Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 50

ଆସ‌ଫ୍‌ର ଗୋଟିଏ ଗୀତ।

50 ସଦାପ୍ରଭୁ ପରମେଶ୍ୱର କହିଛନ୍ତି।
    ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
ପରମ ସୌନ୍ଦର୍ଯ୍ୟମୟୀ [a] ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ।
    ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ।
    ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ,
    ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ।
    ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”

ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା।
    ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ।

ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ,
    ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ।
    ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ,
    ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ
    କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
10 ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ।
    ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି।
    ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ।
    ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି।
    ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
13 ମୁଁ ଷଣ୍ଢର ମାଂସ ଖାଏ ନାହିଁ।
    ମୁଁ ଛେଳିର ରକ୍ତ ପିଏ ନାହିଁ।”

14 ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ।
    ତୁମ୍ଭର ବଳି ଉତ୍ସର୍ଗ କର।
15 ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ,
    ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା’ପରେ ତୁମ୍ଭେ ଆମ୍ଭର ମହିମା କରିବ।”

16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
    “ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
    ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
    ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା’ସହ ଦୌଡ଼ିଯାଇ ମିଶିଯାଅ।
    ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନିରବିଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
    ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
    ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
    ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
    ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
    ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
    ଏବଂ ଯେକେହି ସତ୍ ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”

ଗୀତସଂହିତା 59-60

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କ ଗୀତ, ମିକ୍ତାମ୍ ଓ ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।

59 ହେ ପରମେଶ୍ୱର, ମୋର ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର।
    ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର।
କୁକର୍ମ କରୁଥିବା ସେହି ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
    ସେହି ହତ୍ୟାକାରୀମାନଙ୍କଠାରୁ ମୋତେ ରକ୍ଷା କର।
ଦେଖ, ଲୋକମାନେ ମୋତେ ହତ୍ୟା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି।
    ବଳବାନ ଲୋକମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ
    କିନ୍ତୁ ସଦାପ୍ରଭୁ, ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
ମୁଁ କୌଣସି ଦୋଷ କରି ନାହିଁ।
    କିନ୍ତୁ ସେମାନେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି।
    ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ!
ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର!
    ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ।
    ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।

ସେହି ଦୁଷ୍ଟ ଲୋକମାନେ କୁକୁର ପରି।
    ସେମାନେ ସନ୍ଧ୍ୟାବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
ତୁମ୍ଭେ ସେମାନଙ୍କ ଧମକ ଓ ଅପମାନକୁ ଶୁଣ।
    ସେମାନେ ଭାବନ୍ତି ସେମାନଙ୍କୁ କେହି ଶୁଣନ୍ତି ନାହିଁ।
    ଯେହେତୁ ସେମାନେ ଖରାପ କଥା କହନ୍ତି।

କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ପରିହାସ କର।
    ତୁମ୍ଭେ ସେହି ସମସ୍ତ ଦେଶକୁ ବିଦ୍ରୂପ କର।
ହେ ମୋର ଶକ୍ତି! ମୁଁ ତୁମ୍ଭ ପାଇଁ ଅପେକ୍ଷା କରିଛି।
    ହେ ପରମେଶ୍ୱର, ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
10 ପରମେଶ୍ୱର ମୋତେ ଭଲପା’ନ୍ତି।
    ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ।
11 ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ।
    ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି।
    ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
12 ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି।
    ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର।
    ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।
13 ସେମାନଙ୍କୁ ତୁମ୍ଭ କ୍ରୋଧରେ ଧ୍ୱଂସ କର।
    ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କର।
ତାହାହେଲେ ସମସ୍ତ ପୃଥିବୀବାସୀ ଜାଣିବେ ଯେ,
    ପରମେଶ୍ୱର ଇସ୍ରାଏଲର ଶାସକ।

14 ସେହି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି।
    ସେମାନେ ସନ୍ଧ୍ୟାବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
15 ସେମାନେ କିଛିଦ୍ରବ୍ୟ ଖାଇବା ଅନ୍ୱେଷଣରେ ଏଣେତେଣେ ଭ୍ରମଣ କରନ୍ତି।
    ମୁଁ ରାଣ ପକାଉଛି, ଯଦି ସେମାନେ ଯଥେଷ୍ଟ ପାଆନ୍ତି ତଥାପି ସେମାନେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି। [a]
16 କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି।
    ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି।
କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ।
    ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ।
17 ମୁଁ ତୁମ୍ଭର ସ୍ତୁତିଗାନ କରିବି।
    କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ,
    ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।

ପ୍ରଧାନ ବାଦ୍ୟକର ନିମନ୍ତେ “ଶୂଷନ୍-ଏଦୁତ୍” ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍। ଅରାମନହରିୟମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ 12,000 ଲୋକଙ୍କୁ ବଧ କରିବା ସମୟରେ ରଚିତ।

60 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ।
    ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ।
    କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ।
    ଏହାର ଫାଟକକୁ ମରାମତି କର,
    କାରଣ ଏହାର ପତନ ହେଉଅଛି।
ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ୟା ଦେଇଛ।
    ଆମ୍ଭେ ମଦ୍ୟପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।
ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ।
    ଯାହା ଫଳରେ ସେମାନେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରି ପାରିବେ।

ଯେପରି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମୋର ପ୍ରାର୍ଥନାର ଉତ୍ତର ଦିଅ।
    ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।

ପରମେଶ୍ୱର ତାଙ୍କ ମନ୍ଦିରରେ [b] କହିଲେ,
    “ମୁଁ ଯୁଦ୍ଧରେ ଜିତିବି ଏବଂ ଜୟଲାଭ ବିଷୟରେ ବହୁତ ଖୁସୀ ହେବି।
ତା’ପରେ ମୁଁ ଏହି ଭୂମିକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବି।
    ମୁଁ ଶିଖିମ ଓ ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେଇଦେବି।
ଗିଲିୟଦ ଓ ମନଃଶି ମୋର ହେବେ।
    ଇଫ୍ରୟିମ ମୋର ଶିରସ୍ତ୍ରାଣ ହେବ।
    ଯିହୁଦା ମୋର ରାଜଦଣ୍ଡ ହେବ।
ମୋୟାବ ମୋର ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର।
    ଇଦୋମ ମୋର ପାଦୁକା ବହନ କରିବ।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି।
    ତୁମ୍ଭେ ବିଜୟ ସକାଶେ ଜୟଧ୍ୱନି କର।”

9-10 କିଏ ମୋତେ ସେହି ଦୃଢ଼ ନଗର ଭିତରକୁ ଆଣିବ?
    କିଏ ମୋତେ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆଗେଇ ନେବ?
ପରମେଶ୍ୱର, ତୁମ୍ଭେ ନୁହଁ କି?
    କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ୟାଖ୍ୟାନ କରିଛ।
    ପରମେଶ୍ୱର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ଯାଅ ନାହିଁ।
11 ହେ ପରମେଶ୍ୱର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ।
    ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରି ପାରିବେ ନାହିଁ।
12 ପରମେଶ୍ୱର ହିଁ ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
    କେବଳ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରି ପାରିବେ।

ଗୀତସଂହିତା 33

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
    ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
    ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
    ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
    ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
    ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
    ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
    ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
    ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
    ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
    ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।

Error: Book name not found: Sir for the version: Odia Holy Bible: Easy-to-Read Version
Error: Book name not found: Sir for the version: Odia Holy Bible: Easy-to-Read Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:7-17

ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା’ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା। କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ। ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା’ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।

10 ତା’ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା। 11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ। 12 ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’

13 ବିଶାଳ ସାପ ନିଜକୁ ପୃଥିବୀରେ ନିକ୍ଷେପ ହେବାର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପଛେ ପଛେ ଦୌଡ଼ିଲା। 14 କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ। 15 ତା’ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ। 16 କିନ୍ତୁ ପୃଥିବୀ ସେହି ସ୍ତ୍ରୀକୁ ସାହାଯ୍ୟ କଲା। ପୃଥିବୀ ତା’ର ମୁଖ ଖୋଲିଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦେଲା। 17 ତେଣୁ ସାପ ସେହି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା’ର ଅନ୍ୟ ପିଲାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ୱରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ସେହିମାନେ ତାହାଙ୍କର ସନ୍ତାନ।

ଲୂକ ଲିଖିତ ସୁସମାଗ୍ଭର 11:53-12:12

53 ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନେକ କଷ୍ଟ ଦେବା ଆରମ୍ଭ କରି ଦେଲେ। ସେମାନେ ଯୀଶୁଙ୍କୁ ଅନେକ ବିଷୟରେ ପ୍ରଶ୍ନମାନ ପଗ୍ଭରି ତାହାଙ୍କଠାରୁ ଉତ୍ତର ଗ୍ଭହୁଁଥିଲେ। 54 କାରଣ ସେମାନେ ଯୀଶୁଙ୍କୁ କିଛି ଭୁଲ୍ କଥା କୁହାଇ ଫାନ୍ଦରେ ପକେଇବାକୁ ବାଟ ଖୋଜୁ ଥିଲେ।

ଫାରୂଶୀମାନଙ୍କ ଭଳି ହୁଅ ନାହିଁ

12 ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ। ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ। ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”

କେବଳ ପରମେଶ୍ୱରଙ୍କୁ ଭୟ କର(A)

ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ। ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର।

“ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ। ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ।

ଯୀଶୁଙ୍କ ଯୋଗୁଁ ଲଜ୍ଜା କର ନାହିଁ(B)

“ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ’ଠାରେ ବିଶ୍ୱାସ କରୁଛି, ତା’ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ। କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ’ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

10 “ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇ ପାରେ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ।

11 “ଯେତେବେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତେବେଳେ ତୁମ୍ଭେମାନେ କିପରି ଉତ୍ତର ଦେବ, ଓ କ’ଣ କହିବ, ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। 12 କାରଣ ସେହି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦେବେ ତୁମ୍ଭମାନଙ୍କୁ କ’ଣ କହିବାକୁ ହେବ।।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center