Book of Common Prayer
ଶଲୋମନଙ୍କର ଗୀତ।
72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
2 ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
3 ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
5 ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
6 ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
7 ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
8 ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
9 ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12 ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।
ଇୟୂଦ୍
73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
ତେବେ ମୁଁ ଲଜ୍ଜିତ ହେବି ନାହିଁ।
କଫ୍
81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।
ଲାମଦ୍
89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
ତୁମ୍ଭର ବ୍ୟବସ୍ଥା ଛଡ଼ା।
ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଲା
42 ତା’ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
2 “ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରି ପାରନ୍ତି।
ତୁମ୍ଭେ ଯାହା କର ବା କରିବାକୁ ଗ୍ଭହଁ, କେହି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
3 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପଗ୍ଭରିଲ, ‘କିଏ ଏହି ଜ୍ଞାନହୀନ ମଣିଷ, ଯିଏ ନିର୍ବୋଧ ଭଳି କଥା କହୁଛି?’
ହେ ସଦାପ୍ରଭୁ, ମୁଁ ସେହି ବିଷୟରେ କହିଥିଲି, ଯାହା ମୁଁ ବୁଝି ନ ଥିଲି।
ମୁଁ ସେହିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ଯ୍ୟଜନକ ଯେ ତାହା ମୋ’ ବୁଝିବା ଶକ୍ତିର ବାହାରେ।
4 “ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା।
ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଗ୍ଭରିବା ଓ ତୁମ୍ଭେ ତା’ର ଉତ୍ତର ଦେବ।’
5 ହେ ସଦାପ୍ରଭୁ, ଅତୀତରେ ମୁଁ ତୁମ୍ଭ ବିଷୟରେ ଶୁଣିଥିଲି।
କିନ୍ତୁ ଆଜି ମୁଁ ସ୍ୱଚକ୍ଷୁରେ ତୁମ୍ଭକୁ ଦେଖିଲି।
6 ହେ ସଦାପ୍ରଭୁ, ମୁଁ ଫେରେଇ ନେଉଛି ଯାହା ମୁଁ କହିଥିଲି।
ହେ ସଦାପ୍ରଭୁ, ମୁଁ ବଡ଼ ଖେଦିତ
ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି।
ମୁଁ ମୋର ମନ ପରିବର୍ତ୍ତନ କରିଛି।”
ସଦାପ୍ରଭୁ ଆୟୁବକୁ ତା’ର ସମ୍ପତ୍ତି ଫେରାଇ ଦେଲେ
7 ସଦାପ୍ରଭୁ ଆୟୁବ ସହିତ କଥା ଶେଷ କଲା ପରେ ସେ ତୈମନୀୟ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲିଫସ୍କୁ କହିଲେ, “ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କ୍ରୋଧିତ। କାରଣ ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି। 8 ତେଣୁ ବର୍ତ୍ତମାନ ଇଲୀଫସ୍ ସାତୋଟି ଷଣ୍ଢ ଓ ସାତୋଟି ମେଣ୍ଢା ନେଇ ମୋ’ ଭୃତ୍ୟ ଆୟୁବ ପାଖକୁ ଯାଅ। ତାହା ବଧ କରି ନିଜ ପାଇଁ ହୋମବଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦେବା। ତା’ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦେବା ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ବୋଧ। ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ୟ ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।”
9 ତେଣୁ ତୈମନୀୟ ଇଲୀଫସ୍, ଶୂହୀୟ ବିଲଦଦ୍ ଓ ନାମାଥୀୟ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା’ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।
10 ଆୟୁବ ତା’ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା’ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ୟ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା’ର ଦୁଇଗୁଣ ସେ ଦେଲେ। 11 ତା’ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା’ ଘରକୁ ଆସିଲେ। ସେମାନେ ସମସ୍ତେ ଆୟୁବର ଘରେ ଏକ ବଡ଼ ଭୋଜିରେ ଯୋଗ ଦେଲେ। ସେମାନେ ଆୟୁବକୁ ସାନ୍ତ୍ୱନା ଦେଲେ। ସେମାନେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ୱର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରତ୍ୟେକ ବ୍ୟକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।
12 ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ୟ ଅଧିକ ଯାହା ତା’ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6000 ଓଟ, 1000 ହଳ ବଳଦ, 1000 ମାଈ ଗଧ ପାଇଲେ। 13 ଆୟୁବ ସାତୋଟି ପୁତ୍ର ଓ ତିନୋଟି ଝିଅ ଲାଭ କଲା। 14 ଆୟୁବ ତା’ର ପ୍ରଥମ ଝିଅର ନାମ ଯିନୀମା, ଦ୍ୱିତୀୟ ଝିଅର ନାମ କତ୍ସୀୟା ଓ ତୃତୀୟ ଝିଅର ନାମ କେରଣହାପ୍ପୁକ୍ ରଖିଲା। 15 ଆୟୁବର ଝିଅମାନେ ସେ ଦେଶର ସବୁଠାରୁ ସୁନ୍ଦରୀ ଥିଲେ ଏବଂ ତାଙ୍କର ପିତା ସେମାନଙ୍କୁ ଅଂଶ ଦେଲେ ତାଙ୍କ ଭାଇମାନଙ୍କ ସହିତ।
16 ଏହା ପରେ ଆୟୁବ 140 ବର୍ଷ ଅଧିକା ବଞ୍ଚିଲା। ସେ ନିଜର ପିଲାମାନଙ୍କର, ନାତିନାତୁଣୀମାନଙ୍କର ଗ୍ଭରିପୁରୁଷ ପର୍ଯ୍ୟନ୍ତ ଦେଖିଲା। 17 ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥାରେ ମୃତ୍ୟୁବରଣ କଲା।
ପାଉଲ ଓ ଶୀଲା କାରାଗାରରେ
16 ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ [a] ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା। 17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋର୍ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।” 18 ସେ ଏପରି ବହୁତ ଦିନ ପର୍ଯ୍ୟନ୍ତ କଲା, ପାଉଲ ଏଥିଲେ ବିରକ୍ତ ହୋଇପଡ଼ିଲେ। ସେ ସେହି ଆତ୍ମାକୁ କହିଲେ, “ମୁଁ ଯୀଶୁଙ୍କ ନାମରେ ଆଦେଶ ଦେଉଛି, ଏହି ଝିଅଟି ଦେହରୁ ବାହାରିଯା।” ସେହି ସମୟରେ ସେ ଆତ୍ମାଟି ବାହାରକୁ ଗ୍ଭଲିଆସିଲା।
19 ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ। 20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି। 21 ଆମ୍ଭେମାନେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସେହି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ଯୋଗ୍ୟ ନୁହେଁ। ତେଣୁ ଆମ୍ଭେ ଏସବୁ କରି ପାରିବୁ ନାହିଁ।”
22 ତା’ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ। 23 ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ। 24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।
ଜୀବନ ଓ ମୃତ୍ୟୁ ବିଷୟରେ ଯୀଶୁଙ୍କ କଥା
20 ନିସ୍ତାରପର୍ବରେ ଉପାସନା କରିବା ପାଇଁ ଯିରୁଶାଲମ ଯାଇଥିବା ଲୋକମାନଙ୍କ ମଧ୍ୟରୁ କେତେକ ଗ୍ରୀକ୍ ଲୋକଥିଲେ। 21 ସେହି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।” 22 ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏ କଥା ଜଣାଇଲେ। ତା’ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।
23 ଯୀଶୁ ସେମାନଙ୍କୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି। 24 ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା’ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ। 25 ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ। 26 ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।
2010 by World Bible Translation Center