Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 86

ଦାଉଦଙ୍କର ପ୍ରାର୍ଥନା।

86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
    ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
    ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
    ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
    ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
    ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
    ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
    ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
    ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
    ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
    ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
    ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
    ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
    ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
    ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
    ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
    ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
    ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
    ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
    ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
    ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।

ଆଦିପୁସ୍ତକ 28:10-17

Jacob’s Dream at Bethel

10 ଯାକୁବ ‌ବେ‌ର୍‌ଶେବା ଛାଡ଼ି ହାରଣକୁ ଗଲେ। 11 ଯାକୁବ ଯାତ୍ରା କରିଥିବା ସମୟରେ ସୂର୍ଯ୍ୟାସ୍ତ ହେଲା। ତେଣୁ ଯାକୁବ ରାତ୍ରି ଯାପନ କରିବା ପାଇଁ ଏକ ସ୍ଥାନକୁ ଗଲେ। ଯାକୁବ ଏକ ପଥରଖଣ୍ଡ ପାଇଲେ, ସେହି ସ୍ଥାନରେ ପଥର ଉପରେ ମୁଣ୍ଡ ଦେଇ ସେ ଶୋଇ ପଡ଼ିଲେ। 12 ଯାକୁବ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ ଏକ ଶିଡ଼ି ଭୂମିରୁ ସ୍ୱର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ୱରଙ୍କର ଦୂତଗଣ ସେହି ଶିଡ଼ି ଦେଇ ଚଢୁଛନ୍ତି ଓ ଓହ୍ଲାଉଛନ୍ତି। 13 ଯାକୁବ ଦେଖିଲେ ସଦାପ୍ରଭୁ ସେହି ଶିଡ଼ି ପାଖରେ ଛିଡ଼ା ହୋଇଛନ୍ତି। ସଦାପ୍ରଭୁ କହୁଥିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ୱର, ମଧ୍ୟ ଇ‌ସ୍‌ହାକର ପରମେଶ୍ୱର। ତୁମ୍ଭେ ଶୋଇଥିବା ଭୂମି ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ଦେବା। 14 ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ।

15 “ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।”

16 ଏହା ପରେ ଯାକୁବ ନିଦ୍ରାରୁ ଉଠିଲେ, ଏବଂ କହିଲେ, “ମୁଁ ଜାଣେ ଯେ ସଦାପ୍ରଭୁ ଏହିଠାରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠାରେ ଥିଲେ ବୋଲି ଜାଣି ନ ଥିଲି।”

17 ଯାକୁବ ଭୟ କଲେ ଓ ସେ କହିଲେ, “ଏହି ସ୍ଥାନ ଭୟାନକ ଅଟେ। ଏହା ପରମେଶ୍ୱରଙ୍କର ପବିତ୍ର ଗୃହ ଅଟେ। ଏହି ସ୍ଥାନ ହେଉଛି ସ୍ୱର୍ଗର ଦ୍ୱାର।”

ଯୋହନ ଲିଖିତ ସୁସମାଗ୍ଭର 1:43-51

43 ତା’ ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲି‌ପ୍‌ପଙ୍କୁ ଦେଖି କହିଲେ, “ମୋର ଅନୁସରଣ କର।” 44 ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ। 45 ଫିଲି‌ପ୍‌ପ ନିଥନିୟେଲଙ୍କର ଦେଖା ପାଇ କହିଲେ, “ମୋଶା ବ୍ୟବସ୍ଥାରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମୋଶା ଜଣେ ବ୍ୟକ୍ତିଙ୍କ ଆଗମନ ବିଷୟରେ ଲେଖିଥିଲେ। ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ତାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭେଟିଛୁ, ତାହାଙ୍କ ନାମ ଯୀଶୁ। ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”

46 ନିଥନିୟେଲ ଫିଲି‌ପ୍‌ପଙ୍କୁ କହିଲେ, “ନାଜରିତ, ନାଜରିତରୁ କ’ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହୋଇପାରେ?”

ଫିଲି‌ପ୍‌ପ ଉତ୍ତର ଦେଲେ, “ତୁମ୍ଭେ ଆସି ଦେଖ।”

47 ଯୀଶୁ ନିଥନିୟେଲଙ୍କୁ ତାହାଙ୍କ ଆଡ଼େ ଆସିବାର ଦେଖିଲେ। ସେ କହିଲେ, “ଏହି ଲୋକ ପ୍ରକୃତରେ ପରମେଶ୍ୱରଙ୍କର ଜଣେ ବ୍ୟକ୍ତି। ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”

48 ନିଥନିୟେଲ ତାହାଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?”

ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି, ଫିଲି‌ପ୍‌ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବରୁ ମୁଁ ତୁମ୍ଭକୁ ଦେଖିଥିଲି।”

49 ତା’ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”

50 ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା’ଠାରୁ ଆହୁରି ଶ୍ରେଷ୍ଠତର ବିଷୟ ଦେଖିବ।” 51 ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ [a] ମନୁଷ୍ୟପୁତ୍ରଙ୍କ [b] ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।”

ଗୀତସଂହିତା 15

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

ଗୀତସଂହିତା 67

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।

ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
    ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
    କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
    ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
ଭୂମି ତା’ର ଫସଲ ଦିଏ।
    ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ପିତରଙ୍କ ପ୍ରଥମ ପତ୍ର 5:1-11

ପରମେଶ୍ୱରଙ୍କ ମେଷପଲ

ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି। ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ। ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ। ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।

ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍।

“ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି,
    କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।” (A)

ଅତଏବ ପରମେଶ୍ୱରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା’ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ। ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।

ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି। ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ୱାସରେ ଦୃଢ଼ ହୋଇ ରୁହ। ସମଗ୍ର ବିଶ୍ୱରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

10 ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା’ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ। 11 ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center