Book of Common Prayer
ଦାଉଦଙ୍କର ଗୀତ।
41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି।
ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।
4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।”
5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
ଓ ସେଥିପାଇଁ ବେମାର ଅଛି।
ସେ ଆଉ ଭଲ ହେବ ନାହିଁ।”
9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
ତୁମ୍ଭେ ମୋତେ ସାହାଯ୍ୟ କରିଲ।
ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।
13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।
ଆମେନ୍, ଆମେନ୍।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ।
ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
7 “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।
44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
2 ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
3 ଆମ୍ଭର ପିତୃପୁରୁଷଙ୍କ ଖଡ଼୍ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
4 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
6 ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
7 ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
8 ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
କାହିଁକି ତୁମ୍ଭେ ଶୋଇ ରହିଛ?
ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
ଆମ୍ଭକୁ ସାହାଯ୍ୟ କର।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।
ଆଖନ୍ର ପାପ
7 କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।
2 ସେମାନେ ଯିରୀହୋକୁ ପରାସ୍ତ କଲାପରେ, ଯିହୋଶୂୟ ଅୟକୁ ଲୋକ ପଠାଇଲେ। ଅୟ ବୈଥେଲ୍ର ପୂର୍ବ ଦିଗସ୍ଥିତ ବୈଥାବନର ପାର୍ଶ୍ୱରେ ଅବସ୍ଥିତ। ଯିହୋଶୂୟ ସେମାନଙ୍କୁ କହିଲେ, “ଅୟକୁ ଯାଅ ଓ ସେଠାରେ ସେମାନଙ୍କର ଦୁର୍ବଳତାକୁ ଅନୁସନ୍ଧାନ କର।” ତେଣୁ ଏଥିରେ ଲୋକମାନେ ଯାଇ ଅୟରେ ଅନୁସନ୍ଧାନ କଲେ।
3 ଏହା ପରେ ଲୋକମାନେ ଯିହୋଶୂୟ ନିକଟକୁ ଫେରି ଆସିଲେ। ସେମାନେ କହିଲେ, “ଅୟ ବହୁତ ଦୁର୍ବଳ, ସେମାନଙ୍କୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସେଠାକୁ ମାତ୍ର ଦୁଇ ତିନି ହଜାର ଲୋକ ଯୁଦ୍ଧ କରିବା ପାଇଁ ପଠାନ୍ତୁ। ସେଠାରେ ସମସ୍ତ ସୈନ୍ୟ ନିୟୋଜିତର ଆବଶ୍ୟକତା ନାହିଁ। ସେଠାରେ ଖୁବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ଅଛନ୍ତି।”
4-5 ତେଣୁ ମାତ୍ର 3000 ସୈନ୍ୟ ଅୟକୁ ଗଲେ। କିନ୍ତୁ ଅୟର ଲୋକମାନେ ଛତିଶ୍ ଜଣ ଇସ୍ରାଏଲୀୟଙ୍କୁ ହତ୍ୟା କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟମାନେ ସେହି ସ୍ଥାନରୁ ଦୌଡ଼ି ପଳାଇଲେ।
ଅୟର ଲୋକମାନେ ସେମାନଙ୍କର ପଛେ ଗୋଡ଼େଇ ଗୋଡ଼େଇ ଆଣି ଶବାରୀମ ପର୍ଯ୍ୟନ୍ତ ଆଣିଲେ। ତେଣୁ ଇସ୍ରାଏଲୀୟ ଲୋକମାନେ ଭୟଭୀତ ହେଲେ ଓ ସେମାନେ ସାହସ ହରାଇଲେ। 6 ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ।
7 ଯିହୋଶୂୟ କହିଲେ, “ହେ ମୋର ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର ହେବାକୁ ଦେଲ? କ’ଣ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ବିନାଶ କରିବାକୁ, ଏହା କଲ? ଆହା ଯଦି ଆମ୍ଭେମାନେ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ। 8 ହେ ସଦାପ୍ରଭୁ, ଇସ୍ରାଏଲ ଶତ୍ରୁଗଣଙ୍କ ଦ୍ୱାରା ପରାଜିତ ହେବା ପରେ ଆମ୍ଭେ କ’ଣ କରିବୁ? 9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା’ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”
10 ତେଣୁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି ଅଧୋମୁଖ ହୋଇ ଭୂମିରେ ପଡ଼ିଅଛ? ଛିଡ଼ା ହୁଅ! 11 ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ’ଠାରୁ ଏହା ଗ୍ଭେରି କରିଛନ୍ତି। ତା’ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ। 12 ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।
13 “ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।
ଅନ୍ୟ ଲୋକଙ୍କୁ ପ୍ରେମ କରିବା ହିଁ ବ୍ୟବସ୍ଥା ଅଟେ
8 କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି। 9 ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” [a] ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।” [b] 10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।
11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। 12 ‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍। 13 ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ। 14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।
ଯୀଶୁଙ୍କ ଏକାନ୍ତ ପ୍ରାର୍ଥନା(A)
36 ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।” 37 ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା’ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ। 38 ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।”
39 ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ’ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।” 40 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେ ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଘଣ୍ଟାଏ ପାଇଁ ମଧ୍ୟ ଜାଗି ରହି ପାରିଲ ନାହିଁ? 41 ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”
42 ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ’ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”
43 ତା’ପରେ ସେ ଫେରି ଆସି ପୁଣି ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ସେମାନଙ୍କ ଆଖି ବହୁତ ଭାରି ହୋଇଯାଇଥିଲା। ସେମାନେ ସେମାନଙ୍କର ଆଖି ଖୋଲି ପାରୁ ନ ଥିଲେ। 44 ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।
45 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ସୁଦ୍ଧା ଶୋଇଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି, ଏବେ ପାପୀମାନଙ୍କ ହାତରେ ମନୁଷ୍ୟପୁତ୍ରଙ୍କୁ ସମର୍ପି ଦିଆଯିବ। 46 ଉଠ, ଆମ୍ଭେ ଯିବା। ଦେଖ, ମୋତେ ଶତ୍ରୁମାନଙ୍କ ହାତରେ ଯେଉଁ ଲୋକଟି ଦେଇଦେବ, ସେ ଏଠାକୁ ଆସୁଛି।”
2010 by World Bible Translation Center