Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 78

ଅଫସର ମସ୍କୀଲ୍।

78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
    ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
    ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
    ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
    ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
    ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ।
    ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ।
ପରମେଶ୍ୱର ଆମର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ,
    ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।
ଏପରିକି ଯେଉଁ ପିଲାମାନେ ଜନ୍ମ ହେବେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଜଣାଇବେ।
    ତା’ପରେ ସେମାନେ ଯେବେ ବଡ଼ ହେବେ ସେମାନଙ୍କର ପିଲାମାନଙ୍କୁ କହିବେ।
ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ।
    ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ।
    ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।
ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ।
    ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୋଦ୍ଧରେ ଗଲେ।
ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ।
    ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା।
    ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।

ଇଫ୍ରୟିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ,
    ମାତ୍ର ସେମାନେ ଯୁଦ୍ଧ ହେବା ଦିନରେ ପଳାୟନ କଲେ।
10 ସେମାନେ ପରମେଶ୍ୱରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ।
    ସେମାନେ ତାଙ୍କର ବ୍ୟବସ୍ଥା ମାନିବାକୁ ଅସ୍ୱୀକାର କଲେ।
11 ସେମାନେ ପରମେଶ୍ୱର କରିଥିବା ମହତ କାର୍ଯ୍ୟ ଭୁଲିଗଲେ।
    ପରମେଶ୍ୱର ସେମାନଙ୍କୁ ଦେଖାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
12 ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ
    ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।
13 ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ
    ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।
14 ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା
    ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।
15 ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ
    ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
16 ପରମେଶ୍ୱର ଶୈଳରୁ ଝର ବାହାର କରାଇଲେ
    ଏବଂ ଏହାର ଜଳ ନଦୀପରି ବୋହିଲା।
17 ତଥାପି ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ଗ୍ଭଲିଲେ।
    ସେମାନେ ମରୁଭୂମିରେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ବିଦ୍ରୋହାଚରଣ କଲେ।
18 ଏହା ପରେ ସେହି ଲୋକମାନେ ପରମେଶ୍ୱରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ।
    ସେମାନେ ପରମେଶ୍ୱରଙ୍କୁ ଖାଦ୍ୟ ମାଗିଲେ,
    ଯାହା ସେମାନେ ଇଚ୍ଛା କରିଥିଲେ।
19 ସେମାନେ ପରମେଶ୍ୱରଙ୍କୁ ଅଭିଯୋଗ କଲେ ଏବଂ କହିଲେ,
    “କ’ଣ ପରମେଶ୍ୱର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦେଇ ପାରିବେ?
20 ଏହା ସତ୍ୟ ଯେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା,
    ସେ ମଧ୍ୟ କ’ଣ ଆମ୍ଭକୁ ରୋଟୀ ଦେଇ ପାରିବେ? ସେ କ’ଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦେଇ ପାରିବେ?”
21 ସେହି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ,
    ପରମେଶ୍ୱର ଯାକୁବ ଉପରେ ବହୁତ କ୍ରୋଧ ହେଲେ
    ଓ ପରମେଶ୍ୱର ଇସ୍ରାଏଲ ବିରୁଦ୍ଧରେ ବହୁତ କ୍ରୋଧାନ୍ୱିତ ହେଲେ।
22 କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ।
    ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ ବୋଲି ସେମାନେ ବିଶ୍ୱାସ କଲେ ନାହିଁ।
23 କିନ୍ତୁ ଏହା ପରେ ପରମେଶ୍ୱର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ
    ଓ ଆକାଶର ଦ୍ୱାର ଖୋଲିଲେ।
24 ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷା କରାଇଲେ
    ଏବଂ ସେ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ।
    ପରମେଶ୍ୱର ସେମାନେ ଖାଇ ତୃପ୍ତି ହେବା ପର୍ଯ୍ୟନ୍ତ ସେହିସବୁ ପ୍ରକାର ଖାଦ୍ୟ ଯୋଗାଇଲେ।
26 ପରମେଶ୍ୱର ଆକାଶରେ ପୂର୍ବୀୟବାୟୁ ବହାଇଲେ
    ଓ ସେ ତାଙ୍କର ଶକ୍ତି ଦ୍ୱାରା ଦକ୍ଷିଣବାୟୁ ଆଣିଲେ।
27 ପରମେଶ୍ୱର ତାଙ୍କର ଲୋକମାନଙ୍କ ଉପରେ ସେମାନଙ୍କର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ।
    ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ୟ ବହୁତ ଥିଲେ।
28 ଏହି ପକ୍ଷୀମାନେ ସେମାନଙ୍କ ତମ୍ବୁର ଚତୁର୍ଦ୍ଦିଗରେ
    ଛାଉଣି ଭିତରେ ପଡ଼ିଲେ।
29 ସେମାନେ ତୃପ୍ତି ହେବା ପର୍ଯ୍ୟନ୍ତ ଖାଇଲେ।
    ସେମାନେ ଯାହା ଗ୍ଭହିଁଲେ, ପରମେଶ୍ୱର ସେମାନଙ୍କୁ ଦେଲେ।
30 ସେମାନେ ସେମାନଙ୍କର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ।
    ତେଣୁ ସେମାନଙ୍କ ପାଟିରେ ଖାଦ୍ୟ ଅବିଚଳିତ ଥିଲା,
31 ପରମେଶ୍ୱର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କ୍ରୋଧ ହେଲେ,
    ଏବଂ ସେମାନଙ୍କ ମଧ୍ୟରୁ ସବୁଠୁ ସ୍ୱାସ୍ଥ୍ୟବାନ ଲୋକଙ୍କୁ ହତ୍ୟା କଲେ।
    ସେ ଇସ୍ରାଏଲର ଉତ୍ତମ ଯୁବକମାନଙ୍କୁ ତଳକୁ ଖସାଇ ଆଣିଲେ।
32 କିନ୍ତୁ ଏହି ଲୋକମାନେ ପୁନ୍ନରାୟ ପାପ କଲେ!
    ସେମାନେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟ କାର୍ଯ୍ୟରେ ବିଶ୍ୱାସ କଲେ ନାହିଁ,
    ଯାହା ପରମେଶ୍ୱର କରିଥିଲେ।
33 ପରମେଶ୍ୱର ସେମାନଙ୍କର ଦିନଗୁଡ଼ିକୁ ନିଶ୍ୱାସ ପରି ଶୀଘ୍ର ସମାପ୍ତ କଲେ।
    ସେ ସେମାନଙ୍କର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।
34 ଯେତେବେଳେ ପରମେଶ୍ୱର ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଲେ, ଅନ୍ୟମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ
    ଏବଂ ତାଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଉତ୍କଣ୍ଠିତ ହେଲେ।
35 ସେମାନେ ମନେ କଲେ ଯେ, ପରମେଶ୍ୱର ସେମାନଙ୍କର ଶୈଳ ଥିଲେ
    ଏବଂ ସେହି ସର୍ବୋପରିସ୍ଥ ପରମେଶ୍ୱର ସେମାନଙ୍କୁ ରକ୍ଷା କଲେ।
36 କିନ୍ତୁ ସେମାନେ ନିଷ୍କପଟ ନ ଥିଲେ,
    ଏବଂ ସେମାନେ ତାଙ୍କୁ ମିଛ କହିଲେ।
37 ସେମାନଙ୍କର ହୃଦୟ ପରମେଶ୍ୱରଙ୍କ ପ୍ରତି ପ୍ରକୃତରେ ନ ଥିଲା।
    ସେମାନେ ତାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38 କିନ୍ତୁ ପରମେଶ୍ୱର ସ୍ନେହଶୀଳ ଥିଲେ
    ଓ ସେମାନଙ୍କର ପାପଗୁଡ଼ିକ କ୍ଷମା କଲେ, ସେମାନଙ୍କୁ ଧ୍ୱଂସ କଲେ ନାହିଁ।
ପରମେଶ୍ୱର ତାଙ୍କର କ୍ରୋଧକୁ ଅନେକ ଥର ସ୍ଥଗିତ ରଖିଲେ।
    ସେ ନିଜକୁ ବହୁତ କ୍ରୋଧ ହେବାରେ ନିୟନ୍ତ୍ରଣ କରି ନ ଥିଲେ।
39 ଆଉ ପରମେଶ୍ୱର ସ୍ମରଣ କଲେ ସେମାନେ ମନୁଷ୍ୟମାତ୍ର,
    ସେମାନେ ବାୟୁତୁଲ୍ୟ, ଯାହା ବହିଯାଏ ଏବଂ ଫେରି ଆସେ ନାହିଁ।
40 ସେହି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
    ସେମାନେ ତାଙ୍କୁ ଦୁଃଖିତ କଲେ।
41 ସେମାନେ ବାରମ୍ବାର ପରମେଶ୍ୱରଙ୍କୁ ପରୀକ୍ଷା କଲେ।
    ସେମାନେ ପ୍ରକୃତରେ ଇସ୍ରାଏଲର ପବିତ୍ର ସ୍ୱରୂପଙ୍କୁ ବିରକ୍ତ କଲେ।
42 ସେହି ଲୋକମାନେ ପରମେଶ୍ୱରଙ୍କର ଶକ୍ତିକୁ ଭୁଲିଗଲେ।
    ସେମାନେ ଭୁଲିଗଲେ ଯେ, ପରମେଶ୍ୱର ସେମାନଙ୍କୁ ସେମାନଙ୍କର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।
43 ସେମାନେ ମିଶରର ଆଶ୍ଚର୍ଯ୍ୟ କର୍ମ
    ଏବଂ ସିୟୋନ କ୍ଷେତ୍ରର ଆଶ୍ଚର୍ଯ୍ୟ କର୍ମମାନ ଭୁଲିଗଲେ।
44 ପରମେଶ୍ୱର ନଦୀର ଜଳକୁ ରକ୍ତ ସ୍ରୋତରେ ପରିଣତ କଲେ।
    ମିଶରୀୟମାନେ ପିଇବା ପାଇଁ ପାଣି ପାଇଲେ ନାହିଁ।
45 ପରମେଶ୍ୱର ସେମାନଙ୍କ ମଧ୍ୟରୁ ଦଂଶକ ଝିଙ୍କ ପଠାଇଲେ।
    ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ସେମାନଙ୍କୁ ବିନାଶ କଲେ।
46 ପରମେଶ୍ୱର ସେମାନଙ୍କ ଫସଲକୁ କୀଟ ପଠାଇଲେ।
    ସେମାନଙ୍କର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।
47 ସେ ଶିଳାଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା
    ଓ ହିମଦ୍ୱାରା ସେମାନଙ୍କ ବୃକ୍ଷ ଧ୍ୱଂସ କଲେ।
48 ପରମେଶ୍ୱର କୁଆପଥର ଦ୍ୱାରା ସେମାନଙ୍କ ପଶୁଗଣଙ୍କୁ
    ଓ ସେମାନଙ୍କ ପଲଗଣଙ୍କୁ ପ୍ରଜ୍ୱଳିତ ବଜ୍ରାଘାତରେ ବଧ କଲେ।
49 ପରମେଶ୍ୱର ଆପଣା କ୍ରୋଧ ମିଶର ଉପରେ ଦେଖାଇଲେ।
    ସେମାନଙ୍କ ବିରୁଦ୍ଧରେ ଦୂତଦଳ ପଠାଇଲେ।
50 ପରମେଶ୍ୱର ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ।
    ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ।
    ମାତ୍ର ମହାମାରୀରେ ସେମାନଙ୍କ ଜୀବନକୁ ସମାପ୍ତ କଲେ।
51 ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ୟା କଲେ।
    ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।
52 ସେ ମେଷପାଳକ ପରି ତାଙ୍କର ଲୋକମାନଙ୍କର ନେତୃତ୍ୱ ନେଲେ।
    ସେ ସେମାନଙ୍କୁ ମେଷତୁଲ୍ୟ ମରୁଭୂମି ମଧ୍ୟରେ ପଥ କଢ଼ାଇ ନେଲେ।
53 ପରମେଶ୍ୱର ନିଜ ଲୋକମାନଙ୍କୁ ନିରାପଦରେ ଚଳାଇଲେ।
    ତେଣୁ ସେମାନେ ଭୟଭୀତ ହେଲେ ନାହିଁ।
    କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ୱର ଲୋହିତ ସମୁଦ୍ରରେ ବୁଡ଼ାଇଲେ।
54 ପରମେଶ୍ୱର ସେମାନଙ୍କୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ୟ ଦେଶକୁ ଆଣିଲେ,
    ଯାହା ସେ ତାଙ୍କ ଶକ୍ତିବଳରେ ନେଇଥିଲେ।
55 ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ।
    ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ।
    ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।
56 କିନ୍ତୁ ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
    ଏବଂ ସେମାନେ ପରମେଶ୍ୱରଙ୍କର ବାକ୍ୟ ପାଳନ କଲେ ନାହିଁ।
57 ପରମେଶ୍ୱରଙ୍କଠାରୁ ବିମୁଖ ହୋଇ ଇସ୍ରାଏଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ୱାସଘାତକତା କଲେ।
    ସେମାନେ ଗୋଟିଏ ବୁମେରାଂ [a] ତୁଲ୍ୟ ହେଲେ।
    ଯାହା ଫେରିଗଲା ଓ ଅନ୍ୟ ଦିଗେରେ ଗ୍ଭଲିଗଲା।
58 କାରଣ ସେମାନେ ନିଜର ଉଚ୍ଚସ୍ଥଳୀ ଦ୍ୱାରା ପରମେଶ୍ୱରଙ୍କୁ ବିରକ୍ତ କଲେ।
    ଏବଂ ଆପଣାମାନଙ୍କ ଖୋଦିତ ପ୍ରତିମାଦ୍ୱାରା ସେମାନେ ପରମେଶ୍ୱରଙ୍କୁ ଈର୍ଷାନ୍ୱିତ କଲେ।
59 ପରମେଶ୍ୱର ଏହା ଶୁଣିଲେ ଓ କ୍ରୋଧ ହେଲେ।
    ଏବଂ ସେ ସମ୍ପୂର୍ଣ୍ଣଭାବେ ଇସ୍ରାଏଲବାସୀଙ୍କୁ ପ୍ରତ୍ୟାଖ୍ୟାନ କଲେ।
60 ପରମେଶ୍ୱର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ୟାଗ କଲେ।
    ସେହି ତମ୍ବୁରେ ପରମେଶ୍ୱର ମନୁଷ୍ୟମାନଙ୍କ ମଧ୍ୟରେ ରହୁଥିଲେ।
61 ସେ ତାଙ୍କର ଶକ୍ତିର ପ୍ରତୀକକୁ [b] କରାୟତ୍ତ କରିବା ପାଇଁ ଦେଲେ।
    ସେ ତାଙ୍କର “ଗୌରବର ପ୍ରତୀକକୁ” ଶତ୍ରୁମାନଙ୍କ ଦ୍ୱାରା ନେଇଗଲେ।
62 ପରମେଶ୍ୱର ସେମାନଙ୍କ ସହିତ ବହୁତ ନିରାଶ ଥିଲେ।
    ସେ ନିଜ ଲୋକମାନଙ୍କୁ ମଧ୍ୟ ଖ‌ଡ଼୍‌ଗରେ ସମର୍ପି ଦେଲେ।
63 ଯୁବକମାନେ ଅଗ୍ନିରେ ପୋଡ଼ି ମଲେ।
    ଏବଂ ସେମାନଙ୍କ କନ୍ୟାମାନଙ୍କର ବିବାହରେ ବିବାହ-ଗୀତ ଶୁଣାଗଲା ନାହିଁ।
64 ଯାଜକଗଣଙ୍କୁ ହତ୍ୟା କରାଗଲା।
    କିନ୍ତୁ ବିଧବାମାନେ ସେମାନଙ୍କ ପାଇଁ ବିଳାପ କରିବାକୁ ସୁଯୋଗ ପାଇଲେ ନାହିଁ।
65 ଶେଷରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି
    ଓ ଅତ୍ୟଧିକ ମଦିରା ହେତୁ ହର୍ଷନାଦକାରୀ
    ବୀର ପରି ଉଠିଲେ।
66 ପୁଣି ପରମେଶ୍ୱର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ।
    ପରମେଶ୍ୱର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ।
67 କିନ୍ତୁ ସେ ଯୋଷେଫ ପରିବାରକୁ ଅଗ୍ରାହ୍ୟ କଲେ।
    ପରମେଶ୍ୱର ଇଫ୍ରୟିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ।
68 ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ
    ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 ପରମେଶ୍ୱର ଉଚ୍ଚତମ ସ୍ୱର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ।
    ଚିରସ୍ଥାୟୀ ପୃଥିବୀ ତୁଲ୍ୟ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।
70 ପରମେଶ୍ୱର ଦାଉଦଙ୍କୁ ତାଙ୍କର ବିଶେଷ ଦାସରୂପେ ମନୋନୀତ କଲେ
    ଓ ମେଷ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।
71 ସେ ଦାଉଦଙ୍କୁ ମେଷ ଓ ମେଷଶାବକ ଜଗିବା କାମରୁ ଆଣି,
    ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାୟିତ୍ୱ ଦେଲେ।
    କାରଣ ଇସ୍ରାଏଲୀୟ ଓ ଯାକୁବର ଲୋକମାନେ, ପରମେଶ୍ୱରଙ୍କର ସମ୍ପତ୍ତି ଥିଲେ।
72 ଏବଂ ପବିତ୍ର ହୃଦୟରେ ଦାଉଦ ସେହି ଇସ୍ରାଏଲବାସୀଙ୍କର ନେତୃତ୍ୱ ନେଲେ
    ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗେଇ ନେଲେ।

ଗଣନା ପୁସ୍ତକ 11:1-23

ଲୋକମାନେ ପୁନର୍ବାର ଅଭିଯୋଗ କରନ୍ତି

11 ତା’ପରେ ଲୋକମାନେ ସଦାପ୍ରଭୁଙ୍କଠାରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା। ତେଣୁ ଲୋକମାନେ ମୋଶାଙ୍କ ନିକଟରେ ସାହାଯ୍ୟ ପାଇଁ କ୍ରନ୍ଦନ କଲେ। ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସେହି ଅଗ୍ନି ଥମିଗଲା। ତେଣୁ ସେହି ସ୍ଥାନର ନାମ ତବିୟେରା ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।

ସତୁରି ବୟସ୍କ ପ୍ରାଚୀନଗଣ

ତା’ପରେ ସେମାନଙ୍କ ମଧ୍ୟରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳ ଇଚ୍ଛା ହେଲା। ଇସ୍ରାଏଲର ଲୋକମାନେ ସେମାନଙ୍କ ସହିତ ଯୋଗ ଦେଲେ ଏବଂ ପାଟି କଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ଆମ୍ଭେମାନେ ମିଶର ଦେଶରେ ବିନା ମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡ଼େ। ଆମ୍ଭମାନଙ୍କର ମଧ୍ୟ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡ଼େ। ମାତ୍ର ଏବେ ଆମ୍ଭେମାନେ ଦୁର୍ବଳ ହୋଇ ଯାଉଅଛୁ, ଏଠି ଖାଇବାକୁ କିଛି ନାହିଁ, ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ,।” ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ। ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା’ର ସ୍ୱାଦ ହେଲା। ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା।

10 ଏହା ପରେ ଲୋକମାନେ ସମୁଦାୟ ପରିବାର ସହିତ ନିଜ ନିଜ ତମ୍ବୁଦ୍ୱାରା ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। ଆଉ ମଧ୍ୟ ମୋଶା ଅସନ୍ତୁଷ୍ଟ ହେଲେ। 11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ? 12 କ’ଣ ସେମାନେ ସମସ୍ତେ ମୋ’ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି? 13 ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦେବା ପାଇଁ କେଉଁଠାରେ ପାଇବି? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଛନ୍ତି, ସେମାନେ ପାଟି କରନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।’ 14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରି ପାରିବି ନାହିଁ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ। 15 ଆଉ ଯଦି ତୁମ୍ଭେ ମୋ’ ପ୍ରତି ଏପରି ପଥରେ ବ୍ୟବହାର କରିବାକୁ ଯାଉଅଛ, ତେବେ ବିନୟ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତେବେ ମୋତେ ମାରିଦିଅ ପଛେ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।”

16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍। 17 ମୁଁ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି ତହିଁରୁ ନେଇ ସେମାନଙ୍କୁ ଦେବା, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବ ନାହିଁ, ସେଥିପାଇଁ ସେମାନେ ମଧ୍ୟ ତୁମ୍ଭ ସହିତ ଦାୟିତ୍ୱ ଭାର ବହନ କରିବେ।

18 “ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ। 19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ। 20 ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?‌’”

21 ତେବେ ମୋଶା କହିଲେ, “ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି ସେମାନେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ!’ 22 ସେମାନଙ୍କୁ ଯୋଗାଇବା ପାଇଁ ପଲ ମଧ୍ୟରୁ ସମସ୍ତ ଗୋମେଷ ବଧ କଲେ ମଧ୍ୟ ଏକ ମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସେମାନଙ୍କୁ ଯଥେଷ୍ଟ ନୁହେଁ!”

23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।”

ରୋମୀୟଙ୍କ ପ୍ରତି ପତ୍ର 1:16-25

16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।” [a]

ସମସ୍ତେ ପାପ କରିଛନ୍ତି

18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। 19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।

20 ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।

21 ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା। 22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। 23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।

24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା। 25 ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।

ମାଥିଉ ଲିଖିତ ସୁସମାଗ୍ଭର 17:22-27

ନିଜ ମୃତ୍ୟୁ ବିଷୟରେ ଯୀଶୁ କହନ୍ତି(A)

22 ତା’ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ। 23 ସେମାନେ ତାହାଙ୍କୁ ମାରିଦେବେ, କିନ୍ତୁ ସେ ମୃତ୍ୟୁରୁ ତୃତୀୟ ଦିନ ବଞ୍ଚି ଉଠିବେ।” ଯୀଶୁଙ୍କୁ ମାରି ଦିଆଯିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ୟମାନେ ବହୁତ ମନଦୁଃଖ କଲେ।

କର ଦେବା ବିଷୟରେ ଯୀଶୁଙ୍କ ଉପଦେଶ

24 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ର‌କ୍‌ମା’ କର [a] ଦିଅନ୍ତି କି?”

25 ପିତର ଉତ୍ତର ଦେଲେ, “ହଁ, ସେ ଦିଅନ୍ତି।”

ପିତର ଘର ଭିତରକୁ ଗଲେ, ସେଠାରେ ଯୀଶୁ ଥିଲେ। ପିତର କିଛି କହିବା ପୂର୍ବରୁ ଯୀଶୁ କହିଲେ, “ପୃଥିବୀର ରାଜାମାନେ ଲୋକମାନଙ୍କଠାରୁ ଅନେକ ପ୍ରକାର କରଆଦାୟ କରିଥା’ନ୍ତି। କିନ୍ତୁ କେଉଁମାନେ ସେହି କର ଦିଅନ୍ତି? ଏମାନେ କ’ଣ ରାଜାଙ୍କ ନିଜ ସନ୍ତାନସନ୍ତତି ନା ଅନ୍ୟମାନଙ୍କର ସନ୍ତାନସନ୍ତତି? ତୁମ୍ଭେ କ’ଣ ଭାବୁଛ?”

26 ପିତର ଉତ୍ତର ଦେଲେ, “ରାଜାମାନେ ଅନ୍ୟମାନଙ୍କର ସନ୍ତାନସନ୍ତତିଙ୍କଠାରୁ କରଆଦାୟ କରନ୍ତି।”

ଯୀଶୁ ତାହାଙ୍କୁ କହିଲେ, “ତା’ର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦେବାକୁ ପଡ଼େ ନାହିଁ। 27 କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା’ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center