Book of Common Prayer
ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।
63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
2 ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
3 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
4 ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
5 ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
6 ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
7 ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
8 ମୁଁ ତୁମ୍ଭଠାରେ ଲାଗିରହେ।
ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।
9 କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖଡ଼୍ଗରେ ହତ୍ୟା କରାଯିବ।
ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।
ଦାଉଦଙ୍କର ଏକ ଗୀତ।
103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
2 ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
3 ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
4 ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
5 ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
ଯୁବକ କରନ୍ତି।
6 ସଦାପ୍ରଭୁ ନ୍ୟାୟବାନ୍।
ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
7 ପରମେଶ୍ୱର ମୋଶାଙ୍କୁ ଆପଣା ପଥ
ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
9 ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
ତୁମ୍ଭେମାନେ ତାଙ୍କର ସେବକ ଅଟ।
ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ବିଲ୍ଦଦ୍ ଆୟୁବକୁ ଉତ୍ତର ଦେଲା
25 ଏହା ପରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2 “ପରମେଶ୍ୱର ରାଜ୍ୟ କରନ୍ତି।
ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି।
ସେ ସ୍ୱର୍ଗ ରାଜ୍ୟରେ ଶାନ୍ତି ସ୍ଥାପନ କରନ୍ତି।
3 କେହି ତାଙ୍କର ତାରାଗଣର ସଂଖ୍ୟା ଗଣନା କରି ପାରିବେ ନାହିଁ।
ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ଯ୍ୟକିରଣ ପ୍ରଦାନ କରନ୍ତି।
4 ପରମେଶ୍ୱରଙ୍କ ସହିତ ବିବାଦ କରି, କେହି ମନୁଷ୍ୟ କିପରି ଭଲ ହୋଇ ପାରିବ?
କିମ୍ବା ସ୍ତ୍ରୀଲୋକ ପାଖରୁ ଜନ୍ମ ହୋଇ ଜଣେ ମନୁଷ୍ୟ କିପରି ନିରୀହ ହୋଇ ପାରିବ।
5 ପରମେଶ୍ୱରଙ୍କ ଦୃଷ୍ଟିରେ ଚନ୍ଦ୍ର ମଧ୍ୟ ପବିତ୍ର ଓ ଦୀପ୍ତିମାନ ନୁହେଁ।
ଏପରିକି ନକ୍ଷତ୍ର ସମୂହ ମଧ୍ୟ ନିର୍ମଳ ନୁହନ୍ତି।
6 ଲୋକମାନେ ବହୁତ କମ୍ ନିର୍ମଳ।
ଲୋକମାନେ କୀଟାଣୁ ପରି ମୂଲ୍ୟହୀନ ଜୀବାଣୁ।”
27 ତା’ପରେ ଆୟୁବ ତା’ର କାହାଣୀ ବର୍ଣ୍ଣନା କରି କହିଲା,
2 “ପ୍ରକୃତରେ ପରମେଶ୍ୱର ଜୀବିତ ଏବଂ ଯେତେ ସତ୍ୟ ଭାବରେ ସେ ଅଛନ୍ତି,
ସେ ସତରେ ମୋ’ ପ୍ରତି ଅନ୍ୟାୟ କରିଛନ୍ତି।
ପରମେଶ୍ୱର, ସର୍ବଶକ୍ତିମାନ ମୋ’ ଜୀବନ ତିକ୍ତ କରିଛନ୍ତି।
3 ଯେପର୍ଯ୍ୟନ୍ତ ମୋ’ ଶରୀରରେ ପ୍ରାଣ ଅଛି
ଏବଂ ଯେପର୍ଯ୍ୟନ୍ତ ପରମେଶ୍ୱର ପ୍ରଦତ୍ତ ନିଶ୍ୱାସ ବାୟୁ ମୋ’ ନାକରୁ ନିର୍ଗତ ହେଉଛି।
4 ଏହା ପରେ ମୋ’ ଓଠରୁ ଖରାପ ବିଷୟ ବାହାରିବ ନାହିଁ।
ମୋର ଜିହ୍ୱା ମିଥ୍ୟାକଥା କହିବ ନାହିଁ।
5 ମୁଁ କେବେ ମାନିବି ନାହିଁ ତୁମ୍ଭେ ସତ୍ୟ।
ମୁଁ ମଲା ପର୍ଯ୍ୟନ୍ତ କହିଯିବି ଯେ, ମୁଁ ନିରପରାଧ ଅଟେ।
6 ମୁଁ ମୋର ଧାର୍ମିକତାକୁ ଦୃଢ଼ ଭାବରେ ଧରିବି।
ମୁଁ କେବେ ଠିକ୍ ବାଟକୁ ପରିତ୍ୟାଗ କରିବି ନାହିଁ।
ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋର ବିବେକ ମୋତେ ନିନ୍ଦା କରିବ ନାହିଁ।
ମୁକ୍ତପ୍ରାପ୍ତ ଲୋକଙ୍କର ଗୀତ
14 ତା’ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।
2 ମୁଁ ସ୍ୱର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ୱର ଶୁଣିଲି। ଏହା ବୀଣାବାଦକମାନେ ସେମାନଙ୍କର ବୀଣାବାଦନ କରିବାପରି ମନେ ହେଲା। 3 ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।
4 ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି। 5 ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।
ତିନି ଜଣ ସ୍ୱର୍ଗଦୂତ
6 ତା’ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା। 7 ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”
13 ତା’ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।”
ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”
ତୁମ୍ଭେମାନେ ଲୁଣ ଓ ଆଲୋକ ପରି(A)
13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ
17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ [a]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
2010 by World Bible Translation Center