Book of Common Prayer
ଦାଉଦଙ୍କର ଗୀତ।
41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି।
ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।
4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।”
5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
ଓ ସେଥିପାଇଁ ବେମାର ଅଛି।
ସେ ଆଉ ଭଲ ହେବ ନାହିଁ।”
9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
ତୁମ୍ଭେ ମୋତେ ସାହାଯ୍ୟ କରିଲ।
ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।
13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।
ଆମେନ୍, ଆମେନ୍।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ।
ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
7 “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।
44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
2 ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
3 ଆମ୍ଭର ପିତୃପୁରୁଷଙ୍କ ଖଡ଼୍ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
4 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
6 ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
7 ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
8 ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
କାହିଁକି ତୁମ୍ଭେ ଶୋଇ ରହିଛ?
ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
ଆମ୍ଭକୁ ସାହାଯ୍ୟ କର।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।
ଦୁଇଜଣ ସାକ୍ଷୀ
11 ତା’ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। 2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। 3 ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ବାଣୀ କହିବେ।”
4 ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା। 5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା’ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। 6 ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।
7 ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। 8 ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। 9 ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। 10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।
11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟଦ୍ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। 12 ତା’ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟଦ୍ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।
13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।
14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି(A)
14 ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। 15 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆଲ୍ଜିବୂଲ୍ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।
16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ। 17 କିନ୍ତୁ ଯୀଶୁ ସେହି ଲୋକମାନଙ୍କ ଭାବନା ଜାଣି ପାରିଲେ। ସେ କହିଲେ, “ଗୋଟିଏ ରାଜ୍ୟ ଭାଗଭାଗ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କଲେ ଶେଷରେ ଧ୍ୱଂସ ହୋଇଯିବ। ଗୋଟିଏ ପରିବାରର ଲୋକେ ନିଜ ବିରୁଦ୍ଧରେ ଲଢ଼େଇ କଲେ ସେ ପରିବାର ମଧ୍ୟ ଭାଙ୍ଗିଯିବ। 18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆଲ୍ଜିବୂଲ୍ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ। 19 କିନ୍ତୁ ମୁଁ ଯଦି ବାଆଲ୍ଜିବୂଲ୍ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି, ତେବେ ତୁମ୍ଭମାନଙ୍କ ଲୋକମାନେ କାହା ସାହାଯ୍ୟରେ ଭୂତମାନଙ୍କୁ ବାହାର କରୁଛନ୍ତି? ତେବେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭେମାନେ ଭୁଲ୍ କହୁଛ। 20 ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।
21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା’ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ। 22 କିନ୍ତୁ, ଯେତେବେଳେ ତା’ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆସେ ଓ ତା’ ଉପରେ ଆକ୍ରମଣ କରି ତାକୁ ହରେଇ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡ଼ିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସେହି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡ଼ିକୁ ଅଧିକତର ବଳବାନ ଲୋକଟି ଛଡ଼େଇ ନିଏ ଓ ତାହାର ଜିନିଷଗୁଡ଼ିକୁ ଯାହା ଇଚ୍ଛା ତାହା କରେ।
23 “ଯେଉଁ ଲୋକ ମୋ’ ସହିତ ନାହିଁ, ସେ ମୋ’ ବିରୁଦ୍ଧରେ ଅଛି, ଯେଉଁ ଲୋକ ମୋ’ ସହିତ କାମ କରୁନି, ସେ ମୋ’ ବିରୁଦ୍ଧରେ କାମ କରୁଛି।
ଶୂନ୍ୟ ମଣିଷ(B)
24 “ଯେତେବେଳେ କୌଣସି ଭୂତ କୌଣସି ମଣିଷ ଦେହରୁ ବାହାରି ଆସେ, ସେତେବେଳେ ସେହି ଆତ୍ମା ବିଶ୍ରାମ ସ୍ଥାନ ଖୋଜି ଖୋଜି ଶୁଖିଲା ଜାଗାସବୁରେ ବୁଲେ। କିନ୍ତୁ ସେ ବିଶ୍ରାମ ନେବାକୁ ଜାଗା ଟିକିଏ ନ ପାଇଲେ କୁହେ, ‘ମୁଁ ଯେଉଁଠାରୁ ଆସିଛି, ପୁଣି ସେହି ଘରକୁ ଫେରିଯିବି।’ 25 ଯେତେବେଳେ ଭୂତଟି ସେହି ମଣିଷ ନିକଟକୁ ଫେରି ଆସେ, ସେ ଦେଖେ ଯେ ସେହି ଘରଟି ସଫାସୁତୁରା ଓ ସବୁ ଠିକ୍ଠାକ୍ ଅଛି। 26 ତା’ପରେ ସେ ଯାଇ ତା’ଠାରୁ ଆହୁରି ଅଧିକ ଦୁଷ୍ଟ ସାତ ଜଣ ଭୂତଙ୍କୁ ଡାକିଆଣେ, ସେମାନେ ସମସ୍ତେ ସେହି ମଣିଷ ମଧ୍ୟରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସେହି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହୋଇ ପଡ଼େ।”
2010 by World Bible Translation Center