Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 89

ଇଷ୍ରାହୀୟ ଏଥନର ମସ୍କୀଲ୍।

89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
    ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
    ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”

ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
    ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
    ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’”

ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
    ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
    “ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
    ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
    ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
    ତୁମ୍ଭେ ତା’ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
    ସେ ଏକ ଶବପରି ଥିଲା।
    ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
    ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
    ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
    ତୁମ୍ଭର ଶକ୍ତି ମହାନ।
    ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
    ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।
15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
    ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
    ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅ‌ଦ୍‌ଭୂତ ଶକ୍ତି।
    ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
    ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।
19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
    ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
    ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
    ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
    ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
    ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
    ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
    ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
    ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
    କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
    ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
    ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
    ଏହା ଆକାଶପରି ଚିରଦିନ ପାଇଁ ରହିବ।”

38 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୋଧ ହୋଇଅଛି,
    ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ୟାଗ କରିଅଛ।
39 ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଙ୍ଗ କରିଅଛ।
    ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛ।
40 ତୁମ୍ଭେ ତା’ର ସମସ୍ତ ପ୍ରାଚୀର ଭାଙ୍ଗିଅଛ।
    ତୁମ୍ଭେ ତା’ର ଦୃଢ଼ ଗଡ଼ସବୁ ଧ୍ୱଂସ କରିଅଛ।
41 ପଥ ଦେଇ ଯିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି।
    ଆପଣା ପ୍ରତିବାସୀମାନେ ତାଙ୍କୁ ପରିହାସ କରନ୍ତି।
42 ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ଯୁଦ୍ଧରେ ପରାଜିତ କରିଅଛ।
    ତୁମ୍ଭେ ତା’ର ସମସ୍ତ ଶତ୍ରୁଙ୍କୁ ଖୁସୀ କରାଇଅଛ।
43 ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ନିଜକୁ ରକ୍ଷା କରିବାରେ ସାହାଯ୍ୟ କରିଅଛ।
    ତୁମ୍ଭେ ନିଜ ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରି ନାହଁ।
44 ତୁମ୍ଭେ ତାଙ୍କୁ ଜିତିବାକୁ ଦେଇ ନାହଁ।
    ତୁମ୍ଭେ ତା’ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।
45 ତୁମ୍ଭେ ତା’ର ଜୀବନକୁ କ୍ଷୀଣ କଲ।
    ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ।

46 ହେ ସଦାପ୍ରଭୁ, ଏହିପରି କେତେ ଦିନ ଗ୍ଭଲିବ?
    ତୁମ୍ଭେ କ’ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚେଇ ରହିବ?
    ତୁମ୍ଭର କ୍ରୋଧ କ’ଣ ଚିରକାଳ ଅଗ୍ନି ତୁଲ୍ୟ ଜଳିବ?
47 ଏହା ସ୍ମରଣ କର ଯେ, ମୋର ଜୀବନ କେତେ କ୍ଷୀଣ।
    ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଅଛ ଅଳ୍ପ ଦିନ ପାଇଁ, ଏହା ପରେ ଆମ୍ଭେ ମରିବୁ।
48 ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି କେବେବି ନ ମରି ବଞ୍ଚି ରହିବ।
    ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି ସମାଧିରୁ ରକ୍ଷା ପାଇ ପାରିବ।

49 ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନେହପୂର୍ଣ୍ଣ କରୁଣା କୁଆଡ଼େ ଗଲା।
    ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ୱସ୍ଥତା ଦେଖାଇବା ପାଇଁ ପ୍ରତିଜ୍ଞା କରିଥିଲ।
50 ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।
51 ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି,
    ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ଯାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।

52 ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ।
    ଆମେନ୍! ଆମେନ୍!

ଗଣନା ପୁସ୍ତକ 16:1-19

କେତେକ ଅଧିପତି ମୋଶାଙ୍କ ବିପକ୍ଷ ହୁଅନ୍ତି

16 ଲେବୀର ଏକ ବଂଶଧର କୋରହ, କୋରହ ଯି‌ଷ୍‌ହରର ପୁତ୍ର, ତା’ର ପିତା କହାତ ଏବଂ ରୁବେ‌ନ୍‌ର ତିନି ଜଣ ମଧ୍ୟରୁ ଦାଥନ ଓ ଅବୀରାମ, ଇଲିୟାବର ଦୁଇ ପୁତ୍ର ପେଲତର ପୁତ୍ର ଓନ୍। ଇସ୍ରାଏଲର ଲୋକମାନଙ୍କର 250 ଜଣ ନେତୃର୍ବଗ ମୋଶାଙ୍କ ବିରୁଦ୍ଧରେ ଗଲେ। ସେମାନେ ଏକତ୍ର ହୋଇ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ କହିଲେ, “ତୁମ୍ଭେମାନେ ନିଜକୁ ବହୁତ ଗୁରୁତର ଦେଖାଇଲ। ମଣ୍ତଳୀର ପ୍ରତ୍ୟେକ ବ୍ୟକ୍ତି ପବିତ୍ର ଓ ସଦାପ୍ରଭୁ ସେମାନଙ୍କ ମଧ୍ୟରେ ବାସ କରୁଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କ ମଣ୍ତଳୀ ଉପରେ କାହିଁକି ପ୍ରଭୁତ୍ୱ ଦେଖାଉଛ?”

ତା’ପରେ ମୋଶା ଏହା ଶୁଣି ନିଜକୁ ନମ୍ର କରି ମୁହଁ ମାଡ଼ି ପଡ଼ି ରହିଲେ। ତା’ପରେ ମୋଶା କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, “ସଦାପ୍ରଭୁ କାଲି ଦେଖାଇବେ, କିଏ ପ୍ରକୃତରେ ତାଙ୍କ ଲୋକ ଓ କିଏ ପ୍ରକୃତରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି। ହେ କୋରହ, ତୁମ୍ଭେ ଓ ତୁମ୍ଭର ଅନୁଗାମୀମାନେ ଏହା କରିବା ଉଚିତ୍। ବିଶେଷ ଅଙ୍ଗାରଧାନୀ ନିଅ। କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”

ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ। ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି? 10 ସଦାପ୍ରଭୁ ତୁମ୍ଭଙ୍କୁ ଓ ତୁମ୍ଭର ସମସ୍ତ ଲେବୀ ସନ୍ତାନଗଣଙ୍କୁ ସାହାଯ୍ୟ କରିବାକୁ ତାଙ୍କର ନିକଟବର୍ତ୍ତୀ କରିଅଛନ୍ତି। ଏହା କ’ଣ ତୁମ୍ଭମାନଙ୍କ ପକ୍ଷରେ କ୍ଷୁଦ୍ର କଥା? ଆଉ ତୁମ୍ଭେମାନେ ଯାଜକ ହେବାକୁ ଚେଷ୍ଟା କରୁଛ? 11 ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଇଅଛ। ହାରୋଣ କିଛି ଅବିଧି କରି ନାହାନ୍ତି। ମାତ୍ର ତୁମ୍ଭେମାନେ ତାଙ୍କର ବିପକ୍ଷରେ ଅଭିଯୋଗ କରିଅଛ।”

12 ତା’ପରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ। 13 ତୁମ୍ଭେ ଆମ୍ଭମାନଙ୍କୁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ। ଏହା କ’ଣ କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହେବାକୁ ଗ୍ଭହୁଁଛ। 14 ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଆଣି ନାହଁ, ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠାରେ ଆମ୍ଭେମାନେ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର‌ର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ୟମାନଙ୍କୁ ଠକିବ କି? ନା ଆମ୍ଭେମାନେ ଯାଉ ନାହୁଁ।”

15 ତେଣୁ ମୋଶା ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, “ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରି ନାହିଁ, ମୁଁ ସେମାନଙ୍କଠାରୁ ଗୋଟିଏ ଗଧ ମଧ୍ୟ ନେଇ ନାହିଁ। ତେଣୁ ତୁମ୍ଭେ ଏମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ।”

16 ତା’ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍। 17 ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରତ୍ୟେକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରତ୍ୟେକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।”

18 ତେଣୁ ସେମାନେ ପ୍ରତ୍ୟେକ ନିଜ ନିଜ ବିଶେଷ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ନିକଟରେ ଠିଆ ହେଲେ। 19 ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ-ତମ୍ବୁଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ଉପସ୍ଥିତ ହେଲେ, ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।

ରୋମୀୟଙ୍କ ପ୍ରତି ପତ୍ର 3:21-31

ପରମେଶ୍ୱର ମଣିଷମାନଙ୍କୁ ଧାର୍ମିକ କିପରି କରନ୍ତି?

21 କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟ‌ଦ୍‌ବକ୍ତା ଆମ୍ଭକୁ କହୁଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ। 23 ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। 24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। 25 ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। 26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।

27 ତା’ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି। 28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ। 29 ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି। 30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। 31 ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।

ମାଥିଉ ଲିଖିତ ସୁସମାଗ୍ଭର 19:13-22

ଯୀଶୁ ପିଲାମାନଙ୍କୁ ସ୍ୱାଗତ କଲେ(A)

13 ତା’ପରେ ଲୋକମାନେ କେତେକ ପିଲାଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ, ଯେପରି ଯୀଶୁ ସେମାନଙ୍କ ଉପରେ ଆପଣା ହାତ ରଖି ପାରିବେ ଓ ସେମାନଙ୍କ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ଧମକ ଦେଇ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ। 14 ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।” 15 ତା’ପରେ ଯୀଶୁ ତାହାଙ୍କର ହାତ ସେହି ପିଲାମାନଙ୍କ ଉପରେ ରଖିଲେ ଏବଂ ସେଠାରୁ ଗ୍ଭଲିଗଲେ।

ଜଣେ ଧନୀଲୋକ ଯୀଶୁଙ୍କୁ ଅନୁସରଣ କରିବା ପାଇଁ ମନାକଲା(B)

16 ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?”

17 ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”

18 ଲୋକ ଜଣକ ପଗ୍ଭରିଲା, “କେଉଁ ଆଦେଶ?”

ଯୀଶୁ ଉତ୍ତର ଦେଲେ, “‘ତୁମ୍ଭେ କାହାରିକୁ ହତ୍ୟା କରିବ ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ଅନ୍ୟ ଲୋକଙ୍କ ବିଷୟରେ ମିଛ କୁହ ନାହିଁ।’ 19 ନିଜ ପିତାମାତାଙ୍କୁ ସମ୍ମାନ ଦେବ [a] ଓ ‘ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସେହିପରି ଭଲ ପାଇବ।’ [b]’’

20 ଯୁବକଟି କହିଲା, “ମୁଁ ଏ ସବୁକଥା ମାନିଛି। ଏବେ ମୋ’ ପାଖରେ ଆଉ କ’ଣ ଅଭାବ ରହିଛି?”

21 ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା’ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା’ପରେ ଆସ ଓ ମୋର ଅନୁସରଣ କର।”

22 ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center