Book of Common Prayer
ଦାଉଦଙ୍କର ଏକ ଗୀତ।
101 ମୁଁ ବିଶ୍ୱସ୍ତତା ଓ ସ୍ୱଚ୍ଛତାର ବିଷୟରେ ଗାନ କରିବି।
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
2 ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି।
ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ।
ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି।
3 ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି
ସ୍ଥାପନ କରିବି ନାହିଁ।
ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
4 ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି,
ମୁଁ ମନ୍ଦକାର୍ଯ୍ୟରୁ ଦୂରେଇ ରହିବି।
5 ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ
ମୁଁ ତାକୁ ଧ୍ୱଂସ କରିଦେବି।
ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ।
ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ।
6 ସମଗ୍ର ଦେଶରେ ସେହି ବିଶ୍ୱସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାଯାଇପାରିବ,
ଯାହା ଫଳରେ ସେମାନେ ମୋ’ ପାଇଁ ମୋର ରାଜପ୍ରାସାଦ କାମ କରି ପାରିବେ।
କେବଳ ଶୁଦ୍ଧ ପଥରେ ଜୀବନଯାପନ କରୁଥିବା ଲୋକମାନେ ହିଁ ମୋର ସେବକ ହୋଇ ପାରିବେ।
7 ଯେଉଁମାନେ ମିଥ୍ୟା କହନ୍ତି, ସେମାନେ ମୋର ଏହି ରାଜପ୍ରାସାଦରେ ବାସ କରି ପାରିବେ ନାହିଁ।
ମିଥ୍ୟାବାଦୀମାନଙ୍କୁ ମୋ’ ନିକଟତର ହେବା ପାଇଁ ଦେବି ନାହିଁ।
8 ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି,
ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
109 ପରମେଶ୍ୱର, ଯାହାଙ୍କୁ ମୁଁ ପ୍ରଶଂସା କରେ,
ନୀରବ ରୁହ ନାହିଁ।
2 ଦୁଷ୍ଟ ଲୋକମାନେ ମୋ’ ବିରୁଦ୍ଧରେ ମିଛ କହନ୍ତି।
ସେମାନେ ଯେଉଁ କଥା କୁହନ୍ତି ତାହା ସତ୍ୟ ନୁହେଁ।
3 ଲୋକମାନେ ମୋ’ ପ୍ରତି ଘୃଣାକାରୀ କଥା କହନ୍ତି।
ବିନା କାରଣରେ ମୋ’ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।
4 ମୁଁ ସେମାନଙ୍କୁ ପ୍ରେମ କଲି।
କିନ୍ତୁ ସେମାନେ ମୋତେ ଦୋଷୀ କଲେ।
କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଗ୍ଭଲିଛି।
5 ମୁଁ ସେହି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ଯ୍ୟ କଲି।
ସେମାନେ ମୋ’ ପ୍ରତି ଅମଙ୍ଗଳ କାର୍ଯ୍ୟ କଲେ।
ମୁଁ ସେମାନଙ୍କୁ ପ୍ରେମ କଲି
କିନ୍ତୁ ସେମାନେ ମୋତେ ଘୃଣା କଲେ।
6 ସେମାନେ କହିଲେ, “ତାଙ୍କୁ ନ୍ୟାୟ ଦେବା ପାଇଁ କେହି ଜଣେ ଦୁଷ୍ଟ ଲୋକକୁ ନିଯୁକ୍ତି କର।
କାହାକୁ ଜଣେ ବାହାର କର ଯିଏକି ଭୁଲ୍ ବୋଲି କହୁ।
7 ଯେତେବେଳେ ସେ ନ୍ୟାୟ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ
ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାଯିବ।
8 ତାଙ୍କର ଜୀବନ କାଳ ଛୋଟ ହେଉ।
ଅନ୍ୟକେହି ଜଣେ ତାଙ୍କର କାମ ନିଅନ୍ତୁ।
9 ତାଙ୍କର ପିଲାମାନେ ଅନାଥ ହୁଅନ୍ତୁ ଏବଂ ତାଙ୍କର ସ୍ତ୍ରୀମାନେ ବିଧବା ହୁଅନ୍ତୁ।
10 ତାଙ୍କର ଘର ଉଜୁଡ଼ି ଯାଉ।
ସେମାନେ ସବୁ ଭିକାରୀ ହୁଅନ୍ତୁ।
11 ସେ ଋଣ ଦେଇଥିବା ଲୋକ ତାଙ୍କର ସର୍ବଶ୍ୱ ନେଇଯାଉ।
ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12 ମୁଁ ଆଶା କରେ ସେମାନଙ୍କୁ କେହି ଦୟା ନ କରନ୍ତୁ।
ତାଙ୍କର ପିଲାମାନଙ୍କୁ କେହି ଦୟା ନ ଦେଖାନ୍ତୁ।
13 ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ।
ଗୋଟିଏ ପିଢ଼ି ଭିତରେ ତା’ର ନାମକୁ ଲୁପ୍ତ କରିଦିଅନ୍ତୁ।
14 ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ
ଓ ତାହାର ମାତାର ପାପ ପୋଛି ନ ହେଉ।
15 ସଦାପ୍ରଭୁ ସେମାନଙ୍କ ପାପକୁ ଚିରଦିନ ମନେ ପକାନ୍ତୁ,
କିନ୍ତୁ ପୃଥିବୀରେ ଲୋକମାନେ ସେହି ପରିବାର ବିଷୟରେ ସମ୍ପୂର୍ଣ୍ଣ ଭାବରେ ଭୁଲିଯାଆନ୍ତୁ।
16 କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ।
ସେ ଅତ୍ୟାଗ୍ଭର କରୁଥିଲେ ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ,
ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
17 ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ।
ସେହି ମନ୍ଦ, ସେମାନଙ୍କ ପାଇଁ ଘଟୁ।
ସେ ଅନ୍ୟର ମଙ୍ଗଳ କରିଲେ ନାହିଁ।
ତାଙ୍କଠାରୁ ମଙ୍ଗଳ ଦୂରେଇଯାଉ।
18 ଅଭିଶାପ ତା’ର ବସ୍ତ୍ର ହେଉ।
ଅଭିଶାପ ସେ ପିଉଥିବା ପାଣି ହେଉ।
ଅଭିଶାପ ତା’ର ଶରୀରର ତୈଳ ହେଉ।
19 ଅଭିଶାପ ଦୁଷ୍ଟବ୍ୟକ୍ତି ବସ୍ତ୍ର ପରି ହେଉ
ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।”
20 ଏହା ମୋର ଶତ୍ରୁଗଣ ମୋ’ ବିଷୟରେ କହନ୍ତି,
ମୁଁ ଆଶାକରେ ମୋ’ ବିରୁଦ୍ଧରେ ଯିଏ ଦୁଷ୍ଟକଥା କୁହେ ସଦାପ୍ରଭୁ ଏହିସବୁ ବିଷୟ ସେହି ଲୋକମାନଙ୍କ ପ୍ରତି କରନ୍ତୁ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ।
ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ।
କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22 ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ୟକ୍ତି ଅଟେ।
ମୁଁ ବାସ୍ତବରେ ଦୁଃଖିତ, ମୋର ହୃଦୟ ଭାଙ୍ଗିପଡ଼ିଛି।
23 ମୁଁ ଅନୁଭବ କରୁଛି, ଯେପରି ମୋର ଜୀବନ ଶେଷ ହୋଇ ଆସୁଛି।
ଯେପରି ଦିନ ବିରାଟ ଛାଇପରି ସରିସରି ଆସୁଛି।
ମୁଁ ଛାରପୋକ ନ୍ୟାୟ ଗ୍ଭଳିତ ହେଉଅଛି।
24 ମୋର ଆଣ୍ଠୁ ଦୁର୍ବଳ ହୋଇଛି।
କାରଣ ମୁଁ ଭୋକିଲା ଅଟେ।
ମୁଁ ମୋର ଓଜନ ହରାଉଛି ଓ ପତଳା ହୋଇ ଯାଉଛି।
25 ମନ୍ଦ ଲୋକମାନେ ମୋତେ ଅପମାନିତ କରୁଛନ୍ତି।
ସେମାନେ ମୋତେ ଦେଖି ମୁଣ୍ଡ ହଲାଉଛନ୍ତି।
26 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ସାହାଯ୍ୟ କର।
ତୁମ୍ଭର ପ୍ରକୃତ କରୁଣା ପ୍ରେମ ମୋତେ ଦେଖାଅ ଓ ମୋତେ ରକ୍ଷା କର।
27 ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ।
ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।
28 ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି।
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ।
ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ।
ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।
29 ମୋର ଶତ୍ରୁମାନଙ୍କୁ ଲଜ୍ଜିତ କରାଅ।
ସେମାନେ ଉତ୍ତରୀୟ ବସ୍ତ୍ରତୁଲ୍ୟ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
30 ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ୟବାଦ ଦେବି,
ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
ଅଇନ୍
121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି।
ହେ ସଦାପ୍ରଭୁ, ଉପଦ୍ରବ କରୁଥିବା ଲୋକମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122 ମୋତେ ସାହାଯ୍ୟ କରିବାକୁ ପ୍ରତିଜ୍ଞା କର।
ମୁଁ ତୁମ୍ଭର ସେବକ।
ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମୋ’ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।
123 ସଦାପ୍ରଭୁ ତୁମ୍ଭର ବିଶ୍ୱସ୍ତ ପ୍ରତିଜ୍ଞା ସତ୍ୟ ହେବାକୁ,
ତୁମ୍ଭର ପରିତ୍ରାଣ ପଥକୁ ଗ୍ଭହିଁ ଗ୍ଭହିଁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ।
124 ମୁଁ ତୁମ୍ଭର ସେବକ ଅଟେ।
ମୋ’ ପ୍ରତି ତୁମ୍ଭର ପ୍ରେମ ଦେଖାଅ।
ତୁମ୍ଭର ବ୍ୟବସ୍ଥାମାନ ଶିଖାଅ।
125 ମୁଁ ତୁମ୍ଭର ଦାସ,
ତୁମ୍ଭର ବ୍ୟବସ୍ଥାସବୁ ବୁଝିବାରେ ମୋତେ ସାହାଯ୍ୟ କର।
126 ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟ କରିବାର ସମୟ ଏହି।
କାରଣ ଲୋକମାନେ ତୁମ୍ଭ ନିୟମ ଭାଙ୍ଗିଛନ୍ତି।
127 ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା
ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନେହ କରେ।
128 ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ।
ମୁଁ ମିଥ୍ୟା ଉପଦେଶକୁ ଘୃଣା କରେ।
ପେ
129 ସଦାପ୍ରଭୁ, ତୁମ୍ଭର ବାକ୍ୟସକଳ ଆଶ୍ଚର୍ଯ୍ୟଜନକ ଅଟେ।
ସେଥିପାଇଁ ମୁଁ ତାହା ଅନୁସରଣ କରେ।
130 ତୁମ୍ଭର କଥାର ବିସ୍ତାରତା ମସ୍ତକକୁ ଆଲୋକ ପ୍ରଦାନ କରେ।
ଏପରିକି ଏହା ମୂର୍ଖ ଲୋକମାନଙ୍କୁ ମଧ୍ୟ ବୁଦ୍ଧିମାନ କରେ।
131 ହେ ସଦାପ୍ରଭୁ, ମୁଁ ତୁମ୍ଭର ସମସ୍ତ ନିର୍ଦ୍ଦେଶ ଶିକ୍ଷା କରିବାକୁ ଗ୍ଭହେଁ।
ମୁଁ ସେସବୁ ପାଇଁ ଧୈର୍ଯ୍ୟଶୀଳ ହୋଇ ଅପେକ୍ଷା କରୁଅଛି, ମୁଁ ପ୍ରାୟ ନିଶ୍ୱାସ ଅପ୍ରଚଳିତ।
132 ହେ ପରମେଶ୍ୱର, ମୋତେ ଦେଖ ଓ ମୋ’ ପ୍ରତି ଦୟା କର।
ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ଯାହା କରିବା ଉଚିତ୍ ତାହା କର।
133 ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ପରିଗ୍ଭଳିତ କର।
ମୋ’ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।
134 ହେ ସଦାପ୍ରଭୁ, ଯେଉଁମାନେ ମୋତେ ଆହତ କରନ୍ତି ସେମାନଙ୍କଠାରୁ ମୋତେ ରକ୍ଷା କର
ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶ ସକଳ ମାନିବି।
135 ହେ ସଦାପ୍ରଭୁ, ତୁମ୍ଭର ଦାସକୁ ଗ୍ରହଣ କର।
ଏବଂ ତୁମ୍ଭର ବ୍ୟବସ୍ଥାମାନ ମୋତେ ଶିକ୍ଷା ଦିଅ।
136 ମୋ’ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି।
କାରଣ ଲୋକମାନେ ତୁମ୍ଭର ବ୍ୟବସ୍ଥାମାନ ପାଳନ କରୁ ନାହାନ୍ତି।
ସାଦେ
137 ହେ ସଦାପ୍ରଭୁ, ତୁମ୍ଭେ ଧାର୍ମିକ ଅଟ।
ଏବଂ ତୁମ୍ଭର ନିୟମ ସବୁ ଧର୍ମମୟ।
138 ତୁମ୍ଭେ ଆପଣା ନିୟମ ଦେଇଅଛ।
ସେଗୁଡ଼ିକ ଧର୍ମମୟ ଓ ଆମ୍ଭେ ତା’ଉପରେ ସମ୍ପୂର୍ଣ୍ଣ ରୂପେ ଭରସା କରି ପାରିବୁ।
139 ମୋର ଦୃଢ଼ ଅନୁଭବ ମୋତେ ଗ୍ରାସ କରିଅଛି।
ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି।
କାରଣ ମୋର ଶତ୍ରୁଗଣ ତୁମ୍ଭର ବାକ୍ୟସବୁ ପାଶୋରି ଯାଇଛନ୍ତି।
140 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହୋଇଅଛି ଏବଂ ବିଶ୍ୱସ୍ତ ବାହାରିଲା,
ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।
141 ମୁଁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମୋତେ ସମ୍ମାନ କରନ୍ତି ନାହିଁ।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।
142 ହେ ସଦାପ୍ରଭୁ, ତୁମ୍ଭର ଧାର୍ମିକତା ଅନନ୍ତକାଳସ୍ଥାୟୀ।
ତୁମ୍ଭର ବ୍ୟବସ୍ଥାସବୁକୁ ଭରସା କରାଯାଇ ପାରିବ।
143 କ୍ଳେଶ ଓ ଯନ୍ତ୍ରଣା ମୋ’ ଉପରେ ଆସିଅଛି।
କିନ୍ତୁ ମୁଁ ତୁମ୍ଭର ଆଜ୍ଞାରେ ଆନନ୍ଦିତ ହୁଏ।
144 ସଦାପ୍ରଭୁ, ତୁମ୍ଭର ପ୍ରମାଣ ବାକ୍ୟଗୁଡ଼ିକ ଚିରକାଳ ଉତ୍ତମ।
ତାହା ସବୁ ବୁଝିବାରେ ସହାୟ ହୁଅ, ଯେପରିକି ମୁଁ ବଞ୍ଚିପାରିବି।
11 “ଯୌନ ଭୋଗ ପାପ, ଅତ୍ୟଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ୟକ୍ତିର ସ୍ୱାଧୀନ ଚିନ୍ତା କରିବାର ଧ୍ୱଂସ କରେ। 12 ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସେମାନେ ଭାବନ୍ତି ସେହି କାଠଖଣ୍ତଗୁଡ଼ିକ ସେମାନଙ୍କୁ ଉତ୍ତର ଦେବ। କାରଣ, ସେମାନେ ଗଣିକାମାନଙ୍କପରି ମିଥ୍ୟାପ୍ରତିମାର ପଛରେ ଅନୁଧାବନ କରିଛନ୍ତି। ସେମାନେ ପରମେଶ୍ୱରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହୋଇଯାଇଥିଲେ। 13 ସେମାନେ ପର୍ବତର ଅଗ୍ରଭାଗରେ ବଳି ଦିଅନ୍ତି ଓ ପାହାଡ଼ ଉପରେ ଥିବା ଅଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସେହି ଗଛଗୁଡ଼ିକର ଛାୟା ତରୁଣ ଦେଖାଯାଏ। ତେଣୁ ତୁମ୍ଭର କନ୍ୟାମାନେ ଗଣିକା ପରି ସେହି ଗଛତଳେ ପଡ଼ି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ଯୌନଭୋଗ ପାପ କରନ୍ତି।
14 “ଆମ୍ଭେ ତୁମ୍ଭର ସେହି ଗଣିକା କନ୍ୟାମାନଙ୍କୁ କି ଯୌନ ଭୋଗୀ ପାପିନୀ ବୋହୂମାନଙ୍କୁ ଦୋଷ ଦେଇ ପାରୁ ନାହୁଁ। ଲୋକମାନେ ଯାଇ ଗଣିକାମାନଙ୍କ ସହିତ ଶୟନ କରନ୍ତି। ସେମାନେ ସେହି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିରରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି।
ଇସ୍ରାଏଲ ଲଜ୍ଜାଜନକ ପାପ
15 “ଇସ୍ରାଏଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ଯ୍ୟ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ଯାଅ ନାହିଁ। ସଦାପ୍ରଭୁଙ୍କ ନାମରେ ଶପଥ କର ନାହିଁ। ‘ଯେହେତୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।’ 16 ଇସ୍ରାଏଲ ଏକ ଜିଦ୍ଖୋର ବାଛୁରି ତୁଲ୍ୟ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖୋଲା ପଡ଼ିଆରେ ଥିବା ଗୋଟିଏ ମେଣ୍ଢାଛୁଆ ପରି ଗ୍ଭରଣଭୂମିକୁ ନେଇ ଗଲେ।
17 “ଇଫ୍ରୟିମ ପ୍ରତିମା ପୂଜାରେ ଯୋଗ ଦେଇଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡ଼ନ୍ତି। 18 ମାତାଲ ହୋଇଗଲା ପରେ ସେମାନେ ବ୍ୟଭିଗ୍ଭରିଣୀ ପରି ବ୍ୟବହାର କରନ୍ତି। ସେମାନେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସେମାନଙ୍କର ଶାସକଗଣ ସେମାନଙ୍କର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି। 19 ଘୂର୍ଣ୍ଣିବାୟୁ ଦ୍ୱାରା ସେମାନେ ପତିତ ହୋଇଛନ୍ତି। ସେମାନେ ଆପଣା ମୂର୍ତ୍ତି ନିକଟରେ ବଳି କାରଣରୁ ଲଜ୍ଜିତ ହେବେ।”
15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ। 16 କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।
ପାଉଲ ଯାକୁବଙ୍କ ସହିତ ମିଳନ
17 ଆମ୍ଭେମାନେ ଯିରୁଶାଲମରେ ପହଞ୍ଚିବା ମାତ୍ରେ ଆମ୍ଭକୁ ଭାଇମାନେ ଖୁସୀରେ ସ୍ୱାଗତ ଜଣାଇଲେ। 18 ତା’ ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗରେ ଯାକୁବଙ୍କୁ ଭେଟିବାକୁ ଗଲେ। ସବୁ ପ୍ରାଚୀନ ଲୋକମାନେ ସମସ୍ତେ ସେଠାରେ ଉପସ୍ଥିତ ଥିଲେ। 19 ପାଉଲ ସେମାନଙ୍କୁ ଅଭିନନ୍ଦନ ଜଣାଇଲେ। ପରମେଶ୍ୱର ତାହାଙ୍କ ସେବାକାର୍ଯ୍ୟ ମାଧ୍ୟମରେ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁସବୁ କାର୍ଯ୍ୟ କରିଛନ୍ତି, ସେସବୁ ସେ ସେମାନଙ୍କୁ ଗୋଟି ଗୋଟି କରି କହିଲେ।
20 ସେମାନେ ଏହା ଶୁଣି ପରମେଶ୍ୱରଙ୍କର ପ୍ରଶଂସା କଲେ। ସେମାନେ ପାଉଲଙ୍କୁ କହିଲେ, “ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ୱାସୀ ହୋଇ ଅଛନ୍ତି। କିନ୍ତୁ ସେମାନେ ମନେ କରନ୍ତି ଯେ, ବ୍ୟବସ୍ଥା ପାଳନ କରିବା ଅଧିକ ମହତ୍ତ୍ୱପୂର୍ଣ୍ଣ ଅଟେ। 21 ସେମାନେ ତୁମ୍ଭ ବିଷୟରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶରେ ରହୁଥିବା ଯିହୂଦୀମାନଙ୍କୁ, ମୋଶାଙ୍କର ବ୍ୟବସ୍ଥା ତ୍ୟାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସେମାନଙ୍କୁ ସେମାନଙ୍କର ପିଲାମାନଙ୍କର ସୁନ୍ନତ ନ କରିବା ପାଇଁ ଓ ଯିହୂଦୀ ରୀତିନୀତି ଗୁଡ଼ିକୁ ନ ମାନିବା ପାଇଁ ଶିକ୍ଷା ଦେଇଛ।
22 “ତେଣୁ ଆମ୍ଭକୁ କ’ଣ କରିବା ଉଚିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସେମାନେ ନିଶ୍ଚୟ ଶୁଣିବାକୁ ପାଇବେ। 23 ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖରେ ପରମେଶ୍ୱରଙ୍କଠାରେ ମାନତ କରିଥିବାର ଗ୍ଭରି ଜଣ ଲୋକ ଅଛନ୍ତି। 24 ତୁମ୍ଭେ ସେମାନଙ୍କୁ ସାଙ୍ଗରେ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର ଓ ତୁମ୍ଭେ ସେମାନଙ୍କର ମୁଣ୍ଡ ଲଣ୍ଡା ହେବା ପାଇଁ ଖର୍ଚ୍ଚ ଦିଅ। ଏହା ଦ୍ୱାରା ସମସ୍ତେ ଭାବିବେ ଯେ, ସେମାନେ ତୁମ୍ଭ ବିଷୟରେ ଯାହାସବୁ ଶୁଣିଛନ୍ତି ତାହା ମିଥ୍ୟା। ସେମାନେ ଦେଖିବେ ଯେ, ତୁମ୍ଭେ ନିଜ ଜୀବନରେ ମୋଶାଙ୍କ ବ୍ୟବସ୍ଥା ମାନି ଚଳୁଛ।
25 “ଆମ୍ଭେ ଅଣଯିହୂଦୀ ବିଶ୍ୱାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସେମାନଙ୍କୁ ଲେଖିସାରିଛୁ:
‘ମୂର୍ତ୍ତିକୁ ସମର୍ପିତ ହୋଇଥିବା ଖାଦ୍ୟ ଖାଅ ନାହିଁ।
ରକ୍ତ ଖାଅ ନାହିଁ।
ତୁମ୍ଭେମାନେ କୌଣସି ପ୍ରକାରର ଯୌନ ସମ୍ବନ୍ଧୀୟ ପାପ କାର୍ଯ୍ୟ କର ନାହିଁ।’”
ପାଉଲଙ୍କୁ ଗିରଫ କରାଗଲା
26 ତେଣୁ ପାଉଲ ତହିଁ ଆରଦିନ ସେହି ଗ୍ଭରି ଜଣ ଲୋକଙ୍କୁ ସାଙ୍ଗରେ ନେଇ ଆପଣାକୁ ଶୁଚି କଲେ। ତା’ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିୟା ସମାରୋହର ଦିନ ପୁରି ଯିବ ଓ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କ ପାଇଁ ଦାନ ଦିଆଯିବ, ସେହି ବିଷୟରେ ଘୋଷଣା କଲେ।
ଲେବୀ ଯୀଶୁଙ୍କୁ ଅନୁସରଣ କଲେ(A)
27 ଏହା ପରେ ଯୀଶୁ ସେଠାରୁ ଗ୍ଭଲିଗଲେ। ସେ କରଆଦାୟ କରାଯାଉଥିବା କାର୍ଯ୍ୟାଳୟରେ ଲେବୀ ନାମକ ଜଣେ କରଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର!” 28 ଲେବୀ ଉଠି ପଡ଼ିଲେ। ସେ ସବୁକିଛି ପରିତ୍ୟାଗ କରି ଯୀଶୁଙ୍କୁ ଅନୁସରଣ କଲେ।
29 ଲେବୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘରେ ଗୋଟିଏ ବଡ଼ ଭୋଜି ଦେଲେ। ଅନେକ କରଆଦାୟକାରୀ ଓ ଅନ୍ୟ କେତେକ ଲୋକ ମଧ୍ୟ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ। 30 ତେଣୁ ଫାରୂଶୀ ଓ ଯିହୂଦୀଶାସ୍ତ୍ରୀମାନେ ଯୀଶୁଙ୍କ ଶିଷ୍ୟମାନଙ୍କ ଆଗରେ ଅଭିଯୋଗ କଲେ, “ତୁମ୍ଭେମାନେ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଏକାଠି ଖିଆପିଆ କରୁଛ?”
31 ଯୀଶୁ ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ରହିଛି। 32 ମୁଁ ଧାର୍ମିକ ଲୋକମାନଙ୍କ ପରିବର୍ତ୍ତନ ସକାଶେ ଆସି ନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସେମାନେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।”
ଉପବାସ ସମନ୍ଧରେ ଯୀଶୁଙ୍କ ଉତ୍ତର(B)
33 ସେମାନେ ଯୀଶୁଙ୍କୁ କହିଲେ, “ଯୋହନଙ୍କ ଶିଷ୍ୟମାନେ ଅଧିକାଂଶ ଥର ଉପବାସ ଓ ପ୍ରାର୍ଥନା କରନ୍ତି। ଫାରୂଶୀମାନଙ୍କ ଶିଷ୍ୟମାନେ ସେହିପରି କରନ୍ତି। କିନ୍ତୁ ତୁମ୍ଭର ଶିଷ୍ୟମାନେ ସବୁବେଳେ ଖିଆପିଆ କରୁଛନ୍ତି।”
34 ଯୀଶୁ ସେମାନଙ୍କୁ କହିଲେ, “ବର, ବରଯାତ୍ରୀ ସହିତ ଥିବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ବରଯାତ୍ରୀମାନଙ୍କୁ ଉପବାସରେ ରଖି ପାରିବ? 35 କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କ ପାଖରୁ ବରକୁ ଛଡ଼ାଇ ନିଆଯିବ। ସେତେବେଳେ ସେମାନେ ଉପବାସ କରିବେ।”
36 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ଜଣେ ଲୋକ ଗୋଟିଏ ପୁରୁଣା ଗ୍ଭଦରରେ ତାଳି ପକାଇବାକୁ କୌଣସି ନୂଆ ଗ୍ଭଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁ ଲୋକ ଏଭଳି କରେ, ତା’ର ନୂଆ ଗ୍ଭଦରଟିତ ନଷ୍ଟ ହୋଇଯାଏ ପୁଣି ନୂଆ ଗ୍ଭଦରରୁ ଚିରା ହୋଇଥିବା ତାଳି ପୁରୁଣା ଗ୍ଭଦର ସାଙ୍ଗରେ ମିଶେ ନାହିଁ। 37 କୌଣସି ଲୋକ ପୁରୁଣା ଚମଡ଼ା ଥଳିଗୁଡ଼ିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ଥଳିଗୁଡ଼ିକୁ ଚିରିଦେବ। ଦ୍ରାକ୍ଷାରସ ଢାଳି ହୋଇଯିବ ଓ ଥଳିଗୁଡ଼ିକ ନଷ୍ଟ ହୋଇଯିବ। 38 ତେଣୁ ଲୋକେ ସଦାବେଳେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳିରେ ରଖଥା’ନ୍ତି। 39 ପୁରୁଣା ଦ୍ରାକ୍ଷାରସ ପିଇ ସାରି କୌଣସି ଲୋକ କେବେ ହେଲେ ନୂଆ ଦ୍ରାକ୍ଷାରସ ପିଇବାକୁ ଇଚ୍ଛା କରେ ନାହିଁ। କାରଣ ସେ କହେ, “ପୁରୁଣା ଦ୍ରାକ୍ଷାରସ ସୁଆଦ।”
2010 by World Bible Translation Center