Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଗୀତସଂହିତା 99-100

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଧନ୍ୟବାଦାର୍ଥକ ଗୀତ।

100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
    ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
    ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
    ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
    ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
    ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ସଦାପ୍ରଭୁ ଉତ୍ତମ ଅଟନ୍ତି।
    ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
    ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

ଗୀତସଂହିତା 94-95

94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
    ତୁମ୍ଭର ମହାନତା ଦେଖାଅ।
ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
    ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
    ସଦାପ୍ରଭୁ ଆଉ କେତେ କାଳ?
ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
    ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
    ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
    ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
    କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।

ହେ ପଶୁବତ୍ ଲୋକମାନେ,
    ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
    ଚେଷ୍ଟା କର ଏବଂ ବୁଝ।
ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
    ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
    ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
    ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
    ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।

12 ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
    ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
    ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
    ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
    ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।

16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
    ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
    ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
    କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
    ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।

20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
    ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
    ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
    ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
    ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
    ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।

95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
    ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
    ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
    ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
    ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
    ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
    ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
    ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
    ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

    ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
    ଜି‌ଦ୍‌ଖୋର ହୁଅ ନାହିଁ।
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
    ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
    ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
    ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
    ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

ବିଗ୍ଭରକର୍ତ୍ତାମାନଙ୍କ ବିବରଣ 13:1-15

ଶା‌ମ୍‌ଶୋ‌ନଙ୍କର ଜନ୍ମ

13 ପୁନର୍ବାର ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟମାନ ଇସ୍ରାଏଲର ଲୋକମାନେ କଲେ। ତେଣୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ହସ୍ତରେ ସେମାନଙ୍କୁ ଗ୍ଭଳିଶ୍ ବର୍ଷ ଯାଏ ସମର୍ପଣ କଲେ।

ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା। ସଦାପ୍ରଭୁ ମାନୋହର ସ୍ତ୍ରୀକୁ ପ୍ରସନ୍ନ ହେଲେ, ଏବଂ ତାଙ୍କୁ କହିଲେ, “ତୁମ୍ଭେ ଆଜି ଯାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ୟାନ୍ୟ ମାଦକ ଦ୍ରବ୍ୟ ସ୍ପର୍ଶ କରିବ ନାହିଁ। କୌଣସି ଅଶୁଚି [a] ସାମଗ୍ରୀ ଖାଇବ ନାହିଁ। ସାବଧାନ ହୁଅ। କାରଣ ତୁମ୍ଭେ ଗର୍ଭବତୀ, ଏବଂ ତୁମ୍ଭେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେବା ପାଇଁ ଯାଉଛ। ତା’ର ମସ୍ତକରେ କ୍ଷୁର ଲାଗିବ ନାହିଁ। ସେ ଗର୍ଭରେ ଥିବା ସମୟରୁ ନାସରୀୟ [b]ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗିତ ହୋଇଅଛି। ସେ ପଲେଷ୍ଟୀୟମାନଙ୍କ କବଳରୁ ଇସ୍ରାଏଲକୁ ଉଦ୍ଧାର କରିବ।”

ଏହା ପରେ ସେହି ସ୍ତ୍ରୀଲୋକଜଣକ ତା’ର ସ୍ୱାମୀକୁ କହିଲା ଯାହାସବୁ ଘଟିଗଲା। ସେ କହିଲା, “ପରମେଶ୍ୱରଙ୍କର ଜଣେ ଲୋକ ମୋ’ ନିକଟକୁ ଆସିଲେ ଯିଏ କି ପରମେଶ୍ୱରଙ୍କ ଦୂତପରି ଦେଖାଯାଉଥିଲେ। ସେ ଅତି ଭୟଙ୍କର ଦେଖାଯାଉଥିଲେ। ସେ କେଉଁଠୁ ଆସିଥିଲେ, ମୁଁ ତାଙ୍କୁ ପଗ୍ଭରି ପାରିଲି ନାହିଁ। କିମ୍ବା ସେ ତାଙ୍କର ନାମ ମୋତେ କହିଲେ ନାହିଁ। କିନ୍ତୁ ସେ ମୋତେ କହିଲେ, ‘ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତେଣୁ ତୁମ୍ଭେ ଦ୍ରାକ୍ଷାରସ କିମ୍ବା ମାଦକ ଦ୍ରବ୍ୟ ସେବନ କରିବା ଉଚିତ୍ ନୁହଁ କିମ୍ବା ଅଶୁଚି ଖାଦ୍ୟ ଖାଇବା ଉଚିତ୍ ନୁହଁ। କାରଣ ଶିଶୁଟିକୁ ପରମେଶ୍ୱରଙ୍କୁ ସମର୍ପଣ କରାଯିବ। ସେ ଜନ୍ମରୁ ମରଣ ପର୍ଯ୍ୟନ୍ତ ପରମେଶ୍ୱରଙ୍କର ନାସରୀୟ ହେବ।’”

ଏହା ପରେ ମାନୋହ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲା, “ହେ ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, ପରମେଶ୍ୱରଙ୍କର ଲୋକଙ୍କୁ ଆମ୍ଭ ନିକଟକୁ ପୁନର୍ବାର ପଠାଅ। ଯେଉଁ ପିଲା ଜନ୍ମ ନେବ ଆମ୍ଭେ ତା’ ପାଇଁ କି କର୍ତ୍ତବ୍ୟ କରିବୁ। ସେ ଆମ୍ଭମାନଙ୍କୁ କୁହନ୍ତୁ।”

ପରମେଶ୍ୱର ମାନୋହର ପ୍ରାର୍ଥନା ଶୁଣିଲେ। ସେହି ସଦାପ୍ରଭୁଙ୍କର ଦୂତ ପୁନ୍ନରାୟ ସେହି ସ୍ତ୍ରୀଲୋକ ପାଖକୁ ଆସିଲେ, ସେହି ସ୍ତ୍ରୀ ଜଣକ ଯେତେବେଳେ କ୍ଷେତରେ ତାଙ୍କ ସ୍ୱାମୀଙ୍କ ବିନା ଏକା ଥିଲେ, ସେହି ସମୟରେ ଦୂତ ତାଙ୍କ ନିକଟକୁ ଆସିଲେ। 10 ତେଣୁ ସ୍ତ୍ରୀଲୋକଟି ତାଙ୍କ ସ୍ୱାମୀ ନିକଟକୁ ଶୀଘ୍ର ଦୌଡ଼ି ଗଲା ଓ କହିଲା, “ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ ସେ ଲୋକ ପୁନର୍ବାର ଦେଖା ଦେଲେ।”

11 ମାନୋହ ଉଠି ତାଙ୍କ ସ୍ତ୍ରୀଙ୍କ ପଛେ ପଛେ ଗଲା। ଏବଂ ମାନୋହ ତାଙ୍କୁ ପଗ୍ଭରିଲେ, “ଆପଣ କ’ଣ ସେହି ଲୋକ ଯିଏ କି ମୋ’ ସ୍ତ୍ରୀଙ୍କୁ ଆଗରୁ ଦେଖା ଦେଇଥିଲେ?”

ଦୂତ ଜଣକ କହିଲେ “ହଁ, ମୁଁ?”

12 ତେଣୁ ମାନୋହ କହିଲା, “ଯେବେ ତୁମ୍ଭର ବାକ୍ୟ ପୂରଣ ହେଉଛି, ବାଳକର ଜୀବନ ପ୍ରତି କି ପ୍ରକାର କାର୍ଯ୍ୟ ପ୍ରଦର୍ଶନ ହେବ? ସେ କ’ଣ କରିବ?”

13 ସଦାପ୍ରଭୁଙ୍କର ଦୂତ ମାନୋହକୁ କହିଲେ, “ମୁଁ ଯାହା କହିଲି, ତୁମ୍ଭର ସ୍ତ୍ରୀ ସମସ୍ତ ପାଳନ କରିବା ଉଚିତ୍। 14 ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ୟ ପାନ କରିବା ଉଚିତ୍ ନୁହଁ। ସେ କୌଣସି ଅଶୁଚି ଖାଦ୍ୟ ଭୋଜନ କରିବା ଉଚିତ୍ ନୁହଁ। ମୁଁ ତାଙ୍କୁ ଯେଉଁ ଆଜ୍ଞା ଦେଇଅଛି ସେଗୁଡ଼ିକୁ ସେ ପାଳନ କରନ୍ତୁ।”

15 ଏହା ପରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛୁ, ଆପଣ ଆମ୍ଭ ସହିତ କିଛି ସମୟ ରୁହନ୍ତୁ। ଆମ୍ଭେ ଆପଣଙ୍କ ପାଇଁ ଏକ ଯୁବାଛେଳି ପ୍ରସ୍ତୁତ କରିବୁ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 5:27-42

27 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା’ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ, 28 “ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମରେ ଶିକ୍ଷା ନ ଦେବା ପାଇଁ କଠୋର ଆଦେଶ ଦେଇଥିଲୁ କିନ୍ତୁ ତୁମ୍ଭେମାନେ ନିଜ ନିଜ ଶିକ୍ଷା ଦ୍ୱାରା ଯିରୁଶାଲମକୁ ପୂର୍ଣ୍ଣ କରି ଦେଇଛ। ତୁମ୍ଭେମାନେ ଏ ଲୋକର ମୃତ୍ୟୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦେବା ପାଇଁ ଗ୍ଭହୁଁଛ।”

29 ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ। 30 ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି। 31 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡାହାଣ ପଟେ ସ୍ଥାପିତ କରିଛନ୍ତି। 32 ଆମ୍ଭେ ସମସ୍ତେ ଏ ଘଟଣାଗୁଡ଼ିକର ସାକ୍ଷୀ। ପବିତ୍ରଆତ୍ମା ମଧ୍ୟ ଏ ଘଟଣାଗୁଡ଼ିକର ସାକ୍ଷୀ। ପରମେଶ୍ୱର ନିଜର ଆଜ୍ଞା ମାନୁଥିବା ଲୋକମାନଙ୍କୁ ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। ସେମାନେ ମଧ୍ୟ ଏହାର ସାକ୍ଷୀ।”

33 ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। 34 କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ। 35 ତା’ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ। 36 ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା’ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ। 37 ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ଯିହୂଦା ନାମକ ଜଣେ ବ୍ୟକ୍ତି ବାହାରିଲେ। ସେ ମଧ୍ୟ କେତେକ ଲୋକଙ୍କୁ ନିଜର ଶିଷ୍ୟ କଲେ। କିନ୍ତୁ ତାହାଙ୍କୁ ମଧ୍ୟ ହତ୍ୟା କରାଗଲା। ତାହାଙ୍କର ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। 38 ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ। 39 କିନ୍ତୁ ଯଦି ଏହା ପରମେଶ୍ୱରଙ୍କଠାରୁ ହୋଇଥାଏ, ତେବେ ତୁମ୍ଭେମାନେ ସେମାନଙ୍କ କାମ ବନ୍ଦ କରି ପାରିବ ନାହିଁ। ତୁମ୍ଭେମାନେ ନିଜକୁ ପରମେଶ୍ୱରଙ୍କ ବିରୁଦ୍ଧରେ ଲଢ଼ିବାର ଦେଖିବ।”

ସେମାନେ ତାହାଙ୍କ ଉପଦେଶ ମାନିଲେ। 40 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା’ପରେ ସେମାନଙ୍କୁ ଛାଡ଼ି ଦେଲେ। 41 ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି। 42 ପ୍ରେରିତମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଏହି ସୁସମାଗ୍ଭର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସେମାନେ ପ୍ରଗ୍ଭର କାର୍ଯ୍ୟ ଆଦୌ ବନ୍ଦ କଲେ ନାହିଁ।

ଯୋହନ ଲିଖିତ ସୁସମାଗ୍ଭର 3:22-36

ଯୀଶୁ ଏବଂ ବାପ୍ତିଜକ ଯୋହନ

22 ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ [a] ଦେଲେ। 23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ। 24 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ। 26 ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”

27 ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ। 28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’ 29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ। 30 ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।

ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି

31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center