Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 120-127

ମନ୍ଦିର ଆରୋହଣର ଗୀତ।

120 ମୁଁ ଆପଣା ବିପଦ ସମୟରେ
    ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି
    ଏବଂ ସେ ମୋତେ ଉତ୍ତର ଦେଲେ।
“ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
    ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।”

ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ?
    କ’ଣ ପାଇବ ତୁମ୍ଭେ ଜାଣ କି ?
ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀ‌କ୍ଷ୍‌ଣ ଶର
    ଓ ଗରମ କୋଇଲା ପରମେଶ୍ୱର ଆଣିବେ।

ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି।
    ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।
ଶାନ୍ତି ଘୃଣାକାରୀମାନଙ୍କ ସହିତ
    ମୁଁ ଦୀର୍ଘଦିନଧରି ବାସ କରିଅଛି।
ମୁଁ କହିଲି, ମୁଁ ଶାନ୍ତି ଗ୍ଭହେଁ,
    କିନ୍ତୁ ସେମାନେ ଯୁଦ୍ଧ ଗ୍ଭହାନ୍ତି।

ଏକ ଆରୋହଣ ଗୀତ।

121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
    କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
    ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
    ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
    କି କେବେ ଶୋଇବେ ନାହିଁ।
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
    ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
    କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
    ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ଦାଉଦ ମନ୍ଦିର ଯିବା ସମୟରେ ଗୀତ।

122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
    “ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
    ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
    ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
    ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।

ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
    “ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
    ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”

ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
    ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
    ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।

ଏକ ଆରୋହଣ ଗୀତ।

123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
    ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
    ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
    ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
    ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
    ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
    ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
    ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
    ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
    ଜଳରାଶି ପରି ମଗ୍ନ କରିଥା’ନ୍ତେ।
    ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
ଗର୍ଜୁଥିବା ଜଳରାଶି ଆମ୍ଭକୁ
    ବୁଡ଼ାଇ ଦେଇଥା’ନ୍ତା।

ସଦାପ୍ରଭୁଙ୍କର ପ୍ରଶଂସା କର।
    ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।

ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
    ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
    ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।

ଆରୋହଣ ଗୀତ।

125 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ।
    ସେମାନେ କେବେ ମଧ୍ୟ ଥରିବେ ନାହିଁ।
    ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।
ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
    ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି।
    ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।
ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ।
    ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ।

ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର।
    ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର।
ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି।
    ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।

126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
    ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
    ଅନ୍ୟ ଜାତିର ଲୋକମାନେ କହିଲେ,
    “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
    ତହିଁରେ ଆମ୍ଭେମାନେ ଖୁସୀ ଅଟୁ।

ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
    ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
    କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
    ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।

ଶଲୋମନଙ୍କର ରଚିତ ଆରୋହଣ ଗୀତ।

127 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି,
    ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ।
ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,
    ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।

ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ
    ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା।
କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ
    ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।

ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର।
    ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
ଯୁବକର ପୁତ୍ରଗଣ
    ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ,
    ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି।
ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ,
    ସେ ହେଉଛି ଭାଗ୍ୟବାନ୍।

ଗଣନା ପୁସ୍ତକ 22:21-38

ବିଲିୟମ ଓ ତାଙ୍କର ଗଧ

21 ତା’ ପରଦିନ, ବିଲିୟମ ନିଜର ଗଧ ଉପରେ ଆରୋହଣ କରି ମୋୟାବର ଅଧିପତିମାନଙ୍କ ସହିତ ଗମନ କଲେ। 22 ସେତେବେଳେ ବିଲିୟମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢ଼ି ଯାଉଥିଲେ। ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ।

23 ଏଥିରେ ବିଲିୟମଙ୍କର ଗଧ ସଦାପ୍ରଭୁଙ୍କ ଖ‌ଡ଼୍‌ଗଧାରୀ ଦୂତକୁ ଦେଖିଲା। ତହୁଁ ସେ ବାଟ ଛାଡ଼ି ବିଲ ଆଡ଼କୁ ଗଲା। ତେଣୁ ବିଲିୟମ ରାଗିଯାଇ ଗଧକୁ ବାଟକୁ ଆଣିବା ପାଇଁ ପ୍ରହାର କଲା।

24 ପରେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଦୁଇ ପ୍ରାଚୀର ମଧ୍ୟରେ ଥିବା ଗଳି ପଥରେ ଠିଆ ହେଲେ। 25 ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇଯିବାରୁ ବିଲିୟମର ଗୋଡ଼ କାନ୍ଥରେ ଘସି ହୋଇଗଲା। ତେଣୁ ସେ ପୁନର୍ବାର ଗଧକୁ ଗ୍ଭବୁକ ମାରିଲେ।

26 ଏହା ପରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଗଧକୁ ବାମ କିମ୍ବା ଡାହାଣକୁ ଫେରିବାର ସ୍ଥାନ ନ ଥିଲା। 27 ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି ବିଲିୟମକୁ ପିଠିରେ ଧରି ତଳେ ଶୋଇ ପଡ଼ିଲା। ଏଥିରେ ବିଲିୟମର କ୍ରୋଧ ପ୍ରଜ୍ୱଳିତ ହେଲା ଓ ଗଧକୁ ଆପଣା ଆଶାବାଡ଼ିରେ ପ୍ରହାର କଲେ।

28 ତହୁଁ ସଦାପ୍ରଭୁ ଗଧ ମୁଖରେ ଭାଷା ଦେଲେ, ତେଣୁ ସେ ବିଲିୟମକୁ କହିଲା, “ମୁଁ ତୁମ୍ଭର କ’ଣ କଲି? କାହିଁକି ତୁମ୍ଭେ ରାଗି ମୋତେ ତିନିଥର ପ୍ରହାର କଲ?”

29 ତହୁଁ ବିଲିୟମ ଗଧକୁ କହିଲା, “କାରଣ ତୁମ୍ଭେ ମୋତେ ଦେଖିବାକୁ ନିର୍ବୋଧପରି କଲ। ଯଦି ମୋ’ ହାତରେ ଖଣ୍ତା ଥା’ନ୍ତା, ମୁଁ ତୋତେ ବର୍ତ୍ତମାନ ହତ୍ୟା କରିଥା’ନ୍ତି।”

30 ପୁଣି ଗଧ ବିଲିୟମକୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯେଉଁ ଗଧ ଉପରେ ଚଢ଼ି ଆସିଅଛ, ମୁଁ କ’ଣ ତୁମ୍ଭର ସେହି ଗଧ ନୁହେଁ? ମୁଁ କ’ଣ ଅତୀତରେ ତୁମ୍ଭ ପ୍ରତି କେବେ ଏପରି ବ୍ୟବହାର କରିଥିଲି?”

ତହୁଁ ସେ କହିଲା, “ନା।”

31 ଏଥିରେ ସଦାପ୍ରଭୁ ବିଲିୟମର ଚକ୍ଷୁ ଖୋଲି ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧ୍ୟରେ ଖ‌ଡ଼୍‌ଗ ଧାରଣ କରି ଛିଡ଼ା ହୋଇଥିବା ଦେଖିଲା। ତହିଁରେ ସେ ହତାଶ ହୋଇ ଭୂମିରେ ପଡ଼ି ଗଲା।

32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, “ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତ୍ରୁରୂପେ ଆସିଅଛି, ଯେହେତୁ ତୁମ୍ଭର ଯାତ୍ରା ଭୁଲ୍ ଅଟେ। 33 ତୁମ୍ଭର ଗଧ ମୋତେ ଦେଖି ତିନିଥର ମୋ’ ସମ୍ମୁଖରୁ ଗ୍ଭଲିଗଲା। ସେ ଯେବେ ମୋ’ ସମ୍ମୁଖରୁ ଫେରି ଯାଇ ନ ଥା’ନ୍ତା, ତେବେ ନିଶ୍ଚୟ ମୁଁ ଗଧକୁ ଜୀବିତ ରଖି ତୁମ୍ଭଙ୍କୁ ବଧ କରିଥା’ନ୍ତି।”

34 ତହୁଁ ବିଲିୟମ ସଦାପ୍ରଭୁଙ୍କ ଦୂତକୁ କହିଲା, “ମୁଁ ପାପ କରିଅଛି, କାରଣ ତୁମ୍ଭେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ। ଏହା ମୁଁ ଜାଣି ନ ଥିଲି। ମୋ’ ଯାତ୍ରା ଯଦି ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଗୃହକୁ ଫେରିଯିବି।”

35 ତା’ପରେ ସଦାପ୍ରଭୁଙ୍କ ଦୂତ ବିଲିୟମକୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କେବଳ ତାହା ତୁମ୍ଭେ କହିବ।” ତହୁଁ ବିଲିୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

36 ବାଲାକ୍ ଶୁଣିଲା ଯେ, ବିଲିୟମ ଆସୁଅଛି, ତେଣୁ ସେ (ବାଲାକ୍) ମୋୟାବ ନଗରକୁ ବିଲିୟମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣ୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତରେ ସେହି ନଗର ଥିଲା। 37 ବାଲାକ୍ ବିଲିୟମକୁ କହିଲେ, “ମୁଁ ତୁମ୍ଭକୁ ମୋର କୁଳିନମାନଙ୍କ ମାଧ୍ୟମରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ’ଣ ତୁମ୍ଭକୁ ପୁରସ୍କାର ଦେବାକୁ ସମର୍ଥ ନୁହେଁ କି?”

38 ତହୁଁ ବିଲିୟମ ବାଲାକଙ୍କୁ କହିଲା, “ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ୱର, ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”

ରୋମୀୟଙ୍କ ପ୍ରତି ପତ୍ର 7:1-12

ବିବାହର ଦୃଷ୍ଟାନ୍ତ

ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର। ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ସମୟ ପର୍ଯ୍ୟନ୍ତ ତା’ ସହିତ ଆବଦ୍ଧ ହୋଇ ରହିଥାଏ। କିନ୍ତୁ ଯେତେବେଳେ ତାହାର ସ୍ୱାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହୋଇ ଯାଏ। କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।

ଠିକ୍ ସେହିଭଳି, ମୋ’ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ୟକ୍ତିତ୍ୱ ମରିଯାଇଛି ଓ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର ମାଧ୍ୟମରେ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଇଛ। ଏବେ ତୁମ୍ଭେମାନେ ଅନ୍ୟ ଜଣକର ଅଟ। ତୁମ୍ଭେମାନେ ମୃତ୍ୟୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ସେବାରେ ନିୟୋଜିତ ହୋଇ ପାରିବା। ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା। ଅତୀତର ବ୍ୟବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ୟକ୍ତିତ୍ୱ ଏବେ ମରି ଯାଇଛି ଓ ଆମ୍ଭେ ବ୍ୟବସ୍ଥାରୁ ମୁକ୍ତ ହୋଇ ସାରିଛୁ। ଅତଏବ ଆମ୍ଭେ ପ୍ରାଚୀନ ପଦ୍ଧତି ଲିଖିତ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସେବା କରୁ ନାହୁଁ। ଆମ୍ଭେ ପରମେଶ୍ୱରଙ୍କ ନୂତନ ପଦ୍ଧତିରେ ଆତ୍ମାରେ ସେବା କରୁଅଛୁ।

ପାପ ସହିତ ଆମ୍ଭର ସଂଘର୍ଷ

ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ୟବସ୍ଥା ହେଉଛି ଏକା କଥା। ଏହା ସତ୍ୟ ନୁହେଁ। କିନ୍ତୁ ବ୍ୟବସ୍ଥା ହେଉଛି ଏକମାତ୍ର ଉପାୟ ଯାହାଦ୍ୱାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କେବେ ହେଲେ ଜାଣି ପାରି ନ ଥା’ନ୍ତି, “ଲୋଭ କରିବା” ଅର୍ଥ କ’ଣ। କିନ୍ତୁ ବ୍ୟବସ୍ଥା କହିଲା, “ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କେବେ ହେଲେ ଲୋଭ କର ନାହିଁ।” [a] ଏହି ଆଦେଶ ଅନୁସାରେ ମୋ’ ଭିତରେ ସମସ୍ତ ପ୍ରକାରର ଭୁଲ୍ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହେତୁ ପାପ ମୋ’ ପାଖକୁ ଆସିଲା। କିନ୍ତୁ ବ୍ୟବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ। ବ୍ୟବସ୍ଥା ଜାଣିବା ପୂର୍ବରୁ, ବ୍ୟବସ୍ଥା ବିନା ମୁଁ ଜୀବିତ ଥିଲି। କିନ୍ତୁ ଯେତେବେଳେ ବ୍ୟବସ୍ଥାର ଆଦେଶ ମୋ’ ପାଖକୁ ଆସିଲା, ସେତେବେଳେ ପାପ ଜୀବିତ ହେଲା ଓ ପାପ ହେତୁ ଆତ୍ମିକ ଭାବରେ ମୁଁ ମୃତ୍ୟୁ ବରଣ କଲି। 10 ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମୋ’ ପାଇଁ ଆଜ୍ଞା ଆଣିଲା ମୃତ୍ୟୁ। 11 ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା।

12 ଅତଏବ ବ୍ୟବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ୟ ପବିତ୍ର, ଠିକ୍ ଓ ଉତ୍ତମ।

ମାଥିଉ ଲିଖିତ ସୁସମାଗ୍ଭର 21:23-32

ଯିହୂଦୀ ନେତାମାନେ ଯୀଶୁଙ୍କ ଅଧିକାରକୁ ସନ୍ଦେହ କଲେ(A)

23 ଯୀଶୁ ମନ୍ଦିର ପରିସରକୁ ଗଲେ। ସେଠାରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନଯାଜକ ଓ ଲୋକମାନଙ୍କର ପ୍ରାଚୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାରରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”

24 ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ତୁମ୍ଭେମାନେ ଯଦି ମୋ’ ପ୍ରଶ୍ନର ଉତ୍ତର ଦେଇ ପାରିବ, ତେବେ ମୁଁ କହିବି ଯେ ଏଭଳି କାମ କରିବାକୁ ମୋର କେଉଁ ଅଧିକାର ରହିଛି। 25 କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?”ପରମେଶ୍ୱରଙ୍କ ପାଖରୁ ନା ମଣିଷ ପାଖରୁ?”

ମୁଖ୍ୟ ଯାଜକ ଓ ପ୍ରାଚୀନ ନେତାମାନେ ଯୀଶୁଙ୍କ ପ୍ରଶ୍ନ ବିଷୟରେ ଆଲୋଚନା କଲେ।” ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, ‘ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା,’ ତେବେ ଯୀଶୁ ପଗ୍ଭରିବେ, ‘ତେବେ ଯୋହନଙ୍କୁ ତୁମ୍ଭେମାନେ କାହିଁକି ବିଶ୍ୱାସ କଲ ନାହିଁ?’ 26 କିନ୍ତୁ ଆମ୍ଭେ ଯଦି କହିବା, ‘ଏହା ମନୁଷ୍ୟ ପାଖରୁ ଆସିଛି,’ ତେବେ ଏଠାରେ ଜମା ହୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭେମାନେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସେମାନେ ସମସ୍ତେ ଯୋହନଙ୍କୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ରୂପେ ବିଶ୍ୱାସ କରନ୍ତି.”

27 ତେଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା, ଆମ୍ଭେ ତାହା ଜାଣି ନାହୁଁ।”

ଯୀଶୁ କହିଲେ, “ତେବେ କେଉଁ ଅଧିକାରରେ ମୁଁ ଏସମସ୍ତ କାର୍ଯ୍ୟ କରୁଛି, ତାହା ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

ଯୀଶୁ ଦୁଇ ପୁଅର କାହାଣୀ କହିଲେ

28 “କୁହତ ଦେଖି, ତୁମ୍ଭେ ଏବିଷୟରେ କ’ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲେ, ‘ପୁଅ ଆଜି ଯା ଓ ଅଙ୍ଗୁର ବଗିଗ୍ଭରେ କାମ କର।’

29 “ପୁଅ କହିଲା, ‘ମୁଁ ଯିବି ନାହିଁ।’ କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

30 “ତା’ପରେ ତା’ ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସେହି କଥା କହିଲେ। ସେ କହିଲା, ‘ହଁ, ଆଜ୍ଞା ମୁଁ ଯିବି।’ କିନ୍ତୁ ଗଲା ନାହିଁ।

31 “ତେବେ କୁହ, ‘କେଉଁ ପୁଅ ତା’ର ବାପାଙ୍କ ବାଧ୍ୟ ହେଲା?”

ଯିହୂଦୀ ଧର୍ମ ନେତାମାନେ କହିଲେ, “ପ୍ରଥମ ପୁଅଟି ମାନିଲା।’

ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଭାବ ଯେ, କରଆଦାୟକାରୀ ଓ ବେଶ୍ୟାମାନେ ଖରାପ ମଣିଷ। କିନ୍ତୁ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆଗ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।” 32 ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ୍ ବାଟ ଦେଖାଇବାକୁ ଯୋହନ ଆସି ଥିଲେ। ତୁମ୍ଭେମାନେ ଯୋହନଙ୍କୁ ବିଶ୍ୱାସ କଲ ନାହିଁ। କିନ୍ତୁ କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କଲେ। କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠାରେ ବିଶ୍ୱାସ କରିବା ଲାଗି ତୁମ୍ଭେମାନେ ହୃଦୟ ପରିବର୍ତ୍ତନ କଲ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center