଇ ଅଲିଭ ବୃକ୍ଷ

ତା’ପରେ ମୋ’ ସହିତ ଆଳାପ କରୁଥିବା ସେହି ସ୍ୱର୍ଗଦୂତ ମୋ’ ନିକଟକୁ ଫେରି ଆସିଲେ ଓ ମୋତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି। ତାହାପରେ ସେହି ସ୍ୱର୍ଗଦୂତ ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ଦେଖୁଛ?”

ମୁଁ କହିଲି, “ମୁଁ ସମ୍ପୂର୍ଣ୍ଣ ସୁବର୍ଣ୍ଣର ଦୀପାଧାର ଦେଖୁଛି। ତାହାର ଉପରେ ଗୋଟିଏ ମାଠିଆ ଅଛି ଏବଂ ତା’ ଉପରେ ସାତୋଟି ପ୍ରଦୀପ ଅଛି, ଆଉ ମଧ୍ୟ ସେଠାରେ ଗୋଟିଏ ପାତ୍ର ଅଛି। ପ୍ରତ୍ୟେକ ପ୍ରଦୀପର ମୂଖନଳ ଅଛି ଓ ସେହି ନଳ ଦେଇ ପ୍ରଦୀପକୁ ତୈଳ ଆସୁଛି। ସେହି ପାତ୍ରର ଦକ୍ଷିଣ ଓ ବାମ ପାର୍ଶ୍ୱରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।” ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତଙ୍କୁ ମୁଁ ପଗ୍ଭରିଲି, “ମୋର ମହାଶୟ, ଏଗୁଡ଼ିକ ସବୁ କ’ଣ?”

ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ କ’ଣ ଜାଣ ନାହିଁ ଏଗୁଡ଼ିକ ସବୁ କ’ଣ?”

ମୁଁ କହିଲି “ନାଁ, ମୋର ମହାଶୟ।”

ସେ କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, ‘ଏହା ପରାକ୍ରମ କି ବଳଦ୍ୱାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି। ହେ ମହାନ ପର୍ବତ! ତୁମ୍ଭେ କ’ଣ? ଯିରୁବ୍ବାବିଲ ସମ୍ମୁଖରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। ‘ପରମେଶ୍ୱରଙ୍କର ଏହା ଉପରେ କୃପା ହେଉ! ଧ୍ୱନି ମଧ୍ୟରେ ସେ କୋଣର ପ୍ରସ୍ତର ଆଣିବ।’”

ସଦାପ୍ରଭୁ ଏହି ବାର୍ତ୍ତା ମୋତେ ପଠାଇଲେ। “ଯିରୁବ୍ବାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ଯ୍ୟ ଶେଷ କରିବ। ତା’ପରେ ତୁମ୍ଭେମାନେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି। 10 ଯେଉଁମାନେ କି ଛୋଟ ଜିନିଷଗୁଡ଼ିକୁ ଘୃଣା କରନ୍ତି, ସେମାନେ ଆନନ୍ଦ କରିବେ, ଯେତେବେଳେ ସେମାନେ ଯିରୁବ୍ବାବିଲଙ୍କ ହାତରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତୋଟି ପାର୍ଶ୍ୱ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।”

11 ତା’ପରେ ମୁଁ ତାଙ୍କୁ କହିଲି, “ଦ୍ୱୀପରୁଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ’ଣ?” 12 ମୁଁ ମଧ୍ୟ ତାଙ୍କୁ ପଗ୍ଭରିଲି, “ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡ଼ିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ’ଣ?”

13 ତା’ପରେ ସେହି ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ ଏଗୁଡ଼ିକର ଅର୍ଥ କ’ଣ ଜାଣ ନାହିଁ?”

ମୁଁ ଉତ୍ତର ଦେଲି, “ନା, ମୋର ମହାଶୟ!”

14 ତେଣୁ ସେ ଉତ୍ତର ଦେଲେ, “ଏହି ଅଭିଷିକ୍ତ ଦୁଇଜଣ ଯିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।”

ଏଫିସୀୟଙ୍କ ପ୍ରତି ପତ୍ର 4:17-32

କିଭଳି ଜୀବନ-ଯାପନ କରିବା ଉଚିତ୍

17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। 18 ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ। 19 ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା। 20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ। 21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। 22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ। 23 ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ। 24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।

25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା’ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।

29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।

ମାଥିଉ ଲିଖିତ ସୁସମାଗ୍ଭର 9:1-8

ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ(A)

ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”

କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”

ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା’ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’

ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center