Book of Common Prayer
କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।
88 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା।
ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
2 ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ।
ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
3 ମୋର ପ୍ରାଣ ଦୁଃଖରେ ଭରପୁର।
ମୁଁ ଶୀଘ୍ର ମରିଯିବି।
4 ମୁଁ ଜଣେ ଶକ୍ତି ହରାଇଥିବା
ପ୍ରାୟ ମୃତ ଲୋକପରି ହୋଇଅଛି।
5 ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ।
ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି
ଏବଂ ଲୋକମାନେ ଏ ବିଷୟରେ ସବୁ
ଭୁଲିଗଲେ ଓ ସହାୟ ନାହିଁ।
6 ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର
ଗଭୀର ସ୍ଥାନରେ ରଖିଅଛ।
7 ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି।
ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ।
8 ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ,
ମୁଁ ଅଛୁଆଁ ପରି ସେମାନେ ମୋ’ଠାରୁ ଦୂରେଇ ଗଲେ।
ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
9 କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି।
ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି।
ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର?
ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ?
11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ।
ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ।
ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।
13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି।
ମୋତେ ସାହାରା ଦିଅ।
ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ?
ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?
15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି।
ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି,
ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା।
ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ’ଠାରୁ ଦୂରେଇ ରଖିଅଛ।
ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
3 ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
5 ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
6 ଅନ୍ଧକାରଗାମୀ ମହାମାରୀ,
କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
7 ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ।
ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ,
କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
8 ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି।
ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
ବିଶ୍ରାମବାର ନିମିତ୍ତକ ଗୀତ।
92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
2 ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
3 ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
ସୂ-ଗୀତ ଗାନ କରିବା ଭଲ।
4 ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
5 ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
6 ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
7 ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
8 କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
9 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
ଲିବାନୋନ୍ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
ପରମେଶ୍ୱର ତାଙ୍କର ଆତ୍ମା ସବୁ ଲୋକଙ୍କୁ ପ୍ରଦାନ କରିବେ
28 “ଏହା ପରେ ସବୁପ୍ରକାର ଲୋକଙ୍କ ଉପରେ
ଆମ୍ଭର ଆତ୍ମା ପ୍ରଦାନ କରିବା।
ତହିଁରେ ତୁମ୍ଭର ପୁତ୍ର ଓ କନ୍ୟାଗଣ ସଦାପ୍ରଭୁଙ୍କର ଭବିଷ୍ୟତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କରିବେ।
ତୁମ୍ଭର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ
ଓ ତୁମ୍ଭର ଯୁବକଗଣ ଦର୍ଶନ ଲାଭ କରିବେ।
29 ସେହି ସମୟରେ ଆମ୍ଭେ ମଧ୍ୟ ଆପଣା ଦାସ
ଓ ଦାସୀଙ୍କ ଉପରେ ଆମ୍ଭର ଆତ୍ମା ଢାଳିବା।
30 ସେହି ସମୟରେ ଆମ୍ଭେ ଆକାଶ ଓ ପୃଥିବୀରେ ଅଲୌକିକ ଦୃଶ୍ୟ ଦେଖାଇବା।
ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦେଖାଯିବ।
31 ସଦାପ୍ରଭୁଙ୍କର ସେହି ମହାନ ଓ ଅଦ୍ଭୂତ ଦିନର ଆଗମନରେ
ସୂର୍ଯ୍ୟ ଅନ୍ଧକାରମୟ
ଓ ଚନ୍ଦ୍ର ରକ୍ତବର୍ଣ୍ଣ ହୋଇଯିବେ।
32 ସେହି ସମୟରେ, ଯେ କେହି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବ, ସେ ହିଁ ଉଦ୍ଧାର ପାଇବ।
କାରଣ ଶରଣାର୍ଥୀ ଲୋକମାନେ ଯିରୁଶାଲମର ଓ ସିୟୋନ ପର୍ବତ ଉପରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହେବେ,
ଯାହାକି ସଦାପ୍ରଭୁ କହିଛନ୍ତି
ଏବଂ ସେମାନେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ,
ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରୁଛନ୍ତି।
ଯିହୁଦାର ଶତ୍ରୁମାନେ ଦଣ୍ତିତ ହେବେ
3 “ହଁ ଦେଖ, ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା। 2 ଆମ୍ଭେ ମଧ୍ୟ ସମସ୍ତ ରାଜ୍ୟକୁ ଏକତ୍ରିତ କରିବା। ସେହି ସମୟରେ, ଆମ୍ଭେ ସବୁ ରାଜ୍ୟକୁ ଯିହୋଶାଫଟ୍ ଉପତ୍ୟକାକୁ ଓହ୍ଲାଇ ଆଣିବା। ସେଠାରେ ଆମ୍ଭେ ସେମାନଙ୍କର ବିଗ୍ଭର କରିବା। ସେହି ଗୋଷ୍ଠୀଗୁଡ଼ିକ ଆମ୍ଭ ଇସ୍ରାଏଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସେମାନେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ଜୋର୍ କରି ନିର୍ବାସିତ କରି ଦେଇଛନ୍ତି। ସେମାନେ ଆମ୍ଭର ଭୂମି ସେମାନଙ୍କ ମଧ୍ୟରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। 3 ସେମାନେ ଆମ୍ଭ ଲୋକମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବାକୁ ଗୁଲିବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ୟା ପାଇଁ ସେମାନେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସେମାନେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।
4 “ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭେମାନେ ଆମ୍ଭଙ୍କୁ ଦଣ୍ତ ଦେଇ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦେବା। 5 ତୁମ୍ଭେମାନେ ଆମ୍ଭର ସମସ୍ତ ରୂପା ଓ ସୁନା ଅପହରଣ କରିଅଛ। ଆମ୍ଭର ମୂଲ୍ୟବାନ ଭଣ୍ତାରକୁ ଖାଲି କରି ତୁମ୍ଭ ମନ୍ଦିରରେ ରଖିଅଛ।
6 “ତୁମ୍ଭେମାନେ ଯିହୁଦା ଓ ଯିରୁଶାଲମର ସନ୍ତାନଗଣଙ୍କୁ ଗ୍ରୀସ୍ରେ ବିକ୍ରୀ କରିଛ ଏବଂ ସେମାନଙ୍କୁ ସେମାନଙ୍କର ସୀମାରୁ ବହୁଦୂରକୁ ନେଇଯାଇଛ। 7 ତୁମ୍ଭେମାନେ ଆମ୍ଭର ସନ୍ତାନମାନଙ୍କୁ ବହୁଦୂରକୁ ପଠାଇ ଦେଇଛ। କିନ୍ତୁ ଆମ୍ଭେ ସେମାନଙ୍କୁ ଫେରାଇ ଆଣିବା। ଆଉ ମଧ୍ୟ ତୁମ୍ଭର ଏହି କର୍ମ ଲାଗି ତୁମ୍ଭମାନଙ୍କୁ ଦଣ୍ତ ଦେବା। 8 ତୁମ୍ଭମାନଙ୍କର ପୁତ୍ରକନ୍ୟାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସେମାନେ ସେହି ସନ୍ତାନମାନଙ୍କୁ ଦୂର ଦେଶୀୟ ଶୀବାୟୀୟ ଲୋକମାନଙ୍କୁ ବିକ୍ରୀ କରିବେ,” କାରଣ ସଦାପ୍ରଭୁ ଏହା କହିଛନ୍ତି।
16 ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ। 17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। 18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
ଶୁଣିବା ଓ ପାଳନ କରିବା
19 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ। 20 କାରଣ ଜଣେ ମଣିଷର କ୍ରୋଧ ତାହାକୁ ପରମେଶ୍ୱରଙ୍କ ଇଚ୍ଛାନୁମୋଦିତ ଧାର୍ମିକ ଜୀବନ କାଟିବାକୁ ସାହାଯ୍ୟ କରେ ନାହିଁ। 21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।
22 ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ। 23 ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ। 24 ସେ ଦର୍ପଣରେ ନିଜକୁ ଦେଖେ ଓ ଦୂରେଇ ଗ୍ଭଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା। 25 କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକାରେ ପରମେଶ୍ୱରଙ୍କ ସିଦ୍ଧ ବ୍ୟବସ୍ଥାକୁ ଅଧ୍ୟୟନ କରେ ଯାହା ମନୁଷ୍ୟମାନଙ୍କୁ ସ୍ୱାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ୟୟନ କରୁଥାଏ। ସେ ପରମେଶ୍ୱରଙ୍କ ଶିକ୍ଷାକୁ ଶୁଣେ ଓ ସେହି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା’ପରେ ସେ ପରମେଶ୍ୱରଙ୍କ ସେହି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ୱାରା ସେ ସୁଖୀ ହୁଏ।
ପରମେଶ୍ୱରଙ୍କୁ ଉପାସନା କରିବାର ପ୍ରକୃତ ମାର୍ଗ
26 ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା’ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ। 27 ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।
ବାସ୍ତବ ଧନ
16 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା। 2 ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା’ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’
3 “ଗୁମାସ୍ତା ଜଣକ ମନେ ମନେ ଭାବିଲା, ‘ଏବେ ମୁଁ କ’ଣ କରିବି? ମୋ’ ମାଲିକ ମୋ’ ଗ୍ଭକିରି ନେଇ ଯାଉଛନ୍ତି। ଗାତ ଖୋଳିବା ପାଇଁ ମୋ’ ପାଖରେ ବଳ ନାହିଁ। ଭିକ ମାଗିଲେ ମୋତେ ଲାଜ ମାଡ଼ିବ।’ 4 ତେବେ ମୋତେ କ’ଣ କରିବାକୁ ହେବ ତା ମୁଁ ଜାଣିଛି। ଯେତେବେଳେ ମୁଁ ଗୁମାସ୍ତା ଗ୍ଭକିରି ହରାଇବି, ସେତେବେଳେ ଯେପରି ଲୋକେ ସେମାନଙ୍କ ଘରେ ମୋର ସ୍ୱାଗତ କରିବେ ସେଥିପାଇଁ ଗୋଟିଏ କାମ ମୁଁ କରିବି।
5 “ତେଣୁ ଗୁମାସ୍ତା ଜଣକ ମାଲିକଙ୍କଠାରୁ ଋଣ ନେଇଥିବା ପ୍ରତ୍ୟେକ ଖାତକଙ୍କୁ ଡାକିଲେ। ସେ ପ୍ରଥମେ ଖାତକଟିକୁ ପଗ୍ଭରିଲେ, ‘ମୋ’ ମାଲିକଙ୍କୁ ତୁମ୍ଭର କେତେ ଦେବାକୁ ଅଛି?’ 6 ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’
7 “ତା’ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’
8 “ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
9 “ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।
2010 by World Bible Translation Center