Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପରମେଶ୍ୱର ତାଙ୍କ ଦାସମାନଙ୍କୁ ସାହାଯ୍ୟ କରିବାକୁ ଇଚ୍ଛା କରନ୍ତି
9 “ସଦାପ୍ରଭୁ ଜ୍ଞାନ ଶିକ୍ଷା ଦେବାକୁ ଇଚ୍ଛା କରନ୍ତି। ଓ ତାଙ୍କ ସୁସମାଗ୍ଭର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁଗ୍ଧ ପୋଷ୍ୟ ଶିଶୁ ସଦୃଶ ବୁଝିବାକୁ ଅକ୍ଷମ। 10 ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢଙ୍ଗରେ କୁହନ୍ତି, କାରଣ ଏ ତ:
“ବିଧି ଉପରେ ବିଧି, ବିଧି ଉପରେ ବିଧି,
ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି,
ଏଠି ଅଳ୍ପ ସେଠି ଅଳ୍ପ।”
11 ସଦାପ୍ରଭୁ ଅଦ୍ଭୂତ ସ୍ୱରରେ ଓ ଅନ୍ୟ ଭାଷାରେ ଲୋକମାନଙ୍କୁ କଥା କହିବେ।
12 ଅତୀତରେ ପରମେଶ୍ୱର ସେମାନଙ୍କୁ କହିଥିଲେ “ଏଠାରେ ଏକ ବିଶ୍ରାମସ୍ଥଳ ଅଛି। ଏହି ଶାନ୍ତିମୟ ସ୍ଥାନରେ ଯେଉଁମାନେ ଆରାମ ଗ୍ଭହୁଁଛ ଆସି ଆରାମ କର।”
ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ। 13 ତେଣୁ ପରମେଶ୍ୱରଙ୍କର ବାକ୍ୟ ବିଦେଶୀ ଭାଷାରେ କୁହାଯାଏ:
“ବିଧି ଉପରେ ବିଧି, ବିଧି ଉପରେ ବିଧି,
ଧାଡ଼ି ଉପରେ ଧାଡ଼ି; ଧାଡ଼ି ଉପରେ ଧାଡ଼ି,
ଏଠି ଅଳ୍ପ, ସେଠି ଅଳ୍ପ।”
କାରଣ ଲୋକମାନେ ଇଚ୍ଛାନୁସାରେ କାର୍ଯ୍ୟ କଲେ। ତେଣୁ ସେମାନେ ପଛକୁ ପଡ଼ି ଭଗ୍ନ ହେଲେ। ସେମାନେ ଫାନ୍ଦରେ ପଡ଼ିଲେ ଓ ଧୃତ ହେଲେ।
ପରମେଶ୍ୱରଙ୍କ ବିଗ୍ଭରରେ କେହି ଛାଡ଼ ପାଇବେ ନାହିଁ
14 ହେ ଯିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁସହିତ ସନ୍ଧି କରିଅଛୁ ଓ ପାତାଳ ସହିତ ଚୁକ୍ତି କରିଅଛୁ। ତେଣୁ ଜଳ ପ୍ରଳୟରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭେମାନେ ମିଥ୍ୟାର ଆଶ୍ରୟ ନେଇଅଛୁ ଓ ଅସତ୍ୟ ପଛରେ ନିଜକୁ ଲୁଗ୍ଭଇ ରଖିଅଛୁ।”
16 ସେଥିପାଇଁ ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ଦେଖ, ମୁଁ ସିୟୋନରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ୟବାନ କୋଣ ପ୍ରସ୍ତର। ଏହା ଉପରେ ସବୁକିଛି ଏହି ଗୁରୁତ୍ୱପୂର୍ଣ୍ଣ ପର୍ବତ ଉପରେ ନିର୍ମିତ ହେବ। ଯେକେହି ଏହି ପ୍ରସ୍ତର ଉପରେ ବିଶ୍ୱାସ ରଖେ ସେ ହତାଶ ହେବ ନାହିଁ।
ଶରୀରର ଏକତା
4 ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର। 2 ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର। 3 ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ। 4 ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ। 5 ପ୍ରଭୁ ଏକ, ବିଶ୍ୱାସ ଏକ ଓ ବାପ୍ତିସ୍ମ ମଧ୍ୟ ଏକ। 6 ପରମେଶ୍ୱର ଜଣେ ଓ ସେ ହେଉଛନ୍ତି ପ୍ରତ୍ୟେକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ୱାମୀ ଅଟନ୍ତି। ସେ ସବୁଠାରେ ଓ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
7 ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି। 8 ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସାରେ ସେହି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁହେ:
“ସେ ଆକାଶର ଉଚ୍ଚକୁ ଗଲେ;
ସେ ବନ୍ଦୀମାନଙ୍କୁ ନିଜ ସହିତ ନେଲେ,
ଓ ସେ ଲୋକମାନଙ୍କୁ ଅନୁଗ୍ରହ ଦାନ ଦେଲ।’’ (A)
9 “ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ। 10 ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି। 11 ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟଦ୍ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ। 12 ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା। 13 ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।
14 ତା’ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି, 15 ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର। 16 ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।
116 ମୁଁ ତାଙ୍କୁ ପ୍ରେମ କରେ,
କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ [a] ଉତ୍ତର ଦେଲେ।
3 ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
କବର ତା’ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
ମୁଁ ସଙ୍କଟ ଓ ଦୁଃଖରେ ଥିଲି।
4 ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
5 ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି।
ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି।
6 ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି।
ମୁଁ ଯେତେବେଳେ ଦିନହୀନ ଥିଲି ସଦାପ୍ରଭୁ ମୋତେ ରକ୍ଷା କଲେ।
7 ହେ ମୋର ପ୍ରାଣ ବିଶ୍ରାମ କର।
ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି।
8 ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ।
ମୋର ଲୋତକ ବନ୍ଦ କଲ।
ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କର।
9 ଜୀବିତମାନଙ୍କ ଦେଶରେ
ମୁଁ ସଦାପ୍ରଭୁଙ୍କ ସେବା କରିବି।
10 ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି”
ତଥାପି ମୁଁ ବିଶ୍ୱାସ କଲି।
11 ମୁଁ ଯେତେବେଳେ ଭୟରେ ଥିଲି, କହିଲି,
“ସମସ୍ତ ମନୁଷ୍ୟ ମିଥ୍ୟାଗ୍ଭରୀ ଅଟନ୍ତି।”
12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
ମନ୍ଦିରକୁ ଯିବି।
ସଦାପ୍ରଭୁଙ୍କର ପ୍ରଶଂସା କର!
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପବିତ୍ରଆତ୍ମାଙ୍କର ପ୍ରତିଜ୍ଞା
15 “ମୋତେ ଯଦି ତୁମ୍ଭେ ପ୍ରେମ କର, ତେବେ ମୋର ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ। 16 ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ। 17 ସେହି ସାହାଯ୍ୟକାରୀ ଜଣକ ସତ୍ୟମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେହେତୁ ଜଗତ ତାହାଙ୍କୁ ଦେଖୁ ନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟରେ ବାସ କରିବେ।
18 “ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡ଼ିଯିବି ନାହିଁ। ମୁଁ ତୁମ୍ଭ ପାଖକୁ ଫେରି ଆସିବି। 19 ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ। 20 ତୁମ୍ଭେ ସେଦିନ ଜାଣିବ ଯେ, ମୁଁ ପରମପିତାଙ୍କଠାରେ ରହିଛି। ତୁମ୍ଭେ ଜାଣିବ ଯେ, ତୁମ୍ଭେ ମୋ’ଠାରେ ଓ ମୁଁ ତୁମ୍ଭଠାରେ ଅଛି। 21 ଯେଉଁ ଲୋକ ମୋର ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତରେ ମୋତେ ପ୍ରେମ କରେ। ମୋତେ ପ୍ରେମ କରୁଥିବା ଲୋକକୁ ମୋ’ ପରମପିତା ମଧ୍ୟ ପ୍ରେମ କରିବେ। ମୁଁ ମଧ୍ୟ ତାକୁ ପ୍ରେମ କରିବି ଓ ନିଜକୁ ତା’ ନିକଟରେ ପ୍ରକାଶ କରିବି।”
22 ତା’ପରେ ଯିହୂଦା (ଇଷ୍କାରିୟୋତ ନୁହନ୍ତି) ତାହାଙ୍କୁ ପଗ୍ଭରିଲେ, “କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠାରେ ନିଜକୁ ଦେଖାଇବା ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦେଖାଉ ନାହାନ୍ତି।”
23 ଯୀଶୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ ତେବେ ସେ ମୋହର ଉପଦେଶ ପାଳନ କରିବ। ମୋର ପରମପିତା ତାକୁ ପ୍ରେମ କରିବେ। ମୋର ପରମପିତା ଓ ମୁଁ ସେହି ଲୋକ ପାଖକୁ ଆସିବୁ ଓ ତା’ ସହିତ ରହିବୁ। 24 କିନ୍ତୁ ଯେଉଁ ଲୋକ ମୋତେ ପ୍ରେମ କରେ ନାହିଁ, ସେ ମୋର ଉପଦେଶ ମାନେ ନାହିଁ। ମୋ’ଠାରୁ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତରେ ମୋର ନୁହେଁ। ଏହା ମୋତେ ପଠାଇ ଥିବା ପରମପିତାଙ୍କର।
25 “ମୁଁ ତୁମ୍ଭ ସହିତ ଥିବା ସମୟରେ ଏହିସବୁ କଥା ତୁମ୍ଭମାନଙ୍କୁ କହିଛି। 26 କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।
27 “ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା’ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ। 28 ତୁମ୍ଭେ ମୋର କଥା ଶୁଣିଛ ଯେ ‘ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫେରିବି।’ ଯଦି ତୁମ୍ଭେ ମୋତେ ପ୍ରକୃତରେ ପ୍ରେମ କରୁଥାଅ, ତେବେ ମୋ’ ପାଇଁ ତୁମ୍ଭେ ଖୁସୀ ହେବ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମୋ’ଠାରୁ ମହାନ୍। 29 ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡ଼ିକ ବର୍ତ୍ତମାନ ଜଣାଇଦେଲି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ୱାସ କରିବ।
30 “ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହେବି ନାହିଁ। ଏ ଜଗତର ଶାସକ ଆସୁଛି। ମୋ’ ଉପରେ ତା’ର କୌଣସି କ୍ଷମତା ନାହିଁ। 31 କିନ୍ତୁ ଏହି ଜଗତ ଜାଣିବା ଉଚିତ୍ ଯେ, ମୁଁ ପରମପିତାଙ୍କୁ ପ୍ରେମ କରେ। ତେଣୁ ପରମପିତା ମୋତେ ଯେପରି କହିଛନ୍ତି, ମୁଁ ଠିକ୍ ସେହିପରି କରିବି। ଗ୍ଭଲ ଯିବା।
“ଆମ୍ଭେ ଏ ସ୍ଥାନ ତ୍ୟାଗ କରିବା।”
2010 by World Bible Translation Center