Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।
69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
2 ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
କେବଳ ମୁଁ ବୁଡ଼ିଯିବା ଉପରେ।
3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
4 ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ।
ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି।
ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି।
ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି।
ସେମାନେ ମିଛରେ ମୋତେ ଗ୍ଭେର କହିଲେ
ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
5 ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ।
ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
6 ହେ ମୋର ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେମାନଙ୍କୁ ମୋ’ ପାଇଁ ଲଜ୍ଜିତ ହେବାକୁ ଅନୁମତି ଦିଅ ନାହିଁ।
ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଉପାସକମାନେ ମୋ’ ପାଇଁ ଅପମାନିତ ନ ହୁଅନ୍ତୁ।
7 ମୋର ମୁହଁ ଲଜ୍ଜାରେ ନଇଁ ପଡ଼ୁଛି।
ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ୟ କରିଛି।
8 ମୋ’ ନିଜ ଭାଇମାନେ ମୋ’ ସହିତ ଅଚିହ୍ନା ଲୋକ ପରି ବ୍ୟବହାର କଲେ।
ମୋର ମାଙ୍କର ପୁଅମାନେ ମୋତେ ବିଦେଶୀ ପରି ବ୍ୟବହାର କଲେ।
9 ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି।
ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ।
10 ମୁଁ କାନ୍ଦେ ଏବଂ ଉପବାସ କରେ,
ଏଥିପାଇଁ ଲୋକମାନେ ମୋର ଉପହାସ କରନ୍ତି।
11 ମୁଁ ଶୋକରେ ଚଟବସ୍ତ୍ର ପରିଧାନ କରେ
ଏବଂ ଲୋକମାନେ ମୋତେ ପରିହାସ କରନ୍ତି।
12 ସେମାନେ, ସର୍ବସାଧାରଣ ସ୍ଥାନରେ ମୋର ଚର୍ଚ୍ଚା କରୁଛନ୍ତି
ଏବଂ ମଦୁଆମାନେ ମୋ’ ବିଷୟରେ ତାଚ୍ଛଲ୍ୟଭରା ଗୀତ ଗାଉଛନ୍ତି।
13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ
ତୁମ୍ଭେ ମୋତେ ଗ୍ରହଣ କରିନିଅ।
ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ।
ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
14 ମୋତେ ପଙ୍କ ସ୍ଥାନରୁ ବଞ୍ଚାଅ।
ମୋତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ।
ଯେଉଁମାନେ ମୋତେ ଘୃଣା କରନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
ମୋତେ ଏହି ଗଭୀର ପାଣିରୁ ବଞ୍ଚାଅ।
15 ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ।
ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ।
କବର ମୋତେ ଗିଳି ନ ଦେଉ।
16 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ।
ତେଣୁ ମୋତେ ଉତ୍ତର ଦିଅ।
ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।
17 ତୁମ୍ଭର ଦାସପ୍ରତି ମୁହଁ ଫେରାଅ ନାହିଁ।
ମୁଁ ବିପଦରେ ପଡ଼ିଛି, ମୋତେ ଶୀଘ୍ର ଉତ୍ତର ଦିଅ।
18 ଆସ ମୋର ପ୍ରାଣ ରକ୍ଷା କର,
ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।
19 ତୁମ୍ଭେ ଜାଣ ମୋର ଶତ୍ରୁମାନେ ମୋତେ ନିନ୍ଦା
ଓ ଅପମାନିତ କରିଛନ୍ତି।
ସେମାନେ ମୋ’ ସହିତ ଏହା କରିବାର ତୁମ୍ଭେ ଦେଖିଛ।
20 ଲଜ୍ଜା ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦେଇଛି।
କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ୟୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡାକିଲି,
କେହି ସହାନୁଭୂତି ଦେଖାଇଲେ ନାହିଁ।
ମୁଁ ଲୋକମାନଙ୍କୁ ଖୋଜିଲି,
କିନ୍ତୁ ଯେଉଁମାନେ ମୋତେ ସାନ୍ତ୍ୱନା ଦେଇ ପାରିବେ,
କେହି ସହାନୁଭୂତି ଦେଖାଇଲେ ନାହିଁ।
21 ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ
ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।
22 ସେମାନଙ୍କର ମେଜ ଖାଦ୍ୟରେ ପୂର୍ଣ୍ଣ ଥିଲା।
ସେମାନେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ଯେ, ମୁଁ ଆଶଙ୍କା କଲି ସେହି ଖାଦ୍ୟ ସେମାନଙ୍କୁ ନଷ୍ଟ କରିବ।
23 ସେମାନେ ଅନ୍ଧ ହୁଅନ୍ତୁ।
ସେମାନଙ୍କ ଅଣ୍ଟା ନଇଁ ଯାଉ।
24 ସେମାନଙ୍କ ଉପରେ ତୁମ୍ଭର ବଡ଼ କ୍ରୋଧ ଢାଳି ଦିଅ।
ତୁମ୍ଭର କ୍ରୋଧ ସେମାନଙ୍କୁ ଗ୍ରାସ କରୁ।
25 ସେମାନଙ୍କର ଗୃହଗୁଡ଼ିକୁ ଶୂନ୍ୟ କର।
କେହି ଜୀବିତ ନ ରୁହନ୍ତୁ।
26 ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସେମାନେ ଯାତନା ଦିଅନ୍ତି।
ସେମାନେ ଯନ୍ତ୍ରଣା ବିଷୟରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।
27 ସେମାନେ କରିଥିବା ମନ୍ଦକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡ ଦିଅ।
ତୁମ୍ଭର ଦୟା ପରାୟଣତା ତାଙ୍କୁ ଦେଖାଅ ନାହିଁ।
28 ଜୀବନ-ପୁସ୍ତକରୁ ସେମାନଙ୍କର ନାମ ପୋଛି ଦିଅ
ଓ ସେମାନଙ୍କ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
29 ମୁଁ ଦୁଃଖୀ ଓ ଶୋକାକୁଳ ଅଟେ।
ହେ ପରମେଶ୍ୱର, ମୋତେ ଉଦ୍ଧାର କର।
ମୋତେ ରକ୍ଷା କର।
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36 ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
ତୃତୀୟ ପୁସ୍ତକ
(ଗୀତସଂହିତା 73-89)
ଆସଫର ପ୍ରଶଂସା ଜନିତ ପ୍ରାର୍ଥନା।
73 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
ମୋର ବିଶ୍ୱାସ ପ୍ରାୟ ହରାଇଲି।
3 ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି,
ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
4 ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
7 ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।
ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
8 ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି।
ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି।
ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
9 ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି।
ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”
12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି।
ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।
15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି।
କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି,
କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
17 ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି
ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
18 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ।
ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
19 ହଠାତ୍ ସେମାନେ ଧ୍ୱଂସରେ ପଡ଼ିଯା’ନ୍ତି।
ସେମାନେ ଭୟଙ୍କର ଘଟଣାରେ ଲୋପ ପାଇଲେ।
20 ହେ ସଦାପ୍ରଭୁ, ସେହି ଲୋକମାନେ ରାତ୍ରିର ସ୍ୱପ୍ନ ପରି,
ଯାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ।
ତୁମ୍ଭେ ଏପରି ଲୋକଙ୍କୁ ସ୍ୱପ୍ନରେ ଦେଖିଥିବା
ରାକ୍ଷସ ପରି ଅଦୃଶ୍ୟ କରିଦିଅ।
21-22 ମୁଁ ନିର୍ବୋଧ ଥିଲି,
ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି।
ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି
ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି।
ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
24 ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ।
ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ।
ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ,
କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ
ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
27 ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ।
ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
28 ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ।
ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ।
ହେ ପରମେଶ୍ୱର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।
ଦବୋରାର ସଙ୍ଗୀତ
5 ଇସ୍ରାଏଲ ସନ୍ତାନଗଣ ଯେଉଁ ଦିନ ସୀଷରାକୁ ପରାସ୍ତ କଲେ। ସେହି ଦିନ ଦବୋରା ଓ ବାରକ୍ ଅବୀନୋୟମର ପୁତ୍ର ଏହି ସଙ୍ଗୀତ ଗାନ କଲେ।
2 “ଇସ୍ରାଏଲର ପୁରୁଷମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ।
ସେମାନେ ସୂତଃସ୍ପୁର୍ତ୍ତ ଭାବରେ ନିଜକୁ ଯୁଦ୍ଧ ପାଇଁ ଉତ୍ସର୍ଗ କଲେ।
ଏଥିପାଇଁ ତୁମେ ସଦାପ୍ରଭୁଙ୍କର ଧନ୍ୟବାଦ କର।
3 “ହେ, ରାଜଗଣ ଶୁଣ,
ହେ ଭୂପତି ଗଣ କର୍ଣ୍ଣ ଡେର।
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
ମୁଁ ସଦାପ୍ରଭୁଙ୍କର ସଙ୍ଗୀତ ରଚନା କରିବି।
ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର
ପ୍ରଶଂସା ଗାନ କରିବି।
4 “ହେ ସଦାପ୍ରଭୁ, ତୁମ୍ଭେ ପ୍ରଥମେ ସେୟୀରରୁ ବାହାରିଲା ବେଳେ,
ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କଲାବେଳେ ପୃଥିବୀ କମ୍ପିଲା।
ଆକାଶ ବିନ୍ଦୁ ପାତ କଲା
ମେଘମାଳା ଜଳପାତ କଲା।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲା।
ସୀନୟ ପର୍ବତ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ କମ୍ପନ କଲା!
6 “ଅନାତ୍ର ପୁତ୍ର ଶମ୍ଗର ସମୟରେ
ଏବଂ ଯାୟେଲ ସମୟରେ ମୁଖ୍ୟ ରାସ୍ତାଗୁଡ଼ିକ ଜନଶୂନ୍ୟ ହେଲା।
ବେପାରୀମାନେ ଓ ପଥଗ୍ଭରିମାନେ ବକ୍ର ଉପପଥ ଦେଇ ଗମନ କଲେ।
7 “ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତାଗଣ ଶୂନ୍ୟ ଥିଲେ।
ମୁଁ ଦବୋରା ଇସ୍ରାଏଲରେ ମାତୃତୁଲ୍ୟ ଉତ୍ପନ୍ନ ନ କରିବା ପର୍ଯ୍ୟନ୍ତ
ସେମାନେ ଶୂନ୍ୟ ଥିଲେ ।
8 “ପରମେଶ୍ୱର ନୂତନ ନେତାମାନଙ୍କୁ
ନଗର ଦ୍ୱାରରେ ଯୁଦ୍ଧ କରିବାକୁ ମନୋନୀତ କଲେ।
ସମଗ୍ର ଇସ୍ରାଏଲର 40,000 ମଧ୍ୟରେ
ଏକ ବର୍ଚ୍ଛା ବା ଢାଲ ଦେଖାଗଲା ନାହିଁ।
9 “ମୋର ହୃଦୟ ଇସ୍ରାଏଲର ଆଦେଶକର୍ତ୍ତାଙ୍କଠାରେ ଅଛି,
ଯିଏ ଯୁଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ,
ସଦାପ୍ରଭୁଙ୍କର ଧନ୍ୟବାଦ କର!
10 “ହେ ଶ୍ୱେତଗର୍ଦ୍ଦଭୀ-ଆରୋହୀମାନେ,
ହେ ଗାଲିଗ୍ଭରେ ବସିବା ଲୋକମାନେ,
ହେ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ,
ଜଳକଢ଼ା ସ୍ଥଳମାନଙ୍କରେ ଲୋକମାନେ ସଦାପ୍ରଭୁଙ୍କର ଧର୍ମକ୍ରିୟା
ଓ ଇସ୍ରାଏଲ ମଧ୍ୟରେ ତାଙ୍କ ଶାସନ ସମ୍ବନ୍ଧୀୟ
ଧର୍ମକ୍ରିୟା ସଂକୀର୍ତ୍ତନ କରିବେ।
ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ
ନଗରଦ୍ୱାରକୁ ଓହ୍ଲାଇ ଆସିଲେ।
12 “ଜାଗ, ଜାଗ, ଦବୋରା!
ଜାଗ, ଜାଗ, ଗାନ କର!
ଜାଗ ବାରକ୍!
ଯାଅ ଏବଂ ତୁମ୍ଭର ଶତ୍ରୁମାନଙ୍କୁ ବନ୍ଦୀକର, ଅବୀନୋୟମର ପୁତ୍ର!
13 “ତା’ପରେ ବଞ୍ଚି ରହି ଯାଇଥିବା ବ୍ୟକ୍ତିମାନେ ଶକ୍ତିଶାଳୀ ଲୋକମାନଙ୍କ ଉପରେ ବିଜୟୀ ହେଲେ,
ସଦାପ୍ରଭୁଙ୍କର ଲୋକମାନେ ଶକ୍ତିମାନ ଲୋକମାନଙ୍କ ଉପରେ ବିଜୟୀ ହେଲେ।
14 “ଇଫ୍ରୟିମର ସନ୍ତାନଗଣ ଆସିଲେ।
ଅମାଲେକ ପର୍ବତମାଳାରୁ ତୁମ୍ଭ ପଛେ ବିନ୍ୟାମୀନ ଥିଲେ
ତୁମ୍ଭ ଲୋକମାନେ ମଧ୍ୟ ମାଖୀରଠାରୁ ଶାସନକର୍ତ୍ତାମାନେ
ସବୁଲୂନ୍ ପରିବାରବର୍ଗଠାରୁ ସୈନ୍ୟଗଣନାକାରୀ ଦଣ୍ତାଧାରମାନେ ଓହ୍ଲାଇ ଆସିଲେ।
15 ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗରେ ଥିଲେ।
ଇଷାଖର ଯେମିତି ବାରକ୍ ମଧ୍ୟ ସେମିତି ଥିଲା।
ସେମାନେ ତଳ ଭୂମିଆଡ଼େ ମାଡ଼ିଗଲେ।
“ରୁବେନ୍ର ସ୍ରୋତସମୂହ ଗୁରୁତର ମନୋଭାବନା ହେଲା।
16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ?
ମେଷପଲ ମଧ୍ୟ ବଂଶୀନାଦ ଶୁଣିବାକୁ,
କିଅବା ରୁବେନ୍ର ସମୂହରେ ସ୍ରୋତ ମନୋଭାବନା ହେଲା ଗୁରୁତର!
17 ଗିଲିୟଦ ଲୋକମାନେ ଯର୍ଦ୍ଦନ ନଦୀ ସେପାରିରେ ସେମାନଙ୍କ ଛାଉଣିରେ ବାସ କଲେ।
ଆଉ ଦାନ ଜାହାଜଗୁଡ଼ିକରେ କାହିଁକି ରହିଲା?
ଆଶେର ସମୁଦ୍ର ତୀରେ ବସି ରହିଥିଲା।
ସେ ନିଜ ବନ୍ଦର ନିକଟରେ ବାସକଲା।
18 “ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରଣାମକାରୀ ଲୋକ ହେଲା।
ଉଚ୍ଚସ୍ଥାନ ନପ୍ତାଲି କ୍ଷେତ୍ରରେ ପ୍ରାଣପଣ କଲା।
ପବିତ୍ରଆତ୍ମାଙ୍କର ଆଗମନ
2 ଯେତେବେଳେ ପେଣ୍ଟିକଷ୍ଟ [a] ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। 2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। 3 ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। 4 ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।
5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। 6 ଏହି ଶବ୍ଦ ଶୁଣିବା ମାତ୍ରେ ସେମାନଙ୍କ ଭିତରୁ ବହୁତ ଲୋକ ଆସି ଜମା ହୋଇଗଲେ। ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ସେମାନେ ନିଜେ ଯେଉଁ ଭାଷାରେ କଥା ହେଉଥିଲେ, ପ୍ରେରିତମାନେ ସେହି ସେହି ଭାଷାରେ କଥା ହେଉଥିବାର ଶୁଣିଲେ।
7 ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? 8 କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ! 9 ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ, 10 ଏବଂ ଯିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ। 11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”
12 ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?” 13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”
ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ
14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। 15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। 16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:
17 “ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ
ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି।
ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟଦ୍ବାଣୀ କହି ପାରିବେ।
ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ
ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି,
ସେମାନେ ଭବିଷ୍ୟଦ୍ବାଣୀ କହିବେ।
19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ
ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ,
ଧୂଆଁର ଚିହ୍ନମାନ ଦେଖାଇବି।
20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ
ସୂର୍ଯ୍ୟ ଅନ୍ଧକାରମୟ
ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’(A)
ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ(A)
28 ବିଶ୍ରାମ ଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।
2 ସେତିକିବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସ୍ୱର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାର ପାଖରୁ ପଥରଟି ଗଡ଼େଇ ବାହାର କରିଦେଲେ। ସେ ପଥର ଉପରେ ବସିଲେ। 3 ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା। 4 କବରକୁ ଜଗି ରହିଥିବା ସୈନ୍ୟମାନେ ସ୍ୱର୍ଗଦୂତଙ୍କୁ ଦେଖି ଡରିଗଲେ। ସେମାନେ ଭୟରେ ଥରିବାକୁ ଲାଗିଲେ। ସେମାନେ ମୃତ ପ୍ରାୟ ହୋଇଗଲେ।
5 ସ୍ୱର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, “ଭୟ କର ନାହିଁ। ଯେଉଁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଛି, ତୁମ୍ଭେ ତାହାଙ୍କୁ ଖୋଜୁଥିବା କଥା ମୁଁ ଜାଣିଛି। 6 କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ। 7 ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଜଣାଅ, ‘ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସେଠାରେ ଥିବେ। ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।’’’ ତା’ପରେ ସ୍ୱର୍ଗଦୂତ ଆଉ ଥରେ କହିଲେ, “ଏହିସବୁ କଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।”
8 ତେଣୁ ସେହି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ। 9 ହଠାତ୍ ସେମାନେ ଦେଖିଲେ, ଯୀଶୁ ତାହାଙ୍କ ଆଗରେ ଠିଆ ହୋଇଛନ୍ତି। ସେ କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ!” ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ। 10 ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ ଯାଇ ମୋ’ ଭାଇମାନଙ୍କୁ କୁହ ଯେ, ସେମାନେ ଗାଲିଲୀ ଯାଆନ୍ତୁ। ସେମାନେ ମୋତେ ସେହିଠାରେ ଦେଖିବେ।”
2010 by World Bible Translation Center