Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:49-72

ସୟିନ୍

49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
    ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
    ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
    କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
    ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
    ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
    ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
    ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।

ହେତ୍

57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
58 ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
59 ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି।
    ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ,
    ବିଳମ୍ବ କରି ନାହିଁ।
61 ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି,
    କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
62 ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ
    ମଧ୍ୟରାତ୍ରିରେ ଉଠିଥାଏ।
63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି,
    ମୁଁ ସେମାନଙ୍କର ବନ୍ଧୁ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ।
    ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।

ଟେଟ୍

65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
    ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
    ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
    ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
    ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
    ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
    ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

ଗୀତସଂହିତା 49

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

49 ହେ ଜାତିଗଣ ସମୂହ ଶୁଣ,
    ହେ ପୃଥିବୀବାସୀ ଲୋକମାନେ ଶୁଣ,
    ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
    ଓ ବୁଦ୍ଧିମାନର କଥା କହିବି।
ମୁଁ ସେ ସବୁ ଯେ ଶୁଣି ଅଛି
    ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।

ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
    ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
    କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
    କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
    ତା’ର ଜୀବନକୁ ପ୍ରାୟାଶ୍ଚିତ କରି ପାରିବ।
କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
    ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା’ର ଶରୀରକୁ ରକ୍ଷା କରି ପାରିବ,
    ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
    ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
    ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
    କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
    ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
    ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
    ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା’ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
    ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
    ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।

15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
    ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ।

16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
    ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
    ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
    ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା’ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
    ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
    ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।

ଗୀତସଂହିତା 53

ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।

53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
    ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
    ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
    ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
    ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
    ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
    ନାଁ, ଜଣେ କେହି ନାହିଁ!

ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
    ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
    ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”

କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
    ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
    ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
    ସେତେବେଳେ ଯାକୁବ ଆନନ୍ଦିତ ହେବେ
    ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।

ଉପଦେଶକ 3:1-15

ଗୋଟିଏ ସମୟ ଅଛି

ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।

ଜନ୍ମ ହେବାର ଏକ ସମୟ ଅଛି,
    ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି।
ବୃକ୍ଷ ରୋପଣ ପାଇଁ ସମୟ ଅଛି,
    ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।
ବଧ କରିବାର ସମୟ ଅଛି
    ଓ ଆରୋଗ୍ୟ କରିବାର ମଧ୍ୟ ସମୟ ଅଛି।
ଧ୍ୱଂସ କରିବାର ସମୟ ଅଛି
    ଓ ଗଢ଼ିବା ପାଇଁ ମଧ୍ୟ ସମୟ ଅଛି।
କାନ୍ଦିବା ପାଇଁ ଏକ ସମୟ ଅଛି
    ଓ ହସିବା ପାଇଁ ମଧ୍ୟ ଏକ ସମୟ ଅଛି।
ବିଳାପ ପାଇଁ ସମୟ ଅଛି
    ଓ ଖୁସୀରେ ନୃତ୍ୟ କରିବାର ପାଇଁ ମଧ୍ୟ ସମୟ ଅଛି।
ପ୍ରସ୍ତର ପକାଇବାର ସମୟ ଅଛି
    ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ୟ ସମୟ ଅଛି।
ଆଲିଙ୍ଗନ ପାଇଁ ସମୟ ଅଛି
    ଓ ଆଲିଙ୍ଗନରୁ ନିବୃତ୍ତ ହେବାର ମଧ୍ୟ ସମୟ ଅଛି।
ଅନ୍ୱେଷଣ କରିବାର ସମୟ ଅଛି
    ଓ ହଜାଇବାର ମଧ୍ୟ ସମୟ ଅଛି।
ରହିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି।
    ରଖିବାର ସମୟ ଅଛି ଓ ପକାଇବାର ମଧ୍ୟ ସମୟ ଅଛି।
ଚିରିବାର ସମୟ ଅଛି
    ଓ ସିଲେଇ କରିବାର ମଧ୍ୟ ସମୟ ଅଛି।
ନୀରବ ରହିବାର ସମୟ ଅଛି
    ଓ କଥା କହିବାର ମଧ୍ୟ ସମୟ ଅଛି।
ପ୍ରେମ କରିବାର ସମୟ ଅଛି
    ଓ ଘୃଣା କରିବାର ମଧ୍ୟ ସମୟ ଅଛି।
ଯୁଦ୍ଧର ସମୟ ଅଛି
    ଓ ଶାନ୍ତିର ମଧ୍ୟ ସମୟ ଅଛି।

ପରମେଶ୍ୱର ତାଙ୍କ ସଂସାରକୁ ନିୟନ୍ତ୍ରଣ କଲେ

ଜଣେ ବ୍ୟକ୍ତି ତା’ର ସମସ୍ତ ପରିଶ୍ରମରୁ କ’ଣ ଲାଭ ପାଏ? 10 ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ। 11 ପରମେଶ୍ୱର ଏହା ଠିକ୍ ସମୟରେ ପ୍ରତ୍ୟେକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ୟ ଲୋକମାନଙ୍କ ମନରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସେମାନେ କେବେହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରତ୍ୟେକ ଜିନିଷ ପରମେଶ୍ୱର କରିଅଛନ୍ତି।

12 ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନେ ଖୁସୀ ରହିବା ଓ ସେମାନେ ନିଜକୁ ଉପଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ। 13 ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର।

14 ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ। 15 ଯାହାସବୁ ଏଠାରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ୱର ସେସବୁ ଜିନିଷ ଖୋଜନ୍ତି ତାହା ଅତୀତ ହୋଇଛି।

ଗାଲାତୀୟଙ୍କ ପ୍ରତି ପତ୍ର 2:11-21

ପାଉଲ ପିତରଙ୍କ ଭୂଲ୍ ଦେଖାଇ ଦେଲେ

11 ପିତର ଆନ୍ତିୟଖିଆ ନଗରକୁ ଆସିଲେ। ସେ ସେଠାରେ କିଛି ଭୂଲ୍ କାମ କଲେ। ମୁଁ ତାଙ୍କ ବିରୁଦ୍ଧରେ ସିଧାସଳଖ କହିଲି, କାରଣ ସେ ଦୋଷୀ ଥିଲେ। ଘଟଣାଟି ଏହା: 12 ଯେତେବେଳେ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲେ, ସେ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲେ ଓ ସଂମ୍ପର୍କ ରଖିଥିଲେ। ମାତ୍ର ଯେତେବେଳେ ଯାକୁବଙ୍କ ନିକଟରୁ କେତେକ ଯିହୂଦୀଲୋକ ଆସିଲେ, ସେମାନେ ଆସିଲା ପରେ ପିତର ଅଣଯିହୂଦୀଲୋକଙ୍କ ସହିତ ଖିଆପିଆ ବନ୍ଦ କରିଦେଲେ, ଓ ସେମାନଙ୍କଠାରୁ ଦୂରରେ ରହିଲେ। ସୁନ୍ନତ [a] ହେବା କଥାରେ ବିଶ୍ୱାସ କରୁଥିବା ଲୋକମାନଙ୍କ ଭୟରେ ପିତର ଏପରି ଆଚରଣ କଲେ। 13 ଅତଏବ ପିତର ଜଣେ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ପିତରଙ୍କ ସହିତ ଅନ୍ୟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ଯୋଗଦେଲେ। ସେଠାରେ ସେମାନେ ମଧ୍ୟ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ସେଠାରେ ସେମାନେ ଯାହା କଲେ, ତଦ୍ଦ୍ୱାରା ବର୍ଣ୍ଣ‌ବ୍‌‌‌‌ବା ମଧ୍ୟ ପ୍ରଭାବିତ ହୋଇଗଲେ। 14 ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”

15 ଆମ୍ଭେମାନେ ଯିହୂଦୀ ରୂପେ ଜନ୍ମ ହୋଇଛୁ, ଏବଂ ଆମ୍ଭେମାନେ ପାପୀ ଅଣଯିହୂଦୀମାନଙ୍କ ପରି ନୋହୁଁ। 16 ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।

17 ଆମ୍ଭେ ଯିହୂଦୀମାନେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଭେ ମଧ୍ୟ ପାପୀ। ଏହାର ଅର୍ଥ କ’ଣ ଏହା ଯେ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା! 18 କିନ୍ତୁ ଯେଉଁ ବିଷୟ ଗୁଡ଼ିକୁ ଆମ୍ଭେ ଛାଡ଼ି ଦେଇ ସାରିଛୁ, ମୁଁ ଯଦି ସେହିଗୁଡ଼ିକର ପୁନଃ ପ୍ରଗ୍ଭର ଆରମ୍ଭ କରେ, ତା’ହେଲେ ଏହା ଭୂଲ ହେବ। 19 ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି। 20 ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି। 21 ଏହି ଅନୁଗ୍ରହ ହେଉଛି ପରମେଶ୍ୱରଙ୍କର। ଏହା ମୋ’ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ। କାରଣ ଯଦି ନିୟମ ଦ୍ୱାରା ଧାର୍ମିକ ଗଣିତ ହେବା ସମ୍ଭବ ହୋଇଥା’ନ୍ତା, ତା’ହେଲେ ଖ୍ରୀଷ୍ଟ ବିନା କାରଣରେ ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତେ।

ମାଥିଉ ଲିଖିତ ସୁସମାଗ୍ଭର 14:1-12

ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ(A)

14 ସେହି ସମୟରେ ଯୀଶୁଙ୍କ ବିଷୟରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହେରୋଦ ଶୁଣିଲେ। ସେ ତାହାଙ୍କ ଗ୍ଭକରମାନଙ୍କୁ କହିଲେ, “ଏହି ବ୍ୟକ୍ତି ପ୍ରକୃତରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖରେ କାମ କରୁଛି ଓ ସେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବାକୁ ସକ୍ଷମ ହେଉଛି।”

ବାପ୍ତିଜକ ଯୋହନଙ୍କୁ କିପରି ହତ୍ୟା କରାଗଲା

ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ। ହେରୋଦ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର ହେରୋଦଙ୍କୁ କହୁଥିଲେ, “ତୁମ୍ଭେ ହେରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠି‌କ୍‌ କାମ ନୁହେଁ।” ତେଣୁ ହେରୋଦ ଯୋହନଙ୍କୁ ମାରିଦେବାକୁ ଗ୍ଭହିଁଲେ, କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବୋଲି ବିଶ୍ୱାସ କରୁଥିଲେ।

ହେରୋଦଙ୍କ ଜନ୍ମଦିନ ଅବସରରେ ହେରୋଦିଆଙ୍କ ଝିଅ, ହେରୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗରେ ନାଚିଲା। ଏଥିରେ ହେରୋଦ ବହୁତ ମୁ‌ଗ୍‌ଧ ହୋଇଗଲେ। ତେଣୁ ସେ ଶପଥ ପୂର୍ବକ ହେରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, “ତୁମ୍ଭେ ଯାହାକିଛି ମାଗିବ, ତାହା ତୁମ୍ଭକୁ ଦିଆଯିବ।” ହେରୋଦିଆଙ୍କ ପ୍ରରୋଚନାରେ ଝିଅ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ଆଣି ଏହିଠାରେ ଦିଅନ୍ତୁ।”

ଏହା ଶୁଣି ହେରୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦେବେ। ତା’ ଛଡ଼ା ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ଶପଥ ଶୁଣିଥିଲେ। ତେଣୁ ହେରୋଦ ଝିଅକୁ ଯାହାକିଛି ସେ ମାଗିଥିଲେ ତାହା ଦେବା ପାଇଁ ଆଦେଶ ଦେଲେ। 10 ସେ କାରାଗାରରେ ଯୋହନଙ୍କ ମୁଣ୍ଡକାଟ କରିବା ପାଇଁ ଲୋକ ପଠାଇଲେ। 11 ତା’ପରେ ଗୋଟିଏ ଥାଳିରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦେଇ ଦିଆଗଲା। ଝିଅ କଟାମୁଣ୍ଡ ତା’ର ମା ହେରୋଦିଆଙ୍କ ପାଖକୁ ନେଇଗଲା। 12 ଯୋହନଙ୍କ ଶିଷ୍ୟମାନେ ଆସି ଯୋହନଙ୍କ ମୃତଦେହ ନେଇଯାଇ ସମାଧି ଦେଲେ। ତା’ପରେ ସେମାନେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center