Book of Common Prayer
ପ୍ରଧାନ ବାଦ୍ୟକର ପାଇଁ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କ ଗୀତ। ପଲେଷ୍ଟୀୟମାନେ ତାହାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ଦାଉଦଙ୍କର ଏକ ମିକ୍ତାମ୍।
56 ହେ ପରମେଶ୍ୱର, ମୋତେ ଦୟା କର।
ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ।
ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।
2 ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ,
ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।
3 ହେ ସର୍ବୋପରିସ୍ଥ ପରମେଶ୍ୱର,
ମୁଁ ଭୀତ ହେବା ସମୟରେ
ତୁମ୍ଭ ଉପରେ ନିର୍ଭର କରେ।
4 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ।
ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ ମୋତେ କ’ଣ କରି ପାରିବେ?
5 ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି।
ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
6 ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି
ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।
7 କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ।
ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ।
8 ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବି।
ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି।
ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।
9 ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ।
ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର।
10 ମୁଁ ପରମେଶ୍ୱରଙ୍କ ବାକ୍ୟର ପ୍ରଶଂସା କରିବି।
ସଦାପ୍ରଭୁ ମୋତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି।
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ ମୋର କ’ଣ କରିବେ!
12 ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି।
ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।
13 କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ,
ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ।
ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ।
ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।
57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
3 ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।
4 ମୋର ଜୀବନ ସଙ୍କଟପୂର୍ଣ୍ଣ।
ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
ସେମାନଙ୍କର ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ।
5 ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
6 ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।
7 ମୋର ହୃଦୟ ସ୍ଥିର ଅଟେ।
ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
8 ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ!
ନେବଲ ଓ ବୀଣା, ଜାଗ୍ରତ ହୁଅ!
ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
9 ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍।
58 ବିଗ୍ଭରକଗଣ! ତୁମ୍ଭେ ନ୍ୟାୟ ଭାବରେ କୁହ କି?
ତୁମ୍ଭେ ଲୋକମାନଙ୍କର ଧର୍ମ ବିଗ୍ଭର କର କି?
2 ନା, ତୁମ୍ଭେ କେବଳ ମନ୍ଦକାର୍ଯ୍ୟ କରିବା ପାଇଁ ଚିନ୍ତା କରୁଛ।
ତୁମ୍ଭେମାନେ ନିଜେ ଏହି ଦେଶରେ ଅପରାଧ କରୁଛି।
3 ସେହି ଦୁଷ୍ଟ ଲୋକମାନେ ଜନ୍ମ ହେବା ମାତ୍ରେ ବିପଥଗାମୀ।
ସେମାନେ ଜନ୍ମଠାରୁ ମିଥ୍ୟାବାଦୀ।
4 ସେମାନଙ୍କର କ୍ରୋଧ ସର୍ପର ବିଷତୁଲ୍ୟ ବିପଦପୂର୍ଣ୍ଣ।
ଆଉ ନାଗସାପ ପରି ଯିଏ ଶୁଣିପାରିବ ନାହିଁ, ସେମାନେ ସତ କଥା ଶୁଣିବାକୁ ବାରଣ କରନ୍ତି।
5 ସାପୁଆକେଳାମାନଙ୍କର ବାଦ୍ୟ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ।
ଆଉ ସେହି ମନ୍ଦ ଲୋକମାନେ ସେହିପରି, ଯେତେବେଳେ ସେମାନେ ସେମାନଙ୍କର ମନ୍ଦ ଯୋଜନା କରନ୍ତି।
6 ହେ ପରମେଶ୍ୱର, ସେହି ଲୋକମାନେ ସିଂହ ପରି।
ତେଣୁ ହେ ପରମେଶ୍ୱର, ସେମାନଙ୍କର ଦାନ୍ତସବୁ ଭାଙ୍ଗି ଦିଅ।
7 ସେମାନେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହୋଇ ଯାଆନ୍ତୁ।
ରାସ୍ତାର ଘାସ ତୁଲ୍ୟ ସେମାନେ ପଦଦଳିତ ହୁଅନ୍ତୁ।
8 ଶାମୁକା ଗତି କଲାବେଳେ ତରଳି ଯିବା ପରି ସେମାନେ ତରଳି ଯାଆନ୍ତୁ।
ସୂର୍ଯ୍ୟାଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
9 ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି
ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।
10 ଜଣେ ଧାର୍ମିକ ଲୋକ ଯେତେବେଳେ
ସେହି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହେବାର ଦେଖେ, ସେ ଆନନ୍ଦିତ ହେବ।
11 ଯେତେବେଳେ ଏପରି ଘଟେ, ଲୋକମାନେ କହିବେ, “ଏଣୁ ଯେଉଁ ଲୋକମାନେ ଯାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି।
ସତରେ ପରମେଶ୍ୱର ଅଛନ୍ତି, ଯିଏ ପୃଥିବୀ ଉପରେ ବିଗ୍ଭର କରନ୍ତି।”
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
64 ହେ ପରମେଶ୍ୱର, ମୋହର ଅଭିଯୋଗ ଶୁଣ।
ମୋ’ ଶତ୍ରୁମାନେ ମୋତେ ଭୟଭୀତ କରିଛନ୍ତି।
ସେମାନଙ୍କଠାରୁ ମୋର ଜୀବନ ରକ୍ଷା କର।
2 ମୋ’ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ ମୋତେ ରକ୍ଷା କର।
ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମୋତେ ଲୁଗ୍ଭଇ ରଖ।
3 ସେମାନେ ସେମାନଙ୍କର ଜିହ୍ୱାକୁ କ୍ଷୁରପରି ଶାଣିତ କରନ୍ତି,
ସେମାନେ ସେମାନଙ୍କର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ୟ ନିକ୍ଷେପ କରନ୍ତି।
4 ହଠାତ୍ ସେମାନଙ୍କର ଲୁଚିବା ସ୍ଥାନରୁ ସେମାନେ ସେମାନଙ୍କର ତୀରଗୁଡ଼ିକ
ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷେପ କରନ୍ତି।
5 ସେମାନେ ଭୁଲ୍ କରିବା ପାଇଁ ପରସ୍ପରକୁ ଉତ୍ସାହିତ କରନ୍ତି।
ସେମାନେ ଏହା କହି ଫାନ୍ଦ ବସାଇବା ବିଷୟରେ କଥାବାର୍ତ୍ତା ହୁଅନ୍ତି, “କେହି ଏଠାରେ ସେମାନଙ୍କୁ ଦେଖି ପାରିବେ ନାହିଁ।”
6 କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ।
ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।”
ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।
7 କିନ୍ତୁ ହଠାତ୍ ପରମେଶ୍ୱର ତାଙ୍କର ‘ତୀର’ ନିକ୍ଷେପ କରିବେ
ଏବଂ ଦୁଷ୍ଟମାନେ ଆଘାତ ହେବେ।
8 ସେମାନଙ୍କ ନିଜ ଜିହ୍ୱା ସେମାନଙ୍କୁ ଧ୍ୱଂସର ବିଷୟ ଆଣିବ।
ସେମାନଙ୍କୁ ଯିଏ ଦେଖିବେ ସେମାନେ ଦୁଃଖରେ ମୁଣ୍ଡ ହଲାଇବେ।
9 ତା’ହେଲେ ପ୍ରତ୍ୟେକ ବ୍ୟକ୍ତି ଭୟଭୀତ ହେବେ।
ସେମାନେ ପରମେଶ୍ୱରଙ୍କର କାର୍ଯ୍ୟ ବିଷୟରେ କହିବେ
ଏବଂ ସେ ଯାହା କରିଛନ୍ତି
ସେମାନେ ତାହା ଶିକ୍ଷା କରିବେ।
10 ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସେବାରେ ଆନନ୍ଦ କରିବେ।
ସେମାନେ ତାହାଙ୍କର ଶରଣାଗତ ହେବେ।
ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପ୍ରଶଂସା କରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ, ଦାଉଦଙ୍କର ଏକ ପ୍ରଶଂସାର ଗୀତ।
65 ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହକ୍ଦାର।
ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
2 ଯିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି,
ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
3 ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ,
ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ।
4 କେତେ ଭାଗ୍ୟବାନ୍ ସେମାନେ,
ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ
ରଖିବା ପାଇଁ ମନୋନୀତ କର।
ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।
5 ହେ ପରମେଶ୍ୱର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା,
ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟ ମାଧ୍ୟମରେ ଉତ୍ତର ଦିଅ
ଓ ଯାହା ଯଥାର୍ଥ ତାହା କର।
ସମଗ୍ର ବିଶ୍ୱର ଲୋକମାନେ ତୁମ୍ଭଠାରେ ବିଶ୍ୱାସ ରଖନ୍ତି।
6 ପରମେଶ୍ୱର, ତୁମ୍ଭେ ମହାଶକ୍ତିର ସହ ପର୍ବତ ତିଆରି କରିଅଛ।
ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।
7 ପରମେଶ୍ୱର “ଅଶାନ୍ତ ସମୁଦ୍ରକୁ” ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର।
ଏପରିକି ଆମ୍ଭ ଚତୁର୍ପାର୍ଶ୍ୱର ଭୟଙ୍କର ଦେଶଗୁଡ଼ିକୁ।
8 ଯେଉଁସବୁ ଅଦ୍ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି।
ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ।
ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
9 ତୁମ୍ଭେ ପୃଥିବୀର ଯତ୍ନ ନିଅ।
ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ।
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର।
ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ।
ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ।
ତୁମ୍ଭେ ପୃଥିବୀର ମାଟିକୁ ନରମ କର।
ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ।
ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି।
ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି।
ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।
16 ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ। 17 ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅଦ୍ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି। 18 ସଦାପ୍ରଭୁ ଆମ୍ଭମାନଙ୍କୁ ସହାୟ ହେଲେ, ସେମାନଙ୍କୁ ପରାସ୍ତ କରିବା ପାଇଁ, ଯେଉଁମାନେ ଏହି ଦେଶରେ ବାସ କରୁଥିଲେ। ସଦାପ୍ରଭୁ ଏହି ଦେଶନିବାସୀ ଇମୋରୀୟମାନଙ୍କୁ ମଧ୍ୟ ପରାସ୍ତ କରିଛନ୍ତି, ଯେଉଁଠାରେ ଆମ୍ଭେ ବର୍ତ୍ତମାନ ବାସ କରୁଅଛୁ। ତେଣୁ ଆମ୍ଭେ ସଦାପ୍ରଭୁଙ୍କୁ ସେବା କରିବା ଉଚିତ୍, ଯେହେତୁ ସେ ହେଉଛନ୍ତି ଆମ୍ଭର ସଦାପ୍ରଭୁ ପରମେଶ୍ୱର।”
19 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହା ସତ୍ୟ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବାକୁ ସକ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ପରମେଶ୍ୱର ପବିତ୍ର। ଅନ୍ୟ ଦେବତାର ସେବା କଲେ ପରମେଶ୍ୱର ତାଙ୍କର ଲୋକମାଲଙ୍କୁ ଘୃଣା କରନ୍ତି। ସଦାପ୍ରଭୁ ତୁମ୍ଭକୁ କ୍ଷମା କରିବେ ନାହିଁ, ଯଦି ତୁମ୍ଭେମାନେ ଏହିପରି ଭାବରେ ତାଙ୍କର ବିରୁଦ୍ଧାଚରଣ କର। 20 ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।”
21 କିନ୍ତୁ ସେହି ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନା, ଆମ୍ଭେମାନେ ସଦାପ୍ରଭୁଙ୍କୁ ହିଁ ସେବା କରିବୁ।”
22 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସେବା ଉପାସନା କରୁଛ ବୋଲି?”
ଲୋକମାନେ ଉତ୍ତର ଦେଇ କହିଲେ, “ହଁ, ଏହା ସତ୍ୟ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ ରହିଲୁ। ଆମ୍ଭେମାନେ ସଦାପ୍ରଭୁଙ୍କର ଉପାସନା କରିବୁ।”
23 ଏହା ପରେ ଯିହୋଶୂୟ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଥିବା ଭଣ୍ତ ଦେବତାମାନଙ୍କୁ ଫୋପାଡ଼ି ଦିଅ ଏବଂ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କର।”
24 ଏହା ପରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କରିବୁ। ଆମ୍ଭେ ସଦାପ୍ରଭୁଙ୍କର ବାକ୍ୟ ମାନି ଚଳିବୁ।”
25 ତେଣୁ ସେହି ଦିନ ଯିହୋଶୂୟ ସେହି ଲୋକମାନଙ୍କ ସହିତ ଏକ ଚୁକ୍ତି କଲେ। ଯିହୋଶୂୟ ଏହି ଚୁକ୍ତିନାମା ଶିଖିମ୍ ସହରରେ କଲେ। ଏହା ସେମାନଙ୍କ ପାଇଁ ଅନୁସରଣ କରିବାର ଏକ ନିୟମ ସ୍ୱରୂପ ହେଲା। 26 ଯିହୋଶୂୟ ଏହାକୁ ଲେଖି ରଖିଲେ, ସଦାପ୍ରଭୁଙ୍କ ନିୟମ ପୁସ୍ତକରେ ଏବଂ ଏକ ବୃହତ୍ତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନବୃକ୍ଷମୂଳେ ସ୍ଥାପନ କଲେ।
27 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରତ୍ୟେକ କଥାକୁ ଏହା ଶୁଣି ଅଛି। ତେଣୁ ଏହା ସାକ୍ଷୀ ହୋଇ ଠିଆ ହେବ, ଯାହା ଫଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବିରୁଦ୍ଧରେ ଯାଅ ନାହିଁ।”
28 ଏହା ପରେ ଯିହୋଶୂୟ ଉପସ୍ଥିତ ସମସ୍ତ ଲୋକମାନଙ୍କୁ ଗୃହକୁ ଫେରିଯିବା ପାଇଁ କହିଲେ। ତେଣୁ ପ୍ରତ୍ୟେକ ଲୋକ ନିଜ ନିଜ ଦେଶକୁ ଫେରିଗଲେ।
ଯିହୋଶୂୟଙ୍କର ମୃତ୍ୟୁ
29 ଏହା ପରେ ନୂନର ପୁତ୍ର, ସଦାପ୍ରଭୁଙ୍କର ସେବକ ଯିହୋଶୂୟଙ୍କର ମୃତ୍ୟୁ ହେଲା। ତାଙ୍କୁ ସେତେବେଳେ 110 ବର୍ଷ ହୋଇଥିଲା। 30 ଏହା ପରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍-ସେରହରେ ତାଙ୍କର ନିଜର ଜମି ମଧ୍ୟରେ ତାଙ୍କୁ କବର ଦେଲେ।
31 ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଉପାସନା କରିଥିଲେ, ତାଙ୍କର ମୃତ୍ୟୁପରେ ମଧ୍ୟ ସେମାନେ ସଦାପ୍ରଭୁଙ୍କର ଉପାସନା କଲେ। ସେମାନଙ୍କର ବୟୋଜ୍ୟେଷ୍ଠଗଣ ବଞ୍ଚିଥିଲା ଯାଏ ସେମାନେ ସଦାପ୍ରଭୁଙ୍କର ଉପାସନା କରିବା ଜାରି ରଖିଲେ। ଏହି ମୂଖିଆମାନେ ଦେଖିଥିଲେ ସଦାପ୍ରଭୁ ଇସ୍ରାଏଲକୁ ଯାହା କରିଥିଲେ।
ଯୋଷେଫଙ୍କର ଗୃହକୁ ପ୍ରତ୍ୟାବର୍ତ୍ତନ
32 ଯେତେବେଳେ ଇସ୍ରାଏଲବାସୀମାନେ ମିଶରକୁ ପରିତ୍ୟାଗ କଲେ। ସେତେବେଳେ ଯୋଷେଫଙ୍କ ଅସ୍ଥିସବୁ ତାଙ୍କ ସହିତ ନେଇ ଆସିଥିଲେ। ତେଣୁ ଲୋକମାନେ ଯୋଷେଫଙ୍କର ସେହି ଅସ୍ଥିକୁ ଶିଖିମଠାରେ କବର ଦେଲେ। ସେମାନେ ତାଙ୍କର ଅସ୍ଥିକୁ ସେହି ଭୂମିରେ କବର ଦେଲେ, ଯେଉଁ ସ୍ଥାନ ଶିଖିମର ପିତା ହାମୋରସନ୍ତାନମାନଙ୍କଠାରୁ କ୍ରୟ କରିଥିଲେ। ଯାକୁବ ସେହି ଭୂମିକୁ ଏକ ଶହ ରୌପ୍ୟ ମୁଦ୍ରାରେ କ୍ରୟ କରିଥିଲେ। ଏହି ଭୂମି ଯୋଷେଫଙ୍କର ସନ୍ତାନମାନଙ୍କ ଅଧିକାରରେ ରହିଲା।
33 ହାରୋଣର ପୁତ୍ର, ଇଲିୟାସର ମଲେ, ଓ ଇଫ୍ରୟିମର ପାର୍ବତ୍ୟମୟ ଦେଶର ଗିବିୟାଠାରେ ତାଙ୍କୁ କବର ଦିଆଗଲା। ତାଙ୍କର ପୁତ୍ର ପୀନହସ୍କୁ ଗିବିୟୋନ ଦିଆଗଲା।
ପାଉଲଙ୍କ କେତେକ ଅନ୍ତିମ କଥା
16 ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି। 2 ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।
3 ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି। 4 ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।
5 ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର।
ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆ [a]ରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ।
6 ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।
7 ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା [b] ଓ ମୋ’ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।
8 ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର। 9 ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର। 10 ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର। 11 ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି। 12 ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।
13 ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର।
14 ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।
15 ଫିଲଲଗ, ଯୁଲିୟା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।
16 ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ।
ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।”
25 ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”
26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା’ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।
ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ଥଟ୍ଟା କଲେ(A)
27 ତା’ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ। 28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। 29 ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା’ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।” 30 ତା’ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ। 31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ।
2010 by World Bible Translation Center