Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 40

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
    ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
    ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
    ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
    ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
    ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
    ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
    ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
    ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
    ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
    ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
    ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
    ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
    ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
    ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
    ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ’ଠାରେ ଲୁଗ୍ଭଅ ନାହିଁ।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”

12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
    ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
    ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
    ହେ ସଦାପ୍ରଭୁ ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
    ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
    ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
    ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
    ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
    ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
    ହେ ମୋର ପରମେଶ୍ୱର ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
    ଓ ମୋତେ ଉଦ୍ଧାର କର।

ଗୀତସଂହିତା 54

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।

54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
    ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
    ମୋହର ଗୁହାରି ଶୁଣ।
ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
    ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।

ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
    ମୋର ପ୍ରଭୁ ମୋର ସମର୍ଥନ କରିବେ।
ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
    ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।

ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
    ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
    ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।

ଗୀତସଂହିତା 51

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ।

51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
    ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
    ମୋର ସମସ୍ତ ପାପ କ୍ଷମା କର।
ମୋ’ ସବୁ ପାପ ଧୋଇ ଦିଅ,
    ଏବଂ ପୁଣି ମୋତେ ପବିତ୍ର କର।
ମୁଁ ଜାଣେ ମୁଁ ପାପ କରିଛି।
    ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
    ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
    ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
    ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
    ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
    ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
    ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
    ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
    ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
    ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
    ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
    ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
    ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
    ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15     ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
    ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
    ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।

18 ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
    ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
    ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।

ଯିହୋଶୂୟଙ୍କର ପୁସ୍ତକ 9:22-10:15

22 ଯିହୋଶୂୟ ଗିବିୟୋନୀୟମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆମ୍ଭକୁ କାହିଁକି ମିଛ କହିଲ? ଆମ୍ଭର ସେନା ଛାଉଣି ନିକଟରେ ତୁମ୍ଭର ଦେଶ, କିନ୍ତୁ ତୁମ୍ଭେମାନେ କହିଲ ଯେ, ତୁମ୍ଭେମାନେ ବହୁତ ଦୂରରୁ ଆସିଅଛ। 23 ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।”

24 ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ। 25 ବର୍ତ୍ତମାନ ଆମ୍ଭେ ତୁମ୍ଭର ଅଧୀନ। ତୁମ୍ଭ ପକ୍ଷେ ଆମ୍ଭ ପାଇଁ ଯାହା ଉଚିତ୍ ତାହା କର।”

26 ତେଣୁ ଗିବିୟୋନୀୟମାନେ ସେମାନଙ୍କର କ୍ରୀତଦାସ ହୋଇ ରହିଲେ। କିନ୍ତୁ ଯିହୋଶୂୟ ସେମାନଙ୍କୁ ଜୀବିତ ରଖିଲେ। ଯିହୋଶୂୟ ସେ ଲୋକମାନଙ୍କୁ ମାରିବା ପାଇଁ ତାଙ୍କ ଲୋକମାନଙ୍କୁ ଅନୁମତି ଦେଇ ନ ଥିଲେ। 27 ଯିହୋଶୂୟ ଗିବିୟୋନୀୟମାନଙ୍କୁ ଇସ୍ରାଏଲ ପାଇଁ କ୍ରୀତଦାସ ଭାବେ ଗ୍ରହଣ କଲେ। ଆଉ ସେହି ଦିନଠାରୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ଇସ୍ରାଏଲ ଲୋକମାନଙ୍କ ପାଇଁ କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀରୂପେ କାର୍ଯ୍ୟ କଲେ। ସଦାପ୍ରଭୁ ଏହା କରାଇବାକୁ ଯେବେ ପସନ୍ଦ କଲେ। ସେମାନେ ଆଜି ପର୍ଯ୍ୟନ୍ତ ଦାସ ଅଟନ୍ତି।

The Day the Sun Stood Still

10 ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା’ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି। ତେଣୁ ଆଦୋନିଷେଦକ୍ ଏବଂ ତାଙ୍କର ଲୋକମାନେ ଖୁବ୍ ଭୟଭୀତ ହେଲେ। ଗିବିୟୋନ ଅୟ ପରି ଛୋଟ ସହର ନ ଥିଲା। ଏହା ଏକ ବଡ଼ ସହର ଥିଲା। ଏହା ଏକ ରାଜଧାନୀ ତୁଲ୍ୟ ବୃହତ୍ ନଗର ଥିଲା ଏବଂ ସେହି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହୁତ ଭୟ କରି ଯାଇଥିଲେ। ଆଦୋନିଷେଦକ୍, ଯିରୁଶାଲମର ରାଜା ହିବ୍ରୋଣର ରାଜା ହୋହମ୍ ଓ ଯର୍ମୂତର ରାଜା କିରାମ୍ ଓ ଲାଖୀ‌ଶ୍‌ର ରାଜା ଯାଫିୟ ଓ ଇଗ୍ଲୋନ ରାଜା ଦବୀର ନିକଟକୁ କହି ପଠାଇଲା। “ମୋ’ ନିକଟକୁ ଆସ ଏବଂ ଗିବିୟୋନକୁ ଆକ୍ରମଣ କରିବା ପାଇଁ ସାହାଯ୍ୟ କର। ଗିବିୟୋନୀୟମାନେ ଯିହୋଶୂୟ ଓ ଇସ୍ରାଏଲୀୟ ବାସୀମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି।”

ତେଣୁ ପାଞ୍ଚ ଜଣ ଇମୋରୀୟ ରାଜା ଯଥା: ଯିରୁଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀ‌ଶ୍‌ର ରାଜା ଓ ଇଗ୍ଲୋନର ରାଜା ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ୟମାନଙ୍କ ସହିତ ଗିବିୟୋନକୁ ଅକ୍ତିଆର କରିବାକୁ ଏକତ୍ରିତ ହେଲେ। ସେମାନେ ନଗରକୁ ଘେରିଗଲେ ଓ ଆକ୍ରମଣ କଲେ।

ଗିବିୟୋନୀୟମାନେ ଗି‌ଲ୍‌ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”

ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟ ଓ ମହା ବିକ୍ରମଶାଳୀ ଯୋଦ୍ଧା ସହିତ ଗି‌ଲ୍‌ଗ‌ଲ୍‌ରୁ ଯାତ୍ରା କଲେ। ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ କର ନାହିଁ, କାରଣ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ସେମାନଙ୍କ ମଧ୍ୟରୁ ଜଣେ ହେଲେ, ତୁମ୍ଭର ସମ୍ମୁଖୀନ ହୋଇ ପାରିବେ ନାହିଁ।”

ତେଣୁ ଯିହୋଶୂୟ ସୈନ୍ୟମାନଙ୍କ ସହିତ ଅଗ୍ରସର ହୋଇ ଅକସ୍ମାତ୍ ସେମାନଙ୍କୁ ଗି‌ଲ୍‌ଗ‌ଲ୍‌ରୁ ରାତ୍ରିସାରା ଆକ୍ରମଣ କଲେ।

10 ସଦାପ୍ରଭୁ ସୈନ୍ୟବାହିନୀକୁ ଦ୍ୱନ୍ଦରେ ପକାଇଲେ, ଯେତେବେଳେ ଇସ୍ରାଏଲୀୟମାନେ ସେମାନଙ୍କୁ ଆକ୍ରମଣ କଲେ। ତେଣୁ ଇସ୍ରାଏଲୀୟମାନେ ସେମାନଙ୍କ ଉପରେ ବିଜୟ ଲାଭ କଲେ। ଇସ୍ରାଏଲୀୟମାନେ ଗିବିୟୋନଠାରୁ ଆକ୍ରମଣ କରି ବୈଥୋରୋଣ ପର୍ଯ୍ୟନ୍ତ ଗୋଡ଼ାଇଲେ, ଆଉ ଅସେକା ଓ ମ‌କ୍‌କେଦା ପର୍ଯ୍ୟନ୍ତ ରାସ୍ତାରେ ସେମାନଙ୍କୁ ପରାସ୍ତ କଲେ। 11 ଯେତେବେଳେ ସେମାନେ ଇସ୍ରାଏଲୀୟମାନଙ୍କଠାରୁ ବୈଥୋରୋଣ ରାସ୍ତାରେ ଗଡ଼ାଣି ଆଡ଼କୁ ଦୌଡ଼ି ଅସେକା ପର୍ଯ୍ୟନ୍ତ ପଳାଇଲେ, ସଦାପ୍ରଭୁ ସେମାନଙ୍କ ଉପରେ କୁଆପଥର ବୃଷ୍ଟି କଲେ। ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ମୃତ୍ୟୁବରଣ କଲେ। ଯୁଦ୍ଧ ଅସ୍ତ୍ରରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ସଂଖ୍ୟା ଅପେକ୍ଷା କୁଆପଥର ବୃଷ୍ଟିରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଅଟେ।

12 ସେହି ଦିନ ସଦାପ୍ରଭୁ ଇମୋରୀୟମାନଙ୍କୁ ଇସ୍ରାଏଲୀୟଗଣଙ୍କୁ ହସ୍ତାନ୍ତର କଲେ। ଯିହୋଶୂୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା’ପରେ ସେ ଇସ୍ରାଏଲୀୟମାନଙ୍କ ଉପସ୍ଥିତିରେ ଆଜ୍ଞା ଦେଲେ।

“ହେ ସୂର୍ଯ୍ୟ ତୁମ୍ଭେ ଗିବିୟୋନ ଉପରେ ସ୍ତବ୍ଧ ହୁଅ।
    ହେ ଚନ୍ଦ୍ର ତୁମ୍ଭେ ଅୟାଲୋନ୍ ଭୂମିରେ ସ୍ତବ୍ଧ ହୁଅ।”

13 ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। 14 ଏହା ପୂର୍ବରୁ ବା ଏହା ପରେ ଏପରି ଦିନ ଆଉ ହୋଇ ନାହିଁ। ସେହି ଦିନ ସଦାପ୍ରଭୁ ମନୁଷ୍ୟର କଥା ଏରୂପେ ଶୁଣିଲେ। କାରଣ ସଦାପ୍ରଭୁ ଇସ୍ରାଏଲ ସପକ୍ଷରେ ଯୁଦ୍ଧ କଲେ।

15 ଏହା ପରେ ଯିହୋଶୂୟ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀ ସହିତ ଗି‌ଲ୍‌ଗଲ୍ ଛାଉଣିକି ଲେଉଟି ଆସିଲେ।

ରୋମୀୟଙ୍କ ପ୍ରତି ପତ୍ର 15:14-24

ପାଉଲ ନିଜ କାର୍ଯ୍ୟ ବିଷୟରେ କହୁଛନ୍ତି

14 ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ। 15 କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖୋଲି ଭାବେ କେତେକ ବିଷୟରେ ଲେଖିଥିଲି। ପରମେଶ୍ୱରଙ୍କଠାରୁ ବିଶେଷ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି। 16 ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।

17 ମୁଁ ଗର୍ବ କରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ରହି ମୁଁ ପରମେଶ୍ୱରଙ୍କ ସେବା କରିଛି। 18 ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି। 19 ସେମାନେ ଆଶ୍ଚର୍ଯ୍ୟକର୍ମ ଓ ଅଦ୍ଦ୍‌‌ଭୂତ ଘଟଣା ମାଧ୍ୟମରେ ପବିତ୍ରଆତ୍ମାଙ୍କର ଶକ୍ତିରେ ପରମେଶ୍ୱରଙ୍କୁ ମାନିଛନ୍ତି। ମୁଁ ଯିରୁଶାଲମଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମୋର ସେହି କାର୍ଯ୍ୟ ସମାପ୍ତ କଲି। 20 ମୁଁ ସେହି ଜାଗାମାନଙ୍କରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠାରେ ଖ୍ରୀଷ୍ଟଙ୍କର ନାମ ମଧ୍ୟ ଲୋକମାନେ ଶୁଣି ନାହାନ୍ତି। ଏପରି କରିବା ଉଲେଖ୍ୟ ଯେ, ଅନ୍ୟ ଲୋକ ଦ୍ୱାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ଯ୍ୟକୁ ଯେପରି ମୁଁ ଆଉଥରେ ନ କରେ। 21 କିନ୍ତୁ ଶାସ୍ତ୍ରରେ ଏହିପରି ଲେଖା ହୋଇଛି:

“ଯେଉଁ ଲୋକମାନଙ୍କୁ ତାହାଙ୍କ ବିଷୟରେ କୁହାଯାଇ ନାହିଁ, ସେମାନେ ତାହାଙ୍କୁ ଦେଖିବେ
    ଓ ଯେଉଁମାନେ ତାହାଙ୍କ ବିଷୟରେ ଶୁଣି ନାହାନ୍ତି, ସେମାନେ ବୁଝିବେ।” (A)

ପାଉଲଙ୍କର ରୋମ ଯିବା ଯୋଜନା

22 ସେଥିପାଇଁ ଅନେକ ଥର ମୋତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆଯାଇଛି।

23 ଏବେ ଏହି ଅଞ୍ଚଳରେ ମୁଁ ମୋର କାର୍ଯ୍ୟ ସମାପ୍ତ କରି ସାରିଛି। ବିଗତ ଅନେକ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି। 24 ଅତଏବ ମୁଁ ଯେତେବେଳେ ସ୍ପେନକୁ ଯିବି, ସେତେବେଳେ ତୁମ୍ଭମାନଙ୍କୁ ଦେଖା କରିବି। ଆଶାକରେ ଯେ ସ୍ପେନକୁ ଯିବାବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ସେଠାରେ ରହିବି ଓ ଆନନ୍ଦ ଉପଭୋଗ କରିବି। ତୁମ୍ଭେମାନେ ମୋତେ ମୋର ଯାତ୍ରାରେ ମଧ୍ୟ ସାହାଯ୍ୟ କରି ପାରିବ।

ମାଥିଉ ଲିଖିତ ସୁସମାଗ୍ଭର 27:1-10

ରାଜ୍ୟପାଳ ପୀଲାତଙ୍କ ଆଗରେ ଯୀଶୁଙ୍କୁ ହାଜର କରାଗଲା(A)

27 ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା’ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।

ଯିହୂଦାଙ୍କ ଆତ୍ମହତ୍ୟା(B)

ଯିହୂଦା ଦେଖିଲା ଯେ, ସେମାନେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ଯିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତ୍ରୁମାନଙ୍କ ହାତରେ ଦେଇ ଦେଇଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନଙ୍କୁ ସେହି ତିରି‌ଶ୍‌ଟି ରୌପ୍ୟମୁଦ୍ରା ଫେରାଇଦେଲୋ। ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।”

ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।”

“ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା’ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା।

ପ୍ରଧାନଯାଜକମାନେ ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଗୋଟାଇ ନେଲେ। ସେମାନେ କହିଲେ, “ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହେବ। କାରଣ ଏ ଟଙ୍କା ଜଣକର ମୃତ୍ୟୁ ପାଇଁ ଦିଆଯାଇଛି।” ବାହାରୁ ଯିରୁଶାଲମକୁ ଭ୍ରମଣରେ ଆସୁଥିବା ଲୋକମାନଙ୍କ ମୃତ୍ୟୁ ହେଲେ ସେମାନଙ୍କୁ ସମାଧି ଦେବା ନିମନ୍ତେ ସେମାନେ ଏ ଟଙ୍କାରେ ‘କୁମ୍ଭାର ଜମି’ ନାମରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ। ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷେତ୍ର ବୋଲି କୁହାଯାଉଛି। ଏଭଳି ଭାବରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ବାଣୀ ସଫଳ ହେଲା। ଯିରିମିୟ କହିଥିଲେ,

“ସେମାନେ ତିରି‌ଶ୍‌ଟି ରୂପାଟଙ୍କା ନେଲେ। ସେତିକି ଟଙ୍କା ଇସ୍ରାଏଲର ଲୋକେ ତାହାଙ୍କର ଜୀବନର ମୂଲ୍ୟସ୍ୱରୂପ ଦେବାକୁ ସ୍ଥିର କରିଥିଲେ। 10 ପ୍ରଭୁ ମୋତେ ଦେଇଥିବା ଆଦେଶ ଅନୁସାରେ ସେମାନେ ସେହି ଟଙ୍କାରେ କୁମ୍ଭାର ଜମି ଖଣ୍ଡିକ କିଣିଲେ।” [a]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center