Book of Common Prayer
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
3 ହାରୋଣର ପରିବାରବର୍ଗ [a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
“ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
5 ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
6 ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ, ମୋତେ କ’ଣ କରି ପାରିବେ।
7 ସଦାପ୍ରଭୁ ମୋର ସାହାଯ୍ୟକାରୀ।
ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
9 ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।
13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ [b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ସପ୍ତାହର ପର୍ବ
9 “ତୁମ୍ଭେମାନେ କ୍ଷେତ୍ରର ଶସ୍ୟ ଛେଦନ କରିବାର ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ। 10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ୱେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ। 11 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣ୍ଣୟ କରିବେ, ସେହି ସ୍ଥାନରେ ତାଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ତୁମ୍ଭର କନ୍ୟା ଓ ତୁମ୍ଭର ଦାସ ଦାସୀ, ତୁମ୍ଭ ନଗର ଦ୍ୱାରର ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ। 12 ପୁଣି ତୁମ୍ଭେ ଯେ ମିଶରରେ ଦାସ ଥିଲୁ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।
18 ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ। 19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”
20-21 ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ।
ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ
23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ। 24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ। 25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି,
‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି?
ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।
26 ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଲେ
ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’ (A)
27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ। 28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା। 29 ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର। 30 ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”
31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
32 ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ। 33 ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ।
19 ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟଦ୍ବକ୍ତା। 20 ଆମ୍ଭର ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ଯିରୁଶାଲମ ହେଉଛି ଉପାସନା କରିବା ନିମନ୍ତେ ଯଥାର୍ଥ ସ୍ଥାନ।”
21 ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ। 22 ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ। 23 ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି। 24 ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”
25 ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।”
26 ଯୀଶୁ ତାହାକୁ କହିଲେ, “ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।”
2010 by World Bible Translation Center