Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।
2 ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା’ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।
ସଦାପ୍ରଭୁ ଲୋକମାନଙ୍କୁ ଶାସ୍ତି ଦେଲେ
26 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 27 “ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି। 28 ସେମାନଙ୍କୁ କୁହ, ‘ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସେମାନେ ଯାହା ଅଭିଯୋଗ କରିଛନ୍ତି’ ତାହା ହିଁ ମୁଁ କରିବି। 29 ତୁମ୍ଭେମାନେ ଏହି ମରୁଭୂମି ମଧ୍ୟରେ ମରିବ। କୋଡ଼ିଏ ବର୍ଷରୁ ଅଧିକ ବୟସ୍କ ତୁମ୍ଭମାନଙ୍କ ମଧ୍ୟରୁ ଗଣ୍ୟ ହୋଇଥିବା ଲୋକମାନେ ସମ୍ପୂର୍ଣ୍ଣ ସଂଖ୍ୟା ଅନୁସାରେ ଯେଉଁମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ। 30 ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ। 31 ତୁମ୍ଭେ କହିଲ, ତୁମ୍ଭ ପିଲାମାନଙ୍କୁ ବୋହି ନିଆଯିବ। କିନ୍ତୁ ସେମାନଙ୍କୁ ମୁଁ ସେହି ସ୍ଥାନକୁ ଆଣିବି। ଆଉ ତୁମ୍ଭେମାନେ ଯେଉଁ ଦେଶକୁ ପ୍ରତ୍ୟାଖ୍ୟାନ କରିଥିଲ, ସେମାନେ ତାହା ଉପଭୋଗ କରିବେ। 32 ମାତ୍ର ତୁମ୍ଭେମାନେ ଏହି ମରୁଭୂମିରେ ମୃତ୍ୟୁବରଣ କରିବ।
33 “‘ତୁମ୍ଭମାନଙ୍କ ସନ୍ତାନଗଣ ଗ୍ଭଳିଶ୍ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣ କରିବେ ଓ ସେମାନେ ତୁମ୍ଭମାନଙ୍କର ଅବିଶ୍ୱସ୍ତତା ପାଇଁ ଯନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଗ୍ଭରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ। 34 ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା’ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’
35 “ମୁଁ ସଦାପ୍ରଭୁ ଅନନ୍ତର ଏହା କହିଲି, ମୋ’ ବିଷୟରେ ଯେଉଁ ଦୁଷ୍ଟ ମଣ୍ତଳୀ ଏକତ୍ରିତ ହୋଇଅଛନ୍ତି, ତାହା ପ୍ରତି ମୁଁ ନିଶ୍ଚୟ ପ୍ରତିଫଳ କରିବି। ସେମାନେ ଏଠାରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”
36 ଯେଉଁ ଲୋକମାନଙ୍କୁ ମୋଶା ସେ ଦେଶ ଅନୁସନ୍ଧାନ କରିବାକୁ ପ୍ରେରଣ କରିଥିଲେ, ସେମାନେ ଫେରି ଆସି ସେହି ଦେଶର ଅଖ୍ୟାତି ପ୍ରଗ୍ଭର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧରେ ଅଭିଯୋଗ ଆଣିଲେ। 37 ଯେଉଁମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ସେ ଦେଶର ଅପଖ୍ୟାତି ପ୍ରଗ୍ଭର କରିଥିଲେ, ସେମାନେ ସଦାପ୍ରଭୁଙ୍କ ଉପସ୍ଥିତରେ ମହାମାରୀ ଦ୍ୱାରା ମଲେ। 38 ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ।
ଲୋକମାନେ କିଣାନ ଦେଶକୁ ଯିବାକୁ ଚେଷ୍ଟା କଲେ
39 ଆଉ ମୋଶା ଇସ୍ରାଏଲର ସମସ୍ତ ଲୋକଙ୍କୁ ଏହିକଥା କହିଲେ, ତହିଁରେ ଲୋକମାନେ ଅତିଶୟ ବିଳାପ କଲେ। 40 ତହୁଁ ସେମାନେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି ସେମାନେ କହିଲେ, “ଦେଖ ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଥିଲେ, ସେହି ସ୍ଥାନକୁ ଯିବା, କାରଣ ଆମ୍ଭେମାନେ ପାପ କରିଅଛୁ।”
41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। 42 ତୁମ୍ଭେମାନେ ଉପରକୁ ଯାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାନ୍ତି। ତେଣୁ ତୁମ୍ଭେ ଅକ୍ଳେଶରେ ଶତ୍ରୁମାନଙ୍କଦ୍ୱାରା ପରାସ୍ତ ହେବ। 43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ଅଛନ୍ତି, ତୁମ୍ଭେମାନେ ଖଡ଼୍ଗରେ ନିହତ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ୱାସଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
44 ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ। ମାତ୍ର ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଓ ମୋଶା ସେମାନଙ୍କ ସହିତ ଗଲେ ନାହିଁ। 45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ପରାସ୍ତକରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।
ଯିରୁଶାଲମରେ ସଭା
15 କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।” 2 ପାଉଲ ଓ ବର୍ଣ୍ଣବ୍ବା ସେମାନଙ୍କ ସହିତ ରାଜି ନହୋଇ ବହୁତ ଯୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଗ୍ଭର ଆଲୋଚନା ଲାଗି ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟ କେତେକଙ୍କୁ ଯିରୁଶାଲମରେ ପ୍ରେରିତ ଓ ପ୍ରାଚୀନମାନଙ୍କ ପାଖକୁ ଯିବା ପାଇଁ ନିଯୁକ୍ତି ଦିଆଗଲା।
3 ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ। 4 ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ। 5 କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”
6 ପ୍ରେରିତ ଓ ପ୍ରାଚୀନମାନେ ଏ ସମସ୍ୟା ଉପରେ ବିଗ୍ଭର କରିବା ପାଇଁ ଏକତ୍ରିତ ହେଲେ। 7 ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସେମାନଙ୍କୁ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଗ୍ଭର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ୱାସ କରି ପାରନ୍ତି, ଏଥିନିମନ୍ତେ ପରମେଶ୍ୱର ବହୁ ପୂର୍ବରୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ ବାଛିଥିଲେ। 8 ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। 9 ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ। 10 ତେଣୁ, ତୁମ୍ଭେମାନେ କାହିଁକି ଶିଷ୍ୟମାନଙ୍କ କାନ୍ଧରେ ଯୁଆଳି ରଖି ପରମେଶ୍ୱରଙ୍କୁ ପରୀକ୍ଷା କରୁଛ? ଆମ୍ଭେମାନେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ଯୁଆଳି ଭାର ସହି ପାରିଲେ ନାହିଁ। 11 ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।”
12 ତା’ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ।
ଲୋକମାନେ ଯୀଶୁଙ୍କ ସହ ଏକମତ ହେବେ ନାହିଁ(A)
49 ଯୀଶୁ କହି ଗ୍ଭଲିଲେ, “ମୁଁ ଏ ପୃଥିବୀରେ ନିଆଁ ଜଳେଇବାକୁ ଆସିଛି। ମୁଁ ଗ୍ଭହୁଁଛି ଏହା ଆଗରୁ ଜଳୁଥା’ନ୍ତା। 50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ [a] ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। 51 ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି। 52 ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।
53 ବାପ ପୁଅର ବିରୋଧୀ,
ପୁଅ ବାପର ବିରୋଧୀ,
ମା ଝିଅର ବିରୋଧୀ,
ଝିଅ ମାର ବିରୋଧୀ,
ଶାଶୁ ବୋହୂର ବିରୋଧୀ
ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”
ବୁଝିବା ସମୟର ଚିହ୍ନ(B)
54 ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, ‘ଝଡ଼ବର୍ଷା ଆସୁଛି’ ତା’ପରେ ତାହା ହିଁ ହୁଏ। 55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା’ପରେ ତାହା ହିଁ ହୁଏ। 56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?
2010 by World Bible Translation Center