Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 70-71

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।

70 ହେ ପରମେଶ୍ୱର, ମୋତେ ରକ୍ଷା କର!
    ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
    ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
    ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
ଲୋକମାନେ ମୋତେ ପରିହାସ କରନ୍ତି।
    ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
    ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
    ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”

ମୁଁ ଏକ ନିଃସହାୟ ଲୋକ।
    ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
    ସଦାପ୍ରଭୁ ବିଳମ୍ବ କର ନାହିଁ।

71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
    ମୋତେ ନିରାଶ ହେବାକୁ ଦିଅ ନାହିଁ।
କାରଣ ତୁମ୍ଭେ ଯଥାର୍ଥ ଅଟ।
    ମୋତେ ଉଦ୍ଧାର କର ଓ ବଞ୍ଚାଅ।
    ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
ମୋର ଦୁର୍ଗ ହୁଅ।
    ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
    ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
    ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
    ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
    ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
    ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
    ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
    ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
    ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
    ପରମେଶ୍ୱର ତାଙ୍କୁ କରିତ୍ୟାଗ କରିଛନ୍ତି।
    ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
    ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
    ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
    ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
    ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
    ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
    ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
    ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
    ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
    ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
    ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
    ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
    ମୋ’ ଜୀବନକୁ ପୁନଃସ୍ଥାପନ କର।
    ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
    ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
    ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
    ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
    ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
    କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
    ପରାସ୍ତ ଓ ଅପମାନିତ ହେବେ।

ଗୀତସଂହିତା 74

ଆସଫର ମସ୍କୀଲ୍।

74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
    ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
    ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
    ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।

ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
    ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
    ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
    ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
    ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
    କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
    ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦ‌‌ଗ୍‌‌ଧ କରି ଦେଲେ।
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
    କୌଣସି ଭବିଷ୍ୟ‌ଦ୍‌ବକ୍ତା ଆଉ ନାହାନ୍ତି।
    କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
    ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
    ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
    ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
    ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
    ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
    ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
    ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
    ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
    ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
    କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
    ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
    ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
    ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
    ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
    ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉ‌ଦ୍‌ଘୋଷ କେବେ ଭୁଲିଯାଅ ନାହିଁ।
    ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।

Error: Book name not found: Sir for the version: Odia Holy Bible: Easy-to-Read Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:12-21

12 ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା। 13 ତା’ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସେମାନେ ବେଙ୍ଗ ପରି ଦେଖାଯାଉଥିଲେ। ସେମାନେ ସେହି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ୟ‌‌ଦ୍‌‌‌‌ବକ୍ତା ମୁଖରୁ ବାହାରି ଆସିଲେ। 14 ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି।

15 “ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’

16 ସେହି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ କୁହା ଯାଉଥିବା ‘ହର୍ମିଗିଦ୍ଦୋନ୍’ ନାମକ ସ୍ଥାନରେ ଏକାଠି କଲେ।

17 ତା’ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।” 18 ତା’ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା। 19 ମହାନଗରୀ ତିନି ଭାଗରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହୋଇଗଲା। ପରମେଶ୍ୱର ମହାନଗରୀ ବାବିଲୋନକୁ ଦଣ୍ଡ ଦେବା ପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କ୍ରୋଧରୂପ ମଦିରା ପାତ୍ରରୁ ପାନ କରାଇଲେ। 20 ପ୍ରତ୍ୟେକ ଦ୍ୱୀପ ଉଭେଇ ଗଲା ଓ ସେଠାରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ। 21 ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା।

ଲୂକ ଲିଖିତ ସୁସମାଗ୍ଭର 13:18-30

ପରମେଶ୍ୱରଙ୍କ ରାଜ୍ୟ କି ଭଳି(A)

18 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି? 19 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।”

20 ଯୀଶୁ ପୁଣି କହିଲେ, “ମୁଁ ପରମେଶ୍ୱରଙ୍କ ରାଜ୍ୟ କାହା ସହିତ ତୁଳନା କରି ପାରିବି? 21 ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ଼ ପାତ୍ରରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।”

ଅଣଓସାରିଆ ଦ୍ୱାର(B)

22 ଯୀଶୁ ପ୍ରତ୍ୟେକ ନଗର ଓ ଗ୍ରାମରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ଯିରୁଶାଲମ ଆଡ଼କୁ ଯାଉଥିଲେ। 23 ଜଣେ କେହି ଯୀଶୁଙ୍କୁ କହିଲା, “ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ’ଣ ଅଳ୍ପ ଲୋକ?”

24 ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ। 25 ଯଦି ଜଣେ ଲୋକ ତା’ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’ 26 ତା’ପରେ ତୁମ୍ଭେମାନେ କହିବ, ‘ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭେମାନେ ଆମ୍ଭ ନଗର ଗଳିମାନଙ୍କରେ ଉପଦେଶ ଦେଇଛ।’ 27 ତା’ପରେ ତୁମ୍ଭମାନଙ୍କୁ କହିବେ, ‘ମୁଁ ତୁମ୍ଭମାନଙ୍କୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ? ତୁମ୍ଭେମାନେ ମନ୍ଦ କାମ କରୁଥିବା ଲୋକ। ମୋ’ ପାଖରୁ ଦୂର ହୁଅ।’

28 “ତୁମ୍ଭେମାନେ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟରେ ଦେଖି ପାରିବ। କିନ୍ତୁ ତୁମ୍ଭେମାନେ ବାହାରେ ରହିଯିବ। ସେତିକିବେଳେ ତୁମ୍ଭେମାନେ କ୍ରୋଧ ଓ ଭୟରେ କାନ୍ଦିବ। 29 ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ଖାଇବାକୁ ବସିବେ। 30 କେତେକ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ଯ୍ୟଦା ସବୁଠାରୁ ନିମ୍ନରେ ଅଛି, ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶେଷରେ ଥିବା କେତେକ ଲୋକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଶେଷରେ ରହିବେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center