Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 131-135

ଏକ ଆରୋହଣ ସଙ୍ଗୀତ।

131 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ।
    ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ।
ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ
    ଆଗ୍ରହୀ ହୋଇ ନାହିଁ।
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ।
    ଏକ ଶିଶୁ ତା’ର ମା କୋଳରେ ଥିବାପରି
    ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ
    ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।

ଆରୋହଣ ଗୀତ।

132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
    ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
“ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
    ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
ମୁଁ ଶୟନ କରିବି ନାହିଁ।
    ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
ମୁଁ ମୋର ଗୃହକୁ ଯିବି ନାହିଁ
    ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”

ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
    ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
    ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
    ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
    ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
    ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
    “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
    ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”

13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
    ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
    ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
    ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
    ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
    ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
    କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

133 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା
    ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ
    ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ।
    ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।

ଆରୋହଣ ଗୀତ।

134 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି,
    ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ
    ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
ସ୍ୱର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା,
    ସିୟୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।

135 ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
    ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ।
    ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।
ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
    ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।

ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ।
    ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି।
    ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।
ସ୍ୱର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ
    ସଦାପ୍ରଭୁ ଯାହା ଇଚ୍ଛା କରନ୍ତି, ତାହା କରନ୍ତି।
ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି।
    ସେ ବର୍ଷା ସହିତ ବିଜୁଳି କରାନ୍ତି।
    ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।
ପରମେଶ୍ୱର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ୟ ଓ ପଶୁଗଣଙ୍କୁ ହତ୍ୟା କଲେ।
ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ କଲେ।
    ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।
10 ପରମେଶ୍ୱର ଅନେକ ଗୋଷ୍ଠୀକୁ ପରାସ୍ତ କଲେ।
    ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ୟା କଲେ।
11 ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ
    ଓ ବାଶନର ରାଜା ଓ‌ଗ୍‌କୁ
    ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।
12 ଆଉ ସଦାପ୍ରଭୁ ସେମାନଙ୍କର ଦେଶ ଇସ୍ରାଏଲକୁ ଦେଲେ।
    ସଦାପ୍ରଭୁ ସେହି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।

13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ।
    ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
14 ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି।
    ସେ ତାଙ୍କର ସେବକମାନଙ୍କ ପ୍ରତି ଦୟା ଦେଖାନ୍ତି।
15 ଅନ୍ୟ ଦେଶୀୟମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା।
    ସେଗୁଡ଼ିକ ମନୁଷ୍ୟର ହସ୍ତ ଦ୍ୱାରା ନିର୍ମିତ ହେଉଥିଲା।
16 ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ।
    ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।
17 ସେମାନଙ୍କର କାନ ଅଛି ମାତ୍ର ସେମାନେ ଶୁଣି ପାରିବେ ନାହିଁ।
    ସେମାନଙ୍କର ନାକ ଅଛି, କିନ୍ତୁ ନିଶ୍ୱାସପ୍ରଶ୍ୱାସ ନାହିଁ।
18 ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି,
    ସେମାନେ ସେମାନଙ୍କ ତୁଲ୍ୟ ହେବେ।

19 ହେ ଇସ୍ରାଏଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
20 ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।
21 ଯିରୁଶାଲମବାସୀ,
    ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ମୀଖା ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:1-8

ଇସ୍ରାଏଲ ନେତାଗଣ ଅମଙ୍ଗଳ ପାଇଁ ଦୋଷୀ

ତା’ପରେ ମୁଁ କହିଲି, “ହେ ଯାକୁବର ପ୍ରାଚୀନଗଣ ଓ ଇସ୍ରାଏଲ ବଂଶର ଶାସକଗଣ, ମୋ’ କଥା ଶୁଣ,
    ତୁମ୍ଭେମାନେ ନ୍ୟାୟ କ’ଣ ଜାଣିବା ଉଚିତ୍।
କିନ୍ତୁ ତୁମ୍ଭେମାନେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ।
    ଆଉ ମଧ୍ୟ ଲୋକମାନଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ
    ଏବଂ ସେମାନଙ୍କର ଅସ୍ଥିରୁ ମାଂସ କାଢ଼ି ନେଇଛ।
ତୁମ୍ଭେମାନେ ମୋ’ ସନ୍ତାନମାନଙ୍କୁ ଧ୍ୱଂସ କରିଛ।
    ତୁମ୍ଭେ ସେମାନଙ୍କର ଚର୍ମ କାଢ଼ି ନେଇଛ ଓ ସେମାନଙ୍କର ଅସ୍ଥିକୁ ଭାଙ୍ଗି ଦେଇଛ।
ପାତ୍ରରେ ରନ୍ଧନ ପାଇଁ ମାଂସକୁ ଖଣ୍ତ କଲାପରି ସେମାନଙ୍କ ଅସ୍ଥି ଓ ମାଂସକୁ ତୁମ୍ଭେ ଖଣ୍ତ ଖଣ୍ତ କରିଛ।
ତେଣୁ ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ନିବେଦନ କରିବ,
    କିନ୍ତୁ ସେ କୌଣସି ଉତ୍ତର ଦେବେ ନାହିଁ।
ଆଉ ମଧ୍ୟ ତୁମ୍ଭେମାନେ ଦୁଷ୍କର୍ମ କରିଥିବାରୁ
    ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।”

ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାଗଣ

କେତେକ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି,

“ଏହି ଭବିଷ୍ୟ‌ଦ୍‌ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି।
ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି।
    କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।

“ଏଥିପାଇଁ ତୁମ୍ଭେମାନେ ଦର୍ଶନ ପାଇବ ନାହିଁ,
    ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହେବ।
ଭବିଷ୍ୟ‌‌ଦ୍‌‌ରେ କ’ଣ ଘଟିବ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ।
    ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହେବ।
ସୂର୍ଯ୍ୟ ସେହି ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଉପରେ
    ଅସ୍ତମିତ ହେବେ,
    ତେଣୁ ସେମାନଙ୍କ ପାଇଁ ଦିବସ ଅନ୍ଧକାର ତୁଲ୍ୟ ହେବ।
ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ
    ଏବଂ ମନ୍ତ୍ରଜ୍ଞମାନେ ଉ‌‌ଦ୍‌‌ବିଗ୍ନ ହେବେ।
ସେମାନେ କିଛି କହି ପାରିବେ ନାହିଁ
    କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।”

ମୀଖା ପରମେଶ୍ୱରଙ୍କର ଏକ ସାଧୁ ଭବିଷ୍ୟ‌ଦ୍‌ବକ୍ତା

କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ୱାରା ଶକ୍ତିରେ,
    ନ୍ୟାୟ ବିଗ୍ଭରରେ ଓ ପରାକ୍ରମରେ ମୁଁ ଏପରି ପରିପୂର୍ଣ୍ଣ ହେବି ଯେ,
ଯାକୁବର ଅପରାଧ ଓ ଇସ୍ରାଏଲର ପାପ ବିଷୟରେ
    ମୁଁ ସେମାନଙ୍କୁ ଅବଗତ କରାଇବି।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 24:1-23

ପାଉଲଙ୍କ ଉପରେ ଯିହୂଦୀମାନଙ୍କର ଅଭିଯୋଗ

24 ମହାଯାଜକ ହନାନିୟ ପାଞ୍ଚ ଦିନ ପରେ କେତକ ଯିହୂଦୀୟ ନେତା ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କୁ ନେଇ କାଇସରୀଆରେ ପହଞ୍ଚିଲେ। ସେଠାରେ ସେମାନେ ରାଜ୍ୟପାଳଙ୍କ ସାମନାରେ ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ତେଣୁ ପାଉଲଙ୍କୁ ଡକା ହେଲା। ତର୍ତ୍ତୁଲ୍ଲ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ,

“ହେ ମହାମାନ୍ୟ ଫେଲୀ‌କ୍‌ସ! ଆମ୍ଭ ଲୋକମାନେ ଆପଣଙ୍କ ସକାଶେ ବହୁତ ଶାନ୍ତିରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ୟବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗୁଁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ଯ୍ୟ ହୋଇ ପାରୁଛି। ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ। ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନ କରି, ସଂକ୍ଷେପରେ ଆମ୍ଭ କଥା କହିବି। ତେଣୁ ଆପଣ ଧୈର୍ଯ୍ୟ ଧରି ଆମ୍ଭ କଥା ଶୁଣନ୍ତୁ। ଏ ବ୍ୟକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ସେ ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ୟ ନେତା। ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା। କିନ୍ତୁ ସେତିକିବେଳେ ଆମ୍ଭେ ତାହାକୁ ଧରିନେଲୁ। [a] ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।” ତା’ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି କହିଲେ।

ଫେଲୀ‌କ୍‌ସ ଆଗରେ ଗଲେ ନିଜକୁ ବଞ୍ଚାଇଲେ

10 ରାଜ୍ୟପାଳ ଯେତେବେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତେବେଳେ ପାଉଲ ଉତ୍ତର ଦେଇ କହିଲେ, “ମୁଁ ଜାଣେ ଯେ ଆପଣ ଅନେକ ବର୍ଷ ଧରି ଏ ଜାତିର ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖରେ ମୁଁ ଆନନ୍ଦରେ ମୋର ପକ୍ଷସମର୍ଥନ କରୁଅଛ। 11 ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି। 12 ସେମାନେ ମୋତେ ମନ୍ଦିରରେ ବା କୌଣସି ସମାଜଗୃହରେ ବା ସହରରେ କାହାରି ସହ ଯୁକ୍ତିତର୍କ କରିବା ବା ଭିଡ଼ ଜମେଇବାର ଦେଖି ନାହାନ୍ତି। 13 ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।

14 “କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ ‘ଦଳ’ ବୋଲି କହନ୍ତି, ସେହି ମତାନୁଯାୟୀ ମୁଁ ମୋର ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ଉପାସନା କରେ। କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଯାହାସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହାସବୁ ଲେଖାଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ୱାସ କରେ। 15 ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ହେବ। 16 ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।

17 “ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା’ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି। 18 ମୁଁ ମନ୍ଦିରରେ ନିଜକୁ ଶୁଚି କରିବାକୁ ଯାଇଥିଲି। ଶୁଚିକରଣ ଉତ୍ସବ ସରିଗଲାପରେ କେତେକ ଯିହୂଦୀମାନେ ସେଠାରେ ମୋତେ ଦେଖିଲେ। ମୁଁ ସେଠାରେ କୌଣସି ଗଣ୍ଡଗୋଳ ସୃଷ୍ଟି କରି ନାହିଁ କି ମୋ’ ସହିତ କୌଣସି ଲୋକ ମଧ୍ୟ ନ ଥିଲେ। 19 ସେ ସମୟରେ ଏସିଆର କେତେକ ଯିହୂଦୀ ସେଠାରେ ଥିଲେ। ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି ଆପତ୍ତି ଥାଏ ତେବେ ସେମାନେ ଆପଣଙ୍କ ନିକଟରେ ଉପସ୍ଥିତ ହେବା ଉଚିତ୍, 20 ନଚେତ୍ ଆପଣ ଏଠାରେ ଉପସ୍ଥିତ ଥିବା ଯିହୂଦୀୟମାନଙ୍କୁ ପଗ୍ଭରନ୍ତୁ, ସେମାନଙ୍କ ପରିଷଦ ସଭାରେ, ସେମାନଙ୍କ ସମ୍ମୁଖରେ ମୁଁ ଯେତେବେଳେ ଠିଆହେଲି, ସେତେବେଳେ ସେମାନେ ମୋ’ଠାରେ କ’ଣ ସବୁ ଦୋଷ ଦେଖିଲେ? 21 ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋ‌ର୍‌‌ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”

22 ଫେଲୀ‌କ୍‌ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, “ସେନାଧ୍ୟକ୍ଷ ଲୂସିୟା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଗ୍ଭର କରିବି।” 23 ଫେଲୀ‌କ୍‌ସ୍ ଶତସେନାପତିଙ୍କ ଜିମାରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀରେ ରଖି କିଛି ସ୍ୱାଧୀନତା ଦେବା ପାଇଁ ମଧ୍ୟ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ୟକୀୟ ଜିନିଷ ନେଇ ଆସନ୍ତି, ତେବେ ସେମାନଙ୍କୁ ବାଧା ନ ଦେବା ନିମନ୍ତେ ମଧ୍ୟ ସେ ସେହି ଶତସେନାପତିଙ୍କୁ ଆଦେଶ ଦେଲେ।

ଲୂକ ଲିଖିତ ସୁସମାଗ୍ଭର 7:36-50

ଫାରୂଶୀ ଶିମୋନ

36 ଫାରୂଶୀମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସେହି ଫାରୂଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।

37 ସେହି ସମୟରେ ସେହି ନଗରରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣି ପାରିଲା ଯେ, ଯୀଶୁ ଫାରୂଶୀଙ୍କ ଘରେ ଖାଉଛନ୍ତି। ତେଣୁ ସେହି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ରରେ କିଛି ଅତର ଆଣିଲା। 38 ସେ ଯୀଶୁଙ୍କ ପଛଆଡ଼େ ଗୋଡ଼ ପାଖରେ ଠିଆ ହେଲା। ସେ କାନ୍ଦୁଥିଲା। ତା’ପରେ ସେ ଯୀଶୁଙ୍କ ପାଦ ତା ଲୁହରେ ଧୋଇ ଦେଲା। ନିଜ ମୁଣ୍ଡର ବାଳରେ ଯୀଶୁଙ୍କ ପାଦ ପୋଛିଦେଲା। ତାହାଙ୍କ ପାଦରେ ବହୁବାର ଚୁମ୍ବନ ଦେଲା ଓ ପାଦ ଉପରେ ଅତର ଢାଳି ଦେଲା।

39 ଯେଉଁ ଫାରୂଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, “ଯୀଶୁ ଯଦି ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ହୋଇଥା’ନ୍ତେ, ତେବେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।”

40 ଯୀଶୁ ଫାରୂଶୀଙ୍କୁ କହିଲେ, “ଶିମୋନ, ମୋର ତୁମ୍ଭକୁ କିଛି କହିବାର ଅଛି।”

ଶିମୋନ କହିଲେ, “ଗୁରୁ, କୁହନ୍ତୁ!”

41 ଯୀଶୁ କହିଲେ, “କୌଣସି ସାହୁକାର ପାଖରୁ ଦୁଇଜଣ ଖାତକ କରଜ ନେଇଥିଲେ। ଜଣେ ପାଞ୍ଚଶହ ରୂପାଟଙ୍କା କରଜ ନେଇଥିଲା ଓ ଆଉ ଜଣେ ପଗ୍ଭଶ୍‌ଟି ରୂପାଟଙ୍କା ନେଇଥିଲା। 42 ସେମାନଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଋଣ ପରିଶୋଧ କରି ପାରୁ ନ ଥିଲେ। ତେଣୁ ସାହୁକାର ଦୁଇଜଣଙ୍କୁ ଋଣ ମୁକ୍ତ କରିଦେଲେ। ତେବେ ଏ ଦୁଇଜଣଙ୍କ ମଧ୍ୟରେ କିଏ ସାହୁକାରଙ୍କୁ ଅଧିକ ଭଲ ପାଇବ?

43 ଶିମୋନ ଉତ୍ତର ଦେଲେ, “ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡ଼ି ଦେଲେ, ସେହି ଲୋକକୁ ଅଧିକା ଭଲ ପାଇବ।”

ଯୀଶୁ ଶିମୋନଙ୍କୁ କହିଲେ, “ତୁମ୍ଭେ ଠିକ୍ କଥା କହିଛ।” 44 ତା’ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡ଼କୁ ବୁଲିପଡ଼ି ଶିମୋନଙ୍କୁ କହିଲେ, “ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମୋତେ ଗୋଡ଼ ଧୋଇବାକୁ ପାଣି ସୁଦ୍ଧା ଦେଲ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମୋର ପାଦକୁ ଲୁହରେ ଧୋଇ ଦେଲା। ଏବଂ ତା ବାଳରେ ପୋଛିଦେଲା। 45 ତୁମ୍ଭେ ମୋତେ ଚୁମ୍ବନ ଦେଲ ନାହିଁ, କିନ୍ତୁ ଯେଉଁ ସମୟରୁ ମୁଁ ଭିତରକୁ ଆସିଲିଣି, ସେସମୟରୁ ଏ ପର୍ଯ୍ୟନ୍ତ ସେ ମୋର ପାଦରେ ଚୁମ୍ବନ ଦେବା ବନ୍ଦ କରି ନାହିଁ। 46 ତୁମ୍ଭେ ମୋ’ ମୁଣ୍ଡରେ ତେଲ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମୋ’ ପାଦରେ ଅତର ଲଗାଇଲା। 47 ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା’ର ଅନେକ ପାପକ୍ଷମା କରି ଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ରେମ ଦେଖାଇଛି। ଯେଉଁ ଲୋକ କ୍ଷମା ପାଇବା ପାଇଁ କମ୍ ଆବଶ୍ୟକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ରେମ ଅନୁଭବ କରିଥାଏ।”

48 ତା’ପରେ ଯୀଶୁ ସେହି ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପକ୍ଷମା କରି ଦିଆଗଲା।”

49 ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସେମାନେ ମନେ ମନେ ଭାବିବାକୁ ଲାଗିଲେ, “ଏ ଲୋକ ନିଜକୁ କ’ଣ ଭାବୁଛି? ସେ କିପରି ପାପଗୁଡ଼ିକୁ କ୍ଷମା କରି ପାରିବ?”

50 ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୁମ୍ଭେ ବିଶ୍ୱାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। “ଶାନ୍ତିରେ ଯାଅ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center