Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
8 ତୁମ୍ଭେ ମିଶରରୁ ଗୋଟିଏ
“ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
“ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।
77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
କିନ୍ତୁ ମୁଁ ପାରୁ ନାହିଁ।
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
5 ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
ମୁଁ ଚିନ୍ତା କରେ।
6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
8 ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
9 ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”
10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।
16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
ବିଜୁଳି ଜଗତକୁ ଆଲୋକମୟ କଲା।
ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
ଗିଦିୟୋନ ବାଲ୍ଦେବତାଙ୍କ ଯଜ୍ଞବେଦି ଭାଙ୍ଗିଲେ
25 ସେହି ରାତ୍ରିରେ ସଦାପ୍ରଭୁ ଗିଦିୟୋନକୁ କହିଲେ, “ତୁମ୍ଭ ପିତାଙ୍କର ଏକ ଷଣ୍ଢ, ଯାହାକୁ ସାତ ବର୍ଷ ହୋଇଛି ତାକୁ ନିଅ। ତୁମ୍ଭ ପିତାଙ୍କର ବାଲ୍ଦେବତା ନିମନ୍ତେ ଥିବା ଯଜ୍ଞବେଦି ଭାଙ୍ଗି ପକାଅ। ସେହି ବେଦି ନିକଟରେ ଥିବା ଆଶେରାର ମୂର୍ତ୍ତିକୁ କାଟି ପକାଅ। 26 ଏହା ପରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ଯଥାର୍ଥ ପ୍ରକାର ଯଜ୍ଞବେଦି ନିର୍ମାଣ କର। ଏହି ଯଜ୍ଞବେଦିକୁ ଉଚ୍ଚସ୍ଥାନରେ ନିର୍ମାଣ କର। ସେହି ଷଣ୍ଢଟିକୁ ହୋମବଳିରୂପେ ସେହି ଯଜ୍ଞବେଦି ଉପରେ ଉତ୍ସର୍ଗ କର, ତୁମ୍ଭମାନଙ୍କର ହୋମବଳି ଦଗ୍ଧ କରିବା ପାଇଁ ସେହି ଯଜ୍ଞବେଦି ନିକଟରେ ଥିବା ଆଶେରା ସ୍ତମ୍ଭର କାଠକୁ ବ୍ୟବହାର କର।”
27 ତେଣୁ ଗିଦିୟୋନ ତାଙ୍କର ସେବକଙ୍କ ମଧ୍ୟରୁ ଦଶ ଜଣଙ୍କୁ ନେଲେ, ଏବଂ ସଦାପ୍ରଭୁ ଯେପରି କରିବାକୁ କହିଥିଲେ, ସେହିପରି କଲେ। କିନ୍ତୁ ଗିଦିୟୋନ ତାଙ୍କର ପରିବାର ଓ ସହର ଲୋକମାନଙ୍କ ଭୟରେ ଏହି କାର୍ଯ୍ୟ ଦିନରେ ନ କରି ରାତ୍ରି ସମୟରେ କଲେ।
28 ତା’ ପରଦିନ ପ୍ରଭାତରେ ସହରର ଲୋକମାନେ ଦେଖିଲେ ବାଲ୍ଦେବତାଙ୍କ ପାଇଁ ହୋଇଥିବା ଯଜ୍ଞବେଦି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇ ଯାଇଛି। ଏବଂ ସେମାନେ ଦେଖିଲେ ଆଶେରା ସ୍ତମ୍ଭ ମଧ୍ୟ କଟାଯାଇଛି। ଏବଂ ସେମାନେ ମଧ୍ୟ ନିରୀକ୍ଷଣ କଲେ ଯେ, ବୋହିନେବା ନିର୍ମିତ ଯଜ୍ଞବେଦି ଉପରେ ଏକ ଷଣ୍ଢ ଉତ୍ସର୍ଗ କରାଯାଇଥିଲା।
29 ସହରର ଲୋକମାନେ ପରସ୍ପର କୁହାକୁହି ହେଲେ। “କିଏ ଏହା କରିଛି? ସମସ୍ତେ ଖୋଜିବା ଓ ତଦନ୍ତ ନେବା ପରେ,”
କେହି ଜଣେ ତାଙ୍କୁ କହିଲେ, “ଯୋୟାଶର ପୁତ୍ର ଗିଦିୟୋନ ଏପରି କରିଛି।”
30 ତେଣୁ ସହରର ସମସ୍ତ ଲୋକ ଯୋୟାଶ ନିକଟକୁ ଗଲେ ଏବଂ ତାକୁ କହିଲେ। “ତୋର ପୁଅକୁ ବାହାର କର, ସେ ବାଲ୍-ଦେବତାର ଯଜ୍ଞବେଦିକୁ ଧ୍ୱଂସ କରିଛି ଏବଂ ଆଶେର ସ୍ତମ୍ଭକୁ କାଟି ପକାଇଛି ଯାହାକି ଯଜ୍ଞବେଦି ନିକଟରେ ଥିଲା। ସେଥିପାଇଁ ତୁମ୍ଭର ପୁଅ ନିଶ୍ଚିତ ମରିବ।”
31 ଏହା ପରେ ଯୋୟାଶ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିବା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ କ’ଣ ବାଲ୍କୁ ପ୍ରତିରକ୍ଷା କରିବ? ତୁମ୍ଭେ ତାଙ୍କୁ ରକ୍ଷା କରିବ କି? ଯିଏ ବାଲ୍ ସକାଶେ ଯୁକ୍ତି କରେ, ସକାଳେ ତାକୁ ମୃତ୍ୟୁ ଦଣ୍ତ ଦିଆଯିବ। ଯଦି ବାଲ୍ଦେବତା ଅଟେ, ସେ ନିଜେ ତାଙ୍କର ପ୍ରତିରକ୍ଷା କରୁ, ଯିଏ ତା’ର ଯଜ୍ଞବେଦି ଭାଙ୍ଗି ଅଛି।” 32 ଯୋୟାଶ କହିଲେ, “ଯଦି ଗିଦିୟୋନ ତା’ର ଯଜ୍ଞବେଦି ଭାଙ୍ଗିଛି ତେବେ, ବାଲ୍ ତାକୁ ନ୍ୟାୟାଳୟକୁ ନେଇଯାଉ।” ତେଣୁ ସେହି ଦିନ ଯୋୟାଶ ଗିଦିୟୋନର ଏକ ନୂତନ ନାମ, ଯିରୁବ୍ବାଲ୍ ରଖିଲେ।
ମିଦିୟନୀୟ ଲୋକମାନଙ୍କୁ ଗିଦିୟୋନମାନେ ପରାସ୍ତ କଲେ
33 ମିଦିୟନୀୟ, ଅମାଲେକୀୟ ଓ ପୂର୍ବ ଦେଶୀୟ ଲୋକମାନେ ନିଜକୁ ଏକତ୍ରିତ କରାଇଲେ। ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେହି ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିଷ୍ରିୟେଲର ତଳ ଭୂମିରେ ଛାଉଣି ସ୍ଥାପନ କଲେ। 34 ଯେହେତୁ ସଦାପ୍ରଭୁଙ୍କର ଆତ୍ମା ଗିଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲେ, ଅବୀୟେଷ୍ରୀୟର ଲୋକମାନେ ନିବିଡ଼ ଭାବରେ ତାକୁ ଅନୁସରଣ କଲେ। 35 ଗିଦିୟୋନ ମନଃଶି ପରିବାରବର୍ଗର ଲୋକମାନଙ୍କ ପାଖକୁ ଦୂତ ପଠାଇଲେ। ସେହି ଦୂତମାନେ ସେମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଆଶେର, ସବୂଲୂନ ଏବଂ ନପ୍ତାଲି ପରିବାରବର୍ଗର ଲୋକମାନଙ୍କ ନିକଟକୁ ସେହି ବାର୍ତ୍ତା ପଠାଗଲା। ତେଣୁ ସେହିସବୁ ପରିବାରବର୍ଗମାନେ ମଧ୍ୟ ଗିଦିୟୋନ ଓ ତାଙ୍କର ଲୋକମାନଙ୍କ ସହିତ ଯୋଗଦେବାକୁ ଗଲେ।
36 ଗିଦିୟୋନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କହିଥିଲ, ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ। ଏହାର ସତ୍ୟତା ଦେଖାଅ। 37 ମୁଁ ଖଳାରେ ମେଷଚମଡ଼ା ପକାଇବି ଯଦି ଖଳାରେ ପଡ଼ିଥିବା ଚମଡ଼ା ଉପରେ କେବଳ କାକର ପଡ଼ିବ ଏବଂ ଭୂମି ଶୁଷ୍କ ରହିବ, ତେବେ ମୁଁ ଜାଣିବି ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ରକ୍ଷା କରୁଛ,।”
38 ଏବଂ ତାହା ଠିକ୍ ସେହିପରି ହିଁ ଘଟିଥିଲା। ଗିଦିୟୋନ ତା’ ପରଦିନ ପ୍ରଭାତରେ ଉଠି ସେହି ଚମଡ଼ାକୁ ଏକତ୍ର ଚିପୁଡ଼ନ୍ତେ ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
39 ଏହା ପରେ ଗିଦିୟୋନ ପରମେଶ୍ୱରଙ୍କୁ କହିଲେ, “ମୋ’ ଉପରେ କ୍ରୋଧିତ ହୁଅ ନାହିଁ। ମୋତେ କେବଳ ଆଉ ଗୋଟିଏ କଥା ପଗ୍ଭରିବାକୁ ଅନୁମତି ଦିଅ। ଏହି ଚମଡ଼ାଦ୍ୱାରା ମୋତେ ତୁମ୍ଭକୁ ପରୀକ୍ଷା କରିବାକୁ ଦିଅ। ଚମଡ଼ାଟି ଶୁଖିଯାଉ ଏବଂ ତା’ର ଗ୍ଭରିପାଖରେ ଥିବା ଭୂମି କାକରରେ ଓଦା ଦେଉ।”
40 ସେହି ରାତ୍ରିରେ ପରମେଶ୍ୱର ଠିକ୍ ସେହିପରି କଲେ, ଚମଡ଼ାଟି ଶୁଷ୍କ ହୋଇଗଲା କିନ୍ତୁ ଭୂମିର ଚତୁର୍ପାର୍ଶ୍ୱ କାକର ଦ୍ୱାରା ଓଦା ରହିଲା।
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”
38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। 39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”
40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” 41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ। 43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା। 44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। 45 ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ। 46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। 47 ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।
ଯୀଶୁଙ୍କର ଜଗତରେ ଆବିର୍ଭାବ
1 ଜଗତ ଆରମ୍ଭର ପୂର୍ବରୁ ବାକ୍ୟ [a] ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। 2 ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ। 3 ତାହାଙ୍କ [b] ଦ୍ୱାରା ସବୁକିଛି ସୃଷ୍ଟି ହୋଇଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। 4 ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା। 5 ସେହି ଆଲୋକ ଅନ୍ଧକାରରେ ଆଲୋକିତ ହୁଏ। କିନ୍ତୁ ଅନ୍ଧକାର ଆଲୋକକୁ ଲୋପ କରି ପାରି ନାହିଁ।
6 ଯୋହନ [c] ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ। 7 ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟରେ ଶୁଣିପାରିଲେ ଓ ବିଶ୍ୱାସ କରି ପାରିଲେ। 8 ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। 9 ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
10 ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ, 12 ଯେଉଁ ଅଳ୍ପ କେତେକ ଲୋକ ତାହାଙ୍କୁ ଗ୍ରହଣ କଲେ, ସେମାନେ ତାହାଙ୍କ ଉପରେ ବିଶ୍ୱାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କଲେ, ସେ ସେମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ପ୍ରଦାନ କଲେ, 13 ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସେମାନେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନ କରି ପରମେଶ୍ୱରଙ୍କଠାରୁ ଜନ୍ମ ହୋଇଥିଲେ।
14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସେହି ବାକ୍ୟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। 15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ। ସେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ଠାରୁ ବହୁତ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ।‘”
16 ‘ବାକ୍ୟ’ ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ। 17 ମୋଶାଙ୍କ ଦ୍ୱାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା। 18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦେଖାଇ ଦେଇଛନ୍ତି।
2010 by World Bible Translation Center