Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
140 ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
ଦୌରାତ୍ମ୍ୟକାରୀ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
2 ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି।
ସେମାନେ ପ୍ରତ୍ୟେକ ଦିନ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।
3 ସେମାନଙ୍କର ଜିହ୍ୱା ବିଷଧର ସର୍ପପରି,
ଯେପରି ସେମାନଙ୍କର ଜିହ୍ୱାତଳେ ନାଗର ଗରଳ ରହିଛି।
4 ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ।
ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି।
5 ସେହି ଗର୍ବୀ ଲୋକମାନେ ମୋ’ ପାଇଁ ଫାନ୍ଦ ବିଛାଇଛନ୍ତି।
ସେମାନେ ମୋତେ ଧରିବା ପାଇଁ ଜାଲ ବିଛାଇଛନ୍ତି।
ସେମାନେ ମୋ’ ପଥରେ ଯନ୍ତା ବିଛାଇଛନ୍ତି।
6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର।
ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।
7 ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ଯିଏକି ମୋତେ ରକ୍ଷା କରେ।
ତୁମ୍ଭେ ମୋର ମସ୍ତକର ରକ୍ଷାକବଚ, ଯାହା ମୋର ଯୁଦ୍ଧ ସମୟରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
8 ହେ ସଦାପ୍ରଭୁ, ସେହି ଲୋକମାନେ ଦୁଷ୍ଟ ପ୍ରକୃତିର।
ସେମାନଙ୍କର ଇଚ୍ଛା ପୂର୍ଣ୍ଣ ହେବାକୁ ଦିଅ ନାହିଁ।
ସେମାନଙ୍କର ଯୋଜନାକୁ ସଫଳ ହେବାକୁ ଦିଅ ନାହିଁ।
9 ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ବିଜୟ କରାଅ ନାହିଁ।
ସେହି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ।
ସେମାନଙ୍କ ମନ୍ଦ ଯୋଜନା ତୁମ୍ଭେ ସେହିଠାରେ ଶେଷ କର।
10 ସେମାନଙ୍କ ମୁଣ୍ଡରେ ଜ୍ୱଳନ୍ତା କୋଇଲା ପଡ଼ୁ।
ମୋର ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷେପ କର।
ସେମାନେ ଯେପରି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷେପ କର।
11 ସଦାପ୍ରଭୁ, ସେହି ମିଥ୍ୟାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ।
ସେମାନଙ୍କୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
12 ମୁଁ ଜାଣେ ଯେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ୟାୟ ପ୍ରଦାନ କରିବେ
ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
13 ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ।
ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।
ଗୁମ୍ଫାରେ ଥିବା ବେଳେ ଦାଉଦଙ୍କର ମସ୍କୀଲ୍, ପ୍ରାର୍ଥନା।
142 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକିବି।
ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
2 ମୁଁ ସଦାପ୍ରଭୁଙ୍କୁ ମୋର ସମସ୍ୟା ବିଷୟରେ କହିବି।
ମୋର ଅସୁବିଧାସକଳ ବିଷୟରେ ସଦାପ୍ରଭୁଙ୍କୁ କହିବି।
3 ଆଶା ଛାଡ଼ିଦେବା ପାଇଁ ମୁଁ ପ୍ରସ୍ତୁତ ଅଟେ।
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି,
ମୋର ଶତ୍ରୁଗଣ ମୋ’ ପାଇଁ ଫାନ୍ଦ ବସାଇଅଛନ୍ତି।
4 ମୋର ଚତୁର୍ପାର୍ଶ୍ୱରେ
କୌଣସି ବନ୍ଧୁଙ୍କୁ ପାଉ ନାହିଁ।
ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ।
କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
5 ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ:
“ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ।
ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।”
6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ମୁଁ ବହୁତ ଦୁର୍ବଳ ଅଟେ।
ସେହି ଲୋକମାନଙ୍କଠାରୁ ମୋତେ ରକ୍ଷା କର ଯେଉଁମାନେ ମୋ’ ପଛରେ ଗୋଡ଼ାଉଛନ୍ତି।
ସେହି ଲୋକମାନେ ମୋ’ଠାରୁ ଅଧିକ ଶକ୍ତିଶାଳୀ।
7 ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର।
ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି।
ଧାର୍ମିକମାନେ ମୋ’ ସହିତ ପାଳନ କରିବେ,
କାରଣ ତୁମ୍ଭେ ମୋର ଯତ୍ନ ନେଲ।
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
141 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ।
ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
ଯଥା ଶୀଘ୍ର ମୋତେ ସାହାଯ୍ୟ କର।
2 ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।
3 ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମୋତେ ସାହାଯ୍ୟ କର।
କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମୋତେ ରକ୍ଷା କର।
4 ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ।
ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର।
ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।
5 ଗୋଟିଏ ଧାର୍ମିକ ଲୋକ ମୋତେ ସୁଧାରି ପାରେ।
ତାହା ତାଙ୍କ ପ୍ରତି ବହୁତ ଦୟା ହେବ।
ଯଦି ସେ ମୋତେ ସମାଲୋଚନା କରେ,
ମୁଁ ଏହା ହାର୍ଦ୍ଦିକ ସ୍ୱାଗତ [a] ଭଳି ଗ୍ରହଣ କରିବି।
କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।
6 ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ।
ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।
7 ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି,
ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।
8 ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି।
ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି।
ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।
9 ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି।
ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ।
ସେହି ଅବସରରେ ମୁଁ ରକ୍ଷା ପାଏ।
ଦାଉଦଙ୍କର ଏକ ଗୀତ।
143 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର।
ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ।
2 ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ।
କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ।
3 ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି।
ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି।
ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ
ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।
4 ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ।
ମୁଁ ମୋର ସାହସ ହରାଉଛି।
5 ମୁଁ ପୁରୁଣା ଦିନସବୁ ମନେ ପକାଏ।
ମୁଁ ତୁମ୍ଭର କର୍ମ ବିଷୟରେ ଭାବେ।
ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ।
6 ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି।
ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।
7 ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ।
ମୁଁ ମୋର ସାହସ ହରାଇଛି।
ମୋ’ଠାରୁ ଦୂରେଇ ଯାଅ ନାହିଁ।
ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।
8 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ।
ମୁଁ ତୁମ୍ଭ ଉପରେ ଭରସା କରେ।
ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ।
କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି।
9 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି।
ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର।
10 ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ।
ତୁମ୍ଭେ ମୋର ପରମେଶ୍ୱର,
ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ।
11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ,
ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ।
କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ,
ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର।
12 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦ୍ୱାରା
ମୋର ଶତ୍ରୁମାନଙ୍କୁ ପରାସ୍ତ କର।
ଯେଉଁମାନେ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି, ସେମାନଙ୍କୁ ଧ୍ୱଂସ କର।
କାରଣ ମୁଁ ତୁମ୍ଭର ସେବକ ଅଟେ।
ବିଲିୟମଙ୍କ ତୃତୀୟ ବାର୍ତ୍ତା
24 ବିଲିୟମ ହୃଦ୍ବୋଧ କଲେ ଯେ, ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବାକୁ ଗ୍ଭହିଁଲେ। ତେଣୁ ସେ ପୂର୍ବପରି କୌଣସି ନୈବେଦ୍ୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁଚ୍ଛାଟାରେ ମରୁଭୂମି ଆଡ଼େ ନିଜ ମୁଖ ରଖିଲା। 2 ବିଲିୟମ ଦେଖିଲା ଯେ, ଇସ୍ରାଏଲର ଲୋକମାନେ ସେମାନଙ୍କର ପରିବାରବର୍ଗ ଅନୁସାରେ ରହିଲେ। ତା’ପରେ ପରମେଶ୍ୱରଙ୍କର ଆତ୍ମା ବିଲିୟମ ଉପରକୁ ଆସିଲା। 3 ଆଉ ବିଲିୟମ କହିଲା,
“ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା ଅଟେ।
ଏହା ଜଣେ ମନୁଷ୍ୟର ବାର୍ତ୍ତା ଅଟେ, ଯିଏ ସ୍ପଷ୍ଟ ଭାବରେ ଦେଖେ।
4 ଏହା ହେଉଛି ଜଣେ ବ୍ୟକ୍ତିର ବାର୍ତ୍ତା ଯିଏ ପରମେଶ୍ୱରଙ୍କଠାରୁ ଶୁଣେ।
ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କର ଦର୍ଶନ ପାଇଅଛ।
ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଆଗରେ ଭୂମିଷ୍ଠ ପ୍ରଣାମ କଲା, କିନ୍ତୁ ତା’ର ଚକ୍ଷୁଗୁଡ଼ିକ ଖୋଲା ଥିଲା।
5 “ହେ ଯାକୁବ, ତୁମ୍ଭର ତମ୍ବୁ ସବୁ କି ସୁନ୍ଦର!
ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କେଡ଼େ ମନୋହର।
6 ତୁମ୍ଭେମାନେ ଉପତ୍ୟକା ତୁଲ୍ୟ ବିସ୍ତାରିତ
ଓ ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ,
ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ
ଓ ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟ।
7 ସେମାନଙ୍କ କଳସରୁ ଜଳ ଉଚ୍ଛୁଳିବ,
ସେମାନଙ୍କର ବୀଜ ଅନେକ ଜଳରେ ପଡ଼ିବ,
ପୁଣି ସେମାନଙ୍କର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବ,
ସେମାନଙ୍କର ରାଜ୍ୟ ଉନ୍ନତ ହେବ।
8 “ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣିଛନ୍ତି।
ସେମାନେ, ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ।
ସେମାନେ ସେମାନଙ୍କର ବିରୋଧୀମାନଙ୍କୁ ପରାସ୍ତ କରିବେ
ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ୱାରା ସେମାନଙ୍କୁ ଭେଦ କରିବେ।
9 “ଇସ୍ରାଏଲ ବସିପଡ଼ୁଛି ଓ ସିଂହତୁଲ୍ୟ ଶୟନ କରୁଛି।
କିଏ ତାକୁ ଉଠାଇବାକୁ ଯାଉଛି,
ଯେକେହି ତୁମ୍ଭକୁ ଆଶୀର୍ବାଦ କରନ୍ତି,
ସେ ଆଶୀର୍ବାଦ ପ୍ରାପ୍ତ ହେବ।
ଯେକେହି ତୁମ୍ଭକୁ ଶାପ ଦିଅନ୍ତି,
ସେ ଶାପଗ୍ରସ୍ତ ହେବ।”
10 ବାଲାକ୍ ବିଲିୟମକୁ ରାଗିଗଲା। ବାଲାକ୍ ବିଲିୟମକୁ କହିଲା, “ମୁଁ ମୋର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ନିମନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସେମାନଙ୍କୁ ତିନିଥର ଆଶୀର୍ବାଦ କଲ। 11 ଏଣୁ ତୁମ୍ଭେ ଆପଣା ସ୍ଥାନକୁ ଯାଅ। ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଗ୍ଭର ଥିଲା। ମାତ୍ର ସଦାପ୍ରଭୁ ତୁମ୍ଭକୁ ସମ୍ମାନ ପାଇବାରୁ ବଞ୍ଚିତ କଲେ।”
12 ତହୁଁ ବିଲିୟମ ବାଲାକ୍କୁ କହିଲା, “ତୁମ୍ଭେ ମୋ’ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସେମାନଙ୍କୁ ଏହା କହିଥିଲି। 13 ‘ଯଦି ବାଲାକ୍ ମୋତେ ସୁନା, ରୂପା ପୂର୍ଣ୍ଣ ଆପଣା ଗୃହ ଦେବେ, ତେବେ ମୁଁ ନିଜ ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରକୁ ଯାଇ ପାରିବି ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।’
12 ସୁତରାଂ, ମୋ’ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ୍ଣ ଶରୀର ଦ୍ୱାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀରର ଇଚ୍ଛା ଅଧୀନରେ ନୋହୁଁ। 13 ଯଦି ତୁମ୍ଭେମାନେ ତୁମ୍ଭ ପାପପୂର୍ଣ୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ୟବହାର କର, ତା’ହେଲେ ତୁମ୍ଭେମାନେ ଆତ୍ମିକ ରୂପରେ ମରିଯିବ। କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କୁ ଶରୀର ମାଧ୍ୟମରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ୟବହାର କର, ତା’ହେଲେ ତୁମ୍ଭେମାନେ ପ୍ରକୃତ ଜୀବନ ପାଇବ।
14 ଯେଉଁମାନେ ନିଜ ଜୀବନରେ ପରମେଶ୍ୱରଙ୍କର ଆତ୍ମାକୁ ନେତୃତ୍ୱ ଦିଅନ୍ତି ସେମାନେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ। 15 ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’ 16 ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି। 17 ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା’ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।
କେତେକ ଯିହୂଦୀ ନେତା ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା(A)
15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। 16 ସେମାନେ କେତେକ ହେରୋଦୀୟ [a]ମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ। 17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”
18 କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? 19 କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା [b] ଦେଖାଇଲେ। 20 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?”
21 ଲୋକମାନେ କହିଲେ, “କାଇସରଙ୍କର।”
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”
22 ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।
2010 by World Bible Translation Center