Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 105

105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ତାଙ୍କର ନାମକୁ ଡାକ।
    ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
    ତାଙ୍କର ପ୍ରଗ୍ଭରିତ କର।
    ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
    ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
    ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
    ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
ତୁମ୍ଭେ ହେଉଛ ତାଙ୍କର ସେବକ,
    ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
    ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
    ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
    ପରମେଶ୍ୱର ଇସ୍‌ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
    ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
    ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
    ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
    ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
    ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
    ଏବଂ ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
    ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
    ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
    ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
    ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
    ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
    ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
    ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
    କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
    ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
    ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
    ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
    ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
    କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
    ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
    ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
    ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
    ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
    ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
    ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
    ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
    ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
    ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
    ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
    କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
    ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
    ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
    ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।

42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
    ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
    ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
    ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
    ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।

ପରମେଶ୍ୱରଙ୍କର ପ୍ରଶଂସା କର!

ଗଣନା ପୁସ୍ତକ 17:1-11

ପରମେଶ୍ୱର ହାରୋଣଙ୍କୁ ମହାନ ଯାଜକ ରୂପେ ପ୍ରମାଣ କରନ୍ତି

17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଲୋକମାନଙ୍କୁ କୁହ, ପ୍ରତ୍ୟେକ ପରିବାର ପାଇଁ ସେମାନଙ୍କ ପରିବାରବର୍ଗର ନେତୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡ଼ି ନିଅନ୍ତୁ। ସେହି ଆଶାବାଡ଼ି ଉପରେ ସେହି ବ୍ୟକ୍ତିର ନାମ ଲେଖ। ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ। ସମାଗମ-ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁଖରେ ଏହିସବୁ ଆଶାବାଡ଼ି ସେହିଠାରେ ରଖ, ଯେଉଁ ସ୍ଥାନରେ ମୁଁ ତୁମ୍ଭ ସହିତ ଦେଖା କରେ। ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡ଼ି ପଲ୍ଲବିତ ହେବ। ଆଉ ଇସ୍ରାଏଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସେମାନେ ନିବୃତ୍ତ ରହିବେ।”

ଯେତେବେଳେ ମୋଶା ଇସ୍ରାଏଲର ଲୋକମାନଙ୍କୁ କହିଲେ, ସେମାନଙ୍କର ପିତୃଗୃହ ଅନୁସାରେ ସେମାନଙ୍କର ନେତୃବର୍ଗମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ଆଶାବାଡ଼ି ନେଲେ। ଏହିରୂପେ ସେମାନେ ବାରଟି ଆଶାବାଡ଼ି ତାକୁ ଦେଲେ। ସେଥି ମଧ୍ୟରେ ହାରୋଣଙ୍କର ଏକ ଆଶାବାଡ଼ି ଥିଲା। ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖର ନିୟମ ତମ୍ବୁରେ ସମସ୍ତ ସହଯୋଗୀମାନଙ୍କୁ ରଖିଲେ।

ଏହା ପରେ ଆରଦିନ ମୋଶା ସାକ୍ଷ୍ୟ ତମ୍ବୁରେ ପ୍ରବେଶ କରି ସାକ୍ଷ୍ୟ ସିନ୍ଦୁକ ଦେଖିଲେ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡ଼ି ଅଙ୍କୁରିତ ହୋଇଅଛି, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହିସବୁ ଆଶାବାଡ଼ି ଆଣି ଇସ୍ରାଏଲର ସମସ୍ତ ଲୋକଙ୍କୁ ଦେଖାଇଲେ, ସେମାନେ ତାହା ଦେଖି ପ୍ରତ୍ୟେକେ ନିଜ ନିଜ ଆଶାବାଡ଼ି ନେଲେ।

10 ତା’ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣଙ୍କ ଆଶାବାଡ଼ିକୁ ନିୟମ ତମ୍ବୁ ସମ୍ମୁଖରେ ରଖ। ଏହା ଆମ୍ଭ ବିରୁଦ୍ଧରେ ବିଦ୍ରୋହୀ ଲୋକମାନଙ୍କ ପ୍ରତି ସତର୍କ ସ୍ୱରୂପ ରଖାଯିବ। ସେମାନେ ମୋ’ ବିରୁଦ୍ଧରେ ଅଭିଯୋଗରୁ ନିବୃତ୍ତ ହେବେ ଓ ମୁଁ ସେମାନଙ୍କୁ ଆଉ ହତ୍ୟା କରିବି ନାହିଁ।” 11 ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।

ରୋମୀୟଙ୍କ ପ୍ରତି ପତ୍ର 5:1-11

ପରମେଶ୍ୱରଙ୍କ ପ୍ରତି ଧାର୍ମିକ

ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ। ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ। ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ। ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ। ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ୟ, ଖୁବ୍ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ୟୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହୋଇ ଥାଏ, ତେବେ ତା’ ନିମନ୍ତେ କିଏ ଜଣେ ମୃତ୍ୟୁ ବରଣ କରିବା ପାଇଁ ସାହସ କରିବ। କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।

ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କର କ୍ରୋଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା। 10 ମୋ’ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ୱରଙ୍କର ଶତ୍ରୁ ହୋଇଥିଲେ ମଧ୍ୟ, ସେ ନିଜ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେହେତୁ ଆମ୍ଭେ ପରମେଶ୍ୱରଙ୍କର ମିତ୍ର, ପରମେଶ୍ୱର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ୟମରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ। 11 ଆମ୍ଭେ ଯେ କେବଳ ରକ୍ଷା ପାଇବୁ ତା’ ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କଠାରେ ମଧ୍ୟ ଅତ୍ୟଧିକ ଆନନ୍ଦିତ ହେତୁ କେବଳ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ୱରଙ୍କ ମିତ୍ର ଅଟୁ।

ମାଥିଉ ଲିଖିତ ସୁସମାଗ୍ଭର 20:17-28

ଯୀଶୁ ତାଙ୍କ ନିଜ ମୃତ୍ୟୁ ବିଷୟରେ କହିଲେ(A)

17 ଯୀଶୁ ଯିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ୟ ତାହାଙ୍କ ସହିତ ଥିଲେ। ସେମାନେ ଗ୍ଭଲିକରି ଯାଉଥିବା ସମୟରେ ଯୀଶୁ ସେହି ବାରଜଣ ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡାକିନେଇ କହିଲେ, 18 “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ। 19 ସେମାନେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତରେ ଦେଇଦେବେ, ସେହି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ାରେ ପିଟିବେ ଏବଂ ଗୋଟିଏ କ୍ରୁଶରେ ଚଢ଼ାଇ ତାହାଙ୍କୁ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।”

ଏକ ମାତାଙ୍କର ବିଶେଷ ଅନୁରୋଧ(B)

20 ତା’ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।

21 ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?”

ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”

22 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?”

ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”

23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”

24 ଅନ୍ୟ ଦଶ ଜଣ ଶିଷ୍ୟ ଏ କଥା ଶୁଣି ସେହି ଦୁଇଭାଇଙ୍କ ଉପରେ ରାଗିଗଲେ। 25 ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। 26 କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ। 27 ଯଦି ତୁମ୍ଭ ଭିତରୁ କେହି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତେବେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସେବା କରିବାକୁ ହେବ। 28 ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center