Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 37

ଦାଉଦଙ୍କର ଗୀତ।

37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
    ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
    ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
    ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
    ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
    ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
    ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
    ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
    ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
    ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
    ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
    ଓ ସେମାନେ ଶାନ୍ତି ଉପଭୋଗ କରିବେ।

12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
    ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
    ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି।
    ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
    ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
    ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
    ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
    କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
    ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
    ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
    ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
    ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
    ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
    କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା’ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
    କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
    ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
    କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
    ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
    ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
    ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
    ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
    ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
    କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
    ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
    ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
    ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।

32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
    ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
    ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।

35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
    ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
    ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
    ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
    ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
    ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
    ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।

ଯିହୋଶୂୟଙ୍କର ପୁସ୍ତକ 3:14-4:7

14 ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ। 15 ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା’ର ପ୍ରବାହ ବନ୍ଦ ହୋଇଗଲା। 16 ତା’ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ। 17 ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।

ଲୋକମାନଙ୍କ ସ୍ମରଣ ପାଇଁ ଅ‌ଦ୍‌ଭୂତ ଶିଳା

ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ସାରିବା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ବାର ଜଣ ଲୋକଙ୍କୁ ବାରଟି ଗୋଷ୍ଠୀବର୍ଗରୁ ବାଛ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।”

ତେଣୁ ଯିହୋଶୂୟ ବାରଟି ଗୋଷ୍ଠୀବର୍ଗରୁ ବାର ଜଣଙ୍କୁ ବାଛିଲେ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ତା’ପରେ ସେ ସେହି ବାର ଜଣ ଲୋକଙ୍କୁ ଗୋଟିଏ ଜାଗାରେ ଏକତ୍ର କଲେ। ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ। ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’ ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ଯର୍ଦ୍ଦନ ନଦୀର ଜଳ ଧାରକୁ ବନ୍ଦ କରିଥିଲେ। ସେହି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ଚୁକ୍ତିର ପବିତ୍ର ସିନ୍ଦୁକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶିଳା ଖଣ୍ତଗୁଡ଼ିକ ସବୁଦିନ ପାଇଁ ଇସ୍ରାଏଲବାସୀଙ୍କର କଥାକୁ ମନେପକାଉ ଥିବ।”

ରୋମୀୟଙ୍କ ପ୍ରତି ପତ୍ର 12:1-8

ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର

12 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ। ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।

ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର। ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।

ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା’ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା’ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ। ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା’ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା’ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।

ମାଥିଉ ଲିଖିତ ସୁସମାଗ୍ଭର 26:1-16

ଯିହୂଦୀ ନେତାମାନଙ୍କର ଯୀଶୁଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର(A)

26 ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ୟମାନଙ୍କୁ କହିଲେ, “ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”

ତା’ପରେ ପ୍ରଧାନଯାଜକ ଓ ଲୋକମାନଙ୍କ ପ୍ରାଚୀନ ନେତାମାନେ କୟାଫା ନାମକ ମହାଯାଜକଙ୍କ ଭବନର ଅଗଣାରେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ କପଟରେ ବନ୍ଦୀ କରି ତାହାଙ୍କୁ ମାରିଦେବା ପାଇଁ ଯୋଜନା କଲେ। କିନ୍ତୁ ବୈଠକରେ ସେମାନେ କଥାବାର୍ତ୍ତା ହେଲେ, “ଆମ୍ଭେ ନିସ୍ତାରପର୍ବ [a] ସମୟରେ ଏସବୁ କରିବା ଉଚିତ୍ ହେବ ନାହିଁ। କାରଣ ଲୋକମାନେ ଏଥିରେ ରାଗିଯାଇ ପାରନ୍ତି ଓ ଦଙ୍ଗାହାଙ୍ଗାମା କରି ପାରନ୍ତି।”

ଜଣେ ସ୍ତ୍ରୀଲୋକ ଏକ ବିଶେଷ କାର୍ଯ୍ୟ କଲେ(B)

ଯୀଶୁ ବେଥନୀୟାରେ ଥିଲେ। ସେ କୁଷ୍ଠରୋଗୀ ଶିମୋନର ଘରେ ରହିଥିଲେ। ଯୀଶୁ ସେଠାରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ରରେ ବହୁ ମୂଲ୍ୟବାନ୍ ସୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢାଳି ଦେଲା’ ସେତେବେଳେ ଯୀଶୁ ଖାଉଥିଲେ।

ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଅତ୍ୟନ୍ତ ରାଗିଗଲେ। ସେମାନେ କହିଲେ, “ଏତେ ଅପବ୍ୟୟ କାହିଁକି? ଏ ଅତରତକ ଅନେକ ଟଙ୍କାରେ ବିକାଯାଇ ସେଥିରୁ ମିଳିବା ଟଙ୍କା ଗରିବମାନଙ୍କ ମଧ୍ୟରେ ବଣ୍ଟା ଯାଇ ପାରିଥା’ନ୍ତା।”

10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ବୃଥାରେ ଏହି ସ୍ତ୍ରୀଲୋକକୁ ହଇରାଣ କରୁଛ? ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। 11 ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। [b] କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ। 12 ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି, 13 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ଜଗତରେ ସର୍ବତ୍ର ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ଘୋଷଣା କରାଯିବ। ତା’ ସହିତ ଏ ସ୍ତ୍ରୀଲୋକଟି କ’ଣ କରିଥିଲା, ସେ ବିଷୟ ମଧ୍ୟ ଘୋଷଣା କରାଯିବ, ଲୋକମାନେ ତାକୁ ମନେ ରଖିବେ।”

ଯିହୂଦା ଯୀଶୁଙ୍କ ଶତ୍ରୁ ପାଲଟିଗଲେ(C)

14 ତା’ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା। 15 ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ। 16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center