Book of Common Prayer
କଫ
145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।
ରେଶ୍
153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।
ଶିନ୍
161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।
ତୌ
169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।
ଆରୋହଣ ଗୀତ।
128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।
2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
4 ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
6 ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଏକ ଆରୋହଣ ସଙ୍ଗୀତ।
129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
ଇସ୍ରାଏଲ, ଏହାକୁ ଆଉଥରେ କୁହ।
2 ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
3 ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
4 କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
5 ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
6 ସେମାନେ ଗୃହର ଛାତ ଉପରିସ୍ଥ
ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
7 ଯେପରି କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ।
ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
8 ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
“ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।
16 ଦାନ୍ ପରିବାରବର୍ଗର 600 ଲୋକ ଅସ୍ତ୍ରରେ ସଜ୍ଜିତ ହୋଇଥିଲେ। ସେମାନେ ଫାଟକ ନିକଟରେ ଛିଡ଼ା ହେଲେ। 17-18 ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ। ତା’ପରେ ସେମାନେ ଭିତରକୁ ପ୍ରବେଶ କରି ଏଫୋଦକୁ, ଗୃହ ଦେବତାଙ୍କୁ ଓ ଖୋଦିତ ପ୍ରତିମାକୁ ନେଇଗଲେ। ସେହି ସମୟରେ ଯାଜକ ଫାଟକ ନିକଟରେ ଅସ୍ତ୍ରରେ ସଜ୍ଜିତ ହୋଇ ସେହି 600 ଲୋକ ସହିତ ଛିଡ଼ା ହୋଇଗଲେ। ଯାଜକ ଘରେ ପ୍ରବେଶ କରିଥିବା ପାଞ୍ଚ ଜଣଙ୍କୁ ପଗ୍ଭରିଲେ, “ତୁମ୍ଭେମାନ କ’ଣ କରୁଅଛ?”
19 ସେମାନେ ତାକୁ ଚୁପ୍ ହେବା ପାଇଁ କହିଲେ। ସେମାନେ ତାକୁ କହିଲେ, “ତୁମ୍ଭର ହାତ ତୁମ୍ଭର ପାଟିରେ ଦିଅ ଏବଂ ଆମ୍ଭମାନଙ୍କୁ ଅନୁସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହୁଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦେବତାର ଯାଜକ ହେବା ଭଲ ନା ଇସ୍ରାଏଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହେବା ଭଲ?”
20 ଏଥିରେ ଯାଜକର ମନ ଆନନ୍ଦିତ ହେଲା। ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମାମାନ ନେଇ ଲୋକମାନଙ୍କ ସଙ୍ଗରେ ଗ୍ଭଲିଗଲା।
21 ଏହା ପରେ ସେମାନେ ବୁଲି ପଡ଼ିଲେ ଓ ସେହି ସ୍ଥାନ ପରିତ୍ୟାଗ କଲେ। ସେମାନେ ସେମାନଙ୍କର ବାଳକ, ପଶୁଗଣ ଓ ସେମାନଙ୍କର ସମସ୍ତ ସାମଗ୍ରୀ ସେମାନଙ୍କ ଆଗରେ ରଖିଲେ।
22 ସେମାନେ ମୀଖାର ଗୃହର ଅଳ୍ପ ଦୂରରେ ଥିଲେ। ସେତେବେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦାନ୍ର ଲୋକମାନଙ୍କୁ ଗୋଡ଼ାଇଲେ ଓ ସେମାନଙ୍କୁ ଧରିଲେ। 23 ସେମାନେ ଦାନ୍ର ଲୋକମାନଙ୍କ ଉପରେ ପାଟି କଲେ। ତା’ପରେ ଦାନ୍ର ଲୋକମାନେ ବୁଲିପଡ଼ି ମୀଖାଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ ଖବର ଅଛି ଯେ, ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଏକତ୍ରିତ କରିଛ?”
24 ସେ ଉତ୍ତରରେ କହିଲେ, “ମୋର ହାତରେ ତିଆରି କରିଥିବା ପ୍ରତିମାମାନଙ୍କୁ ଓ ମୋର ଯାଜକକୁ ତୁମ୍ଭେମାନେ ନେଇ ଯାଇଛ। ମୋର ଆଉ କ’ଣ ବାକି ଅଛି? ତଥାପି ତୁମ୍ଭେ ପଗ୍ଭରୁଛ, ‘ସମସ୍ୟା କ’ଣ?’”
25 ତହିଁରେ ଦାନ୍ର ଲୋକମାନେ ତାଙ୍କୁ କହିଲେ, “ଆମ୍ଭ ସହିତ ତର୍କ ନ କରିବା ତୁମ୍ଭ ପାଇଁ ଉତ୍ତମ ଅଟେ। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ କ୍ରୋଧିତ କରିପାରେ। ଯେଉଁମାନେ କି ଗରମ ମିଜାସର ଅଟନ୍ତି ଏବଂ ସେମାନେ ତୁମ୍ଭ ସହିତ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭର ପରିବାରକୁ ଆକ୍ରମଣ କରି ପାରନ୍ତି ଓ ହତ୍ୟା କରି ପାରନ୍ତି।”
26 ଏହା ପରେ ଦାନ୍ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପୁଣି ମୀଖା ସେମାନଙ୍କୁ ନିଜଠାରୁ ଅଧିକ ବଳବାନ ଦେଖି ନିଜ ଗୃହକୁ ଫେରି ଗଲେ।
27 ତା’ପରେ ସେମାନେ ମୀଖାର ପ୍ରତିମା ଓ ତାହାର ଯାଜକକୁ ଛାଡ଼ି ଲୟିଶରେ ପହଞ୍ଚିଲେ। ସେମାନେ ସେହି ଲୋକମାନଙ୍କୁ ଆକ୍ରମଣ କଲେ, ଯେଉଁମାନେ ସେଠାରେ ଶାନ୍ତିରେ ଓ ନିରାପଦରେ ବାସ କରୁଥିଲେ। ସେମାନେ ଖଡ଼୍ଗରେ ଲୋକମାନଙ୍କୁ ହତ୍ୟା କଲେ ଓ ନଗରକୁ ଅଗ୍ନିରେ ଦଗ୍ଧ କଲେ। 28 ପୁଣି ତାଙ୍କର କେହି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରୁ ଦୂର ଥିଲା, ସେମାନଙ୍କର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନ ଥିଲା। ଲୟିଶ ବୈଥ୍ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହା ପରେ ସେମାନେ ନୂତନ ନଗର ନିର୍ମାଣ କରି ସେଠାରେ ବାସ କଲେ। 29 ଯେହେତୁ ସେମାନେ ଇସ୍ରାଏଲର ଜଣେ ପୁତ୍ର ଦାନ୍ର ଭବିଷ୍ୟଦ୍ ବଂଶଧର ଥିଲେ, ସେମାନେ ସେହି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବରେ ସେହି ନଗରର ନାମ ଲୟିଶ ଥିଲା।
30 ଏଣୁ ଦାନ୍ ପରିବାରବର୍ଗ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସେମାନଙ୍କର ଯାଜକରୂପେ ସେମାନେ ମୋଶାଙ୍କର ପୁତ୍ର ଗେର୍ଶୋନ ବଂଶଧର ଯୋନାଥନକୁ ନିଯୁକ୍ତ କଲେ। ଇସ୍ରାଏଲୀୟମାନେ ନିର୍ବାସିତ ହେବା ପର୍ଯ୍ୟନ୍ତ ଯୋନାଥନ ଓ ତାଙ୍କର ପୁତ୍ରମାନେ ଦାନ୍ ପରିବାରବର୍ଗର ଯାଜକ ହୋଇ ରହିଲେ। 31 ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। 15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। 16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ। 17 ତା’ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।
18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, 19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”
20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। 21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। 22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। 23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।”
24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”
25 ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।
ଯୀଶୁ 5000ରୁ ଅଧିକ ଲୋକଙ୍କୁ ଖୁଆଇଲେ(A)
6 ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ। 2 ତାହାଙ୍କ ପଛେ ପଛେ ବହୁତ ଲୋକ ଗଲେ। ସେମାନେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକାରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସେମାନେ ଦେଖିଥିଲେ। 3 ଯୀଶୁ ପାହାଡ଼ ଉପରକୁ ଚଢ଼ିଗଲେ। ସେଠାରେ ତାହାଙ୍କର ଶିଷ୍ୟମାନଙ୍କ ଗହଣରେ ବସିଲେ। 4 ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଯାଇଥିଲା।
5 ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, “ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?” 6 ସେ ଏ କଥା ଫିଲିପ୍ପଙ୍କୁ ପରୀକ୍ଷା କରିବା ପାଇଁ ପଗ୍ଭରିଲେ, କାରଣ ସେ ତାହାଙ୍କ ନିଜ ଯୋଜନା ବିଷୟରେ ଜାଣିଥିଲେ।
7 ଫିଲିପ୍ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”
8 ସେଠାରେ ଆଉଜଣେ ଶିଷ୍ୟ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମୋନ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ, 9 “ଏଠାରେ ଜଣେ ବାଳକ ଅଛି। ତା’ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ଛୋଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ଯଥେଷ୍ଟ ହେବ ନାହିଁ।”
10 ଯୀଶୁ କହିଲେ, “ସମସ୍ତଙ୍କୁ ବସିବାକୁ କୁହ।” ସେଠାରେ ପ୍ରଚୁର ଘାସ ଥିଲା। ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ। 11 ଯୀଶୁ ରୋଟୀ ନେଇ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ୟ ସେହିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।
12 ସବୁ ଲୋକମାନେ ଯଥେଷ୍ଟ ପରିମାଣରେ ଖାଇଲେ। ସେମାନେ ଖାଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।” 13 ତେଣୁ ଶିଷ୍ୟମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କେବଳ ମାତ୍ର ପାଞ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ୟମାନେ ବଳକା ଖାଦ୍ୟକୁ ବାରଟି ଟୋକାଇରେ ଭର୍ତ୍ତି କଲେ।
14 ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖି କହିଲେ, “ସେ ନିଶ୍ଚୟ ଜଣେ ଭବିଷ୍ୟଦ୍ବକ୍ତା, ଯିଏ କି ଏହି ଜଗତକୁ ଆସିଛନ୍ତି।”
15 ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।
2010 by World Bible Translation Center