Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।
2 ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା’ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।
2 “ମାଙ୍କ ସହିତ ଯୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା’ର ସ୍ୱାମୀ ନୁହଁ। ବେଶ୍ୟା ପରି ନ ହେବାକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ରେମିକମାନଙ୍କୁ ହୃଦୟରେ ସ୍ଥାନ ଦେଇଛନ୍ତି ସେମାନଙ୍କୁ ଦୂରେଇ ଦିଅନ୍ତୁ। 3 ଯଦି ସେ ତା’ର ବ୍ୟଭିଗ୍ଭରିତା ବନ୍ଦ ନ କରେ, ତେବେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେବା ସମୟରେ ନମ୍ର ଥିଲା। ଆମ୍ଭେ ତା’ର ସମସ୍ତ ଲୋକମାନଙ୍କୁ ନେଇଯିବା ଏବଂ ସେ ମରୁଭୂମି ପରି ଶୂନ୍ୟ ହୋଇଯିବ। ଆମ୍ଭେ ତାକୁ ଶୋଷରେ ମାରିବା। 4 ତା’ର ପିଲାମାନଙ୍କ ଉପରେ ଆମ୍ଭର ଦୟା ନାହିଁ କାରଣ ସେମାନେ ଜାରଜ ସନ୍ତାନ। 5 ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’
6 “ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ୱାରା ଅବରୋଧ କରିବା। ତା’ର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳରେ ସେ ଆଉ ପଥ ପାଇବ ନାହିଁ। 7 ସେ ତା’ର ପ୍ରିୟ ପ୍ରେମିକ ପଛରେ ଧାଇଁବ, କିନ୍ତୁ ସେ ସେମାନଙ୍କୁ ମଧ୍ୟ ଧରି ପାରିବ ନାହିଁ। ସେ ସେମାନଙ୍କୁ ବହୁ ଖୋଜିବ କିନ୍ତୁ ପାଇପାରିବ ନାହିଁ। ତା’ପରେ ସେ କହିବ, ‘ମୁଁ ମୋର ପ୍ରଥମ ପ୍ରେମିକ, ପରମେଶ୍ୱରଙ୍କ ନିକଟକୁ ଫେରିଯିବି। ତାଙ୍କ ପାଖରେ ଥିଲା ବେଳେ ମୋର ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।’
8 “ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବାଲ୍ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ। 9 ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା’ର ଶରୀର ଆବୃତ କରିବାକୁ ଦେଇଥିଲୁ। 10 ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦେବା। ତା’ର ଉଲଗ୍ନ ଶରୀର ତା’ର ପ୍ରେମିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତାକୁ କେହି ରକ୍ଷା କରି ପାରିବେ ନାହିଁ। 11 ଆମ୍ଭେ ସଦାପ୍ରଭୁ ତା’ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା। 12 ଆମ୍ଭେ ତା’ର ଦ୍ରାକ୍ଷାଲତାଗୁଡ଼ିକୁ ଓ ଡିମ୍ବିରି ଗଛଗୁଡ଼ିକୁ ନଷ୍ଟ କରିଦେବା। ସେ କହିଲା, ‘ମୋର ପ୍ରେମିକମାନେ ମୋତେ ଏସବୁ ଜିନିଷ ଦେଇଥିଲେ।’ କିନ୍ତୁ ଆମ୍ଭେ ତା’ର ବଗିଗ୍ଭକୁ ବଦଳାଇ ଅନାବନା ଗଛରେ ଜଙ୍ଗଲ କରିଦେବା। ବନ୍ୟପଶୁମାନେ ଆସି ସେହି ଗଛରୁ ଖାଇବେ।
13 “ସେ ବାଲ୍କୁ ସେବା କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦେବା। ସେ ବାଲ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା’ର ଅଳଙ୍କାର, ନାକରେ ଗହଣା ପିନ୍ଧି ସେହି ମିଥ୍ୟା ପ୍ରେମିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିଯାଇଥିଲା।” ସଦାପ୍ରଭୁ ଏହା କହିଲେ।
14 “ତେଣୁ ଆମ୍ଭେ ତାକୁ ପ୍ରେମବାଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନେଇ କୋମଳ କଥା କହିବା।
କଥା କହିବାରେ ସଂଯତ ହେବା
3 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ ଅନେକ ଶିକ୍ଷକ ହେବା ଉଚିତ୍ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଗ୍ଭରିତ ହେବୁ।
2 ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା’ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ। 3 ଘୋଡ଼ାମାନଙ୍କୁ ନିଜ ବଶରେ ରଖିବା ପାଇଁ ସେମାନଙ୍କ ମୁହଁରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସେମାନଙ୍କର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ। 4 ସମୁଦ୍ରର ଜାହାଜ କ୍ଷେତ୍ରରେ ମଧ୍ୟ ସେହିପରି ହୋଇଥାଏ। ଜାହାଜଟି ଆକାରରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ୱାରା ଗ୍ଭଳିତ ହୋଇଥାଏ। କିନ୍ତୁ ଛୋଟ ମଙ୍ଗଟି ସେହି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ଯନ୍ତ୍ରଟିକୁ ଗ୍ଭଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ଯିବ। ସେ ଲୋକ ଯେଉଁଠାକୁ ଗ୍ଭହେଁ, ଜାହାଜଟି ସେଠାକୁ ଯାଏ। 5 ଆମ୍ଭ ଜିହ୍ୱା ନିମନ୍ତେ ମଧ୍ୟ ଏହି ବିଷୟ ସମାନ ଅଟେ। ଜିହ୍ୱାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ୟଧିକ ମାତ୍ରାରେ ଗର୍ବ କରିଥାଏ।
ଯେଉଁ ଛୋଟ ଅଗ୍ନିଶିଖାଟି ଗୋଟିଏ ବଡ଼ ଜଙ୍ଗଲରେ ନିଆଁ ଲଗେଇ ଦେଇ ପାରିବ। 6 ଜିହ୍ୱା ହେଉଛି ଏକ ଛୋଟ ଅଗ୍ନିଶିଖା ଭଳି। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତରେ ଜିହ୍ୱା ହେଉଛି ସବୁଠାରୁ ମନ୍ଦ। କିପରି? ଜିହ୍ୱା ଆମ୍ଭ ଶରୀର ମାଧ୍ୟମରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ। ଜିହ୍ୱା ଏହି ଅଗ୍ନିକୁ ନରକରୁ ପାଇଥାଏ।
7 ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ। 8 କିନ୍ତୁ କୌଣସି ମଣିଷ ଜିହ୍ୱାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷଯୁକ୍ତ ଘାତକ ଅଟେ। 9 ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା’ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ। 10 ଗୁଣଗାନ ଓ ଅଭିଶାପ ସେହି ଗୋଟିଏ ମୁହଁରୁ ବାହାରେ! ମୋ’ ଭାଇ ଓ ଭଉଣୀମାନେ, ଏଭଳି ହେବା ଉଚିତ୍ ନୁହେଁ। 11 ଗୋଟିଏ ସମାନ ଝରଣାରୁ ଉଭୟ ଭଲ ଓ ମନ୍ଦ ପାଣି କ’ଣ ଝରି ଆସିପାରେ? ନା! 12 ମୋ’ ଭାଇ ଓ ଭଉଣୀମାନେ, ଡିମିରିଗଛରେ କ’ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ’ଣ ଡିମିରି ଉତ୍ପନ୍ନ କରିପାରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କେବେ ମିଠା ପାଣି ଦେଇପାରେ ନାହିଁ।
ପ୍ରକୃତ ଜ୍ଞାନ
13 ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା’ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
ଧନଭଣ୍ଡାର ଓ ମୋତିର ଦୃଷ୍ଟାନ୍ତ
44 “ସ୍ୱର୍ଗରାଜ୍ୟ ଜମିରେ ପୋତା ହୋଇଥିବା ଧନଭଣ୍ଡାର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସେହି ଧନକୁ ଜମି ଭିତରେ ପୋତି ଦେଲା। ସେ ବହୁତ ଖୁସୀ ହୋଇଗଲା। ସେ ସେଠାରୁ ଯାଇ ତା’ ପାଖରେ ଯାହାସବୁ ଥିଲା, ସବୁତକ ବିକି ସେହି ଜମିଟି କିଣିଲା।
45 “ସ୍ୱର୍ଗରାଜ୍ୟ ମଧ୍ୟ ଭଲ ମୋତି ଖୋଜୁଥିବା ଗୋଟିଏ ବେପାରୀ ଭଳି। 46 ଦିନେ ସେ ଅତ୍ୟନ୍ତ ମୂଲ୍ୟବାନ୍ ମୋତିଟିଏ ପାଇଗଲା, ସେ ଯାଇ ତା’ର ସମସ୍ତ ସମ୍ପତ୍ତି ବିକି ଅମୂଲ୍ୟ ମୋତିଟି କିଣିଲା।
ମାଛଧରା ଜାଲର ଦୃଷ୍ଟାନ୍ତ
47 “ସ୍ୱର୍ଗରାଜ୍ୟ ମଧ୍ୟ ହ୍ରଦରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥିରେ ବିଭିନ୍ନ ପ୍ରକାରର ମାଛ ଧରା ପଡ଼ିଲେ। 48 ଯେତେବେଳେ ଜାଲଟି ମାଛରେ ଭର୍ତ୍ତି ହୋଇଗଲା, କେଉଟମାନେ ଜାଲକୁ, କୂଳକୁ ଟାଣି ଆଣିଲେ। ସେମାନେ ବସିପଡ଼ି ଭଲ ଭଲ ମାଛ ବାଛି ଟୋକେଇରେ ଭର୍ତ୍ତି କଲେ ଓ ଖରାପ ମାଛତକ ଫୋପାଡ଼ି ଦେଲେ। 49 ସଂସାର ଶେଷ ହେବା ବେଳେ ଏହିଭଳି ଘଟିବ। ସ୍ୱର୍ଗଦୂତମାନେ ଆସିବେ। ସେମାନେ ଧାର୍ମିକ ଲୋକଙ୍କ ଭିତରୁ ପାପୀ ଲୋକଙ୍କୁ ଅଲଗା କରିଦେବେ। 50 ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”
51 ଯୀଶୁ ନିଜ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?”
ଶିଷ୍ୟମାନେ କହିଲେ, “ହଁ, ଆମ୍ଭେମାନେ ବୁଝିପାରୁଛୁ।”
52 ତା’ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।”
2010 by World Bible Translation Center