Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 82

ଆସଫର ଗୀତ।

82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
    ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
    ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?”

“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
    ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
    ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।

“ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
    କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
    ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
ମୁଁ (ପରମେଶ୍ୱର) କହିଲି,
    “ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
    ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
    ସମସ୍ତ ଜାତିଗଣ ତୁମ୍ଭର ଅଟେ।

ଗୀତସଂହିତା 98

ଏକ ପ୍ରଶଂସାର ଗୀତ।

98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
    କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
    ତାଙ୍କୁ ଆଉଥରେ ଗୌରବ ଆଣିଛି।
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
    ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
    ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
    ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
    ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
ବଂଶୀ ବଜାଅ ଓ ତୂରୀ ଫୁଙ୍କ।
    ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
    ସମସ୍ତେ ଗାନ କର।
ନଦନଦୀଗଣ କରତାଳି ଦିଅ!
    ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
    କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
    ବିଗ୍ଭର ଓ ନ୍ୟାୟ କରିବେ।

ମଲାଖି ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:1-5

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।

“ମାତ୍ର ସେହି ସମୟ ପାଇଁ କୌଣସି ବ୍ୟକ୍ତି ପ୍ରସ୍ତୁତ ହୋଇ ପାରିବ ନାହିଁ। ସେ ଯେତେବେଳେ ଆସିବେ କେହି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହେବ, ଆଉ ମଧ୍ୟ ପରିଷ୍କାରକାରୀ ରଜକର କ୍ଷାର ସ୍ୱରୂପ ହେବ। ଅଗ୍ନିରେ ରୂପା ବିଶୁଦ୍ଧ ହେଲାପରି ସେ ଲେବୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରୌପ୍ୟ ସଦୃଶ ସେମାନଙ୍କୁ ଶୁଦ୍ଧ କରିବ। ତା’ପରେ ସେମାନେ ସଦାପ୍ରଭୁଙ୍କ ପାଇଁ ଉପଯୁକ୍ତ ନୈବେଦ୍ୟ ଆଣିବେ। ତା’ପରେ ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ନିକଟରୁ ଭେଟି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳରେ କରିଥିଲେ। ତା’ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ଯୋହନ ଲିଖିତ ସୁସମାଗ୍ଭର 3:22-30

ଯୀଶୁ ଏବଂ ବାପ୍ତିଜକ ଯୋହନ

22 ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ [a] ଦେଲେ। 23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ। 24 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ। 26 ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”

27 ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ। 28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’ 29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ। 30 ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।

ଗୀତସଂହିତା 80

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ମାଥିଉ ଲିଖିତ ସୁସମାଗ୍ଭର 11:2-19

ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଆନ୍ତି । ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”

ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ? [a] ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ। ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। 10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି:

‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି।
    ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’ (A)

11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ। 12 ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟର ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରୟୋଗ କରି ଅଧିକାର କରି ନେବା ପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି। 13 ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ମୋଶାଙ୍କ ନିୟମ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କହିଥିଲେ। 14 ଯଦି ତୁମ୍ଭେ ସେମାନଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ ବିଶ୍ୱାସ କରିବାକୁ ଇଚ୍ଛା କରୁଛ ତେବେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସେମାନେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ। 15 ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।

16 “ଏହି ଲୋକମାନଙ୍କ ବିଷୟରେ ମୁଁ କ’ଣ କହିବି। ସେମାନେ କେଉଁ ପ୍ରକାରର? ସେମାନେ ବଜାରରେ ବସିଥିବା ପିଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:

17 ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ।
    କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଶୋକ ଗୀତ ଗାଇଲୁ,
    କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।’

18 ବର୍ତ୍ତମାନର ଲୋକମାନେ ସେହିପରି। ଯୋହନ ଆସିଲେ, କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉ ନ ଥିଲେ କି ପିଉ ନ ଥିଲେ। ଲୋକେ କହିଲେ, ‘ତାହାଙ୍କ ଦେହରେ ଭୂତ ପଶି ଯାଇଛି।’ 19 ତା’ପରେ ମନୁଷ୍ୟପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ‘ଦେଖ, ଏ ଲୋକ ପେଟୁଆ ଓ ମଦୁଆ। ସେ ପାପୀ ଓ କରଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।’ କିନ୍ତୁ କାର୍ଯ୍ୟ ଦ୍ୱାରା ଜ୍ଞାନ ସତ୍ୟ ବୋଲି ପ୍ରମାଣିତ ହୋଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center