Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଗୀତସଂହିତା 77

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।

77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
    ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
    ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
    କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
    କିନ୍ତୁ ମୁଁ ପାରୁ ନାହିଁ।
ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
    ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
    ମୁଁ ଚିନ୍ତା କରେ।
ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
    ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
    ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
    ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
    ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
    ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”

10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
    ‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”

11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
    ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
    ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
    ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
    ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
    ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।

16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
    ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
    ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
    ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
    ବିଜୁଳି ଜଗତକୁ ଆଲୋକମୟ କଲା।
    ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
    କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
    ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

ଗୀତସଂହିତା 79

ଆସଫର ଗୀତ।

79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
    ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
    ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
    ତୁମ୍ଭର ସ‌ଦ୍‌ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
    ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
    ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
    ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
    ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
    ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
    ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
    ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
    ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
    “ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
    ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
    ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
    ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
    ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
    ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
    ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।

ଗଣନା ପୁସ୍ତକ 9:15-23

ମେଘ ଓ ଅଗ୍ନି

15 ଯେଉଁ ଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସେହି ଦିନ ମେଘ ନିୟମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ୟ ଦେଖାଗଲା। 16 ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତିରେ ଏହା ଅଗ୍ନିତୁଲ୍ୟ ଦେଖାଗଲା। 17 ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତେବେଳେ ଇସ୍ରାଏଲର ଲୋକମାନେ ଯାତ୍ରା କଲେ, ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲର ଲୋକମାନେ ସେହିଠାରେ ଛାଉଣି ସ୍ଥାପନ କଲେ। 18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ଲୋକମାନେ ମେଘର ଗତିକୁ ଲକ୍ଷ୍ୟକରି ଯାତ୍ରା କଲେ ଓ ଛାଉଣି ସ୍ଥାପନ କଲେ, ଯେପର୍ଯ୍ୟନ୍ତ ସେହି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ। 19 ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତେବେଳେ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ଯାତ୍ରା କଲେ ନାହିଁ। 20 କେବେ କେବେ ସେହି ମେଘ ପବିତ୍ର ତମ୍ବୁ ଉପରେ ଅଳ୍ପ ସମୟ ରହିଲା, ସେ ସମୟରେ ସେମାନେ ଛାଉଣି କରି ରହିଲେ ଓ ମେଘର ଗତି ଅନୁସାରେ ଗତି କଲେ। 21 ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଗତିକଲା। ତେଣୁ ଇସ୍ରାଏଲ ଲୋକମାନେ ମଧ୍ୟ ଗତି କଲେ। ସେହି ଦିନରେ କିମ୍ବା ରାତିରେ ମେଘ ଗତି କରୁଥିଲା, ଇସ୍ରାଏଲର ଲୋକମାନେ ଯାତ୍ରା ଆରମ୍ଭ କଲେ। 22 ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ। 23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ। ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।

ଗଣନା ପୁସ୍ତକ 10:29-36

29 ତା’ପରେ ମୋଶା ଆପଣା ଶ୍ୱଶୁର ମିଦିୟନୀୟ ରୂୟେଲର ପୁତ୍ର ହୋବବକୁ କହିଲେ, “ଆମ୍ଭେମାନେ ସେହି ସ୍ଥାନକୁ ଯାଉଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦେବେ, ଆମ୍ଭମାନଙ୍କ ସାଙ୍ଗରେ ଆସ। ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା। କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।”

30 କିନ୍ତୁ ହୋବବ କହିଲା, “ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମୋର ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫେରିଯିବି।”

31 ତା’ପରେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ ଆମ୍ଭମାନଙ୍କୁ ଛାଡ଼ ନାହିଁ, ମରୁଭୂମି ମଧ୍ୟରେ ଆମ୍ଭର ଛାଉଣି ସ୍ଥାପନ କରିବାକୁ କେଉଁ ସ୍ଥାନ ସର୍ବୋତ୍ତମ, ତାହା ତୁମ୍ଭେ ସର୍ବୋତ୍ତମ ଜାଣ। ତେଣୁ ତୁମ୍ଭେ ଆମ୍ଭର ପଥ ପ୍ରଦର୍ଶକ ହେବ। 32 ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ଯିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ଉତ୍ତମ ଜିନିଷ ଦେବେ, ତାହା ଆମ୍ଭେମାନେ ତୁମ୍ଭ ସହିତ ବାଣ୍ଟ କରିବୁ।”

33 ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। 34 ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସେମାନଙ୍କୁ ବାଟ କଢ଼ାଇଲେ, ଯେତେବେଳେ ସେମାନେ ସେମାନଙ୍କର ଛାଉଣିରୁ ଯାତ୍ରାରମ୍ଭ କଲେ।

35 ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି,

“ସଦାପ୍ରଭୁ ଉଠ,
    ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହୁଅନ୍ତୁ,
    ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”

36 ଆଉ ପବିତ୍ର ସିନ୍ଦୁକ ଅଟକି ଗଲାବେଳେ ମୋଶା କହନ୍ତି,

“ହେ ସଦାପ୍ରଭୁ ତୁମ୍ଭେ ଇସ୍ରାଏଲର
    ହଜାର ହଜାର ଲୋକଙ୍କ ପ୍ରତି ଫେର।”

ରୋମୀୟଙ୍କ ପ୍ରତି ପତ୍ର 1:1-15

ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର।‌

ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି। ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି। ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ। ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍‌‌ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ।

ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି। ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।

ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ।

ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।

ଧନ୍ୟବାଦ ପ୍ରାର୍ଥନା

ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି। ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି। 10 ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ। 11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା। 12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।

13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।

14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସେବା କରିବାକୁ ଉଚିତ୍ ମନେ କରେ। 15 ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।

ମାଥିଉ ଲିଖିତ ସୁସମାଗ୍ଭର 17:14-21

ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କରିଦେଲେ(A)

14 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲୋକମାନଙ୍କ ପାଖକୁ ଫେରି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗରେ ଆଣ୍ଠୁ ମାଡ଼ି ପଡ଼ିଗଲା। 15 ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି। 16 ମୁଁ ତାକୁ ତୁମ୍ଭ ଶିଷ୍ୟମାନଙ୍କ ପାଖକୁ ଆଣିଥିଲି, କିନ୍ତୁ ସେମାନେ ତାକୁ ସୁସ୍ଥ କରି ପାରିଲେ ନାହିଁ।”

17 ଯୀଶୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ ନାହିଁ। ତୁମ୍ଭେମାନେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତେଦିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ଯ୍ୟନ୍ତ ମୋର ଧୈର୍ଯ୍ୟ ରହିବ? ସେ ପିଲାଟିକୁ ମୋ’ ପାଖକୁ ଆଣ।” 18 ତା’ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା।

19 ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”

20 ଯୀଶୁ କହିଲେ, “ତାହା କେବଳ ତୁମ୍ଭର ଅଳ୍ପ ବିଶ୍ୱାସର ଯୋଗୁଁ ହେଲା। ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭର ଯଦି ଗୋଟିଏ ସୋରିଷ ଦାନା ପରିମାଣର ମଧ୍ୟ ବିଶ୍ୱାସ ଅଛି, ତେବେ ତୁମ୍ଭେ ଏହି ପର୍ବତକୁ କହିପାରିବ, ‘ଏ ଜାଗାରୁ ସେ ଜାଗାକୁ ଗ୍ଭଲିଯାଅ,’ ଏବଂ ପର୍ବତ ଗ୍ଭଲିଯିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହୋଇ ରହିବ ନାହିଁ।’’ 21 (ଏହିଭଳି ଭୂତମାନେ କେବଳ ଉପବାସ ଓ ପ୍ରାର୍ଥନା ଦ୍ୱାରା ବାହାରି ଯାଇ ଥା’ନ୍ତି।) [a]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center