Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1-4

ପ୍ରଥମ ପୁସ୍ତକ

(ଗୀତସଂହିତା 1-41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
    କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
    ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
ସେହି ନେତାମାନେ କୁହନ୍ତି,
    “ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
    ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”

କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
    ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
    ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
    ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
    ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।

ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
    ଓ ତୁମ୍ଭେ ମୋର ପୁତ୍ର ହେଲ।
ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
    ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
    ଧ୍ୱଂସ କରିଦେଇ ପାରିବ।”

10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
    ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
    ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
    କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।

ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

“ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
    ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।”

କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
    ତୁମ୍ଭେ ମୋର ମହିମା।
    ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
    ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ।

ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
    କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
    ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।

ହେ ସଦାପ୍ରଭୁ, ତୁମ୍ଭେ ଉଠ!
    ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
    ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।

ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ।
    ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।

ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

ହେ ମୋର ଧର୍ମସ୍ୱରୂପ ପରମେଶ୍ୱର,
    ମୋତେ ଉତ୍ତର ଦିଅ।
ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ।
ମୋ’ ପ୍ରତି ସଦୟ ହୁଅ।
    ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।

ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ?
    ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ?
    କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ?

ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି।
    ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।

ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି,
    ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।
ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।

ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ?
    ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”
ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ।
ମୁଁ ବର୍ତ୍ତମାନ ବହୁତ ଖୁସୀ।
ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ,
ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।
ମୁଁ ବିଛଣାରେ ଶାନ୍ତିରେ ଶୟନ କରେ,
    କାରଣ ହେ ସଦାପ୍ରଭୁ ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।

ଗୀତସଂହିତା 7

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
    ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
    ମୋତେ ସେମାନେ ବୋହି ନେଇଯିବେ।
    ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
    ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
    ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
    ମୋର ଜୀବନକୁ ଭୂମିରେ ଦଳି ପକାଉ।
    ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।

ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
    ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
    ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
    ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର।
    ମୋର ମଧ୍ୟ ବିଗ୍ଭର କର।
    ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
    ପ୍ରମାଣ କର ଯେ ମୁଁ ନିରପରାଧ।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
    ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ
    ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।

10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
    ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
    ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13     ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।

14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
    ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
    ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
    କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।

17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
    ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।

ଗଣନା ପୁସ୍ତକ 32:1-6

ଯର୍ଦ୍ଦନ ନଦୀର ପୂର୍ବସ୍ଥ ବିଭିନ୍ନ ବଂଶ

32 ରୁବେନ୍ ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁ ପଲ ଥିଲା। ଏଣୁ ସେମାନେ ଯାସେର ଓ ଗିଲିୟଦ ଦେଶଗୁଡ଼ିକୁ ଦେଖିଲେ, ସେ ସ୍ଥାନଗୁଡ଼ିକ ପଶୁପଲ ପାଇଁ ଉପଯୁକ୍ତ। ତେଣୁ ଗା‌ଦ୍‌ର ସନ୍ତାନଗଣ ଓ ରୁବେ‌ନ୍‌ର ସନ୍ତାନଗଣ ଆସି ମୋଶାଙ୍କୁ ଇଲିୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣଙ୍କୁ କହିଲେ। 3-4 ସେମାନେ କହିଲେ, “ତୁମ୍ଭର ଏହି ସେବକମାନଙ୍କର ବହୁ ମେଷ ଓ ଗୋରୁଗାଈ ଅଛନ୍ତି। ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମେଷଗୁଡ଼ିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ। ସେ ସବୁ ଦେଶଗୁଡ଼ିକ ହେଲେ, ଅଟାରୋତ୍, ଦୀବୋନ, ଯାସେର, ନିମ୍ରା, ହି‌ଷ୍‌ବୋନ, ଇଲିୟାଲୀ, ସି‌ବ୍‌ମା, ନବୋ ଓ ବିୟୋନ। ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସେବକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ଯର୍ଦ୍ଦନ ସେପାରିକୁ ନିଆ ନ ଯାଉ।”

ମୋଶା, ଗାଦ୍ ଓ ରୁବେ‌ନ୍‌ର ପରିବାରବର୍ଗକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭେମାନେ କ’ଣ ଏଠାରେ ରହିବା ଉଚିତ୍?

ଗଣନା ପୁସ୍ତକ 32:16-27

16 ମାତ୍ର ରୁବେ‌ନ୍‌ର ଗୋଷ୍ଠୀ ଓ ଗାଦ୍ ଗୋଷ୍ଠୀର ଲୋକମାନେ ମୋଶାଙ୍କୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ମେଷମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ପିଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା। 17 ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗରରେ ବାସ କରିବେ, ଆଉ ଆମ୍ଭେମାନେ ଇସ୍ରାଏଲ ଲୋକମାନଙ୍କୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ। 18 ଇସ୍ରାଏଲର ଲୋକମାନେ ପ୍ରତ୍ୟେକ ସେମାନଙ୍କର ଭୂମି ନ ପାଇବା ପର୍ଯ୍ୟନ୍ତ, ଆମ୍ଭେମାନେ ଆମ୍ଭେ ନିଜ ଘରକୁ ଫେରିଯାଉ ନାହିଁ। 19 ଆଉ ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ନେବୁ ନାହିଁ। କାରଣ ଯର୍ଦ୍ଦନ ଏହି ପାର୍ଶ୍ୱରେ ଆମ୍ଭମାନଙ୍କ ଅଧିକାର ରହିଅଛି।”

20 ତେଣୁ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେବେ ଏହିସବୁ କରିବ, ତେବେ ଏହି ଭୂମି ତୁମ୍ଭର ଅଧିକୃତ ହେବ। କିନ୍ତୁ ତୁମ୍ଭର ସୈନ୍ୟମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଆଗେଇ ଯିବେ। 21 ତୁମ୍ଭର ସୈନ୍ୟମାନେ ଯର୍ଦ୍ଦନ ଅତିକ୍ରମ କରି ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ଯେପର୍ଯ୍ୟନ୍ତ ସଦାପ୍ରଭୁ ତାଙ୍କର ଶତ୍ରୁଗଣଙ୍କୁ ସେହି ଭୂମିରୁ ତଡ଼ି ଦେଇ ନାହାନ୍ତି। 22 ଯେତେବେଳେ ସେହି ଦେଶ ଅକ୍ତିଆର ହୁଏ, ତା’ହାଲେ ତୁମ୍ଭେମାନେ ଗୃହକୁ ଫେରି ପାରିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁ ଓ ଇସ୍ରାଏଲଙ୍କଠାରେ ନିରପରାଧୀ ହେବ। ଆଉ ସେହି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭେମାନେ ଅଧିକାର କରିବ। 23 ମାତ୍ର ତୁମ୍ଭେମାନେ ଯେବେ ତାହା ନ କର, ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଥିବ। ଆଉ ଏହା ନିଶ୍ଚିତ ଯେ, ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭେମାନେ ଦଣ୍ତିତ ହେବ। 24 ତୁମ୍ଭେମାନେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ମେଷଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।”

25 ତା’ପରେ ଗାଦ୍ ସନ୍ତାନଗଣ ଓ ରୁବେନ୍ ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ଦାସ ଓ ତୁମ୍ଭେ ଆମ୍ଭର ମୁନିବ। ତୁମ୍ଭର ଆଜ୍ଞା ଅନୁସାରେ ଆମ୍ଭେମାନେ କର୍ମ କରିବୁ। 26 ଆମ୍ଭମାନଙ୍କର ସ୍ତ୍ରୀ, ପିଲାମାନେ ଓ ପଶୁସକଳ ଗିଲିୟଦର ନଗରମାନଙ୍କରେ ରହିବେ। 27 ମାତ୍ର ଆମ୍ଭମାନଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଗରେ ଯର୍ଦ୍ଦନ ନଦୀ ପାର ହୋଇ ଯୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୁନିବ କହନ୍ତି।”

ରୋମୀୟଙ୍କ ପ୍ରତି ପତ୍ର 8:26-30

26 ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ। 27 ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।

28 ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା। 29 ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା’ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ [a] ବୋଲି ଧରା ହେବେ। 30 ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ।

ମାଥିଉ ଲିଖିତ ସୁସମାଗ୍ଭର 23:1-12

ଯୀଶୁଙ୍କର ଯିହୂଦୀ ଧର୍ମ ନେତାଙ୍କୁ ସମାଲୋଚନା(A)

23 ତା’ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାର ବ୍ୟାଖ୍ୟା କରିବାର ଅଧିକାର ପାଇଛନ୍ତି। ତେଣୁ ସେମାନେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚିତ୍। ତୁମ୍ଭକୁ ସେମାନେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚିତ୍। କିନ୍ତୁ ସେମାନେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କର ନାହିଁ। କାରଣ ସେମାନେ ଯାହାସବୁ କହନ୍ତି, ନିଜେ ତାକୁ କାର୍ଯ୍ୟରେ କେବେ କରନ୍ତି ନାହିଁ। ମାନିବା ପାଇଁ କଠିନ ହେଲେ ମଧ୍ୟ ସେମାନେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସେହି ନିୟମଗୁଡ଼ିକ ମାନିବା ପାଇଁ ସେମାନେ ଲୋକଙ୍କୁ ବାଧ୍ୟ କରନ୍ତି। କିନ୍ତୁ ସେମାନେ ନିଜେ କେବେ ହେଲେ ସେହି ନିୟମମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେଷ୍ଟା କରନ୍ତି ନାହିଁ।

“କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି। ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି। ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରା‌‌‌‌‌ବ୍‌‌‌‌‌ବୀ’ [a] ବୋଲି ଡାକନ୍ତୁ।

“କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ରା‌‌‌‌‌ବ୍‌‌‌‌‌ବୀ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି। “ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି। 10 ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ। 11 ଯେଉଁ ଲୋକ ଗ୍ଭକର ଭଳି ତୁମ୍ଭର ସେବା କରିବ, ସେ ଲୋକ ତୁମ୍ଭମାନଙ୍କ ମଧ୍ୟରେ ସବୁଠାରୁ ବଡ଼ ହେବ। 12 ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାଯିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାଯିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center