Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 46

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।

ଗୀତସଂହିତା 87

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

ରାଜାବଳୀର ପ୍ରଥମ ପୁସ୍ତକ 8:22-30

22 ତା’ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଛିଡ଼ା ହେଲେ ଓ ଇସ୍ରାଏଲର ସମଗ୍ର ସମାଜ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ। ସେ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କଲେ। 23 ଏବଂ କହିଲେ,

“ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗ କି ପୃଥିବୀରେ ତୁମ୍ଭ ତୁଲ୍ୟ ସଦାପ୍ରଭୁ କେହି ନାହାନ୍ତି। ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ସହିତ ଏକ ନିୟମ କରିଥିଲ କାରଣ ତୁମ୍ଭେ ସେମାନଙ୍କୁ ପ୍ରେମ କର। ତୁମ୍ଭେ ତୁମ୍ଭର ନିୟମ ରକ୍ଷା କରିଅଛ। ଯେଉଁମାନେ ତୁମ୍ଭକୁ ସର୍ବାନ୍ତଃକରଣରେ ଅନୁସରଣ କରନ୍ତି ତୁମ୍ଭେ ସେମାନଙ୍କ ପ୍ରତି ଦୟାଳୁ ଓ ବିଶ୍ୱସ୍ତ ହୋଇଥାଅ। 24 ତୁମ୍ଭେ ଆପଣାର ସେବକ, ମୋର ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ। ଆଉ ତୁମ୍ଭେ ନିଜ ମୁଖରେ ଯାହା ପ୍ରତିଜ୍ଞା କରିଥିଲ, ଏହା ସତ୍ୟ କରିବା ପାଇଁ ତୁମ୍ଭେ ଆଜି ତୁମ୍ଭର ମହାନ ଶକ୍ତିବଳରେ ତାହା ପୂରଣ କରିଅଛ। 25 ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଯେପରି ଆମ୍ଭର ଆଜ୍ଞା ପାଳନ କରି ଆମ୍ଭର ଆଜ୍ଞା ଓ ନିୟମକୁ ଅନୁସରଣ କରୁଅଛ, ଯଦି ତୁମ୍ଭର ପୁତ୍ରମାନେ ସେହିପରି କରନ୍ତି ଓ ସତର୍କତା ଭାବରେ ଆମ୍ଭକୁ ଅନୁସରଣ କରନ୍ତି, ତେବେ ଇସ୍ରାଏଲ ସିଂହାସନରେ ତୁମ୍ଭ ବଂଶରୁ ହିଁ ସର୍ବଦା ଇସ୍ରାଏଲ ଉପରେ ରାଜ୍ୟ କରିବେ। ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ତୁମ୍ଭର ସେହି ବାକ୍ୟ ଏବେ ସଫଳ କର।’ 26 ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ପ୍ରତିଜ୍ଞା କରିଅଛ ତାହା ଗ୍ଭଲୁରଖ।

27 “କିନ୍ତୁ ହେ ପରମେଶ୍ୱର, ତୁମ୍ଭେ କ’ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ୱର୍ଗ ଓ ସ୍ୱର୍ଗର ଉପରିସ୍ଥ ସ୍ୱର୍ଗ ଯେତେବେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତେବେ ମୋ’ ଦ୍ୱାରା ନିର୍ମିତ ଏକ ଛୋଟ ଗୃହ କ’ଣ ତୁମ୍ଭକୁ ଧାରଣ କରି ପାରିବ? 28 ତଥାପି ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ କାକୂକ୍ତି କରି ନିବେଦନ କରୁଅଛି, ଯେହେତୁ, ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର। 29 ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ‘ମୋର ନାମ ସେଠାରେ ସମ୍ମାନ୍ୱିତ ହେବ।’ ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିରରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି। 30 ହେ ସଦାପ୍ରଭୁ, ତୁମ୍ଭର ଦାସ ଓ ଇସ୍ରାଏଲର ଲୋକେ ଏହି ସ୍ଥାନକୁ ଆସିବେ ଓ ବିନତି କରିବେ, ସେମାନଙ୍କର ପ୍ରାର୍ଥନା ମନୋଯୋଗ ପୂର୍ବକ ଶୁଣ। ଆମ୍ଭେ ଜାଣୁ ଆପଣଙ୍କ ନିବାସଭୂମି ସ୍ୱର୍ଗ। ଆମ୍ଭେ ବିନତି କରୁଅଛୁ ସେହିଠାରେ ଥାଇ ଆମ୍ଭ ପ୍ରାର୍ଥନା ଶୁଣ ଓ ଆମ୍ଭମାନଙ୍କୁ କ୍ଷମା କର।

ଏଫିସୀୟଙ୍କ ପ୍ରତି ପତ୍ର 2:11-22

ଯୀଶୁ ଖ୍ରୀଷ୍ଟଙ୍କଠାରେ ଏକ ହେବା

11 ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” [a] ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି। 12 ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। 13 ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ।

14 ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ଏବେ ଶାନ୍ତିରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝିରେ କାନ୍ଥଟିଏ ଥିଲା ଭଳି ସେମାନେ ଅଲଗା ଥିଲେ। ସେମାନେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସେହି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ। 15 ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି। 16 କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ। 17 ଖ୍ରୀଷ୍ଟ କ୍ରୁଶରେ ଆପଣା ମୃତ୍ୟୁ ଦ୍ୱାରା ଏହା ସାଧନ କଲେ। ତୁମ୍ଭେମାନେ ଦୂରରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଗ୍ଭର କଲେ। 18 କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।

19 ଅତଏବ ତୁମ୍ଭେମାନେ ଏବେ ବିଦେଶୀ ଅବା ଅପରିଚିତ ବ୍ୟକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ୱରଙ୍କ ନିଜ ପରିବାରର ଲୋକ ଅଟ। 20 ପ୍ରେରିତ ଓ ଭବିଷ୍ୟ‌ଦ୍‌‌‌‌ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହୋଇ ଠିଆ ହୋଇଛ। ପରମେଶ୍ୱର ତା’ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସେହି ଭବନର କୋଣର ପ୍ରଧାନ ପଥର ଅଟନ୍ତି। 21 ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠାରେ ପରସ୍ପର ସହିତ ସଂଯୁକ୍ତ ହୋଇ ନିର୍ମାଣ ହୋଇଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ହେବା ପାଇଁ ବୃଦ୍ଧି କରାଉଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭେମାନେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠାରେ ଆତ୍ମାଙ୍କ ମାଧ୍ୟମରେ ପରମେଶ୍ୱର ବାସ କରନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center