Book of Common Prayer
33 ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ
ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
34 ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି।
କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
35 କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି।
ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
36 ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି।
ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
37 ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ
ଏବଂ ଭଲ ଫସଲ ଅମଳ କରି ପାରନ୍ତି।
38 ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି।
ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି।
ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।
39 ଯେତେବେଳେ ପରମେଶ୍ୱରଙ୍କର ଲୋକମାନେ ଛୋଟ ହୋଇଗଲେ
ଏବଂ ଅତ୍ୟାଗ୍ଭର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।
40 ପରମେଶ୍ୱର ସେମାନଙ୍କର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ୟାଗ୍ଭର କରିଥିଲେ।
ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।
41 କିନ୍ତୁ ପରମେଶ୍ୱର ସେହି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ।
ସେ ସେମାନଙ୍କର ପରିବାରକୁ ମେଷପଲ ତୁଲ୍ୟ ପାଳନ କରନ୍ତି।
42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ
ଏବଂ ଦୁଷ୍ଟ ଲୋକମାନେ କ’ଣ କହିବା କଥା ତାହା ଜାଣନ୍ତି ନାହିଁ।
43 ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ।
ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।
ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।
108 ହେ ପରମେଶ୍ୱର,
ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
2 ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
3 ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
4 ସଦାପ୍ରଭୁ ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
5 ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
6 ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
ମୋ’ ପ୍ରାର୍ଥନାର ଉତ୍ତର ଦିଅ।
ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।
7 ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
“ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
ମୁଁ ଶିଖିମ୍କୁ ସେମାନଙ୍କୁ ଦେବି।
ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
8 ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
ଇଦୋମ୍ ମୋର ପାଦୁକା ବହିବ।
9 ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
ଏବଂ ଜୟଧ୍ୱନି କରିବି।”
10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11 କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।
33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
2 ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
3 ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
4 ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
5 ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
6 ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
7 ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
8 ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
9 କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।
ଇଦୋମ ଇସ୍ରାଏଲକୁ ଯିବାକୁ ନ ଦେବା
14 ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ,
“ତୁମ୍ଭର ଭ୍ରାତା ଇସ୍ରାଏଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଳେଶ ଘଟି ଅଛି ଜାଣ। 15 ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶରରେ ଦୀର୍ଘକାଳ ବାସ କଲେ ଓ ମିଶରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ। 16 ସେତେବେଳେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାହାଯ୍ୟ ପାଇଁ ବିଳାପ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ।
“ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗରରେ ଅଛୁ। 17 ଆମ୍ଭେ ବିନୟ କରୁଅଛୁ, ଦୟାକରି ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ। ଆମ୍ଭେମାନେ ତୁମ୍ଭ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଦେଇ ଯିବୁ ନାହିଁ, କିମ୍ବା ତୁମ୍ଭର କୂଅରୁ ଜଳପାନ କରିବୁ ନାହିଁ। ଆମ୍ଭେମାନେ କେବଳ ରାଜପଥ ଦେଇ ଗମନ କରିବୁ। ତୁମ୍ଭ ଦେଶର ସୀମା ଅତିକ୍ରମ କରିବା ପର୍ଯ୍ୟନ୍ତ ଦକ୍ଷିଣ କିମ୍ବା ବାମକୁ ଯିବୁ ନାହିଁ।”
18 କିନ୍ତୁ ଇଦୋମ କହିଲେ, “ତୁମ୍ଭେମାନେ ଆମ୍ଭ ଦେଶ ମଧ୍ୟଦେଇଯିବ ନାହିଁ, ଗଲେ ଆମ୍ଭେ ଖଡ଼୍ଗ ନେଇ ତୁମ୍ଭ ବିରୁଦ୍ଧରେ ଲଢ଼ିବା।”
19 ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭେମାନେ କେବଳ ତୁମ୍ଭ ସଡ଼କ ଦେଇ ଯିବୁ। ଯଦି ଆମ୍ଭେମାନେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ, ଆମ୍ଭେମାନେ କେବଳ ତୁମ୍ଭ ଦେଶ ଦେଇ ପାଦରେ ଯିବୁ। ଆମ୍ଭେମାନେ ଆଉକିଛି କରିବୁ ନାହିଁ।”
20 ମାତ୍ର ଇଦୋମ ପୁନର୍ବାର ଉତ୍ତର ଦେଲେ, “ନା!”
ତା’ପରେ ଇଦୋମ ଏକ ଶକ୍ତିଶାଳୀ ସୈନ୍ୟବାହିନୀ ନେଇ ଇସ୍ରାଏଲ ବିରୁଦ୍ଧରେ ଲଢ଼ିବାକୁ ବାହାରିଲେ। 21 ଏହିପରି ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେଲେ ନାହିଁ। ତେଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଯାଇ ଅନ୍ୟ ବାଟରେ ଗଲେ।
ହାରୋଣଙ୍କ ମୃତ୍ୟୁ
22 ସମସ୍ତ ଇସ୍ରାଏଲର ଲୋକମାନେ କାଦେଶରୁ ହୋର ପର୍ବତକୁ ଯାତ୍ରା କଲେ। 23 ହୋର ପର୍ବତ ଇଦୋମ ଦେଶର ସୀମା ନିକଟରେ ଅବସ୍ଥିତ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 24 “ହାରୋଣର ଏହା ମୃତ୍ୟୁ ସମୟ ଓ ସେ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବ। ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମୋ’ ବିରୁଦ୍ଧରେ ବିଦ୍ରୋହ କଲ।
25 “ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିୟାସରକୁ ହୋର ପର୍ବତ ଉପରକୁ ନେଇଯାଅ। 26 ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢ଼ିନେବା ଉଚିତ୍ ଓ ତା’ର ପୁତ୍ର ଇଲିୟାସରକୁ ସେଗୁଡ଼ିକ ପିନ୍ଧାଇ ଦେବା ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ଯିବ।”
27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶା, ହାରୋଣ ଓ ଇଲିୟାସର ଇସ୍ରାଏଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖରେ ହୋର ପର୍ବତକୁ ଉଠିଲେ। 28 ମୋଶା ହାରୋଣଙ୍କ ପବିତ୍ର ବସ୍ତ୍ର କାଢ଼ିଲେ ଓ ସେଗୁଡ଼ିକ ଇଲିୟାସରକୁ ପିନ୍ଧାଇଲେ। ତା’ପରେ ହାରୋଣ ପର୍ବତ ଉପରେ ମଲେ। ମୋଶା ଓ ଇଲିୟାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ। 29 ଇସ୍ରାଏଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ୟୁ ଜାଣିଲେ। ତେଣୁ ପ୍ରତ୍ୟେକ ଇସ୍ରାଏଲୀୟ ତିରିଶ୍ ଦିନ ପର୍ଯ୍ୟନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।
ପାପ ପାଇଁ ମୃତ, କିନ୍ତୁ ଖ୍ରୀଷ୍ଟଙ୍କ ପ୍ରତି ଜୀବିତ
6 ତା’ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ? 2 ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା’ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି? 3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ। 4 ଅତଏବ ଆମ୍ଭେ ଯେତେବେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ଭିତରେ ସମାଧି ପ୍ରାପ୍ତ ହୋଇଗଲୁ ଓ ତାହାଙ୍କ ମୃତ୍ୟୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହେବା ଦ୍ୱାରା ଆମ୍ଭେ ପୁନରୁତ୍ଥିତ ହୋଇ ନୂତନ ଜୀବନଯାପନ କରିବା। ପରମପିତାଙ୍କର ଆଶ୍ଚର୍ଯ୍ୟ ଶକ୍ତି ଦ୍ୱାରା ଯେପରି ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେହିଭଳି ଏହା ଘଟିଲା।
5 ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ ଓ ଆମ୍ଭେ ମଧ୍ୟ ମୃତ୍ୟୁ ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହେବା ଭଳି ଆମ୍ଭେ ମଧ୍ୟ ମୃତ୍ୟୁରୁ ଜୀବିତ ହୋଇ ତାହାଙ୍କ ସହିତ ସଂଯୁକ୍ତ ହେବା। 6 ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା’ପରେ ଆମ୍ଭେ ପାପର ଦାସ ହେବୁ ନାହିଁ। 7 ଯେଉଁ ଲୋକ ମରିଯାଇଛି, ସେ ପାପର ଦାସତ୍ୱରୁ ମୁକ୍ତ ହୋଇ ଯାଇଛି।
8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା’ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା। 9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ। 10 ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି। 11 ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।
ଯୀଶୁ ରାଜାଭାବରେ ଯିରୁଶାଲମରେ ପ୍ରବେଶ କଲେ(A)
21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମ ପାଖାପାଖି ଆସି ଯାଇଥିଲେ। ସେମାନେ ପ୍ରଥମେ ଜୀତପର୍ବତ ପାଖ ବୈଥ୍ଫାଗୀଠାରେ ଅଟକିଲେ। 2 ଯୀଶୁ ଦୁଇଜଣ ଶିଷ୍ୟଙ୍କୁ ଗାଁକୁ ପଠାଇଲେ। ସେ କହିଲେ, “ତୁମ୍ଭେ ଠିକ୍ ସାମନାରେ ଥିବା ଗାଁକୁ ଯାଅ। ସେଠାରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହୋଇଥିବାର ଦେଖିବ। ତା’ ସହିତ ଗୋଟିଏ ଗଧଛୁଆ ମଧ୍ୟ ସେଠାରେ ଥିବ। ସେମାନଙ୍କୁ ଖୋଲିଦେବ, ଓ ସେମାନଙ୍କୁ ମୋ’ ପାଖକୁ ନେଇ ଆସିବ। 3 ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’”
4 ଭବିଷ୍ୟଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଲା। ଭବିଷ୍ୟଦ୍ବକ୍ତା କହିଥିଲେ:
5 “ସିୟୋନ ନଗରୀକୁ କୁହ:
‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି।
ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି।
ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି,
ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’” (B)
6 ଶିଷ୍ୟମାନେ ଗ୍ଭଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସେମାନେ କାମ କଲେ। 7 ସେମାନେ ମାଈ ଗଧ ଓ ଗଧଛୁଆକୁ ନେଇ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସେହି ଲୁଗା ଉପରେ ବସିଲେ। 8 ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ। 9 ଯୀଶୁଙ୍କ ଆଗେ ଆଗେ କେତେକ ଲୋକ ଯାଉଥିଲେ। ତାହାଙ୍କ ପଛେ ପଛେ ମଧ୍ୟ କେତେକ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ମହିମା ଗାନ କର।”
10 ଯୀଶୁ ଯେତେବେଳେ ଯିରୁଶାଲମରେ ପ୍ରବେଶ କଲେ, “ସେତେବେଳେ ସାରା ନଗରରେ ଚହଳ ପଡ଼ିଗଲା। ଲୋକେ ପଗ୍ଭରିଲେ, “ଏ ଲୋକଟି କିଏ?”
11 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”
2010 by World Bible Translation Center