Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 61-62

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।

61 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ।
    ମୋର ପ୍ରାର୍ଥନାରେ ମନୋଯୋଗ କର।
ମୁଁ ଯେତେବେଳେ ଭୟଭୀତ ହୁଏ,
    ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ।
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା
    ନିରାପଦ ସ୍ଥାନକୁ ନେଇଯାଅ।
ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ!
    ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।
ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ।
    ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି।

ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି।
    ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।
ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର।
    ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ।
    ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି
    ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।

ପ୍ରଧାନ ବାଦ୍ୟକର ପାଇଁ ଯିଦୁଥୂନର ରୀତିନୁସାରେ ଦାଉଦଙ୍କର ଗୀତ।

62 ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ।
    ମୋର ପରିତ୍ରାଣ ତାଙ୍କଠାରୁ ଆସେ।
ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି।
    ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ।
    ମୁଁ ଧ୍ୱଂସରୁ ନିରାପଦ ରହିବି।

କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ
    ଓ ହତ୍ୟା କରିବାକୁ ଚେଷ୍ଟା କରିବ?
ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ।
    ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।
ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ
    ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି।
    ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି,
    କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।

ହେ ମୋର ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ୱରଙ୍କୁ ଅପେକ୍ଷା କର।
    କାରଣ ତାଙ୍କଠାରୁ ମୋର ଆଶା ଆସେ।
ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି।
    ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ।
    ମୁଁ ଧ୍ୱଂସରୁ ନିରାପଦ ରହିବି।
ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ।
    ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।
ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର।
    ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ।
    ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ।

ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ।
    ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ।
ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି,
    ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
10 ଦୌରାତ୍ମ୍ୟରେ ଭରସା କର ନାହିଁ।
    ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ,
ଏବଂ ଯଦି ତୁମ୍ଭେ ଧନୀ ହେଲେ
    ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।
11 ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି:
    “ପରମେଶ୍ୱର ବଳବାନ୍ ଅଟନ୍ତି।”

12 ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ।
    ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।

ଗୀତସଂହିତା 68

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ।

68 ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର।
    ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ,
    ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ।
ଯେପରି ନିଆଁରେ ମହମ ତରଳି ଯାଏ,
    ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି
    ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର।
    ପରମେଶ୍ୱରଙ୍କର ପ୍ରଶଂସା ହେଉ।
ଯିଏ ମେଘ ଉପରେ ଆରୋହଣ କରନ୍ତି,
    ତାଙ୍କ ଆଗରେ ଆନନ୍ଦିତ ହୁଅ।
ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ
    ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି,
    ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି।
    କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।

ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ
    ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।
ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର!
    ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ
    ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
10 ତୁମ୍ଭର ଲୋକମାନେ ସେଠାରେ ବାସ କଲେ।
    ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
11 ତୁମ୍ଭର ଲୋକମାନେ ଉତ୍ତମ ଖବର
    ଘୋଷଣା କରିବାକୁ ବାହାରି ଗଲେ।
12 “ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ।
    ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।
13 ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ।
    ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ।
    ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”

14 ପରମେଶ୍ୱର ଯେତେବେଳେ ସଲମୋନା ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ।
    ସେମାନେ ବରଫପାତ ପରି ଛିନ୍ନଛତ୍ର ହେଲେ।
15 ବାଶନ ପର୍ବତ ମହାନ ପର୍ବତ ଅଟେ,
    ଯାହାର ବୃହତ ଶୃଙ୍ଗ ଅଛି।
16 ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ?
    ପରମେଶ୍ୱର ଏହାକୁ ପ୍ରେମ କରନ୍ତି।
    ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
17 ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି।
    ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
18 ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ,
    ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ
ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ।
    ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
    ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।
19 ସଦାପ୍ରଭୁଙ୍କର ପ୍ରଶଂସା କର।
    ପରମେଶ୍ୱର ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି,
    ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।

20 ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି।
    ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।
21 ପରମେଶ୍ୱର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ।
    ସେ ସେମାନଙ୍କର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
22 ମୋର ପ୍ରଭୁ କହିଲେ, “ମୋର ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ୟସାଗରର ଗଭୀରକୁ ପଳାଇ ଯାଇପାରନ୍ତି।
    କିନ୍ତୁ ମୁଁ ସେମାନଙ୍କୁ ଅକ୍ତିଆର କରିବି ଏବଂ ସେମାନଙ୍କୁ ଫେରାଇ ଆଣିବି।
23 ଯାହା ଫଳରେ ତୁମ୍ଭେ ସେମାନଙ୍କ ରକ୍ତରେ ଗ୍ଭଲିପାରିବ।
    ତୁମ୍ଭମାନଙ୍କର କୁକୁରଗୁଡ଼ିକ ସେମାନଙ୍କର ରକ୍ତ ଗ୍ଭଟି ପାରିବେ।”

24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
    ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
    ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
    ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
    ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
    ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।

28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
    ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
    ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” [a] ଦଣ୍ଡ ଦିଅ।
    ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” [b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
    ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
    ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
    ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
    ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।

33 ପରମେଶ୍ୱରଙ୍କ ପାଇଁ ଗାଅ।
    ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
    ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
    ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
    ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
    ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।

ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।

ବିଗ୍ଭରକର୍ତ୍ତାମାନଙ୍କ ବିବରଣ 2:1-5

ବୋଖୀମଠାରେ ସଦାପ୍ରଭୁଙ୍କର ଜଣେ ଦୂତ

ସଦାପ୍ରଭୁଙ୍କର ଦୂତ ଗି‌‌ଲ୍‌‌ଗ‌‌ଲ୍‌‌ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ। କିନ୍ତୁ ଏହାର ପ୍ରତିବଦଳରେ ତୁମ୍ଭେମାନେ ସେହି ଦେଶରେ ଲୋକମାନଙ୍କ ସହିତ କୌଣସି ନିୟମ କରିବା ଉଚିତ୍ ନୁହଁ। ତୁମ୍ଭେମାନେ ସେମାନଙ୍କର ଯଜ୍ଞବେଦି ସବୁ ଭାଙ୍ଗି ପକାଇବ। ମୁଁ ତୁମ୍ଭକୁ କହିଲି, କିନ୍ତୁ ତୁମ୍ଭେମାନେ କର୍ଣ୍ଣପାତ କଲ ନାହିଁ।

“ବର୍ତ୍ତମାନ ମୁଁ ତୁମ୍ଭକୁ ଏହିକଥା କହୁଅଛି, ‘ମୁଁ କେବେ ଅନ୍ୟ ଲୋକମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭର ଏକ ସମସ୍ୟା ହେବେ। ସେମାନେ ତୁମ୍ଭ ପ୍ରତି ଫାନ୍ଦ ସ୍ୱରୂପ ହେବେ ଓ ସେମାନଙ୍କର ଦେବତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ୱରୂପ ହେବେ।’”

ଯେତେବେଳେ ସଦାପ୍ରଭୁଙ୍କ ଦୂତ ଏହିକଥା ଇସ୍ରାଏଲବାସୀଙ୍କୁ କହିଲେ, ସେମାନେ ଉଚ୍ଚସ୍ୱରରେ ରୋଦନ କଲେ। ତେଣୁ ଇସ୍ରାଏଲର ଲୋକମାନେ ସ୍ଥାନର ନାମ ରଖିଲେ ବୋଖୀମ୍। ଏହି ବୋଖୀମଠାରେ ଇସ୍ରାଏଲ ବାସୀମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେଠାରେ ବଳିଦାନ କଲେ।

ବିଗ୍ଭରକର୍ତ୍ତାମାନଙ୍କ ବିବରଣ 2:11-23

11 ଏହା ପରେ ଇସ୍ରାଏଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟ କଲେ। ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ବାଲ୍- ଦେବତାଙ୍କୁ ପୂଜା କଲେ। 12 ସଦାପ୍ରଭୁ ମିଶରରୁ ସେହି ଲୋକମାନଙ୍କୁ ଇସ୍ରାଏଲକୁ ଆଣିଥିଲେ ଏବଂ ସେମାନଙ୍କର ପୂର୍ବପୁରୁଷଗଣ ସଦାପ୍ରଭୁଙ୍କର ସେବା କରୁଥିଲେ। କିନ୍ତୁ ଏହା ପରେ ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ଦେବତାଙ୍କୁ ସେବା କରିବାକୁ ଲାଗିଲେ, ଯେଉଁମାନେ ସେମାନଙ୍କ ଚତୁର୍ପାର୍ଶ୍ୱରେ ରହୁଥିଲେ। ଏହା ସଦାପ୍ରଭୁଙ୍କର କ୍ରୋଧ ଉତ୍ପନ୍ନ କଲା। 13 ଇସ୍ରାଏଲବାସୀମାନେ ସଦାପ୍ରଭୁଙ୍କୁ ତ୍ୟାଗ କଲେ ଏବଂ ମିଥ୍ୟାବାଦୀ ବା‌‌ଲ୍‌‌ଦେବ ଓ ଅଷ୍ଟାରୋତ ଦେବତାଗଣଙ୍କୁ ପୂଜା କରିବାକୁ ଲାଗିଲେ।

14 ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ। 15 ଯେତେବେଳେ ଇସ୍ରାଏଲବାସୀମାନେ ଯୁଦ୍ଧକୁ ବାହାରିଲେ, ସେତେବେଳେ ସେମାନେ ପରାସ୍ତ ହେଲେ। ଯେପରି ସଦାପ୍ରଭୁ ସେମାନଙ୍କ ପାର୍ଶ୍ୱରେ ନ ଥିଲେ। ସେମାନଙ୍କୁ ସଦାପ୍ରଭୁ ସତର୍କ କରାଇ ଦେଲେ ଯଦି ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ଦେବତାମାନଙ୍କୁ ପୂଜା କରନ୍ତି, ତେବେ ସେମାନେ ଯୁଦ୍ଧରେ ହାରିବେ। ଅତଏବ, ଲୋକମାନେ ଅତିଶୟ ଅସୁବିଧା ଭୋଗ କଲେ।

16 ଏହା ପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କୁ ସେମାନଙ୍କ ଉପରେ ନିଯୁକ୍ତି କଲେ। ଏବଂ ସେହି ବିଗ୍ଭରକର୍ତ୍ତାଗଣ, ସେମାନଙ୍କର ଧନସମ୍ପତ୍ତି ଯେଉଁମାନେ ନେଇଥିଲେ, ସେହି ଶତ୍ରୁମାନଙ୍କ ହାତରୁ ସେମାନଙ୍କୁ ଉଦ୍ଧାର କଲେ। 17 କିନ୍ତୁ ଇସ୍ରାଏଲର ଲୋକମାନେ, ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କ କଥାକୁ ଶୁଣିଲେ ନାହିଁ। ମାତ୍ର ସେମାନେ ଅନ୍ୟ ଦେବତାଗଣଙ୍କ ପଛରେ ବେଶ୍ୟାପରି ଗଲେ ଓ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ନାହିଁ, ଯେପରି ସେମାନଙ୍କର ପୂର୍ବପୁରୁଷମାନେ କରୁଥିଲେ, ତାହା ବଦଳରେ ସେମାନେ ସେ ପଥରୁ ଶୀଘ୍ର ବିମୁଖ ହେଲେ।

18 ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କୁ ବାଛିଲେ, ସେ ତାଙ୍କ ସଙ୍ଗରେ ଥିଲେ ଓ ସେ ସେମାନଙ୍କ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ଯ୍ୟନ୍ତ ସେମାନଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ହେଲେ, ଯେତେବେଳେ ସେମାନେ ଦୁଃଖ ଓ ତାଡ଼ନାରେ ଆସକ୍ତ ଥିଲେ। 19 କିନ୍ତୁ ଏହା ପରେ ପ୍ରତ୍ୟେକ ବିଗ୍ଭରକର୍ତ୍ତାଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପୁଣି ଥରେ ଦୁର୍ନୀତିଗ୍ରସ୍ତ ହେଲେ। ସେମାନେ ସେମାନଙ୍କର ପୂର୍ବପୁରୁଷଙ୍କଠାରୁ ଅତି ମନ୍ଦ ବ୍ୟବହାର କଲେ। ସେମାନେ ମିଥ୍ୟାବାଦୀ ଦେବତାଙ୍କୁ ଅନୁସରଣ କଲେ ଓ ପୂଜା ଆରାଧନା କଲେ। ସେମାନେ ସେମାନଙ୍କର ମନ୍ଦ ବିଗ୍ଭର କିମ୍ବା ସେମାନଙ୍କର ଜି‌ଦ୍‌ଖୋର୍ ବଦଳାଇଲେ ନାହିଁ।

20 ତେଣୁ ସଦାପ୍ରଭୁ ଇସ୍ରାଏଲବାସୀମାନଙ୍କ ଉପରେ କ୍ଷୁବ୍ଧ ହେଲେ। ଏବଂ ସେ କହିଲେ, “ମୁଁ ଯେଉଁ ନିୟମ ତାଙ୍କ ପୂର୍ବପୁରୁଷଙ୍କ ସହିତ କରିଥିଲି, ଏହି ଜାତି ତାହା ଉଲଙ୍ଘନ କରିଛି। ସେମାନେ ମୋର କଥା ଶୁଣିଲେ ନାହିଁ। 21 ତେଣୁ ଯିହୋଶୂୟଙ୍କ ମରଣ କାଳରେ ଅବଶିଷ୍ଠ ଭୂମିକୁ ମୁଁ ଆଉ କେବେ କୌଣସି ଦେଶକୁ ତଡ଼ିବି ନାହିଁ। 22 ମୁଁ ଏହି ଜାତି ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବି, ଦେଖ, ଯଦି, ସେମାନେ ସଦାପ୍ରଭୁଙ୍କ ଆଜ୍ଞା ମାନିବେ, ଯେମିତି ତାଙ୍କର ପୂର୍ବପୁରୁଷମାନେ କରିଥିଲେ।” 23 ତେଣୁ ସଦାପ୍ରଭୁ ସେହି ଜାତିକୁ ଭୂମିରେ ରହିବା ପାଇଁ ଅନୁମତି ଦେଲେ। ସେ ସେମାନଙ୍କୁ ଜବରଦସ୍ତ ଶୀଘ୍ର ଦେଶ ପରିତ୍ୟାଗ କରାଇଲେ ନାହିଁ, ଅଥବା ଯିହୋଶୂୟଙ୍କ ହସ୍ତରେ ସମର୍ପଣ କଲେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 16:17-27

17 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି। 18 ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି। 19 ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।

20 ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ।

ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

21 ମୋର ସହକାରୀ ତୀମଥି ଓ ମୋର ସ୍ୱଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

22 ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ [a] ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।

23 ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। 24 [b]

25 ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା। 26 ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ। 27 ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।

ମାଥିଉ ଲିଖିତ ସୁସମାଗ୍ଭର 27:32-44

ଯୀଶୁଙ୍କୁ କ୍ରୁଶରେ ହତ୍ୟା କରାଗଲା(A)

32 ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ। 33 ସେମାନେ ଗ‌‌‌ଲ୍‌ଗଥା ନାମକ ସ୍ଥାନରେ (‘‘ଯାହାର ଅର୍ଥ କପାଳସ୍ଥାନ’’) ପହଞ୍ଚିଲେ। 34 ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ।

35 ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ। 36 ତା’ପରେ ସୈନ୍ୟମାନେ ସେଠାରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ। 37 ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ ଏ ଯିହୂଦୀମାନଙ୍କର ରାଜା ଯୀଶୁ।”

38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ। 39 ସେହି ପାଖଦେଇ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସେମାନେ ସେମମାନଙ୍କ ମୁଣ୍ଡ ହଲେଇ କହୁଥିଲେ, 40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।”

41 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ। 42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ। 43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ 44 ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center