Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 26

ଦାଉଦଙ୍କର ସଙ୍ଗୀତ।

26 ହେ ସଦାପ୍ରଭୁ, ମୋର ବିଗ୍ଭର କର।
    ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି।
    ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ
    ମୋର ହୃଦୟ ଓ ମନକୁ ପରିଷ୍କାର କର।
ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି।
    ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ।
    କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ।
    ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।

ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି।
    ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ,
    ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ
    ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।

ହେ ସଦାପ୍ରଭୁ, ମୋତେ ସେହି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ।
    ମୋତେ ସେହି ହତ୍ୟାକାରୀମାନଙ୍କ ସହିତ ମାର ନାହିଁ।
10 ସେହି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି।
    ସେମାନେ ଲାଞ୍ଚ ନେଇ ଖରାପ କାର୍ଯ୍ୟ କରିଥାଇ ପାରନ୍ତି।
11 କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ।
    ତେଣୁ ହେ ପରମେଶ୍ୱର ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।
12 ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି।
    ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 28

ଦାଉଦଙ୍କର ଗୀତ।

28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
    ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
    ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
    ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
    ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
    ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
    ମୋ’ ନିବେଦନ ଟିକେ ଶୁଣ।
    ମୋ’ ପ୍ରତି କୃପା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
    ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
    କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
ସଦାପ୍ରଭୁ ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
    ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
    ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
    ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
    ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା ହେଉ,
    କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
    ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
    ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
    ସଦାପ୍ରଭୁ ହିଁ ତା’ର ଏକମାତ୍ର ବଳ।

ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
    ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
    ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।

ଗୀତସଂହିତା 36

ସଦାପ୍ରଭୁଙ୍କର ଦାସ ଦାଉଦଙ୍କର ଗୀତ

36 ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦକାର୍ଯ୍ୟ କରେ।
    ଯେତେବେଳେ ସେ ଆପଣା ହୃଦୟକୁ କହେ, “ମୁଁ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।”
ସେହି ଲୋକ ଆପଣାକୁ ମିଥ୍ୟା କହେ।
    ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତେଣୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
ତା’ର ବାକ୍ୟସବୁ କେବଳ ମୂଲ୍ୟହୀନ ମିଥ୍ୟା ଅଟେ।
    ସେ ଜ୍ଞାନୀ ହୋଇପାରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ।
    ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।

ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
    ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
    ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
    ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
    ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
    ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
    ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
    ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି।
    ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।

12 ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି।
    ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି।
    ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”

ଗୀତସଂହିତା 39

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।

39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
    ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
    ମୁଁ ମୋର ମୁଖକୁ ବନ୍ଦ ରଖିବି।”

ତେଣୁ ମୁଁ କିଛି କହିଲି ନାହିଁ।
    ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
    କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
ମୁଁ ଅତି କ୍ରୋଧିତ ଥିଲି।
    ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
    ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।

ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
    ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
    ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
    ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ।

ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
    ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
    କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।

ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
    ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
    ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
ମୁଁ ମୋର ପାଟି ଖୋଲି ନାହିଁ।
    ମୁଁ କିଛି କହି ନାହିଁ।
    ହେ ସଦାପ୍ରଭୁ ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
    ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
    ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
    ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ।

12 ହେ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
    ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
    ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
    ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।

ଯିହୋଶୂୟଙ୍କର ପୁସ୍ତକ 2:15-24

15 ସେହି ସ୍ତ୍ରୀଲୋକଟିର ଘର ନଗରର ପ୍ରାଚୀର ଉପରେ ଥିଲା। ଏହା ପ୍ରାଚୀରର ଏକ ଅଂଶ ଥିଲା। ତେଣୁ ସ୍ତ୍ରୀଲୋକଟି ଏକ ଦଉଡ଼ି ସାହାଯ୍ୟରେ ଝରକା ଦେଇ ଏ ଲୋକମାନଙ୍କୁ ଖସି ଯିବାକୁ ସାହାଯ୍ୟ କଲା। 16 ତା’ପରେ ସେ ସ୍ତ୍ରୀଲୋକଟି କହିଲା, “ପର୍ବତମୟ ଦେଶ ମଧ୍ୟକୁ ଯାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକୁ ସକ୍ଷମ ହେବେ ନାହିଁ। ସେଠାରେ ତିନି ଦିନ ଲୁଚି ରୁହ, ଯେତେବେଳେ ରାଜାଙ୍କର ଲୋକମାନେ ଫେରି ଆସିବେ ତୁମ୍ଭେମାନେ ତୁମ୍ଭ ବାଟରେ ଗ୍ଭଲିଯିବ।”

17 ସେମାନେ ସ୍ତ୍ରୀଲୋକଟିକୁ କହିଲେ, “ଆମ୍ଭେ ତୁମ୍ଭକୁ କଥା ଦେଇଛୁ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରୁ ମୁକ୍ତ ହୋଇ ପାରିବୁ। 18 ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ। 19 ଆମ୍ଭେ ସମସ୍ତଙ୍କୁ ସୁରକ୍ଷା ଦେବୁ, ଯେଉଁମାନେ କି ତୁମ୍ଭ ନିକଟରେ ଥିବେ। ଯଦି ତୁମ୍ଭ ସ୍ୱଗୃହରେ କେହି ଆଘାତ ପାଏ। ସେଥିପାଇଁ ଆମ୍ଭେ ଦାୟୀ ରହିବୁ। ଯଦି କୌଣସି ଲୋକ ତୁମ୍ଭର ଗୃହ ବାହାରକୁ ଯାଏ, ତାକୁ ହୁଏତ ହତ୍ୟା କରାଯିବ। ଆମ୍ଭେମାନେ ସେ ଲୋକର ମୃତ୍ୟୁ ପାଇଁ ଦାୟୀ ହେବୁ ନାହିଁ। ଏହା ତା’ର ନିଜର ଭୁଲ ହେବ। 20 ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ କରୁଅଛୁ। ଆମ୍ଭେ ଯାହା କରିଅଛୁ, ଯଦି ତୁମ୍ଭେ ଏହା କାହା ଆଗରେ ପ୍ରକାଶ କର, ତେବେ ଆମ୍ଭେ ଏ ଚୁକ୍ତିରୁ ବିରତ ହେବୁ।”

21 ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା’ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା’ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା।

22 ସେହି ଲୋକମାନେ ସେ ସ୍ଥାନ ପରିତ୍ୟାଗ କରି ପର୍ବତରେ ପହଞ୍ଚିଲେ। ସେମାନେ ସେଠାରେ ତିନି ଦିନ ରହିଲେ, ରାଜାଙ୍କର ଲୋକମାନେ ସେମାନଙ୍କୁ ଗ୍ଭରିଆଡ଼େ ଖୋଜା ଖୋଜି କଲେ। ତିନି ଦିନ ପରେ, ରାଜାଙ୍କ ଲୋକମାନେ ଖୋଜିବା ବନ୍ଦ କରି ନିଜ ସହରକୁ ପ୍ରତ୍ୟାବର୍ତ୍ତନ କଲେ। 23 ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ। 24 ସେମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ବାସ୍ତବରେ ଆମ୍ଭକୁ ସମସ୍ତ ଦେଶ ଦାନ କରିଛନ୍ତି। ସେହି ଦେଶରେ ସମସ୍ତ ଲୋକ ଆମ୍ଭକୁ ଭୟ କରୁଛନ୍ତି।”

ରୋମୀୟଙ୍କ ପ୍ରତି ପତ୍ର 11:13-24

13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି। 14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି। 15 ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା। 16 ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା’ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା’ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।

17 ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ। 18 ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି। 19 ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।” 20 ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର। 21 ବିଶ୍ୱାସ ନ କରିବା ହେତୁ ଯଦି ପରମେଶ୍ୱର ପ୍ରଥମ ଗଛର ଶାଖାଗୁଡ଼ିକୁ ଭାଙ୍ଗିଦେଲେ, ତା’ହେଲେ ତୁମ୍ଭେମାନେ ମଧ୍ୟ ବିଶ୍ୱାସ ନ ରଖି ପାରିଲେ ପରମେଶ୍ୱର ତୁମ୍ଭମାନଙ୍କୁ ବିଛିନ୍ନ କରିଦେବେ।

22 ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା’ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ। 23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା’ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ। 24 ତୁମ୍ଭେମାନେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭେମାନେ ଭଲ ଜୀତଗଛ ସହିତ ସଂଯୁକ୍ତ ହୋଇଛ। କିନ୍ତୁ ଏହା ସ୍ୱାଭାବିକ। ଅତଏବ, ସେହି ଯିହୂଦୀମାନେ ପ୍ରକୃତରେ ନିଜର ବୃକ୍ଷ ସହିତ ପୁନର୍ବାର ସଂଯୁକ୍ତ ହୋଇପାରିବେ।

ମାଥିଉ ଲିଖିତ ସୁସମାଗ୍ଭର 25:14-30

ତିନି ଜଣ ଗ୍ଭକରଙ୍କ ବିଷୟରେ କାହାଣୀ(A)

14 “ସ୍ୱର୍ଗରାଜ୍ୟ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସେହି ଲୋକ ଯିବା ପୂର୍ବରୁ ତା’ର ଗ୍ଭକରମାନଙ୍କୁ ଡାକି ତା’ର ଅନୁପସ୍ଥିତିରେ ସମସ୍ତ ସମ୍ପତ୍ତିର ଯତ୍ନ ନେବାକୁ କହିଲେ। 15 କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ। 16 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା। 17 ସେହିଭଳି ଯେଉଁ ଗ୍ଭକରଟି ଦୁଇ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମଧ୍ୟ ଟଙ୍କାକୁ ବ୍ୟବସାୟରେ ଲଗାଇ ଆଉ ଦୁଇ ତୋଡ଼ା ରୂପାଟଙ୍କା ଲାଭ କଲା। 18 କିନ୍ତୁ ଯେଉଁ ଲୋକଟି କେବଳ ଗୋଟିଏ ମାତ୍ର ତୋଡ଼ା ରୂପାଟଙ୍କା ପାଇଥିଲା, ସେ ଯାଇ ତା’ ମାଲିକର ଧନକୁ ନେଇ ମାଟିରେ ଗୋଟିଏ ଗାତ ଖୋଳି ସେଥିରେ ଲୁଗ୍ଭଇ ରଖିଲା।

19 “ବହୁତ ଦିନ ପରେ ମାଲିକ ଘରକୁ ଫେରି ଆସିଲେ। ସେ ଗ୍ଭକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କାରେ କ’ଣ କଲେ, ତାହା ସେମାନଙ୍କୁ ପଗ୍ଭରିଲେ। 20 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’

21 “ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’

22 “ତା’ପରେ ଦୁଇ ତୋଡ଼ା ରୂପାଟଙ୍କା ପାଇଥିବା ଗ୍ଭକରଟି ମାଲିକ ପାଖକୁ ଆସିଲା। ଗ୍ଭକରଟି କହିଲା, ‘ଆପଣ ମୋତେ ଦୁଇ ତୋଡ଼ା ଟଙ୍କାର ଦାୟିତ୍ୱ ଦେଇଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ୟବହାର କରିଛି।’

23 “ମାଲିକ କହିଲେ, ‘ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭ ଉପରେ ବିଶ୍ୱାସ କରାଯାଇପାରେ। ଅଳ୍ପ ଟଙ୍କାରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ଖୁସୀରେ ଭାଗୀ ହୁଅ।’

24 “ତା’ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି। 25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚେଇ ଦେଲି। ଆପଣ ମୋତେ ଦେଇଥିବା ତୋଡ଼ା ଟଙ୍କା ନିଅନ୍ତୁ।’

26 “ତା’ ମାଲିକ ତାକୁ କହିଲେ, ‘ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଗ୍ଭକର! ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନ ଥାଏ ସେଠାରେ ମଧ୍ୟ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନ ଥାଏ, ସେଠାରେ ଶସ୍ୟ ଏକାଠି କରେ। 27 ତେଣୁ ତୁମ୍ଭେ ମୋ’ ଟଙ୍କାକୁ ବ୍ୟାଙ୍କରେ ଜମା ରଖିଦେବା ଉଚିତ୍ ଥିଲା। ତା ହୋଇଥିଲେ ମୁଁ ଘରକୁ ଫେରିବା ପରେ ମୋ’ ଟଙ୍କା ଫେରି ପାଇଥା’ନ୍ତି। ତା’ ସହିତ ମୋ’ ଟଙ୍କାର ସୁଧ ମଧ୍ୟ ପାଇଥା’ନ୍ତି।’

28 “ତା’ପରେ ମାଲିକ ତାହାଙ୍କର ଅନ୍ୟ ଗ୍ଭକରମାନଙ୍କୁ କହିଲେ, ‘ସେହି ଗ୍ଭକରଠାରୁ ଟଙ୍କାର ଥଳିଟି ନେଇ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦେଇଦିଅ। 29 ଯେଉଁ ଲୋକ ନିଜ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ, ତାକୁ ବହୁତ ଅଧିକ ଦିଆଯିବ। ତାହାଙ୍କୁ ତାହାଙ୍କର ଆବଶ୍ୟକତାଠାରୁ ବହୁତ ବେଶୀ ଦିଆଯିବ। କିନ୍ତୁ ଯେଉଁ ଲୋକ ତା’ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ ନାହିଁ, ତା’ଠାରୁ ଯାହାକିଛି ଅଛି, ସବୁକିଛି ଛଡ଼େଇ ନିଆଯିବ।’ 30 ତା’ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’

Odia Holy Bible: Easy-to-Read Version (ERV-OR)

2010 by World Bible Translation Center